ଭୁବନେଶ୍ୱର, ୫।୬(ବ୍ୟୁରୋ): କୋଭିଡ୍-୧୯ ଟିକା କ୍ରୟ କରି ରାଜ୍ୟକୁ ଯୋଗାଇବାକୁ କେନ୍ଦ୍ର ସରକାର ଉପରେ ଚାପ ସୃଷ୍ଟି କରିବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହଯୋଗ କାମନା କରିଛନ୍ତି। ନବୀନଙ୍କ ଏହି ଉଦ୍ୟମକୁ କେରଳ ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ ସମର୍ଥନ ଜଣାଇଛନ୍ତି। ନବୀନ ଜୁନ୍ ୨ ତାରିଖରେ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଏ ନେଇ ଚିଠି ଲେଖିଥିଲେ। ଏପରି କି ୬ ଜଣ ମୁଖ୍ୟମନ୍ତ୍ରୀଙ୍କ ସହ ମଧ୍ୟ କଥା ହୋଇଥିଲେ। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ପୂର୍ବରୁ ନବୀନଙ୍କ ପ୍ରସ୍ତାବକୁ ସମର୍ଥନ କରିଛନ୍ତି। ଗ୍ଲୋବାଲ ଇ-ଟେଣ୍ଡର ଜରିଆରେ ଟିକା ପାଇବା ଆଶା କମ୍ ଥିବାରୁ କେନ୍ଦ୍ର ସରକାର ଟିକା କ୍ରୟ କରି ସମସ୍ତ ରାଜ୍ୟକୁ ଯୋଗାଇବାକୁ ଦାବି କରିଛନ୍ତି।
Posted inକରୋନା ଭାଇରସ୍, ମେଟ୍ରୋ, ରାଜ୍ୟ View All
ଦ୍ୱିତୀୟ ଭଳି ଗମ୍ଭୀର ହୋଇପାରେ ତୃତୀୟ ଲହର
ନୂଆଦିଲ୍ଲୀ, ୩।୬: କରୋନାରେ ଦ୍ୱିତୀୟ ଲହର ଭଳି ଭାରତରେ ତୃତୀୟ ଲହର ମଧ୍ୟ ଅନୁରୂପ ଭୟାବହ ସ୍ଥିତି ସୃଷ୍ଟି କରିପାରେ। ଏହା ୯୮ ଦିନ ପର୍ଯ୍ୟନ୍ତ...
ଆଜି ରାଜ୍ୟରୁ ୬୧୧୮ କରୋନା ଆକ୍ରାନ୍ତ ଚିହ୍ନଟ, କଟକରୁ ସର୍ବାଧିକ
ଭୁବନେଶ୍ୱର,୭।୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଏହି କିଛିଦିନ ହେବ ଲଗାତର କମିବାରେ ଲାଗିଛି। ତେବେ ସୋମବାର ରାଜ୍ୟରୁ ୬୧୧୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ...
ଆଜି କ୍ରୋମାଇଟ୍ ନିଲାମ
ଯାଜପୁର ଅଫିସ,୨୫ା୬: ଗତ ଫେବୃୟାରୀରୁ ଓଡ଼ିଶା ଖଣି ନିଗମ (ଓଏମ୍ସି)ଦ୍ୱାରା ଆହୂତ କ୍ରୋମାଇଟର ମାସିକ ନିଲାମ ପ୍ରକ୍ରିୟା କ୍ରମାଗତ ଭାବେ ବିଫଳ ହୋଇଆସୁଛି। ଏଥିଯୋଗୁ ନିଲାମ...
‘ଆହାର’ ରିହାତି ଚଳୁ
କଟକ ଅଫିସ, ୨୩ା୬:ଗରିବ ଓ ନିରାଶ୍ରୟଙ୍କୁ ସ୍ବଳ୍ପ ମୂଲ୍ୟରେ ଖାଦ୍ୟ ଯୋଗାଇବାକୁ ରାଜ୍ୟ ସରକାର ବିଭିନ୍ନ ସହରାଞ୍ଚଳରେ ୨୦୧୫ ଏପ୍ରିଲ ୧ରୁ ଆହାର ଯୋଜନା ଆରମ୍ଭ...
ଭୁବନେଶ୍ୱର ସ୍ମାର୍ଟସିଟିକୁ ୨ଟି ପୁରସ୍କାର
ଭୁବନେଶ୍ୱର,୨୬।୬(ବ୍ୟୁରୋ): କେନ୍ଦ୍ର ଗୃହ ନିର୍ମାଣ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟ ଦ୍ୱାରା ଆୟୋଜିତ ଇଣ୍ଡିଆ ସ୍ମାର୍ଟସିଟି ଆଓ୍ବାର୍ଡସ କଣ୍ଟେଷ୍ଟ (ଆଇଏସ୍ଏସି)-୨୦୨୦ ପ୍ରତିଯୋଗିତାରେ ଭୁବନେଶ୍ୱର ସ୍ମାର୍ଟସିଟିକୁ ଦୁଇଟି...
ଗୋରୁ ଗୋଠ ଉପରେ ବଜ୍ରପାତ
ବାଲିଗୁଡା,୧୦ା୬: କନ୍ଧମାଳ ଜିଲା ବାଲିଗୁଡ଼ା ଓ ଆଖପାଖ ଅଞ୍ଚଳରେ ବୁଧବାର ବର୍ଷାପବନ ସହ ବଜ୍ରପାତ ହୋଇଥିଲା। ବଜ୍ରପାତରେ ବାରଖମା ପଞ୍ଚାୟତରେ ୬ ଗୋରୁଙ୍କ ମୃତ୍ୟୁ ଘଟିଛି।...
ପର କଳିରେ ମୁଣ୍ଡ ପୁରାଇ ଗଲା ଜୀବନ
ହାଟଡିହୀ,୨୬l୬: କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଧୀନ ସାଳକଣିଆ ଗାଁରେ ଘଟିଛି ଅଭାବନୀୟ ଘଟଣା । ସମାଧାନ କରିବାକୁ ଯାଇ ପ୍ରାଣ ହରାଇଛନ୍ତି...
ପଞ୍ଜାବରେ ଡେଲ୍ଟା ପ୍ଲସ୍ ଭାରିଆଣ୍ଟର ପ୍ରଥମ ମାମଲା: ମହାରାଷ୍ଟ୍ର-ମଧ୍ୟପ୍ରଦେଶର ଅନେକ ଅଞ୍ଚଳ କଣ୍ଟେନମେଣ୍ଟ ଜୋନ୍ ଘୋଷିତ
ଚଣ୍ଡିଗଡ଼/ମୁମ୍ବାଇ/ଭୋପାଳ,୨୫।୬: ଦେଶରେ କରୋନା ଭାଇରସ୍ର ଦ୍ୱିତୀୟ ଲହର ଧୀରେ ଧୀରେ ଏବେ ନିୟନ୍ତ୍ରଣକୁ ଆସୁଛି। କିନ୍ତୁ ଏବେ ବି ସଙ୍କଟ ଜାରି ରହିଛି। ଅନ୍ୟପଟେ ସମ୍ଭାବ୍ୟ...


