ଭୁବନେଶ୍ୱର, ୫।୬ (ବ୍ୟୁରୋ): ସମ୍ ହସ୍ପିଟାଲର ଗ୍ୟାଷ୍ଟ୍ରୋଏଣ୍ଟ୍ରୋଲୋଜି ବିଭାଗ ମୁଖ୍ୟ ଡାକ୍ତର ମନୋଜ କୁମାର ସାହୁଙ୍କୁ ‘କାମରାଜ୍ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଏଜୁକେଶନ ଆଣ୍ଡ୍ ରିସର୍ଚ୍ଚ’ ସମ୍ମାନ ମିଳିଛି। ତାମିଲନାଡୁର ଥେନିସ୍ଥିତ ଏହି ଇନ୍ଷ୍ଟିଚ୍ୟୁଟ୍ ପକ୍ଷରୁ ଦେଶର ବରିଷ୍ଠ ତଥା ବିଶିଷ୍ଟ ଡାକ୍ତର, ଚିକିତ୍ସା ବିଜ୍ଞାନ ସହ ଜଡ଼ିତ ବ୍ୟକ୍ତିବିଶେଷଙ୍କୁ ନେଇ ଏକ ଜାତୀୟ ଓ୍ବେବିନାର ଅନୁଷ୍ଠିତ ହୋଇଥିଲା। ଏଥିରେ ଡା. ସାହୁ ଯୋଗଦେଇ ଓଡ଼ିଶାରେ ଚିକିତ୍ସା କ୍ଷେତ୍ରର କିପରି ଅତ୍ୟାଧୁନିକ ଜ୍ଞାନକୌଶଳର ବିନିଯୋଗ କରାଯାଇ ପେଟ ରୋଗର ଉତ୍ତମ ଚିକିତ୍ସା କରାଯାଉଛି ସେ ସମ୍ପର୍କରେ କହିଥିଲେ। ବର୍ତ୍ତମାନ ଚିକିତ୍ସା ବିଜ୍ଞାନ ପଢୁଥିବା ଛାତ୍ରୀଛାତ୍ର ଏପରି ଅତ୍ୟାଧୁନିକ ଜ୍ଞାନକୌଶଳ ସମ୍ପର୍କରେ ଜ୍ଞାନ ଆହରଣ କରି ତାହାକୁ ବିନିଯୋଗ କରି ଉତ୍ତମ ତଥା ଉଚ୍ଚମାନର ଚିକିତ୍ସା ସେବା ଯୋଗାଇ ପାରିବେ ବୋଲି ସେ ମତ ଦେଇଥିଲେ। ଏହି ଅବସରରେ ଡା. ସାହୁଙ୍କୁ ‘ବେଷ୍ଟ ଆଉଟଷ୍ଟାଣ୍ଡିଂ ଏକାଡେମିକ୍ ଲିଡରଶିପ୍ ନ୍ୟାଶନାଲ ଆଓ୍ବାର୍ଡ’ ପ୍ରଦାନ କରାଯାଇଥିଲା।
ଧରାପଡ଼ିଲା ସେକ୍ସ ର଼୍ୟାକେଟ୍ କିଙ୍ଗ୍ପିନ
କେନ୍ଦୁଝର,୧୩ା୬: ଗ୍ରାହକଙ୍କୁ ଭିନ୍ନ ଭିନ୍ନ ଦରରେ ଯୋଗାଇ ଦେଉଥିଲା ମନ ପସନ୍ଦର ଝିଅ। ଏଭଳି ଦୀର୍ଘ ବର୍ଷ ଧରି ଗମ୍ଭାରିଆଠାରେ ଭଡ଼ାଘରେ ଦେହ ବ୍ୟବସାୟ ଚଲାଇଥିଲା...
କେହି ଶୁଣିଲେନି, କରୋନା ମୃତକଙ୍କୁ କାନ୍ଧ ଦେଲେ ବିଡିଓ, ସରପଞ୍ଚ
ଭଦ୍ରକ ଅଫିସ,୧୭।୬: କରୋନା ଭୟରେ ମୃତଦେହ ପାଖ ମାଡ଼ିଲେନି ସାହି ଭାଇ କିମ୍ବା ସମ୍ପର୍କୀୟ। ଫଳରେ ସ୍ଥାନୀୟ ସରପଞ୍ଚ ଓ ବିଡିଓ ଆଗେଇ ଆସି ମୃତକଙ୍କୁ...
ଭୁଲ୍ ସୁଧାରିବାକୁ ପୋଲିସର ସ୍ପେଶାଲ ଡ୍ରାଇଭ୍
ଭୁବନେଶ୍ୱର,୬।୬(ବ୍ୟୁରୋ): ଅନେକ ସମୟରେ ପୋଲିସର ଅବହେଳା ଓ ଅସାବଧାନତା ଯୋଗୁ ଅଭିଯୁକ୍ତମାନେ ଖସିପଳାଇବାରେ ସକ୍ଷମ ହେଉଛନ୍ତି। ବଳାତ୍କାର, ହତ୍ୟା ଭଳି ସଙ୍ଗିନ ମାମଲାରେ ଗିରଫ ହୋଇଥିବା...
ଧାର, କରଜ ବଢ଼ିଲାଣି ସେଲୁନ ଖୋଲିବାକୁ ଅନୁମତି ଦିଅ
ବଡଗାଁ,୧୭ା୬: ସୁନ୍ଦରଗଡ଼ ଜିଲା ବଡଗାଁ ବାରିକ ସମାଜ ପକ୍ଷରୁ ଗୁରୁବାର ବୈଠକ କରି ସେଲୁନ ଖୋଲିବାକୁ ଅନୁମତି ଦେବାକୁ ସରକାରଙ୍କ ନିକଟରେ ଅନୁରୋଧ କରିଛନ୍ତି ।...
ନଳକୂଅ ଧରାଇ ନୀରବ
ବଇଣ୍ଡା,୧୦ା୬: ବସୁଧା ଯୋଜନାରେ ପ୍ରଚୁର ଅର୍ଥ ବ୍ୟୟ ହେଉଛି। ଏକାଧିକ ପାଣି ଟାଙ୍କି ଗ୍ରାମାଞ୍ଚଳ ଆକାଶ ଛୁଉଁଛି। ଘର ଟ୍ୟାପ୍ ଖୋଲିଲେ ଲୋକଙ୍କୁ ବିଶୁଦ୍ଧ ପାଇପ୍...
ଅନିଶ୍ଚିତତାରେ ଶ୍ରୀ ବଳଦେବଜୀଉଙ୍କ ରଥଯାତ୍ରା
କେନ୍ଦ୍ରାପଡ଼ା ଅଫିସ,୩।୬: ଶ୍ରୀଜଗନ୍ନାଥ ସଂସ୍କୃତିରେ ଶ୍ରୀକ୍ଷେତ୍ର ପରେ ତୁଳସୀକ୍ଷେତ୍ରର ଗୁରୁତ୍ୱ ଯଥେଷ୍ଟ ଅଧିକ। ପୁରୀରେ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ପରଦିନ ତୁଳସୀ କ୍ଷେତ୍ରାଧିପତି ଶ୍ରୀବଳଦେବଜୀଉଙ୍କ ବ୍ରହ୍ମ ତାଳଧ୍ୱଜ...
ଖୋଲିଲା ୯ ବର୍ଷର ହତ୍ୟା ମାମଲା ଫାଇଲ
ଭୁବନେଶ୍ୱର,୧୬।୬(ବ୍ୟୁରୋ)”ବହୁ ବିଳମ୍ବ ହୋଇଥିଲେ ମଧ୍ୟ ଏବେ କମିଶନରେଟ ପୋଲିସର ଚେତା ପଶୁଛି। ରାଜଧାନୀରେ ରହସ୍ୟ ହୋଇ ରହିଥିବା ବହୁ ସମ୍ବେଦନଶୀଳ ମାମଲାର ଖୋଳତାଡ଼ ଆରମ୍ଭ ହୋଇଛି।...
ଏୟାରଲିଫ୍ଟ ହୋଇ କୋଲକାତା ଗଲେ ଭିଜିଲାନ୍ସ ନିର୍ଦ୍ଦେଶକ; କରୋନା ଆକ୍ରାନ୍ତ ପରେ ଅଛନ୍ତି ଗୁରୁତର
ଭୁବନେଶ୍ୱର,୮।୬(ବ୍ୟୁରୋ): କରୋନାରେ ଆକ୍ରାନ୍ତ ହୋଇ ଗୁରୁତର ହୋଇପଡ଼ିଛନ୍ତି ଭିଜିଲାନ୍ସ ନିର୍ଦ୍ଦେଶକ ତଥା ଆଇପିଏସ୍ ଦେବାଶିଷ ପାଣିଗ୍ରାହୀ। ମଙ୍ଗଳବାର ତାଙ୍କୁ ଏୟାରଲିଫ୍ଟ ହୋଇ ଚିକିତ୍ସା ପାଇଁ କୋଲକାତା...


