ନୂଆଦିଲ୍ଲୀ,୪।୬: ସିବିଆଇ କାର୍ଯ୍ୟାଳୟରେ ବଡ଼ ପରିବର୍ତ୍ତନ ହୋଇଛି। ଏଣିକି ସିବିଆଇ କର୍ମଚାରୀ ଫର୍ମାଲ ଲୁକ୍ରେ ନଜର ଆସିବେ। ସୂଚନାଯୋଗ୍ୟ, ନିକଟରେ କେନ୍ଦ୍ର ଯାଞ୍ଚ ବ୍ୟୁରୋ(ସିବିଆଇ)ର ନୂଆ ନିର୍ଦ୍ଦେଶକ ଭାବେ ଆଇପିଏସ୍ ସୁବୋଧ କୁମାର ଜୟସଓ୍ବାଲ ଦାୟିତ୍ୱ ଗ୍ରହଣ କରିଛନ୍ତି। ନିର୍ଦ୍ଦେଶକ ହେବା ପରେ ସୁବୋଧ ଆକ୍ସନ ମୁଡରେ ଆସିଯାଇଛନ୍ତି। ବର୍ତ୍ତମାନ ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ପାଇଁ ସେ ଏକ ପ୍ରୋଟୋକଲ୍ ପ୍ରସ୍ତୁତ କରିଛନ୍ତି। ଏହି ପ୍ରୋଟୋକଲ ଅନୁସାରେ ଏଣିକି କର୍ମଚାରୀମାନେ ଜିନ୍ସ, ଟି-ଶାର୍ଟ ଓ ସ୍ପୋଟର୍ସ ଜୋତା ପିନ୍ଧି କାର୍ଯ୍ୟାଳୟକୁ ଆସିପାରିବେ ନାହିଁ। ତେବେ ଏହି ନିୟମ କେବଳ ଦିଲ୍ଲୀ ମୁଖ୍ୟ କାର୍ଯ୍ୟାଳୟରେ ନୁହେଁ ବରଂ ଦେଶର ସମସ୍ତ ଶାଖାରେ ଲାଗୁ ହେବ ବୋଲି ନିର୍ଦ୍ଦେଶକ ସୁବୋଧ କୁମାର କହିଛନ୍ତି। ସେହିପରି ପୁରୁଷ କର୍ମଚାରୀଙ୍କ ସହ ମହିଳା କର୍ମଚାରୀଙ୍କ ପାଇିଁ ମଧ୍ୟ ନିର୍ଦ୍ଦେଶ ଜାରି କରାଯାଇଛି। ମହିଳାମାନେ କେବଳ ଶାଢ଼ୀ, ସାଲଓ୍ବାର ସୁଟ କିମ୍ବା ଫର୍ମାଲ ଶାର୍ଟ ପିନ୍ଧିପାରିବେ। ସୂଚନା ମୁତାବକ ଗତ କିଛି ବର୍ଷ ହେବ ସିବିଆଇ କର୍ମଚାରୀମାନେ ଜିନ୍ସ ଓ ଟି-ଶାର୍ଟ ପିନ୍ଧି କାର୍ଯ୍ୟାଳୟକୁ ଆସୁଥିଲେ। ଯାହାକୁ ନେଇ ଏଭଳି ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି।
ସିବିଆଇ କାର୍ଯ୍ୟାଳୟରେ ବଡ଼ ପରିବର୍ତ୍ତନ: ଏଣିକି ଜିନ୍ସ,ଟି-ଶାର୍ଟ ପିନ୍ଧି କାର୍ଯ୍ୟାଳୟକୁ ଆସିପାରିବେନି କର୍ମଚାରୀ
ଅପରେଶନ୍ ଏଲ୍ଜେପି: ପୁତୁରା ବିରୋଧରେ ବିଦ୍ରୋହ କରି ସଂସଦୀୟ ଦଳର ନେତା ହେଲେ ପଶୁପତି
ପାଟନା/ନୂଆଦିଲ୍ଲୀ,୧୪।୬: ଏକଦା ବିହାର ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରୁଥିବା ଲୋକ ଜନଶକ୍ତି ପାର୍ଟି(ଏଲ୍ଜେପି)ରେ ଏବେ ଫାଟ ସୃଷ୍ଟି ହୋଇଛି। ଦଳର ନେତା ରାମ...
ଅଡ୍ ଇଭିନ୍ରେ ଖୋଲିବ ଦୋକାନ, ୫୦ ପ୍ରତିଶତରେ ଚାଲିବ ମେଟ୍ରୋ…
ନୂଆଦିଲ୍ଲୀ,୫।୬: ରାଜଧାନୀ ଦିଲ୍ଲୀରେ ଲକ୍ଡାଉନ୍ ପରେ ଏବେ ଅନ୍ଲକ୍ ପ୍ରକ୍ରିୟା ଆରମ୍ଭ ହୋଇଛି। ଏନେଇ ଶନିବାର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଘୋଷଣା କରିଛନ୍ତି। ତେବେ ସୁରକ୍ଷା...
ବୋହୂଙ୍କୁ ଜାଣିଶୁଣି ମାଡ଼ି ବସିଲେ କରୋନା ଆକ୍ରାନ୍ତ ଶାଶୁ
ହାଇଦ୍ରାବାଦ,୬।୬ : କୋଭିଡ୍-୧୯ରେ ଆକ୍ରାନ୍ତ ହେବା ପରେ ଜଣେ ବୃଦ୍ଧା ଘରେ ଆଇସୋଲେଶନରେ ରହି ରହି ବିରକ୍ତ ହୋଇଯାଇଥିଲେ। ନିୟମ ଅନୁସାରେ ସମାଜିକ ଦୂରତା ପାଳନ...
ପୁଣି ବଢ଼ିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା: ୨୪ ଘଣ୍ଟାରେ ୬ ହଜାର ଟପିଲା ମୃତ୍ୟୁ ସଂଖ୍ୟା…
ନୂଆଦିଲ୍ଲୀ,୧୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ତେବେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...
ଏଣିକି ଏଡ୍ସ ପୀଡ଼ିତଙ୍କୁ ମିଳିବ ପେନ୍ସନ
ଚଣ୍ଡିଗଡ଼,୧୮।୬: ଏଡ୍ସ ସଂକ୍ରମିତ ପାଇଁ ହରିଆଣା ସରକାର ଏକ ବଡ଼ ଘୋଷଣା କରିଛନ୍ତି। ଖୁବ୍ଶୀଘ୍ର ପ୍ରତିମାସରେ ଏଡ୍ସ ପୀଡ଼ିତଙ୍କୁ ୨୨୫୦ଟଙ୍କା ଲେଖାଏ ପେନ୍ସନ ପ୍ରଦାନ କରିବେ...
୩୨ ଅତିରିକ୍ତ ଜିଲାପାଳଙ୍କୁ ଉପହାରରେ ମିଳିଲା ଦାମୀ କାର୍
ହାଇଦ୍ରାବାଦ,୧୪।୬: ମହାମାରୀ ସମୟରେ ଉନ୍ନତିମୂଳକ କାର୍ଯ୍ୟକୁ ଆଗେଇ ନେବା ପାଇଁ ତେଲେଙ୍ଗାନାର ୩୨ ଅତିରିକ୍ତ ଜିଲାପାଳଙ୍କୁ ରାଜ୍ୟ ସରକାର ଦାମୀ କାର୍ ଉପହାର ସ୍ବରୂପ ପ୍ରଦାନ...
ଭୁଲ୍ ସ୍ବୀକାର କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ
ମୁମ୍ବାଇ,୬।୬: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ନିଜର ଏକ ଭୁଲ୍କୁ ସ୍ବୀକାର କରିଛନ୍ତି। ୨୦୧୯ରେ ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି) ନେତା ଅଜିତ ପାୱାରଙ୍କ...
ଖୁସି ଖବର: କରୋନାକୁ ହରାଇବ କୋର୍ବେଭାକ୍ସ୍ ଭାକ୍ସିନ୍…
ନୂଆଦିଲ୍ଲୀ,୧୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି...


