ଭୁବନେଶ୍ୱର,୭।୬(ବ୍ୟୁରୋ): ବିହାରର ଦକ୍ଷିଣ ଅଞ୍ଚଳ ଓ ଏହାର ଆଖପାଖରେ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାର କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଛି। କୋରାପୁଟର ଲମତାପୁଟ, ସିମିଳିଗୁଡ଼ା, ପଟାଙ୍ଗୀ, ମୟୂରଭଞ୍ଜର ଚନ୍ଦନପୁର ଓ ବାଲେଶ୍ୱରର ରାଜଘାଟରେ ସ୍ବଳ୍ପ ଧରଣର ବର୍ଷା ରେକର୍ଡ କରାଯାଇଛି। ୮ ତାରିଖରୁ ଦକ୍ଷିଣ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିପାରେ ଓ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ବିଶେଷକରି କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ହୋଇପାରେ। ପ୍ରବଳ ବର୍ଷା ନେଇ ଏହି ୪ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୯ ତାରିଖରୁ ରାଜ୍ୟର ସମସ୍ତ ଜିଲାରେ ବର୍ଷାର ପରିମାଣ ବଢ଼ିପାରେ। ଅଧିକାଂଶ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ଓ ଉତ୍ତର ଉପକୂଳ ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। କିନ୍ତୁ ଜଗତ୍ସିଂହପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ଭଦ୍ରକ ଓ ବାଲେଶ୍ୱରରେ ପ୍ରବଳ ବର୍ଷା ହେବ। ଏଥିପାଇଁ ଏହି ୫ଜିଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର। ସେହିପରି ସେହିଦିନ ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କଟକ, ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ ଜିଲାରେ ଝଡ଼ତୋଫାନ ଓ ବଜ୍ରପାତ ହେବାର ମଧ୍ୟ ଆଶଙ୍କା ରହିଛି। ତେବେ ୧୦ତାରିଖରେ ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ମୟୂରଭଞ୍ଜ, ଢେଙ୍କାନାଳ, ପୁରୀ, ଗଞ୍ଜାମ, କନ୍ଧମାଳ ଓ କଳାହାଣ୍ଡିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏ ନେଇ ପାଣିପାଗ କେନ୍ଦ୍ର ଏସବୁ ଜିଲାକୁ ସତର୍କ ସୂଚନା ଜାରି କରିବା ସହିତ ୟେଲୋ ଓ୍ବାର୍ନିଂ ଜାରି କରିଛି। ସେପଟେ ରବିବାର ୫ସହରରେ ତାପାମାତ୍ରା ୪୦ଡିଗ୍ରୀ ଉପରେ ରହିଛି। ଟିଟିଲାଗଡ଼ରେ ସର୍ବାଧିକ ୪୨.୪ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ସୁନ୍ଦରଗଡ଼, ବଲାଙ୍ଗୀର ୪୧, ବୌଦ୍ଧ ଓ ଭବାନିପାଟଣାରେ ୪୦ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।
‘ଆହାର’ ରିହାତି ଚଳୁ
କଟକ ଅଫିସ, ୨୩ା୬:ଗରିବ ଓ ନିରାଶ୍ରୟଙ୍କୁ ସ୍ବଳ୍ପ ମୂଲ୍ୟରେ ଖାଦ୍ୟ ଯୋଗାଇବାକୁ ରାଜ୍ୟ ସରକାର ବିଭିନ୍ନ ସହରାଞ୍ଚଳରେ ୨୦୧୫ ଏପ୍ରିଲ ୧ରୁ ଆହାର ଯୋଜନା ଆରମ୍ଭ...
ଅନିର୍ଦ୍ଦିଷ୍ଟ କାଳ ଯାଏ ବସ୍ ଚଳାଚଳ ବନ୍ଦ
ଭୁବନେଶ୍ୱର,୩।୬(ବ୍ୟୁରୋ): କୋଭିଡ୍-୧୯ ମହାମାରୀ ଦ୍ୱିତୀୟ ଲହରରେ ଯାତ୍ରୀ ପରିବହନ ସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି। ବିଶେଷକରି ଯାତ୍ରୀବାହୀ ବସ୍ଗୁଡ଼ିକ ବହୁମାତ୍ରାରେ କ୍ଷତିଗ୍ରସ୍ତ ହୋଇଛନ୍ତି। ଲକ୍ଡାଉନ,...
ଔଷଧୀୟ ଉଦ୍ଭିଦ ଜ୍ଞାନ କେନ୍ଦ୍ରର ସୌନ୍ଦର୍ଯ୍ୟ ଫେରିଲା
ଭୁବନେଶ୍ୱର,୨୧।୬(ବ୍ୟୁରୋ): ଭୁବନେଶ୍ୱରର ପାତ୍ରପଡ଼ା ଅଞ୍ଚଳରେ ରହିଛି ମେଡିସିନାଲ ପ୍ଲାଣ୍ଟ୍ସ ନଲେଜ ସେଣ୍ଟର ବା ଔଷଧୀୟ ଉଦ୍ଭିଦ ଜ୍ଞାନ କେନ୍ଦ୍ର। ନଗର ବନଖଣ୍ଡ ଭୁବନେଶ୍ୱର ରେଞ୍ଜ ଅଧୀନରେ...
୨୪ ଯାଏ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା
ଭୁବନେଶ୍ୱର,୨୨।୬(ବ୍ୟୁରୋ): ବଙ୍ଗୋପସାଗର ଏବଂ ବାଂଲାଦେଶ ଉପକୂଳକୁ ଲାଗି ଏକ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଏଥିସହିତ ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ସକ୍ରିୟ ରହିଛି। ଏହାର...
ଗୋରୁ ଗୋଠ ଉପରେ ବଜ୍ରପାତ
ବାଲିଗୁଡା,୧୦ା୬: କନ୍ଧମାଳ ଜିଲା ବାଲିଗୁଡ଼ା ଓ ଆଖପାଖ ଅଞ୍ଚଳରେ ବୁଧବାର ବର୍ଷାପବନ ସହ ବଜ୍ରପାତ ହୋଇଥିଲା। ବଜ୍ରପାତରେ ବାରଖମା ପଞ୍ଚାୟତରେ ୬ ଗୋରୁଙ୍କ ମୃତ୍ୟୁ ଘଟିଛି।...
କିନ୍ନରଙ୍କୁ ମିଳିବ ଓଡ଼ିଶା ପୋଲିସରେ ନିଯୁକ୍ତି
ଭୁବନେଶ୍ୱର,୧୨।୬: ଓଡ଼ିଶା ପୋଲିସରେ ନିଯୁକ୍ତି ପାଇବେ କିନ୍ନର। ଏନେଇ ଡିଜିପି ଅଭୟ ଶନିବାର ସୂଚନା ଦେଇଛନ୍ତି । ୪୭୭ ସବ୍ ଇନ୍ସପେକ୍ଟର ପଦବୀ ପାଇଁ ବିଜ୍ଞପ୍ତି...
୧୮ରୁ ଊର୍ଦ୍ଧ୍ୱ ସମସ୍ତଙ୍କ ପାଇଁ ଆରମ୍ଭ ହେଲା ସ୍ଲଟ୍ ବୁକିଂ
ଭୁବନେଶ୍ୱର,୧୧।୬(ବ୍ୟୁରୋ): ଟିକାକରଣ ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ଅନ୍ଲାଇନ୍ରେ ଆରମ୍ଭ ହୋଇଛି ସ୍ଲଟ୍ ବୁକିଂ। ୪୫ରୁ ଊର୍ଦ୍ଧ୍ୱ ବର୍ଗର ହିତାଧିକାରୀ ସେମାନଙ୍କ ପ୍ରଥମ...
୨ ଦିନ ବର୍ଷା
ଭୁବନେଶ୍ୱର,୨୬ା୬(ବ୍ୟୁରୋ): ଓଡ଼ିଶା ଏବଂ ଝାଡ଼ଖଣ୍ଡ ଉପରେ ଏକ ଟ୍ରପ୍ଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟର କେତେକ ସ୍ଥାନରେ ଘଡ଼ଘଡ଼ି ସହ...


