କଟକ ଅଫିସ,୫।୬: କଟକ ଯୋବ୍ରା ଆନିକଟ୍ ବ୍ରିଜରୁ ମହାନଦୀକୁ ଡେଇଁ ଶୁକ୍ରବାର ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଥିଲେ। ତାଙ୍କୁ ବଞ୍ଚାଇବାକୁ ଯାଇ ସ୍ବାମୀ ମଧ୍ୟ ମହାନଦୀକୁ ଡେଇଁ ପଡିଥିଲେ। ଖବରପାଇ ଘଟଣାସ୍ଥଳରେ ଅଗ୍ନିଶମ କର୍ମଚାରୀ ପହଞ୍ଚି ଦମ୍ପତିଙ୍କୁ ଉଦ୍ଧାର କରି ଏସ୍ସିବି ମେଡିକାଲ ପଠାଇଥିଲେ। ସ୍ବାମୀ ସମ୍ପୂର୍ଣ୍ଣ ସୁସ୍ଥ ଥିବା ବେଳେ ସ୍ତ୍ରୀ ସାମାନ୍ୟ ଆହତ ହୋଇଛନ୍ତି ବୋଲି ଅଗ୍ନିଶମ ବିଭାଗର ସହକାରୀ ଅଧିକାରୀ ଅବନୀ କୁମାର ସ୍ବାଇଁ କହିଛନ୍ତି। ଜଗତ୍ପୁର ଥାନା ଅଧିକାରୀ ରବୀନ୍ଦ୍ରନାଥ ମେହେରଙ୍କ ସୂଚନା ଅନୁଯାୟୀ, କେନ୍ଦ୍ରାପଡା ଅଞ୍ଚଳର ରାଜେଶ ସାହୁ (୩୦) କଲ୍ୟାଣନଗର ଅଞ୍ଚଳର ସ୍ବାଗତିକା ମହାନ୍ତି(୨୭)ଙ୍କୁ ଏକ ବର୍ଷ ତଳେ ପ୍ରେମ ବିବାହ କରିଥିଲେ। ବିବାହ ପରଠାରୁ ଉଭୟଙ୍କ ମଧ୍ୟରେ ମନୋମାଳିନ୍ୟ ଲାଗି ରହିଥିଲା। ଶୁକ୍ରବାର କୌଣସି କାରଣରୁ ତିକ୍ତତା ବୃଦ୍ଧି ପାଇବାରୁ ସ୍ବାଗତିକା ମହାନଦୀକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ପାରିବାରିକ କଳହ ଯୋଗୁ ସେ ଏପରି ଉଦ୍ୟମ କରିଥାଇପାରନ୍ତି ବୋଲି ଥାନା ଅଧିକାରୀ ମେହେର କହିଛନ୍ତି।
Posted inଆମ ଜିଲା ଖବର, କଟକ, ରାଜ୍ୟ View All
ସୁରକ୍ଷା କର୍ମୀଙ୍କୁ ହତ୍ୟା ଅଭିଯୋଗ
ଭୁବନେଶ୍ୱର,୨ା୬(ବ୍ୟୁରୋ):ବଡ଼ଗଡ଼ ଥାନା ଅନ୍ତର୍ଗତ କଳ୍ପନା ଛକସ୍ଥିତ ଭଞ୍ଜକଳା ମଣ୍ଡପ ନିକଟ ୟୋଗିକ୍ ଜିମ୍ ସେଣ୍ଟର ପରିସରରୁ ମଙ୍ଗଳବାର ଜଣେ ସୁରକ୍ଷାକର୍ମୀଙ୍କ ଝୁଲନ୍ତା ମୃତଦେହକୁ ପୋଲିସ ଜବତ...
ମନଇଚ୍ଛା ଦର ନେଉଛନ୍ତି ଘରୋଇ ଆମ୍ବୁଲାନ୍ସ
ପୁରୀ ଅଫିସ,୧୪ା୬: ରାଜ୍ୟ ସରକାର ସାଧାରଣ ଆମ୍ବୁଲାନ୍ସ ସେବା ପାଇଁ ପ୍ରତି ୧୦ କିଲୋମିଟରକୁ ୭୫୦ ଟଙ୍କା ଭଡ଼ା ଧାର୍ଯ୍ୟ କରିଛନ୍ତି। ଏହାପରେ କି.ମି. ପିଛା...
ଉପାନ୍ତ ଅଞ୍ଚଳରେ ଟିକା ପହଞ୍ଚାଇବ ଡ୍ରୋନ୍
କଟକ ଅଫିସ,୧୯।୬: ଉପାନ୍ତ ଅଞ୍ଚଳରେ ଲୋକଙ୍କୁ ଟିକା ଯୋଗାଇବ ଡେଲଟା ୪୦୦ ଡ୍ରୋନ୍। ଏହି ଡ୍ରୋନ୍କୁ କଟକ ଖପୁରିଆ ଆଇଟିଆଇର ଛାତ୍ରୀଛାତ୍ର ତିଆରି କରିଛନ୍ତି। ଆଇଜି...
ସିବିଏସ୍ଇ, ସିଆଇଏସ୍ସିଇ ଦ୍ୱାଦଶ ବୋର୍ଡ ପରୀକ୍ଷା ଶୁଣାଣି ୩କୁ ଘୁଞ୍ଚିଲା
ଭୁବନେଶ୍ୱର, ୧ା୬(ବ୍ୟୁରୋ): ସେଣ୍ଟ୍ରାଲ ବୋର୍ଡ ଅଫ୍ ସେକେଣ୍ଡାରୀ ଏଜୁକେଶନ (ସିବିଏସ୍ଇ) ଏବଂ କାଉନ୍ସିଲ ଫର୍ ଦି ଇଣ୍ଡିଆନ ସ୍କୁଲ୍ ସାର୍ଟିଫିକେଟ୍ ଏଜୁକେଶନ (ସିଆଇଏସ୍ସିଇ)ର ଦ୍ୱାଦଶ ବୋର୍ଡ...
ଶ୍ରୀମନ୍ଦିର ପାଇଁ ପଞ୍ଚବାର୍ଷିକ ଯୋଜନା: ମରାମତି ହେବ ପାର୍ଶ୍ୱ ଦେବଦେବୀ ମନ୍ଦିର
ପୁରୀ ଅଫିସ,୪।୬: ଶ୍ରୀମନ୍ଦିର ପରିସରରେ ଥିବା ପାର୍ଶ୍ୱ ଦେବଦେବୀ ମନ୍ଦିରଗୁଡ଼ିକର ରକ୍ଷଣାବେକ୍ଷଣ ନେଇ ଭାରତୀୟ ପ୍ରତ୍ନତତ୍ତ୍ବ ବିଭାଗ (ଏଏସ୍ଆଇ)କୁ ମନ୍ଦିର ପ୍ରଶାସନ ଅବଗତ କରାଇବା ସତ୍ତ୍ୱେ...
ସ୍ନାନବେଦୀରେ ମହାବାହୁଙ୍କ ମହାସ୍ନାନ
ଭୁବନେଶ୍ୱର,୨୪।୬(ବ୍ୟୁରୋ): ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହୋଇଛି ମହାପ୍ରଭୁଙ୍କ ସ୍ନାନଯାତ୍ରା। ଧାଡ଼ି ପହଣ୍ଡିରେ ଆସି ସ୍ନାନବେଦୀରେ ମହାସ୍ନାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ୧୦୭ ସୁବାସିତ ଗରା...
କମୁନିିି କରୋନା ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୨ ଜୀବନ
ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗୁରୁବାର ରାଜ୍ୟରେ ଜତ ୨୪ଘଣ୍ଟାରେ...
ବେଦାନ୍ତର ଅସୁରକ୍ଷିତ ଓସ୍ତପାଳ ଖଣି: ଡିଜିଏମ୍ଏସ୍ର ତଦନ୍ତ ଆରମ୍ଭ
ଯାଜପୁର ଅଫିସ, ୧୮ା୬: ଯାଜପୁର ଜିଲା ସୁକିନ୍ଦା ଅଞ୍ଚଳରେ ବେଦାନ୍ତ କମ୍ପାନୀ ଦ୍ୱାରା ଗତ ପ୍ରାୟ ୬ ମାସ ହେବ କାର୍ଯ୍ୟକାରୀ ହେଉଥିବା ଓସ୍ତପାଳ କ୍ରୋମାଇଟ୍...


