E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ସାନିଆଙ୍କ ପୁଅ ଓ ଭଉଣୀଙ୍କୁ ଭିଜା ମିଳିଲା
8:58 amJune 4, 2021

ନୂଆଦିଲ୍ଲୀ,୪।୬(ପି.ଟି.):
ଟୋକିଓ ଅଲିମ୍ପିକ୍ସ ପ୍ରସ୍ତୁତି ପାଇଁ ମହିଳା ଟେନିସ ତାରକା ସାନିଆ ମିର୍ଜା ୟୁନାଇଟେଡ କିଙ୍ଗ୍‌ଡମ୍‌ (ୟୁକେ)ରେ କେତେକ ଟୁର୍ନାମେଣ୍ଟ ଖେଳିବେ। ଏଥିପାଇଁ ସେ ନିଜ ପୁଅ ଓ ଭଉଣୀଙ୍କ ପାଇଁ ଭିଜା ଆବେଦନ କରିଥିଲେ। କ୍ରୀଡ଼ା ମନ୍ତ୍ରଣାଳୟ ଭାରତର ବୈଦେଶିକ ମନ୍ତ୍ରଣାଳୟକୁ ହସ୍ତକ୍ଷେପ କରିବାକୁ ଅନୁରୋଧ କରିବାର କିଛି ସପ୍ତାହ ପରେ ତାଙ୍କ ପୁଅ ଓ ଭଉଣୀଙ୍କୁ ଭିଜା ପ୍ରଦାନ କରାଯାଇଛି ବୋଲି ଗୁରୁବାର ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ) ତରଫରୁ ପ୍ରକାଶ କରାଯାଇଛି। ଏଥିପାଇଁ ସାନିଆ କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁଙ୍କୁ ଧନ୍ୟବାଦ ଜଣାଇଛନ୍ତି। ରିଜିଜୁଙ୍କ ହସ୍ତକ୍ଷେପ ପରେ ତାଙ୍କ ପୁଅ ଓ ଭଉଣୀଙ୍କୁ ଭିଜା ମିଳିଥିବାରୁ ସେ କୃତଜ୍ଞତା ଜଣାଇଛନ୍ତି।
୬ଟି ଡବଲ୍ସ ଗ୍ରାଣ୍ଡସ୍ଲାମ ଟାଇଟଲ ହାସଲ କରିଥିବା ୩୪ ବର୍ଷୀୟା ସାନିଆ ସାହାଯ୍ୟ ପାଇଁ ସମସ୍ତଙ୍କୁ ଟୁଇଟ୍‌ କରି ଧନ୍ୟବାଦ ଜଣାଇଛନ୍ତି। ପୁଅ ଇଜହାନ ଓ ଭଉଣୀ ଅନମଙ୍କୁ ଭିଜା ମିଳିଥିବାରୁ ସମସ୍ତଙ୍କଠାରେ କୃତଜ୍ଞ ବୋଲି ସେ ଉଲ୍ଲେଖ କରିଛନ୍ତି। ଟୋକିଓ ଅଲିମ୍ପିକ୍ସ ପ୍ରସ୍ତୁତି ପାଇଁ ସାନିଆ ଜୁନ୍‌ ୧୪ରୁ ଆରମ୍ଭ ହେବାକୁ ଥିବା ବର୍ମିଂହାମ ଓପନ୍‌, ଜୁନ୍‌ ୨୦ରୁ ଆରମ୍ଭ ହେବାକୁ ଥିତ୍ବା ଇଷ୍ଟବର୍ନ ଓପନ ଓ ୨୮ ତାରିଖରୁ ଆରମ୍ଭ ହେବାକୁ ଥିବା ଓ୍ବିମ୍ବେଲଡନ ଓପନରେ ଅଂଶଗ୍ରହଣ କରିବେ। ରିଜିଜୁ ମଧ୍ୟ ସାନିଆଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଭାରତ ତୁମ ପାଇଁ ଗର୍ବିତ ଓ ଅଲିମ୍ପିକ୍ସରେ ଭାରତ ତରଫରୁ ପୁଣି ଥରେ ପ୍ରତିନିଧିତ୍ୱ କରୁଥିବାରୁ ରିଜିଜୁ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଉଲ୍ଲେଖଥାଉ କି, ସାନିଆ ସରକାରଙ୍କ ଟାର୍ଗେଟ ଅଲିମ୍ପିକ ପୋଡିୟମ ସ୍କିମ (ଟପ୍ସ)ରେ ସାମିଲ ହୋଇଛନ୍ତି। ସାନିଆଙ୍କୁ ଭିଜା ମିଳିଥିଲେ ମଧ୍ୟ ତାଙ୍କ ଭଉଣୀ ଓ ପୁଅକୁ କରୋନା ମହାମାରୀ ପାଇଁ ଭିଜା ପ୍ରଦାନ କରାଯାଇ ନ ଥିଲା। କିନ୍ତୁ ଏବେ ଏହି ସମସ୍ୟାର ସମାଧାନ ହୋଇଥିବାରୁ ପ୍ରସ୍ତୁତି ଉପରେ ସମ୍ପୂର୍ଣ୍ଣ ଧ୍ୟାନ ଦେବେ ବୋଲି ସାନିଆ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଓ୍ବିଲିୟମସନ ଆହତ, ଦ୍ୱିତୀୟ ଟେଷ୍ଟରୁ ଓହରିଲେ

ବର୍ମିଂହାମ, ୧୦।୬(ପି.ଟି.)- ନ୍ୟୁଜିଲାଣ୍ଡ କ୍ରିକେଟ ଅଧିନାୟକ କେନ୍‌ ଓ୍ବିଲିୟମସନ ଆହତ ସମସ୍ୟା ଯୋଗୁ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟରୁ ଓହରି ଯାଇଛନ୍ତି। ଗୁରୁବାରଠାରୁ ଦ୍ୱିତୀୟ ଟେଷ୍ଟ...

ନକ୍‌ଆଉଟ ପର୍ଯ୍ୟାୟରେ ଚିଲି

କୁଇବା, ୨୩।୬: କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟରେ ଗ୍ରୁପ୍‌ ଏ’ରେ ଖେଳାଯାଇଥିବା ମ୍ୟାଚ୍‌ରେ ଚିଲି ଓ ଲୁଇସ ସୁଆରେଜଙ୍କ ଉରୁଗୁଏ ଦଳ ମୁହାଁମୁହିଁ ହୋଇଥିଲେ। ସ୍ଥାନୀୟ...

୮ ବର୍ଷ ତଳେ କରିଥିଲେ ଟୁଇଟ୍‌: ଏବେ ମାଗିଲେ କ୍ଷମା

ଇଂଲଣ୍ଡ ଦ୍ରୁତ ବୋଲର ଓଲି ରବିନ୍ସନ ନିକଟରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଟେଷ୍ଟ ଡେବ୍ୟୁ କରିଛନ୍ତି। ଡେବ୍ୟୁ ମ୍ୟାଚ୍‌ ଗୋଟିଏ ଦିନ ପୂର୍ବରୁ ନିଜର ପ୍ରାୟ ୮...

ଭାବୁକ ହେଲେ ସିରାଜ: ସେ ପୁରୁଣା ବାଇକ୍‌କୁ ସାଇତି ରଖିଛି, ବହୁତ କିଛି ମନେ ପଡିଯାଏ’

ନୂଆଦିଲ୍ଲୀ,୪।୬: ଗତ ବର୍ଷ ଭାରତୀୟ ଟିମ୍‌ରୁ ଡେବ୍ୟୁ କରିବାର ସୌଭାଗ୍ୟ ପାଇଥିଲେ ଦ୍ରୁତ ବୋଲର୍‌ ମହମ୍ମଦ ସିରାଜ। ଏବେ ସେ ସଫଳତାର ଗୋଟିଏ ପରେ ଗୋଟିଏ...

ୟୁରୋ କପ୍‌ ଫୁଟ୍‌ବଲ: ସ୍ଲୋଭାକିଆର ବିଜୟ ଅଭିଯାନ

ସେଣ୍ଟ ପିଟର୍ସବର୍ଗ,୧୬।୬(ଏପି): ୟୁରୋ କପ୍‌ ଫୁଟ୍‌ବଲରେ ସ୍ଲୋଭାକିଆ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ସ୍ଥାନୀୟ କ୍ରେସୋଭସ୍କି ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ମ୍ୟାଚ୍‌ରେ ସ୍ଲୋଭାକିଆ ୨-୧...

ଭର୍ଷ୍ଟାପେନ୍‌ ଜିତିଲେ ଫ୍ରେଞ୍ଚ୍‌ ଗ୍ରାଁ ପ୍ରି

ଲି କାଷ୍ଟିଲେଟ୍‌,୨୧ା୬ (ଏପି): ଲୁଇସ୍‌ ହାମିଲଟନଙ୍କୁ ପଛରେ ପକାଇ ପୂର୍ବତନ ଫର୍ମୁଲା ଓ୍ବାନ ଚାମ୍ପିୟନଶିପ୍‌ ଲିଡର ମାକ୍ସ ଭର୍ଷ୍ଟାପେନ୍‌ ଫ୍ରେଞ୍ଚ ଓପନ୍‌ ଗ୍ରାଁ ପ୍ରି ମୋଟର...

୨୦୧୧ ବିଶ୍ୱକପ୍‌ ହିରୋଙ୍କ ସନ୍ୟାସ

ଡବଲିନ,୧୮ା୬: ଭାରତରେ ଖେଳାଯାଇଥିବା ୨୦୧୧ ବିଶ୍ୱକପ୍‌ର ଏକ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ଆୟର୍ଲାଣ୍ଡ ଆଗରେ ୩୨୮ ରନ୍‌ର ବିଶାଳ ଟାର୍ଗେଟ ଛିଡ଼ା କରିଥିଲା ଇଂଲଣ୍ଡ। ବଡ଼...

ବ୍ୟାଟିଂ କୋଚ୍‌ ପଦବୀ ଛାଡ଼ିଲେ ୟୁନିସ ଖାଁ

କରାଚୀ, ୨୩ା୬(ପି.ଟି.)-ପୂର୍ବତନ ଅଧିନାୟକ ୟୁନିସ ଖାଁ ମଙ୍ଗଳବାର ପାକିସ୍ତାନ କ୍ରିକେଟ ଦଳର ବ୍ୟାଟିଂ କୋଚ୍‌ ପଦବୀରୁ ଆକସ୍ମିକ ଓହରିଯାଇଛନ୍ତି। ତାଙ୍କର ଏହି ନିଷ୍ପତ୍ତିର କାରଣ ଯଦିଓ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଧୋନୀଙ୍କ ଘରକୁ ଆସିଲା ନୂଆ ଅତିଥି: ଝିଅର ଖୁସି କହିଲେ ନ ସରେ
Next Post Next post:
ସ୍କ୍ବାର୍ଜମ୍ୟାନ, ମେଡଭେଡେଭ ତୃତୀୟ ରାଉଣ୍ଡରେ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts