ଭୁବନେଶ୍ୱର,୫।୬(ବ୍ୟୁରୋ): ନିଃଶୁଳ୍କ ସାର୍ବଜନୀନ ଟିକାକରଣ ସହ ଦୈନିକ ୧ କୋଟି ଭାରତୀୟଙ୍କୁ ଟିକା ଦେବାକୁ କଂଗ୍ରେସ ପକ୍ଷରୁ ଦାବି କରାଯାଇଛି। ପିସିସି କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝି, ଏଆଇସିସି ସମ୍ପାଦକ ତଥା ଏମ୍ପି ସପ୍ତଗିରି ଉଲ୍ଲାକା, ବିଧାୟକ ସୁରେଶ ରାଉତରାୟ ଏବଂ ମହମ୍ମଦ ମୋକିମ ପ୍ରମୁଖ କଂଗ୍ରେସ ଭବନରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ନିକଟରେ ଦାବି କରିଛନ୍ତି। ୧୮ରୁ ୪୪ ବର୍ଷୀୟଙ୍କ ଲାଗି ରାଜ୍ୟରେ ଟିକା ପାଇଁ ଅର୍ଡର ଦିଆସରିଛି ବୋଲି ୨୫ ଏପ୍ରିଲରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରିଥିବା ଟୁଇଟ୍ ଲୋକଙ୍କୁ ବିଭ୍ରାନ୍ତ କରିବା ପାଇଁ ଉଦ୍ଦିଷ୍ଟ ବୋଲି ପ୍ରଦୀପ ମାଝି କହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତବେଳେ ଟିକାକରଣକୁ ନେଇ ମୁଖ୍ୟମନ୍ତ୍ରୀ କିଛି କହି ନ ଥିବାବେଳେ ଏବେ ଚିଠି ଲେଖିବା ଏକ ନାଟକବାଜି ବୋଲି ସେ ସମାଲୋଚନା କରିଛନ୍ତି। ପ୍ରଧାନମନ୍ତ୍ରୀ ୨୦୨୧ରେ କରୋନାକୁ ହରାଇଛୁ ବୋଲି ଯେଉଁ ଘୋଷଣା କରିଥିଲେ ତାହା ଏକ ପ୍ରତାରଣା ଥିଲା ବୋଲି ନବନିଯୁକ୍ତ ଏଆଇସିସି ସମ୍ପାଦକ ସପ୍ତଗିରି ଉଲ୍ଲାକା କହିଛନ୍ତି। କେନ୍ଦ୍ରର କୋଓ୍ବିନ ପୋର୍ଟାଲ ମାଧ୍ୟମରେ ଆଦିବାସୀ ଅଞ୍ଚଳରେ ଭାକ୍ସିନ ପାଇବା ପାଇଁ ରେଜିଷ୍ଟ୍ରେଶନ କରିବା ସମ୍ଭବ ନୁହେଁ। ସେହି ଅଞ୍ଚଳକୁ କୋଓ୍ବିନ ପୋର୍ଟାଲରୁ ବାଦ୍ ଦିଅନ୍ତୁ ବୋଲି ଉଲ୍ଲାକା ଦାବି କରିଛନ୍ତି। ସେହିପରି ବିଧାୟକ ସୁରେଶ ରାଉତରାୟ କହିଛନ୍ତି, କୋଭିଡ୍ ନିୟନ୍ତ୍ରଣରେ ସରକାର ସମ୍ପୂର୍ଣ୍ଣ ବିଫଳ। ଲୋକଙ୍କ ଜୀବନ ବଞ୍ଚାଇବା ପାଇଁ ସରକାର ଶୀଘ୍ର ଘର ଘର ବୁଲି ଟେଷ୍ଟିଂ କରି ନିଃଶୁଳ୍କ ଟିକା ଦିଅନ୍ତୁ, ନଚେତ ହଜାର ହଜାର ଲୋକ ପୋକମାଛି ପରି ମରିବେ। ଖାଲି ଲକ୍ଡାଉନ ଓ ଶଟ୍ଡାଉନ ନ କରି ସମସ୍ତଙ୍କୁ ଟିକା ଦେବାକୁ ପଡ଼ିବ ବୋଲି କଟକ ବାରବାଟୀ ବିଧାୟକ ମହମ୍ମଦ ମୋକିମ କହିଛନ୍ତି। କାର୍ଯ୍ୟକାରୀ ସଭାପତି ମାଝିଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ରାଜଭବନ ସମ୍ମୁଖରେ ପ୍ଲାକାର୍ଡ ଧରି ପ୍ରତିବାଦ କରିବା ସହ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ରାଜ୍ୟପାଳଙ୍କୁ ସ୍ମାରକପତ୍ର ପ୍ରଦାନ କରିଥିଲେ। ଏଥିରେ ପିସିସିର ପୂର୍ବତନ ସଭାପତି ଶରତ ପଟ୍ଟନାୟକଙ୍କ ସମେତ ଶିବାନନ୍ଦ ରାୟ, ଶୁଭେନ୍ଦୁ ମହାନ୍ତି, ରଶ୍ମି ମହାପାତ୍ର ପ୍ରମୁଖ ଅଂଶଗ୍ରହଣ କରିଥିଲେ।
Posted inକରୋନା ଭାଇରସ୍, ମେଟ୍ରୋ, ରାଜ୍ୟ View All
ଭୟ କରନାହିଁ , ଭାକ୍ସିନ୍ ନିଅ, ମାଗଣାରେ ବିୟର ପିଅ: ରାଷ୍ଟ୍ରପତି…
ଓ୍ବାଶିଂଟନ,୩।୬: କରୋନା ମହାମାରୀ ବିରୋଧରେ ପୃଥିବୀ ବ୍ୟାପୀ ଲଢ଼େଇ ଜାରି ରହିଛି। କରୋନା ଲଢ଼େଇରେ ଭାକ୍ସିନ୍ ଏକମାତ୍ର ବିକଳ୍ପ ସାବ୍ୟସ୍ତ ହୋଇଛି। ଏପରିସ୍ଥଳେ ଜନସାଧାରଣଙ୍କୁ ଭାକ୍ସିନ୍...
ଘରେ ବସି ଆପ୍ରେ ବୁକିଂ କରିହେବ ଅକ୍ସିଜେନ୍
ଭୁବନେଶ୍ୱର, ୫।୬ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କରୋନା ସ୍ଥିତିରେ ସୁଧାର ଆସୁଛି। ରାଜ୍ୟ ସରକାରଙ୍କ ପକ୍ଷରୁ କରାଯାଇଥିବା ଲକ୍ଡାଉନ ଶଟ୍ଡାଉନ୍ର ସୁଫଳ ମିଳୁଛି। ହେଲେ ଏବେ...
ଆମେରିକାରୁ କରୋନା ଭୂତାଣୁ ଉତ୍ପତ୍ତି, କହିଲା ଚାଇନା…
ଓ୍ବାଶିଂଟନ/ବେଜିଂ,୧୭।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତେବେ କରୋନା ଭୂତାଣୁର ଉତ୍ପତ୍ତି ନେଇ ଆମେରିକା ଏବଂ ଚାଇନା ମୁହାଁମୁହିଁ ହୋଇଛନ୍ତି।...
ମହିଳାଙ୍କ ଶରୀରରେ ୨୧୬ ଦିନ ରହି ୩୦ ଥର ମ୍ୟୁଟେଶନ କଲା କରୋନା ଭୂତାଣୁ …
ଜୋହାନ୍ସବର୍ଗ,୬।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ କରୋନା ଭୂତାଣୁ କିଭଳି ଜଣେ ୩୬ ବର୍ଷ ବୟସ୍କା ଏଚ୍ଆଇଭି ପଜିଟିଭ୍...
ସମୟରେ ପହଞ୍ଚି ବଞ୍ଚାଇଲେ ୪ ନାବାଳକଙ୍କ ଜୀବନ
ଆନନ୍ଦପୁର,୨୩।୬: କେନ୍ଦୁଝର ଜିଲା ଆନନ୍ଦପୁର ବୈତରଣୀ ନଦୀରେ ବୁଧବାର ସକାଳେ ୪ ନାବାଳକ ଗାଧୋଉଥିବା ବେଳେ ପ୍ରଖର ସ୍ରୋତରେ ଭାସିଯାଇଥିଲେ। ଅଗ୍ନିଶମ ବିଭାଗ ସମସ୍ତଙ୍କୁ ସୁରକ୍ଷିତ...
ସେପ୍ଟେମ୍ବର ସୁଦ୍ଧା ୭୦କୋଟି ଲୋକଙ୍କୁ ଟିକା ଦିଆଯିବା ଲକ୍ଷ୍ୟ: ସିଇଏ
ନୂଆଦିଲ୍ଲୀ,୪।୬: ଦେଶରେ କରୋନା ଟିକାକରଣକୁ ଆହୁରି ତ୍ୱରାନ୍ବିତ କରାଯିବ। ସେପ୍ଟେମ୍ବର ସୁଦ୍ଧା ଦେଶର ୭୦କୋଟି ଲୋକଙ୍କୁ କରୋନା ଭାକ୍ସିନର ପ୍ରଥମ ଡୋଜ୍ ଦିଆଯିବା ନେଇ ସରକାର...
୩୯୦ଜଣଙ୍କୁ ନକଲି ଟିକା ଦେବା ଘଟଣାରେ ୪ଗିରଫ
ମୁମ୍ବାଇ,୧୮।୬: ମୁମ୍ବାଇର କାନ୍ଦଓ୍ବଲି ଅଞ୍ଚଳର ହିରାନନ୍ଦାନୀ ସୋସାଇଟିର ୩୯୦ଜଣ ଲୋକଙ୍କୁ ନକଲି ଟିକା ଦେବା ମାମଲାର ପର୍ଦ୍ଦାଫାଶ୍ କରିଛି ପୋଲିସ। ଠକେଇ ଅଭିଯୋଗରେ ପୋଲିସ ୪ଜଣଙ୍କୁ...
ମାଆବାପା ପଜିଟିଭ୍ ହେଲେ କର୍ମଚାରୀଙ୍କୁ ୧୫ ଦିନ ସ୍ବତନ୍ତ୍ର ଛୁଟି
ନୂଆଦିଲ୍ଲୀ, ୧୦।୬(ପି.ଟି.): କୌଣସି କେନ୍ଦ୍ରୀୟ ସରକାରୀ କର୍ମଚାରୀଙ୍କର ମାଆବାପା, କିମ୍ବା ତାଙ୍କ ଉପରେ ନିର୍ଭରଶୀଳ ପରିବାର ସଦସ୍ୟ ଯଦି କୋଭିଡ୍ ପଜିଟିଭ୍ ଚିହ୍ନଟ ହୁଅନ୍ତି, ତେବେ...


