ଭୁବନେଶ୍ୱର, ୫।୬(ବ୍ୟୁରୋ): କରୋନା ପରିସ୍ଥିତି ପାଇଁ ବର୍ଷେ ହେବ ଓଡ଼ିଶାର ବିଭିନ୍ନ ହସ୍ତତନ୍ତ, ବୟନଶିଳ୍ପ ଏବଂ ହସ୍ତଶିଳ୍ପକୁ ଆଧାର କରି ଜୀବିକା ନିର୍ବାହ କରୁଥିବା ବ୍ୟବସାୟୀମାନେ ବିଶେଷ ଭାବରେ କ୍ଷତିଗ୍ରସ୍ତ ହୋଇଛନ୍ତି। ତେଣୁ ହସ୍ତତନ୍ତ, ବୟନ ଶଳ୍ପ ଓ ହସ୍ତଶିଳ୍ପ ବିଭାଗ ଅନ୍ତର୍ଗତ ଉତ୍କଳିକା ଅନ୍ଲାଇନ୍ ମାଧ୍ୟମରେ ନିଜ ଉତ୍ପାଦର ବିକ୍ରୟ କରିବାକୁ ନିଜସ୍ବ ୱେବ୍ସାଇଟ୍ ଆରମ୍ଭ କରିଛି। ଶୁକ୍ରବାର ବିଭାଗୀୟ ମନ୍ତ୍ରୀ ପଦ୍ମିନୀ ଦିଆନ ଗୁଗଲ୍ ମିଟ୍ ମାଧ୍ୟମରେ ଓ୍ବେବ୍ସାଇଟ୍ www.utkalikaodisha.comକୁ ଲୋକାର୍ପଣ କରିଛନ୍ତି। ଏଣିକି ଏହି ଓ୍ବେବ୍ସାଇଟ୍କୁ ଲଗ୍ ଇନ୍ କରି କିମ୍ବା ଗୁଗଲ ପ୍ଲେ ଷ୍ଟୋର୍ରୁ ଉତ୍କଳିକା ଆପ୍ ଡାଉନ୍ଲୋଡ୍ କରି ପସନ୍ଦ ମୁତାବକ ହସ୍ତତନ୍ତ ଶାଢ଼ି ଓ ଅନ୍ୟାନ୍ୟ ସାମଗ୍ରୀ ଅର୍ଡର କରିପାରିବେ। ଏହାଦ୍ୱାରା ଉଭୟ ହସ୍ତଶିଳ୍ପୀ ଓ ଗ୍ରାହକମାନେ ଉପକୃତ ହେବା ସହ ଉତ୍କଳିକା ତା’ର ବ୍ୟବସାୟ କ୍ଷେତ୍ରରେ ଆଗକୁ ବଢ଼ିବ ବୋଲି ଆଶା ରଖିଛି।
ସୂଚନାନୁସାରେ, ବର୍ତ୍ତମାନ ସମ୍ବଲପୁରୀ ଶାଢ଼ି ସହିତ ପଟ୍ଟଚିତ୍ର ଶାଢ଼ି, ରଘୁରାଜପୁର ପଟ୍ଟଚିତ୍ର, ଜନଜାତି ଅଳଙ୍କାର ଓ ଓଡ଼ିଶା ଗହଣା ଆଦି ବିକ୍ରୟ ପାଇଁ ରହିଛି। ଆଗାମୀ ଦିନରେ ଓଡ଼ିଶା କାରିଗରଙ୍କ ଦ୍ୱାରା ପ୍ରସ୍ତୁତ ହସ୍ତଶିଳ୍ପ ଏବଂ ହସ୍ତତନ୍ତ ସାମଗ୍ରୀ ଏହି ୱେବ୍ସାଇଟ୍ରେ ଉପଲବ୍ଧ କରାଯିବ। ଉତ୍କଳିକା ମାଧ୍ୟମରେ କାରିଗରଙ୍କ ଉତ୍ପାଦଗୁଡ଼ିକ ଆହୁରି ଅଧିକରୁ ଅଧିକ ଲୋକାଭିମୁଖୀ ହେବାର ସୁଯୋଗ ରହିବ। ସେହିଭଳି ଏହା ମାଧ୍ୟମରେ ଉତ୍କଳିକା ଗ୍ରାହକଙ୍କ ଚାହିଦା ମୁତାବକ ଉତ୍ପାଦଗୁଡ଼ିକର ଆହୁରି ଆଧୁନିକୀକରଣ ଓ ଯୁଗୋପଯୋଗୀ କରିପାରିବ। ଏହି ଲୋକାର୍ପଣ ଉତ୍ସବରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ କମିଶନର ତଥା ଶାସନ ସଚିବ ଶୁଭା ଶର୍ମା, ଅତିରିକ୍ତ ଶାସନ ସଚିବ ସରୋଜ କୁମାର ପଟେଲ, ହସ୍ତ ଓ କୁଟୀରଶିଳ୍ପ ନିର୍ଦ୍ଦେଶକ ସନାତନ ନାୟକ, ଉତ୍କଳିକାର ପରିଚାଳନା ନିର୍ଦ୍ଦେଶିକା ସ୍ବୟଂପ୍ରଭା ମୁଦୁଲି, ଶିଳ୍ପ ବିକାଶ ଅଧିକାରୀ ରଶ୍ମିରେଖା, ହସ୍ତଶିଳ୍ପ ବିକାଶ ଅଧିକାରୀ ପଦ୍ମିନୀ ମିଶ୍ର, ପ୍ରୀତୀଶ କୁମାର ବେହେରା ପ୍ରମୁଖ ଭର୍ଚୁଆଲରେ ଯୋଗଦେଇଥିଲେ।
୬ ହାର୍ଡକୋର ମାଓବାଦୀ ମୃତ, ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ
ମାଲକାନଗିରି,୧୬ା୬(ଡି.ଏନ୍.ଏ.): ମାଲକାନଗିରି ଜିଲା ସୀମାନ୍ତ ଆନ୍ଧ୍ର ପ୍ରଦେଶ ବିଶାଖାପାଟଣା ଜିଲା କାୟାଉର ଥାନା ଅନ୍ତର୍ଗତ ମେଟା ଜଙ୍ଗଲରେ ବୁଧବାର ଭୋର୍ରୁ ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ...
ନୂଆ ବିପିଏଲ୍ ତାଲିକା ପ୍ରସ୍ତୁତିରେ ଅନିଶ୍ଚିତତା
କଟକ ସଦର, ୩।୬(ଡି.ଏନ.ଏ.): ଦେଶରେ ଦାରିଦ୍ର୍ୟ ସୀମାରେଖା ତଳେ ଥିବା ଲୋକଙ୍କୁ ଚିହ୍ନଟ କରିବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିପିଏଲ ଗାଇଡ୍ଲାଇନ୍ ପ୍ରସ୍ତୁତ ହୋଇଥିଲା।...
ମୁଖ୍ୟମନ୍ତ୍ରୀଙ୍କ ପର୍ଯ୍ୟନ୍ତ ଗଲାଣି କଥା, ତଥାପି ସେଲୁନ ଖୋଲିବାକୁ ମିଳୁନି ଅନୁମତି
ବରଗଡ଼ ଅଫିସ୍,୨୪।୬: କରୋନାର ଦ୍ୱିତୀୟ ସଂକ୍ରମଣ ଆରମ୍ଭ ପରେ ରାଜ୍ୟ ସରକାର ସେଲୁନ, ବିୟୁଟି ପାର୍ଲର ଖୋଲିବା ଉପରେ କଟକଣା ଜାରି କରିଥିଲେ। ଏହି କଟକଣା...
ଖଟିଆ କାନ୍ଧେଇ ପ୍ରତିବାଦ କଲେ ଗ୍ରାମବାସୀ
ସାରସକଣା,୧୮।୬(ଡି.ଏନ.ଏ.)- ପ୍ରଶାସନର କାର୍ଯ୍ୟଧାରା ଏବଂ ଅପାରଗତାକୁ ପଦାରେ ପକାଇବା ଲକ୍ଷ୍ୟନେଇ ଅଭିନବ ଢ଼ଙ୍ଗରେ ପ୍ରତିବାଦ କରିଛନ୍ତି ଗ୍ରାମବାସୀ। ଗଁାକୁ ଯିବାକୁ ଭଲ ରାସ୍ତା ଓ ପୋଲ...
ଦାନା ଚିନ୍ତାରେ ଦୁଗ୍ଧଚାଷୀ
ଛେଣ୍ଡିପଦା,୧୭।୬: ଉତ୍ପାଦିତ ଦୁଗ୍ଧ ନେଉଥିଲା ଓମଫେଡ୍। ପ୍ରତି ୧୦ ଦିନରେ ବ୍ୟାଙ୍କ ଖାତାକୁ ଆସୁଥିଲା ଅର୍ଥ। ତେଣୁ ଋଣ ଶୁଝିବା ଓ ଗାଈ ପାଇଁ ଦାନା କିଣିବାରେ...
ନବରଙ୍ଗପୁର, କୋରାପୁଟରେ ୩ ଅକ୍ସିଜେନ ପ୍ଲାଣ୍ଟ୍
ଭୁବନେଶ୍ୱର(ବ୍ୟୁରୋ)/ନବରଙ୍ଗପୁର/ ଜୟପୁର, ୧ା୬ (ବି.ପ୍ର./ନି.ପ୍ର.): ରାଜ୍ୟର କୋଭିଡ୍ ମୁକାବିଲା କ୍ଷେତ୍ରରେ ନବରଙ୍ଗପୁର ଓ କୋରାପୁଟ ଜିଲା ପ୍ରମୁଖ ଭୂମିକା ନେବ। ଏଥିପାଇଁ ରାଜ୍ୟ ସରକାର ଗୁରୁତ୍ୱ...
ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର
କାଶୀନଗର,୧୮ା୬: ଗଜପତି ଜିଲା କାଶୀନଗର ବ୍ଲକ ଅଞ୍ଚଳରେ ଜଣେ ଯୁବତୀଙ୍କୁ ବିବାହାର ପ୍ରତିଶ୍ରୁତି ଦେଇ ବଳାତ୍କାର କରିଥିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି...
ସଂକ୍ରମଣ ଖସୁଛି, ସଞ୍ଜୀବନୀ ବଢ଼ୁଛି
ଅନୁଗୋଳ ଅଫିସ, ୧୯ା୬ ଅନୁଗୋଳ ଜିଲାରେ ହଠାତ୍ ବଢ଼ିଯାଇଥିଲା କରୋନା ସଂକ୍ରମଣ। ପ୍ରଶାସନର ପୂର୍ବ ପ୍ରସ୍ତୁତି ସତ୍ତ୍ୱେ ନିୟନ୍ତ୍ରଣରେ ନ ଥିଲା ପରିସ୍ଥିତି। ଏପରି କି...


