ଲଣ୍ଡନ,୬।୬: ଜୁନ ୧୮ରୁ ୨୨ ପର୍ଯ୍ୟନ୍ତ ଇଂଲଣ୍ଡର ସାଉଥମ୍ପଟନ୍ରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲ୍ୟୁଟିସି) ମ୍ୟାଚ ଖେଳାଯିବ। ଏହି ମ୍ୟାଚ ପାଇଁ ଭାରତୀୟ ଦଳ ଜୁନ ୩ରେ ସାଉଥମ୍ପଟନରେ ପହଞ୍ଚିଛି। ତେବେ ସମସ୍ତ ଖେଳାଳିଙ୍କୁ ଏବେ କ୍ୱାରାଣ୍ଟାଇନ୍ ରଖାଯାଇଛି। ବିଶେଷ କଥା ହେଉଛି ଏହି କ୍ରିକେଟରଙ୍କ ବ୍ୟତୀତ ଭାରତୀୟ କ୍ରିକେଟ ଦଳର ଅଭିଜ୍ଞ ଉଇକେଟ କିପର ବ୍ୟାଟ୍ସମ୍ୟାନ ଦୀନେଶ କାର୍ତ୍ତିକ ମଧ୍ୟ ସାଉଥମ୍ପଟନରେ ପହଞ୍ଚିଛନ୍ତି, କିନ୍ତୁ ଏଥର ସେ ମ୍ୟାଚ ଖେଳିବା ପରିବର୍ତ୍ତେ ନୂତନ ଭୂମିକାରେ ନଜର ଆସିବେ।
ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିଅନସିପର ଫାଇନାଲରୁ ଦୀନେଶ କାର୍ତ୍ତିକ କ୍ରିକେଟ୍ ଭାଷ୍ୟକାର ଜଗତରେ ପାଦ ଦେବାକୁ ଯାଉଛନ୍ତି। ସେ ଭାରତର ପୂର୍ବତନ ଅଧିନାୟକ, ସମୀକ୍ଷକ ସୁନୀଲ ଗାଭାସ୍କରଙ୍କ ସହ ଡବ୍ଲୁଟିଏସି ଫାଇନାଲ ମ୍ୟାଚ ସମୟରେ ଭାଷ୍ୟକାର ଦାୟିତ୍ୱ ତୁଲାଇବେ। ସୁନୀଲ ଗାଭାସ୍କର ତାଙ୍କୁ ଭାଷ୍ୟକର ଡେବ୍ୟୁ ପାଇଁ ଅଭିନନ୍ଦନ ଜଣାଇଛନ୍ତି। କାର୍ତ୍ତିକଙ୍କ ସହ ନିଜର ଏକ ଫଟୋ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଶେୟାର କରି ଗାଭାସ୍କର ଲେଖିଛନ୍ତି, ଯେତେବେଳେ ମୁଁ ଭାରତୀୟ କ୍ରିକେଟ ଦଳର ପରାମର୍ଶଦାତା ଥିଲି, ସେତେବେଳେ ସେ ଟେଷ୍ଟ ଡେବ୍ୟୁ କରିଥିଲେ। ଏବେ ସେ ଡବ୍ଲ୍ୟୁଟିସି ଫାଇନାଲ ମାଧ୍ୟମରେ ଭାଷ୍ୟକାର ଜଗତରେ ପ୍ରବେଶ କରିବେ। ମୁଁ ନିଶ୍ଚିତ ଯେ ସେ ମଧ୍ୟ ଏଠାରେ ଭଲ ପ୍ରଦର୍ଶନ କରିବେ। ଶୁଭେଚ୍ଛା ଡିକେ।
ସୂଚନାଯୋଗ୍ୟ,ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଦୁଇ ଜଣ ଭାରତୀୟ ଏବଂ ନ୍ୟୁଜିଲାଣ୍ଡର ସମୀକ୍ଷକଙ୍କୁ ଡବ୍ଲ୍ୟୁଟିସି ଫାଇନାଲ ପାଇଁ ଏହାର ଭାଷ୍ୟକାର ପ୍ୟାନେଲରେ ଅନ୍ତର୍ଭୁକ୍ତ କରିଛି। ନିରପେକ୍ଷ ସମୀକ୍ଷକ ଭାବରେ ଇଂଲଣ୍ଡର ନାସିର୍ ହୁସେନ ଏବଂ ମାଇକେଲ ଆର୍ଥଟନଙ୍କୁ ଅନ୍ତର୍ଭୁକ୍ତ କରାଯାଇଛି।
ଫ୍ରେଞ୍ଚ୍ ଓପନ ଟେନିସ: ଜିଡାନସେକ୍ ସେମିଫାଇନାଲରେ
ପ୍ୟାରିସ, ୯।୬-ସ୍ଲୋଭାନିଆର ତାମାରା ଜିଡାନସେକ୍ ଚଳିତ ଫ୍ରେଞ୍ଚ୍ ଓପନ ଗ୍ରାଣ୍ଡସ୍ଲାମ ଟେନିସ ମହିଳା ସିଙ୍ଗଲ୍ସର ପ୍ରଥମ ଖେଳାଳି ଭାବେ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ମଙ୍ଗଳବାର ଅନୁଷ୍ଠିତ...
ଇଂଲଣ୍ଡ ଗସ୍ତ: ଭାରତ ୨ଟି ଇଣ୍ଟ୍ରା ସ୍କ୍ବାଡ୍ ଗେମ୍ ଖେଳିବ
ନୂଆଦିଲ୍ଲୀ,୨୬।୬: ଇଂଲଣ୍ଡ ଗସ୍ତରେ ଯାଇଥିବା ଭାରତୀୟ କ୍ରିକେଟ ଦଳ ଘରୋଇ ଇଂଲଣ୍ଡ ବିପକ୍ଷରେ ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବା ପୂର୍ବରୁ ୨ଟି ଇଣ୍ଟ୍ରା...
ନିଜ ଜାତୀୟ ରେକର୍ଡ ଭାଙ୍ଗିଲେ ଦୂତୀ: ଅଲିମ୍ପିକ୍ସ ଯୋଗ୍ୟତାରୁ ଅଳ୍ପକେ ବଞ୍ଚିତ
ଭୁବନେଶ୍ୱର(ସ୍ପୋଟର୍ସ ବ୍ୟୁରୋ)୨୨।୬: ଭାରତ ଦ୍ରୁତତମ ମହିଳା ତଥା ତାରକା ସ୍ପ୍ରିଣ୍ଟର ଦୂତୀ ଚାନ୍ଦ ଆଉ ଏକ ଉଲ୍ଲେଖନୀୟ ସଫଳତା ଅର୍ଜନ କରିଛନ୍ତି। ପଟିଆଲାରେ ଚାଲିଥିବା ଭାରତୀୟ...
ମାତ୍ର ଗୋଟିଏ ବିଜୟ..ଇତିହାସ ରଚିଦେବ ଭାରତୀୟ ଦଳ
ଲଣ୍ଡନ,୧୮।୬: ୧୯୮୩ରେ ଭାରତୀୟ ଦଳ ପ୍ରଥମଥର ପାଇଁ ବିଶ୍ୱକପ୍ ଜିତି ଇତିହାସ ରଚିଥିଲା। ଏହାପରେ ୨୦୦୭ରେ ଟି-୨୦ ବିଶ୍ୱକପ୍, ୨୦୧୧ରେ ଦ୍ୱିତୀୟଥର ଦିନିକିଆ ବିଶ୍ୱକପ୍ ବିଜେତା...
ସାଉଥାମ୍ପଟନରେ ବର୍ଷା: ଚତୁର୍ଥ ଦିନ ଖେଳ ବାଧାପ୍ରାପ୍ତ ଆଶଙ୍କା
ସାଉଥାମ୍ପଟନ,୨୧।୬: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଥିବା ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଫାଇନାଲ୍ର ଚତୁର୍ଥ ଦିନରେ ସାଉଥମ୍ପଟନରେ ବର୍ଷା ଲାଗି ରହିଛି। ପ୍ରଥମ ଦିନ ଭଳି...
ଫ୍ରେଞ୍ଚ୍ ଓପନ ଟେନିସ୍: ସିଡେଡ୍ ଖେଳାଳିଙ୍କ ଅଗ୍ରଗତି
ପ୍ୟାରିସ୍,୨।୬: ବର୍ଷର ଦ୍ୱିତୀୟ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଫ୍ରେଞ୍ଚ୍ ଓପନ ମଙ୍ଗଳବାର ତୃତୀୟ ଦିବସରେ ପହଞ୍ଚିଛି। ଉଭୟ ପୁରୁଷ ଓ ମହିଳା ସିଙ୍ଗଲ୍ସରେ ସିଡେଡ୍ ଖେଳାଳିମାନେ ଅଗ୍ରଗତି...
ଡବ୍ଲୁଟିସି ଫାଇନାଲ ଡ୍ର’ ରହିଲେ ଭାରତ ସହିବ କ୍ଷତି, ନ୍ୟୁଜିଲାଣ୍ଡର ହେବ ଲାଭ: ଜାଣନ୍ତୁ କେମିତି
ସାଉଥାମ୍ପଟନ୍,୨୩।୬: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲୁଟିସି)ର ଫାଇନାଲ ପାଇଁ ପ୍ରଶଂସକମାନେ ଦୀର୍ଘ ସମୟ ଅପେକ୍ଷା କରିଥିଲେ। ଏହି ମ୍ୟାଚ...
ଆଡ୍ହକ କମିଟିର ନୂଆ ଚେୟାରମ୍ୟାନ ହେଲେ ଦିଲୀପ ତିର୍କୀ
ଭୁବନେଶ୍ୱର,୧୮।୬: ଓଡ଼ିଶା ହକିର ପରିଚାଳନା ପାଇଁ ହକି ଇଣ୍ଡିଆ ଶୁକ୍ରବାର ଏକ ଆଡ୍ହକ୍ କମିଟି ଗଠନ କରିଛି। ପୂର୍ବତନ ଭାରତୀୟ ଅଧିନାୟକ ତଥା ପଦ୍ମଶ୍ରୀ ଦିଲୀପ...


