ଭୁବନେଶ୍ୱର,୫।୬(ବ୍ୟୁରୋ): ‘ତୋତେ ବାହା ହେବି ବୋଲି ଘର ଛାତ ଡେଇଁ ପଳେଇ ଆସିଛି। ଆଉ ଘରକୁ ଫେରିବିନି। ତୁ ଯୋଉଠି କହିବୁ ସେଇଠି ରହିବି। ତୁ ଟ୍ରେନ୍ ଲାଇନରେ ଶୋଇଲେ ମୁଁ ତୋ ସହ ଟ୍ରେନ୍ ଲାଇନ୍ରେ ଶୋଇବି।’ ପ୍ରେମିକାର ଏଭଳି ଜିଦ୍ ସତ୍ତ୍ୱେ ପ୍ରେମିକ କିନ୍ତୁ ନିଜ ଜିଦ୍ରେ ଅଟଳ। ‘୫ଟା କେସ୍ ଖାଇବି ପଛେ ତୁମକୁ ଆଉ ବାହା ହେବିନି।’ ବୋଲି ରୋକ୍ଠୋକ୍ ଶୁଣାଇଛନ୍ତି। ଶୁକ୍ରବାର କ୍ୟାପିଟାଲ ଥାନା ଅନ୍ତର୍ଗତ ଆଇଜି ପାର୍କ ନିକଟରେ ପ୍ରେମୀ ଯୁଗଳଙ୍କ ଏଭଳି ହାଇଡ୍ରାମା ଦେଖିବାକୁ ମିଳିଥିଲା। ଲୋକଙ୍କ ଭିଡ଼ ଜମିବା ପରେ ଦୀର୍ଘ ସମୟ ଧରି ସେଠାରେ ଯୁବତୀ ଜଣକ ଯୁବକଙ୍କ ବାଟ ଓଗାଳି ବସିଥିଲେ। ଯୁବକ ଜଣକ ବିବାହର ପ୍ରତିଶ୍ରୁତି ଦେଇ ତାଙ୍କ ସହ ଶାରୀରିକ ସମ୍ପର୍କ ରଖିବା ପରେ ଏବେ ଧରାଛୁଆଁ ଦେଉ ନ ଥିବା ନେଇ ପ୍ରେମିକା ଜଣକ ବାରମ୍ବାର ଅଭିଯୋଗ ଆଣୁଥିଲେ। ବାହା ନ ହେଲେ ଥାନାକୁ ଯିବି ବୋଲି ଯୁବତୀ ଜଣକ କହୁଥିଲେ। ଅନ୍ୟପକ୍ଷରେ ପ୍ରେମ ସମ୍ପର୍କକୁ ପ୍ରେମିକ ମାନିଥିଲେ ମଧ୍ୟ ଯୁବତୀ ଜଣକ ପୂର୍ବରୁ ବିବାହିତ ଥିବା ଓ ତାଙ୍କର ଏକ ଝିଅ ଥିବା କହି ବିବାହ କରିବାକୁ ସମ୍ପୂର୍ଣ୍ଣ ଏଡ଼ାଇଯାଇଥିଲେ। ତେବେ ଘଟଣା ଥାନାକୁ ଯିବା ପରେ ଉଭୟଙ୍କ ପରିବାର ଲୋକେ ସେଠାରେ ପହଞ୍ଚି ଆପୋସ ବୁଝାମଣା ପାଇଁ ଉଦ୍ୟମ କରିଥିଲେ। ତେବେ ରିପୋର୍ଟ ଲେଖାହେବା ପର୍ଯ୍ୟନ୍ତ କୌଣସି ଅଭିଯୋଗ ହୋଇ ନ ଥିବା ଥାନା ଅଧିକାରୀ ଗିରିଜା ଶଙ୍କର ଚକ୍ରବର୍ତ୍ତୀ କହିଛନ୍ତି।
ସୂଚନା ଅନୁଯାୟୀ, ଯୁବକଙ୍କ ଘର ରାଉରକେଲାରେ ଓ ଯୁବତୀଙ୍କ ଘର ଭୁବନେଶ୍ୱର ଖଣ୍ଡଗିରି ଥାନା ଅଞ୍ଚଳରେ। ଗତ ଅକ୍ଟୋବରରେ ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢି ଉଠିଥିଲା। ଯୁବକ ଜଣକ ତାଙ୍କୁ ବିବାହର ପ୍ରତିଶ୍ରୁତି ଦେବାପରେ ଉଭୟଙ୍କ ମଧ୍ୟରେ ଶାରୀରିକ ସମ୍ପର୍କ ଆରମ୍ଭ ହୋଇଥିଲା। ଦୁହେଁ କିଛିଦିନ ଭୁବନେଶ୍ୱରରେ ଲିଭ୍ ଇନ୍ ସମ୍ପର୍କରେ ଥିଲେ। ହେଲେ ପରବର୍ତ୍ତୀ ସମୟରେ ଯୁବକ ଜଣକ ବିବାହ କରି ନ ଥିଲେ। ମାତ୍ର ଯୁବତୀ ଜଣକ ବାରମ୍ବାର ଯୁବକଙ୍କ ଘରକୁ ଯାଇ ବିବାହ କରିବାକୁ କହିଥିଲେ। ଉଭୟଙ୍କ ପରିବାର ଲୋକେ ବିବାହ ନେଇ ଆଲୋଚନା କରିଥିଲେ ମଧ୍ୟ ଯୁବକ ଜଣକ ଆଉ ତାଙ୍କୁ ଧରାଛୁଆଁ ଦେଇ ନ ଥିଲେ। ଶେଷରେ ଯୁବତୀ ଜଣକ ରାଉରକେଲାସ୍ଥିତ ଯୁବକଙ୍କ ଘରେ ପହଞ୍ଚି ତାଙ୍କୁ ବିବାହ କରିବାକୁ ଜିଦ୍ ଧରିଥିଲେ। ଯୁବକ ଜଣକ ତାଙ୍କୁ ଶୁକ୍ରବାର କୋର୍ଟରେ ବିବାହ କରିବେ ବୋଲି କହି ଗୁରୁବାର ଭୁବନେଶ୍ୱରରେ ପହଞ୍ଚିଥିଲେ। ହେଲେ ଆଇଜି ପାର୍କ ନିକଟରେ ଯୁବକ ଜଣକ ସେଠାରୁ ଖସି ପଳାଇବାକୁ ଉଦ୍ୟମ କରିଥିଲେ। ଏହି ସମୟରେ ଯୁବତୀ ଜଣକ ତାଙ୍କ ପ୍ୟାଣ୍ଟ ପକେଟକୁ ଜାବୁଡି ଧରି ଚିତ୍କାର କରିବାରୁ ଘଟଣା ନଜରକୁ ଆସିଥିଲା।
ବିଳମ୍ବ ହୋଇପାରେ ପଞ୍ଚାୟତ ନିର୍ବାଚନ
ଭୁବନେଶ୍ୱର,୨୩ା୬(ବ୍ୟୁରୋ): ୨୦୨୨ ମାର୍ଚ୍ଚ ୧୦ରେ ପଞ୍ଚାୟତ ପ୍ରତିନିଧିଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଛି। ମାତ୍ର ଏ ପର୍ଯ୍ୟନ୍ତ ରାଜ୍ୟ ସରକାର ଓ୍ବାର୍ଡ ପୁନର୍ଗଠନ ଓ ସ୍ଥାନ...
ଆଇୟୁସିଏନ୍ ପୋର୍ଟାଲ୍ରେ ‘ପୃଥିବୀ ମନ୍ଥନ’
ଭୁବନେଶ୍ୱର, ୧୩।୬(ବ୍ୟୁରୋ): ଜାତିସଂଘ ସମର୍ଥିତ ସଂସ୍ଥା ଆଇୟୁସିଏନ୍ର ପୋର୍ଟାଲ୍ରେ ଅରୋମିରା ଏଣ୍ଟରଟେନ୍ମେଣ୍ଟର ଭାଇରାଲ୍ ମ୍ୟୁଜିକ୍ ଭିଡିଓ ‘ପୃଥିବୀ ମନ୍ଥନ’ ସ୍ଥାନ ପାଇଛି। ବିଶ୍ୱ ପରିବେଶ ସୁରକ୍ଷା...
ଟିକା ନେବାର ୨୪ ଘଣ୍ଟାରେ ଗଲା ନବବଧୂଙ୍କ ଜୀବନ
ଆର.ଉଦୟଗିରି,୨୬ା୬: ଗଜପତି ଜିଲା ମୋହନା ଥାନା ଚାନ୍ଦିପୁଟର ଜଣେ ନବ ବିବାହିତା ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ହରିଶଙ୍କର ପୃଷ୍ଟିଙ୍କ ସ୍ତ୍ରୀ ଜେ.ଲକ୍ଷ୍ମୀ ଆଚାରୀ।...
କାଲିମେଳାରେ ଡିଜେଲ ୧୦୦ ଟଙ୍କା ଟପିଲା
ନୂଆଦିଲ୍ଲୀ/ଭୁବନେଶ୍ୱର,୧୫।୬: ଦିନକର ବିରତି ପରେ ପୁଣି ଥରେ ତୈଳ ଦର ବୃଦ୍ଧି ପାଇଛି। ଦେଶର ପ୍ରମୁଖ ତୈଳ ବିପଣନ କମ୍ପାନୀ ଇଣ୍ଡିଆନ ଅଏଲ କର୍ପୋରେଶନ ଲିମିଟେଡ୍...
ରାଇସମିଲ୍ ବର୍ଜ୍ୟବସ୍ତୁରେ ଲୋକେ ଅତିଷ୍ଠ
ବାଲେଶ୍ୱର ଅଫିସ, ୧୮।୬-ବାଲେଶ୍ୱର ଜିଲା ରେମୁଣା ବ୍ଲକ କୁରୁଡ଼ାସ୍ଥିତ ରାଇସମିଲରୁ ବାହାରୁଥିବା ବର୍ଜ୍ୟବସ୍ତୁରେ ଅଞ୍ଚଳବାସୀ ଅତିଷ୍ଠ ହୋଇପଡିଛନ୍ତି। ଲୋକେ ଗୁରୁବାର ମିଲ୍ ଗେଟ୍ରେ ତାଲା ପକାଇ...
କରୋନା ପାଇଁ ବୟସ୍କଙ୍କ ପ୍ରତି ଅତ୍ୟାଚାର ଆଶଙ୍କା ବଢ଼ିଛି
ଭୁବନେଶ୍ୱର, ୧୬।୬(ବ୍ୟୁରୋ):‘ବିଶ୍ୱ ବୟସ୍କଙ୍କ ପ୍ରତି ଦୁର୍ବ୍ୟବହାର ସଚେତନତା ଦିବସ’ ଅବସରରେ ମଙ୍ଗଳବାର ହେଲ୍ପ ଏଜ୍ ଇଣ୍ଡିଆର ସର୍ଭେ ରିପୋର୍ଟ ‘ଦ ସାଇଲେଣ୍ଟ ଟର୍ମେଣ୍ଟର୍: କୋଭିଡ୍-୧୯ ଆଣ୍ଡ୍...
୭ରୁ କଟକଣାରେ ଚାଲିବ ହାଇକୋର୍ଟ
କଟକ ଅଫିସ୍,୫।୬: ମହାମାରୀ କୋଭିଡ୍ ଏବଂ ରାଜ୍ୟରେ ଲକ୍ଡାଉନ୍ ଓ ଶଟ୍ଡାଉନ୍କୁ ଦୃଷ୍ଟିରେ ରଖି ଆସନ୍ତା ୭ ତାରିଖରୁ କେତେକ କଟକଣା ମଧ୍ୟରେ ଚାଲିବ ହାଇକୋର୍ଟ...
ଅତଡ଼ା ଖସୁଛି, ଲୋକେ ଛାନିଆ
ପୁରୁଣା ଭୁବନେଶ୍ୱର,୨୪।୬(ଡି.ଏନ୍.ଏ.): ଏକାମ୍ର ଯୋଜନା ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ତେବେ ଏହି ମେଗା ପ୍ରକଳ୍ପ କାର୍ଯ୍ୟ ବିଳମ୍ବ ହେଉଥିବାରୁ...


