କଟକ ଅଫିସ,୮।୬: କରୋନାରେ ଆକ୍ରାନ୍ତ ହୋଇ କଟକ ଅଶ୍ୱିନୀ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର ରହିଛି। ଉନ୍ନତ ଚିକିତ୍ସା ପାଇଁ ସୋମବାର ବିଳମ୍ବିତ ରାତିରେ ତାଙ୍କୁ ଏୟାର ଆମ୍ବୁଲାନ୍ସରେ କୋଲକାତାର ଏକ ଘରୋଇ ସୁପର ସ୍ପେଶିଆଲିଟି ହସ୍ପିଟାଲ୍କୁ ସ୍ଥାନାନ୍ତର କରାଯିବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି ବୋଲି ଅଶ୍ୱିନୀ ହସ୍ପିଟାଲର ପଲମୋଲୋଜିଷ୍ଟି ଡା. ମାନସ ନାୟକ କହିଛନ୍ତି। ଗତ ୨୯ ତାରିଖରେ ପାଣିଗ୍ରାହୀ କରୋନାରେ ଆକ୍ରାନ୍ତ ହୋଇ ଅଶ୍ୱିନୀ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହୋଇଥିଲେ। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କୋଲକାତା ପଠାଯିବା ପାଇଁ ବ୍ୟବସ୍ଥା କରାଯାଇଛି। କୋଲକାତାର ସୁପର ସ୍ପେଶିଆଲିଟି ହସ୍ପିଟାଲର ଏକ ୫ ଜଣିଆ ଟିମ୍ ଅଶ୍ୱିନୀ ହସ୍ପିଟାଲରେ ପହଞ୍ଚି ତାଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ କରିଛି। କୋଲକାତା ସ୍ଥିତ ଉକ୍ତ ହସ୍ପିଟାଲରେ ଏକ୍ମୋ(ଏକ୍ସଟ୍ରାକର୍ପୋରିଲ ମେମ୍ବ୍ରାନ୍ ଅକ୍ସିଜେନେସନ) ବ୍ୟବସ୍ଥା ଥିବାରୁ ପାଣିଗ୍ରାହୀଙ୍କୁ ସେଠାକୁ ସ୍ଥାନାନ୍ତର କରାଯିବ।
Posted inଆମ ଜିଲା ଖବର, କଟକ, ରାଜ୍ୟ View All
ଷ୍ଟମ୍ପରେ ପିଟିପିଟି ଖେଳାଳିଙ୍କୁ ମାରିଦେଲେ
ରାୟଗଡ଼ା ଅଫିସ,୨୧ା୬: କ୍ରିକେଟ ଖେଳ ବେଳେ ଦୁଇ ଦଳ ମଧ୍ୟରେ ଗଣ୍ଡଗୋଳରୁ ଜଣେ ଖେଳାଳିଙ୍କ ଜୀବନ ଚାଳିଯାଇଛି। ରାୟଗଡ଼ା ଜିଲା କାଶୀପୁର ବ୍ଲକ୍ ମନୁଶୁ ପଞ୍ଚାୟତର...
ରାଜ୍ୟରେ ୩ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧୭।୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଗତ କିଛି ଦିରୁ ନୂଆ ଦୈନିକ ସଂକମ୍ରଣ ସଂଖ୍ୟା ୪ହଜାରରୁ ତଳେ ରହିଛି। ବୁଧବାର...
ଟିକା ନେଇନାହାନ୍ତି ୧,୯୭,୨୧୭ କୋଭିଡ୍ ଯୋଦ୍ଧା
ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ ଟିକା ନେଇନାହାନ୍ତି ପାଖାପାଖି ୨ ଲକ୍ଷ କୋଭିଡ୍ ଯୋଦ୍ଧା। ନାମ ପଞ୍ଜୀକରଣ କରି ମଧ୍ୟ ୧,୯୭,୨୧୭ ଜଣ କୋଭିଡ୍ ଯୋଦ୍ଧା ଟିକା ନେଇନାହାନ୍ତି।...
ଛିଡ଼ିଲା ଦୁଃଖର ପାହାଡ଼: ସ୍ବାମୀଙ୍କ ପରେ ପରେ ୨ ଝିଅ ବୁଜିଲେ ଆଖି
ରେଢ଼ାଖୋଲ, ୮।୬(ଡି.ଏନ.ଏ): ରେଢ଼ାଖୋଲ ଉପଖଣ୍ଡ କିସିଣ୍ଡା ଥାନା ଅଧୀନ ହିରାଲୋଇ ଗ୍ରାମରେ ବିଷଧର ସାପ କାମୁଡାରେ ୨ ଭଉଣୀଙ୍କ ମୃତ୍ୟୁ ଘଟିଛି। ମୃତ ୨ ଭଉଣୀ...
ଦୁଗ୍ଧ ଚାଷୀଙ୍କୁ ମିଳିବ ୬୦୦୦ ଟଙ୍କା
ଭୁବନେଶ୍ୱର,୨୪।୬: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓମ୍ଫେଡ୍ ଦୁଗ୍ଧ ଚାଷୀଙ୍କ ପାଇଁ ଗୁରୁବାର କୋଭିଡ୍ ସହାୟତା ଘୋଷଣା କରିଛନ୍ତି । ଦୁଗ୍ଧ ଚାଷୀଙ୍କୁ ଗୋଖାଦ୍ୟ ବାବଦକୁ ସର୍ବାଧିକ...
ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୩୭ ଜଣଙ୍କ ମୃତ୍ୟୁ
ଭୁବନେଶ୍ୱର,୧।୬(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ କରୋନା ଆଉ ୩୭ ଜଣଙ୍କ ଜୀବନ ନେଇଛି।...
ୟାସ୍ ଯୋଗୁ ଜଳ ସମ୍ପଦ ବିଭାଗର ୮୭ କୋଟି କ୍ଷତି
ଭୁବନେଶ୍ୱର, ୧ା୬(ବ୍ୟୁରୋ): ବାତ୍ୟା ୟାସ୍ ଯୋଗୁ ଜଳ ସମ୍ପଦ ବିଭାଗର ୮୭ କୋଟି କ୍ଷୟକ୍ଷତି ହୋଇଛି। ବିଭାଗ ପକ୍ଷରୁ କରାଯାଇଥିବା ପ୍ରାଥମିକ ରିପୋର୍ଟ ଆକଳନ ଅନୁଯାୟୀ...
ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶହୀଦ ସଞ୍ଜୟଙ୍କ ଶେଷକୃତ୍ୟ ସମ୍ପନ୍ନ
ରାଇକିଆ୧୫।୬(ଡି.ଏନ୍.ଏ.): ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶହୀଦ ସଞ୍ଜୟ ପ୍ରଧାନଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଶ୍ରୀନଗରରୁ ଭୁବନେଶ୍ୱର ପରେ ନିଜ ଜନ୍ମ ମାଟି ରାଇକିଆ ବ୍ଲକର ବାଘରମା...


