ନୂଆଦିଲ୍ଲୀ,୮।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା କମିବାରେ ଲାଗିଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା କମୁଛି। ୬୬ ଦିନ ପରେ ଦେଶରେ ନୂଆ କରୋନା ଆକ୍ରାନ୍ତ ସର୍ବନିମ୍ନରେ ପହଞ୍ଚିଛି। ଏହା ପୂର୍ବରୁ ଏପ୍ରିଲ୍ ୩ରେ ଦୈନିକ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୯୩ ହଜାର ୨୪୯ ଥିଲା। ସୋମବାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୬୩୬ ଥିବାବେଳେ ମୃତକଙ୍କ ସଂଖ୍ୟା ୨,୪୨୭ଥିଲା । ତେବେ ମଙ୍ଗଳବାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେରୁ କମ୍ ରହିବା ସହିତ ମୃତକଙ୍କ ସଂଖ୍ୟା ମଧ୍ୟ କମିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୮୬ ହଜାର ୪୯୮ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୨,୧୨୩ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୧ ଲକ୍ଷ ୮୨ ହଜାର ୨୮୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ହେବା ହାର ୯୪.୨୯ ପ୍ରତିଶତ ରହିଛି। ଅପରପକ୍ଷରେ ୧୩ ଲକ୍ଷ ୩ ହଜାର ୭୦୨ ଜଣ ଚିକିତ୍ସିତ ହେଉଛନ୍ତି। ବର୍ତ୍ତମାନ ସୁଦ୍ଧା ୨୩ କୋଟି ୬୧ ଲକ୍ଷ ୯୮ ହଜାର ୭୨୬ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ୩୬ କୋଟି ୮୨ ଲକ୍ଷ ୭ ହଜାର ୫୯୬ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍ଆର ପକ୍ଷରୁ କୁହାଯାଇଛି।
କରୋନା ଗ୍ରାଫ୍ ତଳମୁହାଁ: ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେରୁ କମିଲା…
Posted inକରୋନା ଭାଇରସ୍, ଜାତୀୟ View All
ତେନ୍ଦୁଲକର ସହ କଥା ହୋଇଥିବେ, ମୋ ସହ ନୁହେଁ : ପାଇଲଟ
ଜୟପୁର,୧୧।୬: ରାଜନୈତିକ ଦଳରେ ଏବେ ମିଶ୍ରଣ ପର୍ବ ଚାଲିଛି। ପୂର୍ବତନ ସହଯୋଗୀ ତଥା କଂଗ୍ରେସ ନେତା ଜିତିନ ପ୍ରସାଦ ଭାଜପାରେ ସାମିଲ ହେବା ପରେ କଂଗ୍ରେସ...
୭୦ କୋଭି୍ଡ ଅନାଥଙ୍କ ଦାୟିତ୍ୱ ନେଲା ଲକ୍ଷ୍ନୌ ୟୁନିଭର୍ସିଟି
ଲକ୍ଷ୍ନୌ, ୧୭ା୬: ଉତ୍ତରପ୍ରଦେଶ ସ୍ଥିତ ଲକ୍ଷ୍ନୌ ୟୁନିଭର୍ସିଟି କରୋନାରେ ରୋଜଗାରିଆ ମାତାପିତାଙ୍କୁ ହରାଇଥିବା ୭୦ ଅନାଥ ପିଲାଙ୍କ ଦାୟିତ୍ୱ ନେଇଛି। ଏଥିସହ ଲକ୍ଷ୍ନୌ, ବାରାଣସୀ, ପ୍ରୟାଗରାଜ,...
ସାବ୍ଧାନ ଇଣ୍ଡିଆର ୨ଅଭିନେତ୍ରୀ ଗିରଫ
ମୁମ୍ବାଇ,୧୮।୬: ଟେଲି ସିରିୟଲ୍ର ପପୁଲାର ଶୋ’କ୍ରାଇମ୍ ପେଟ୍ରୋଲ ଓ ସାବ୍ଧାନ ଇଣ୍ଡିଆରେ ଅଭିନୟ କରୁଥିବା ୨ଜଣ ଅଭିନେତ୍ରୀଙ୍କୁ ମୁମ୍ବାଇ ପୋଲିସ ଗିରଫ କରିଛି। ଚୋରି ଅଭିଯୋଗରେ...
ଟିକା ନେଇଥିବା ଯାତ୍ରୀଙ୍କୁ ବିମାନ ଭଡ଼ାରେ ମିଳିବ ରିହାତି
ନୂଆଦିଲ୍ଲୀ,୨୩।୬: ଦେଶରେ ଦୃତ ଗତିରେ ଟିକାକରଣ ପ୍ରକିୟା ଚାଲିଛି। ଏଭଳି ସ୍ଥିତିରେ ଟିକାକରଣକୁ ଆହୁରି ପ୍ରୋତ୍ସାହିତ କରିବା ଲାଗି ଇଣ୍ଡିଗୋ ବିମାନ କମ୍ପାନୀ ପକ୍ଷରୁ ବଡ...
ନୁଶରତ୍ ଜାହାଁ ଠକ; ବିବାହ କରି ନଥିଲେ ତ ସିନ୍ଦୁର କାହିଁକି ଲଗାଇଲେ
କୋଲକାତା,୧୧।୬: ତୃଣମୂଳ କଂଗ୍ରେସ ଏମ୍ପି ନୁଶରତ୍ ଜାହାଁଙ୍କ ବିବାହକୁ ନେଇ ଉପୁଜିଥିବା ବିବାଦ ଥମିବାର ନାଁ ନେଉନାହିଁ। ଏଥିଯୋଗୁ ଭାଜପା ନେତାମାନେ ତାଙ୍କୁ ଟାର୍ଗେଟ କରୁଛନ୍ତି।...
ଟିକା ନୁହେଁ, ସରକାର ବ୍ଲୁ-ଟିକ୍ ପାଇଁ ଲଢୁଛନ୍ତି: ରାହୁଲ
ନୂଆଦିଲ୍ଲୀ,୬।୬: ଆଜିକାଲି ମାଇକ୍ରୋ ବ୍ଲଗିଂ ସାଇଟ ଟୁଇଟର ଏବଂ କେନ୍ଦ୍ର ସରକାର ମୁହାଁମୁହିଁ ହୋଇଛନ୍ତି। ପ୍ରଥମେ ଆଇଟିର ନୂତନ ନିୟମକୁ ନେଇ ଟୁଇଟର ଏବଂ ସରକାରଙ୍କ...
ଆଜି ରାଜ୍ୟରୁ ୩୦୩୧ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୨୧।୬(ବ୍ୟୁରୋ): ସୋମବାର ରାଜ୍ୟରୁ ୩୦୩୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୮୦,୫୩୩ରେ ପହଞ୍ଚିଥିବା ରାଜ୍ୟ ସୂଚନା...
ଧାରଣା ଦେଲେ ପରିବାର
ଭୁବନେଶ୍ୱର,୩।୬(ବ୍ୟୁରୋ): କୋଭିଡ୍ ସଂକ୍ରମିତ ନିଖୋଜ ବାପାଙ୍କୁ ପୁଅ ଖୋଜୁଥିଲେ ମଧ୍ୟ ଏପର୍ଯ୍ୟନ୍ତ ପତ୍ତା ମିଳୁନାହିଁ। ଅନ୍ୟପକ୍ଷରେ ଏହି ଘଟଣାକୁ ନେଇ ଦ୍ୱନ୍ଦ୍ୱ ଓ ଚିନ୍ତାରେ ଥିବା...


