ସମ୍ବଲପୁର,୭ା୬ (ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ଭିମ୍ସାରରେ ବ୍ଲାକ୍ ଫଙ୍ଗସ୍ ରୋଗୀ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଛି । ସୋମବାର ମିଳିଥିବା ରିପୋର୍ଟ ମୁତାବକ, ଭିମ୍ସାରରେ ୧୦ ବ୍ଲାକ୍ ଫଙ୍ଗସ୍ ରୋଗୀ ଚିକିତ୍ସିତ ହେଉଛନ୍ତି। ରୋଗୀ ସଂଖ୍ୟା ବୃଦ୍ଧିକୁ ନେଇ ଭିମ୍ସାର କର୍ତ୍ତୃପକ୍ଷ ସ୍ବତନ୍ତ୍ର ଭାବେ ଶଯ୍ୟା ସଂରକ୍ଷିତ ରଖିବାକୁ ନିଷ୍ପତ୍ତି ନେଇଛନ୍ତି।
ସୋମବାର ଭିମ୍ସାର ନିର୍ଦ୍ଦେଶକ ପ୍ରଫେସର ଲଲିତ ମେହେର, ଅଧୀକ୍ଷକ ଲାଲ ମୋହନ ନାଏକ, ଡିନ୍ ପ୍ରଫେସର ଜୟଶ୍ରୀ ଡୋରା ଓ ବିଭାଗୀୟ ମୁଖ୍ୟଙ୍କୁ ନେଇ ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଥିଲା। ଚକ୍ଷୁ, ଇଏନ୍ଟି, ମେଡିସିନ ଏହି ୩ ବିଭାଗରେ ୧୦ ଲେଖାଏ ମୋଟ ୩୦ ଶଯ୍ୟା ସଂରକ୍ଷିତ ରହିବ ବୋଲି ନିଷ୍ପତ୍ତି ନିଆଯାଇଛି। ଏହା ଦ୍ୱାରା ରୋଗୀମାନଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯାଇ ପାରିବ। ରୋଗୀ ସଂଖ୍ୟା ବୃଦ୍ଧି ଯୋଗୁ ଏଭଲି ନିଷ୍ପତ୍ତି ନିଆଯାଇଥିବା ଅଧୀକ୍ଷକ ପ୍ରଫେସର ନାଏକ କହିଛନ୍ତି।
Posted inଆମ ଜିଲା ଖବର, ରାଜ୍ୟ, ସମ୍ବଲପୁର View All
କୁଷ୍ଠାଶ୍ରମ ଅନ୍ତେବାସୀଙ୍କ ସହିତ ଜନ୍ମଦିନ ପାଳିଲେ ପର୍ବତାରୋହୀ ଲିପିକା ସେଟ
ବରଗଡ଼ ଅଫିସ,୧୮।୬: ବରଗଡ଼ର ଆନ୍ତର୍ଜାତୀୟ ପର୍ବତାରୋହୀ ଲିପିକା ସେଟ୍ଙ୍କ ଶୁକ୍ରବାର ଜନ୍ମଦିନ ଥିଲା । ନିଜ ଜନ୍ମଦିନକୁ ଲିପିକା ନିଆରା ଢଙ୍ଗରେ ପାଳନ କରିଥିଲେ। ବରଗଡ଼...
ବେକରେ ଛୁରି ଭୁସିଲେ କରୋନା ଆକ୍ରାନ୍ତ
କଟକ ଅଫିସ,୫।୬: କଟକ ଜିଲା ଟାଙ୍ଗୀଠାରେ ଥିବା ଏକ କୋଭିଡ୍ କେୟାର ସେଣ୍ଟର(ସିସିସି)ରେ ଜଣେ କରୋନା ଆକ୍ରାନ୍ତ ବେକରେ ଛୁରି ଭୁସି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି।...
ପାଣି ପିଇ ହେଉନି, ଖାଦ୍ୟ ରୁଚୁନି: ଲୁଣିପାଣି କବଳରେ ବ୍ରାହ୍ମଣୀ, ବିରୂପା ଓ ଗେଙ୍ଗୁଟି ଦ୍ୱୀପାଞ୍ଚଳ
ଯାଜପୁର ଅଫିସ/ବରୀ(ଡି.ଏନ.ଏ.),୬।୬: ଯାଜପୁର ଜିଲା ବରୀ ବ୍ଲକର ବ୍ରାହ୍ମଣୀ, ବିରୂପା ଓ ଗେଙ୍ଗୁଟି ଦ୍ୱୀପାଞ୍ଚଳରେ ମାଟି ଅଳ୍ପ ଖୋଳିଲେ ବାହାରୁଛି ଲୁଣି ପାଣି। ସେହି ପାଣି...
ଅଙ୍ଗ ନଦୀରେ ପୋଲ ନିର୍ମାଣ କରିବାକୁ ସରକାରଙ୍କ ଘୋଷଣା
ବରଗଡ଼ ଅଫିସ,୧୮।୬: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଲଖମରା ଏବଂ ଚର୍ଦାପାଲି ଗ୍ରାମ ଦେଇ ପ୍ରବାହିତ ଅଙ୍ଗନଦୀ ଉପରେ ପୋଲ ନିର୍ମାଣ ପାଇଁ ରାଜ୍ୟ ସରକାର...
ଯୋଗାଣ କର୍ମଚାରୀଙ୍କୁ ଅଫିସରୁ ବାହାର କରି ଧାରଣା ଦେଲା ଓକିଲ ସଂଘ
ବରଗଡ଼ ଅଫିସ,୨୩।୬: ବରଗଡ଼ ଜିଲାରେ ରବି ଧାନ ବିକ୍ରି ସମସ୍ୟା ଅସମାହିତ ହୋଇ ରହି ଯାଇଛି । ମଣ୍ଡିକୁ ବିକ୍ରି ପାଇଁ ଚାଷୀମାନେ ଧାନ ଆଣୁଥିଲେ...
ଜେଲରୁ ବାହାରିଲେ ଅଭୟକାନ୍ତ ପାଠକ
ଭୁବନେଶ୍ୱର,୧୯।୬(ବ୍ୟୁରୋ): ଗିରଫ ହେବାର ଦୀର୍ଘ ୬ମାସ ପରେ ଶୁକ୍ରବାର ଜେଲରୁ ମୁକୁଳିଛନ୍ତି ଆଇଏଫ୍ଏସ୍ ଅଫିସର ତଥା ନିଲମ୍ବିତ ଅତିରିକ୍ତ ପିସିସିଏଫ୍ ଅଭୟକାନ୍ତ ପାଠକ। ଆୟ ବହିର୍ଭୂତ...
୪ବର୍ଷର ପ୍ରତିଭା ସାଇସାଗର
ଖୋର୍ଦ୍ଧା ଅଫିସ/ବେଗୁନିଆ, ୧୩ା୬(ଡି.ଏନ୍.ଏ.): କଥାରେ ଅଛି ତୁଳସୀ ଦୁଇପତ୍ରରୁ ବାସେ। ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଦୁର୍ଗାପୁର ପଞ୍ଚାୟତ ଅନ୍ତର୍ଗତ ଗୁଡୁମ ଗଁାର କୃପାସିନ୍ଧୁ ବରାଡ଼ଙ୍କ...
ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି ତେଜି ଉଠୁଛି। ସୋମବାର ବରଗଡ଼...


