ଭୁବନେଶ୍ୱର,୪ା୬(ବ୍ୟୁରୋ): ଓଡ଼ିଶା ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ଇନ୍ଦ୍ରମଣି ତ୍ରିପାଠୀ ଗୁରୁବାର ସୂଚନା ଓ ଲୋକସମ୍ପର୍କ ବିଭାଗର ନୂତନ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ବିଭାଗକୁ ଅଧିତ୍କ କ୍ରିୟାଶୀଳ କରିବା ଉପରେ ନୂତନ ନିର୍ଦ୍ଦେଶକ ଗୁରୁତ୍ୱାରୋପ କରିଛନ୍ତି। ସୂଚନା ପ୍ରଦାନ କ୍ଷେତ୍ରରେ ଆଧୁନିକ ବୈଷୟିକ ଜ୍ଞାନ ପ୍ରୟୋଗ ମାଧ୍ୟମରେ ସର୍ବଦା ଆଗୁଆ ରହିବା ଏବଂ ଦକ୍ଷତାର ସହ ନିୟମିତ ଭାବେ କାର୍ଯ୍ୟ ତୁଲାଇବାକୁ ବିଭାଗର ଅଧିକାରୀ ତଥା କର୍ମଚାରୀମାନଙ୍କୁ ସେ ପରାମର୍ଶ ଦେଇଛନ୍ତି।
ନିର୍ଦ୍ଦେଶକ ପୂର୍ବାହ୍ନରେ ଅଧିକାରୀମାନଙ୍କ ସହିତ ବିଭାଗର ବିଭିନ୍ନ କାର୍ଯ୍ୟାବଳୀ ସମ୍ପର୍କରେ ସବିଶେଷ ଆଲୋଚନା କରିଥିଲେ। ସେ ଲୋକସମ୍ପର୍କ ଭବନରେ ବିଭାଗର ବିଭିନ୍ନ ଶାଖା ପରିଦର୍ଶନ କରିଥିଲେ। ବିଜ୍ଞାନ ଓ ବୈଷୟିକବିଦ୍ୟାର ପ୍ରୟୋଗକୁ ଆପଣେଇବା ସହ ଜନସାଧାରଣଙ୍କ ନିକଟରେ ସଞ୍ଚାର ସରବରାହ କ୍ଷେତ୍ରରେ ଅଧିକ ଆଗୁଆ ହୋଇ ବିଶ୍ୱସନୀୟତା ଅର୍ଜନ କରିବାକୁ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି। କର୍ମଚାରୀମାନଙ୍କ ଶୃଙ୍ଖଳା ଓ ନିଷ୍ଠା ଉପରେ ସେ ବିଶେଷ ଗୁରୁତ୍ୱ ଦେଇଛନ୍ତି। ଲୋକସମ୍ପର୍କ ଭବନରେ ତ୍ରିପାଠୀଙ୍କୁ ବିଭାଗର ଯୁଗ୍ମ ସଚିବ ବିଷ୍ଣୁପ୍ରିୟା ସାହୁ, ଯୁଗ୍ମ ନିର୍ଦ୍ଦେଶକ ପ୍ରମୋଦ କୁମାର ମଲ୍ଲିକ ଏବଂ ସୁରେନ୍ଦ୍ର ପରିଡ଼ାଙ୍କ ସମେତ ଅନ୍ୟ ବରିଷ୍ଠ ଅଧିତ୍କାରୀମାନେ ଉପସ୍ଥିତ ରହି ସ୍ବାଗତ ଜଣାଇଥିଲେ। ନୂତନ ନିର୍ଦ୍ଦେଶକ ବିଭିନ୍ନ ଅଧିକାରୀଙ୍କ କାର୍ଯ୍ୟ ଓ ଦାୟିତ୍ୱ ସମ୍ପର୍କରେ ଅବଗତ ହୋଇଥିଲେ।
ଆକାଶ ପାଠକଙ୍କୁ ସର୍ତ୍ତମୂଳକ ଜାମିନ
କଟକ ଅଫିସ, ୨୬।୬: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇ ଝାରପଡ଼ା ଜେଲରେ ଥିବା ଆକାଶ ପାଠକଙ୍କୁ ଶୁକ୍ରବାର ହାଇକୋର୍ଟରୁ...
ରାଜ୍ୟରେ ୪ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧୨।୬(ବ୍ୟୁରୋ): ଗତ ୧୦ ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ପ୍ରତିଦିନ ନୂଆ ଦୈନିକ ସଂକମ୍ରଣ ହ୍ରାସ ପାଉଛି। ଶୁକ୍ରବାର ରାଜ୍ୟରେ ୫ହଜାରରୁ...
ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶହୀଦ ସଞ୍ଜୟଙ୍କ ଶେଷକୃତ୍ୟ ସମ୍ପନ୍ନ
ରାଇକିଆ୧୫।୬(ଡି.ଏନ୍.ଏ.): ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶହୀଦ ସଞ୍ଜୟ ପ୍ରଧାନଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଶ୍ରୀନଗରରୁ ଭୁବନେଶ୍ୱର ପରେ ନିଜ ଜନ୍ମ ମାଟି ରାଇକିଆ ବ୍ଲକର ବାଘରମା...
ରାଜ୍ୟରେ ଆଜି ୫,୨୩୫ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ଶୁକ୍ରବାର ରାଜ୍ୟରେ ୫,୨୩୫କରୋନା ଆକ୍ରାନ୍ତ ଚିହ୍ନଟ...
ରଥଯାତ୍ରାକୁ ଦୃଷ୍ଟିରେ ରଖି ପୁରୀକୁ ୨୬ଟ୍ରେନ୍ ବାତିଲ
ଭୁବନେଶ୍ୱର,୨୦।୬(ବ୍ୟୁରୋ): ପୁରୀରେ ଆସନ୍ତା ମାସରେ ରଥଯାତ୍ରା ଅନୁଷ୍ଠିତ ହେବ। ଏହି ସମୟରେ ଯାତ୍ରୀଙ୍କ ସମ୍ଭାବ୍ୟ ଆଗମନକୁ ରୋକିବା ଏବଂ କୋଭିଡ୍-୧୯ ସଂକ୍ରମଣର ଶୃଙ୍ଖଳ ଭାଙ୍ଗିବା ଉଦ୍ଦେଶ୍ୟରେ...
ରାଜ୍ୟରେ ଆଜି ୩,୮୦୬ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧୮।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ଶୁକ୍ରବାର ରାଜ୍ୟରେ ୩,୮୦୬ କରୋନା ଆକ୍ରାନ୍ତ...
ଘରେ ପଶି ନାବାଳିକାଙ୍କୁ ବଳାତ୍କାର
ବୁଗୁଡ଼ା,୨୫ା୬: ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅଞ୍ଚଳରେ ଗୁରୁବାର ଜଣେ ୧୫ ବର୍ଷିୟା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ଏତଲା କ୍ରମେ ପୋଲିସ...
ଟିକା ଗ୍ଲୋବାଲ ଟେଣ୍ଡରକୁ ଧକ୍କା
ଭୁବନେଶ୍ୱର,୨ା୬(ବ୍ୟୁରୋ):ରାଜ୍ୟ ସରକାର ୧୮ରୁ ୪୪ ବର୍ଷର ଲୋକଙ୍କୁ ମାଗଣାରେ କୋଭିଡ୍ ଟିକା ଯୋଗାଇବାକୁ ଘୋଷଣା କରିଛନ୍ତି। ହେଲେ ଟିକା ସଂଗ୍ରହ କରିବା ଏବେ ସରକାରଙ୍କ ପାଇଁ...


