ଭୁବନେଶ୍ୱର,୮।୬(ବ୍ୟୁରୋ): ଦେଶବାସୀଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତଙ୍କୁ ମାଗଣା ଟିକା ପ୍ରଦାନ ଏବଂ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାର ସମ୍ପ୍ରସାରଣ ଘୋଷଣା କରିଛନ୍ତି। ଏହି ନିଷ୍ପତ୍ତିକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସ୍ବାଗତ କରିଛନ୍ତି। ସେ ଟ୍ବିଟ୍ କରିଛନ୍ତି ଯେ କୋଭିଡ଼୍ ମହାମାରୀ ବିରୋଧୀ ଲଢ଼େଇରେ ପ୍ରଧାନମନ୍ତ୍ରୀ ଜନକଲ୍ୟାଣ ପାଇଁ ନେଇଥିବା ନିଷ୍ପତ୍ତି ତାଙ୍କ ଦୂରଦର୍ଶୀ ନେତୃତ୍ୱର ପରିଚୟ ଦେଉଛି। କରୋନା ବିରୋଧୀ ଦେଶର ଲଢ଼େଇକୁ ଅଧିକ ସୁଦୃଢ଼ କରିବା ପାଇଁ ତାଙ୍କ ଦ୍ୱାରା ନିଆଯାଇଥିବା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ପାଇଁ କୃତଜ୍ଞତା ଜ୍ଞାପନ କରିଛନ୍ତି। ସମସ୍ତଙ୍କୁ ମାଗଣା ଟିକା ଉପଲବ୍ଧ କରାଇବା ଦିଗରେ ସରକାର ଟିକାକରଣ ସହ ଜଡିତ ରାଜ୍ୟମାନଙ୍କ ଦ୍ୱାରା କରାଯାଇଥିବା ୨୫ ପ୍ରତିଶତ କାର୍ଯ୍ୟକୁ ଭାରତ ସରକାର ନିଜ ଦାୟିତ୍ୱରେ ନେବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଭାରତ ସରକାର ଟିକା ଉତ୍ପାଦନକାରୀଙ୍କ ଠାରୁ ମୋଟ ଟିକା ଉତ୍ପାଦନ ମଧ୍ୟରୁ ୭୫ ପ୍ରତିଶତ ଟିକା ରାଜ୍ୟ ସରକାରଙ୍କୁ ମାଗଣାରେ ଯୋଗାଇ ଦେବେ। ବାକି ୨୫ ପ୍ରତିଶତ ଟିକା ଘରୋଇ ହସ୍ପିଟାଲ ଗୁଡ଼ିକୁ ଦିଆଯିବ ା ଆସନ୍ତା ଜୁନ୍ ୨୧ରୁ ଭାରତ ସରକାର ଦେଶର ସବୁ ରାଜ୍ୟରେ ଥିବା ୧୮ ବର୍ଷରୁ ଅଧିକ ନାଗରିକଙ୍କ ପାଇଁ ମାଗଣା ଟିକା ପ୍ରଦାନ କରିବେ। ଦୁର୍ବଳ ଏବଂ ଗରିବ ଶ୍ରେଣୀର ଲୋକଙ୍କ ପ୍ରତି ସମ୍ବେଦନଶୀଳତା ଏବଂ ଗରିବଙ୍କ କଲ୍ୟାଣ ପାଇଁ ନିଜର ପ୍ରତିବଦ୍ଧତାକୁ ଦର୍ଶାଇ ପ୍ରଧାନମନ୍ତ୍ରୀ ମୋଦି ଦେଶର ୮୦ କୋଟି ଜନସାଧାରଣଙ୍କ ପାଇଁ ଗରିବ କଲ୍ୟାଣ ଅନ୍ନଯୋଜନାର ଅବଧିକୁ ଦୀପାବଳି ପର୍ଯ୍ୟନ୍ତ ବଢ଼ାଇବା ପାଇଁ ନିଷ୍ପତି ନେଇଛନ୍ତି । ଏହା ଦ୍ୱାରା ଦେଶର ଜଣେ ଗରିବ ଉପାସରେ ରହିବ ନାହିଁ ବୋଲି ପ୍ରଧାନ ଟ୍ବିଟ୍ କରିଛନ୍ତି।
ଆଜି ରାଜ୍ୟରୁ ୩୦୩୧ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୨୧।୬(ବ୍ୟୁରୋ): ସୋମବାର ରାଜ୍ୟରୁ ୩୦୩୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୮୦,୫୩୩ରେ ପହଞ୍ଚିଥିବା ରାଜ୍ୟ ସୂଚନା...
କୋଭିଡ୍ ପରିଚାଳନା ତ୍ରୁଟିପୂର୍ଣ୍ଣ, ଲୋକଙ୍କ ଆର୍ଥିକ ମେରୁଦଣ୍ଡ ଦୁର୍ବଳ: ନିରଞ୍ଜନ
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଗତ ଦୁଇବର୍ଷ ଧରି ସମଗ୍ର ବିଶ୍ୱ ସମେତ ଭାରତରେ କରୋନା ମହାମାରୀ ଯେପରି ଭାବେ ବ୍ୟାପିଛି ପୃଥିବୀ ଇତିହାସରେ କେବେ ଦେଖାଯାଇ ନ ଥିଲା।...
୧୧ରେ କଂଗ୍ରେସର ରାଜ୍ୟବ୍ୟାପୀ ବିକ୍ଷୋଭ
ଭୁବନେଶ୍ୱର,୯ା୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହରରେ ସମଗ୍ର ଦେଶ ଛଟପଟ ହେଉଥିବା ବେଳେ କେନ୍ଦ୍ରର ମୋଦି ସରକାର ଲଗାତର ଭାବେ ପେଟ୍ରୋଲ ଓ ଡିଜେଲର ଦର ବୃଦ୍ଧି...
ଆଜି ରାଜ୍ୟରୁ ୬୧୧୮ କରୋନା ଆକ୍ରାନ୍ତ ଚିହ୍ନଟ, କଟକରୁ ସର୍ବାଧିକ
ଭୁବନେଶ୍ୱର,୭।୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଏହି କିଛିଦିନ ହେବ ଲଗାତର କମିବାରେ ଲାଗିଛି। ତେବେ ସୋମବାର ରାଜ୍ୟରୁ ୬୧୧୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ...
ଟିକାକରଣରୁ ବଞ୍ଚିତ ହେଉଛନ୍ତି ଲୋକେ
କଟକ ଅଫିସ, ୧୨ା୬: ରାଜ୍ୟରେ କୋଭିଡ୍ ସଂକ୍ରମିତଙ୍କ ଚିକିତ୍ସା ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା ନାହିଁ। ସମସ୍ତଙ୍କୁ ମାଗଣାରେ ଟିକା ଦିଆଯିବା ପାଇଁ ଘୋଷଣା କରାଯାଇଛି। ମାତ୍ର...
ନାବାଳିକାଙ୍କ ଅଶ୍ଳୀଳ ଭିଡ଼ିଓ ଭାଇରାଲ୍
ବ୍ରହ୍ମପୁର ଅଫିସ,୫ା୬: ଜନୈକା ନାବାଳିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖି ଭିଡ଼ିଓ ଭାଇରାଲ କରିବା ଅଭିଯୋଗରେ ଜଣେ ଯୁବକଙ୍କୁ ପୋଲିସ ଗିରଫ କରିଛି।...
‘ପାଖରେ ଟଙ୍କା ନାହିଁ ଘର ଚଳିବ କେମିତି’
ରାଉରକେଲା/ସୁନ୍ଦରଗଡ଼,୪।୬: ଲକଡାଉନ ଓ ଶଟଡାଉନ ଯୋଗୁଁ ଅଧିକ ପ୍ରଭାବିତ ହୋଇଛନ୍ତି ସେଲୁନ ଦୋକାନୀ। ଦୀର୍ଘ ଦିନ ହେଲା ଦୋକାନ ବନ୍ଦ ପଡିଥିବା ବେଳେ ବର୍ତ୍ତମାନ ସେମାନଙ୍କ...
ଟିକା ନେବା ସତ୍ତ୍ୱେ ସଂକ୍ରମଣ: କାରଣ ଖୋଜିବ ୮ଜଣିଆ କମିଟି
ଭୁବନେଶ୍ୱର, ୨୦।୬(ବ୍ୟୁରୋ): କରୋନା ଲଢ଼େଇରେ ସବୁଠାରୁ ବଡ଼ ଅସ୍ତ୍ର ହେଉଛି ଟିକା। ବାରମ୍ବାର ପରୀକ୍ଷଣ ପରେ ଏବେ ଦେଶରେ କୋଭିଶିଲ୍ଡ ଓ କୋଭାକ୍ସିନ ଟିକା ଦିଆଯାଉଛି।...


