E-Paper
  • logo
  • Sunday 26th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ସବ୍ୟସାଚୀଙ୍କ ପାଇଁ ବଞ୍ଚିଲା ୨ ଜୀବନ
10:35 amJune 8, 2021

ଭୁବନେଶ୍ୱର, ୮।୬(ବ୍ୟୁରୋ): କରୋନା ସମୟରେ ଅସହାୟଙ୍କୁ ସାହାଯ୍ୟ କରି ସମସ୍ତଙ୍କ ଆଦର୍ଶ ପାଲଟିଥିବା ଅଭିନେତା ସବ୍ୟସାଚୀ ମିଶ୍ର ଦେବଦୂତ ସାଜି ପୁଣି ଆଉ ୨ ଜୀବନ ବଞ୍ଚାଇଛନ୍ତି। କରୋନା ସଂକ୍ରମିତ ୭ ମାସର ଗର୍ଭବତୀଙ୍କୁ କୋରାପୁଟରୁ ଭୁବନେଶ୍ୱରର ଆମ୍ରି ହସ୍ପିଟାଲକୁ ସ୍ଥାନାନ୍ତର କରିଛନ୍ତି। ବର୍ତ୍ତମାନ ଉଭୟ ମହିଳା ଓ ଶିଶୁର ଅବସ୍ଥା ସ୍ଥିର ଥିବା ଜଣାପଡିଛି। ସୂଚନାଯୋଗ୍ୟ, କୋରାପୁଟର ବିଶ୍ୱ କଲ୍ୟାଣୀ ସାମଲ ଗର୍ଭବତୀ ଅବସ୍ଥାରେ ପଜିଟିଭ୍‌ ଚିହ୍ନଟ ହୋଇ ଚିକିତ୍ସିତ ହେଉଥିଲେ। ସ୍ବାସ୍ଥ୍ୟାବସ୍ଥାରେ ସମସ୍ୟା ଦେଖାଦେବାରୁ ତାଙ୍କୁ କୋରାପୁଟର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କ ଅବସ୍ଥା ଆହୁରି ଖରାପ ହେବା ସହ ଅକ୍ସିଜେନ ମାତ୍ରା କମିବାରେ ଲାଗିଥିଲା। ଏ ନେଇ କଲ୍ୟାଣୀଙ୍କ ସମ୍ପର୍କୀୟ ସବ୍ୟସାଚୀଙ୍କୁ ଟୁଇଟ୍‌ କରି ସହଯୋଗ ଲୋଡ଼ିଥିଲେ। ଏହାପରେ ସବ୍ୟସାଚୀ କୋରାପୁଟ ଜିଲା ପ୍ରଶାସନକୁ ଅବଗତ କରାଇବା ପରେ ତାଙ୍କ ପାଇଁ ପ୍ରଶାସନ ପକ୍ଷରୁ ଆମ୍ବୁଲାନ୍ସ ଯୋଗାଡ଼ କରାଯାଇଥିଲା। ସବ୍ୟସାଚୀଙ୍କ ଅନୁଷ୍ଠାନ ‘ସ୍ମାଇଲ୍‌ ପ୍ଲିଜ୍‌’ର ଭଲ୍ୟୁଣ୍ଟର ବାସୁଦେବଙ୍କ ସହାୟତାରେ ରବିବାର ରାତିରେ ତାଙ୍କୁ ଭୁବନେଶ୍ୱର ଅଣାଯାଇଥିଲା। ବାଟ ସାରା ଡା. ଅମ୍ରିତ ପାଟ୍ଟଜୋଷୀ, ଡା. ଦେବାଶିଷ ରାୟ ଓ ଡା. ଶୁଭେନ୍ଦୁ ମିଶ୍ର ସ୍ବାସ୍ଥ୍ୟାବସ୍ଥା ତଦାରଖ କରିଥିଲେ। ସୋମବାର ଭୁବନେଶ୍ୱରରେ ପହଞ୍ଚତ୍ବା ପରେ ତାଙ୍କୁ ଆମ୍ରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏଠାରେ ଡା. ଶରତ ଚନ୍ଦ୍ର ବେହେରା, ଡା. ହରପ୍ରିତ୍‌ କୌର ଓ ଡା. ଓମ୍‌ ପ୍ରତୀକ ସାହୁ ତାଙ୍କର ଚିକିତ୍ସା କରୁଛନ୍ତି। ଏ ନେଇ ସବ୍ୟସାଚୀ କୋରାପୁଟ ଜିଲାପାଳଙ୍କ ସମେତ ସମସ୍ତ ଡାକ୍ତରଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏଥିସହ ମା’ ଓ ଶିଶୁଙ୍କ ଆରୋଗ୍ୟ କାମନା କରିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ଡା. ମନୋଜ ସାହୁଙ୍କୁ ଜାତୀୟ ସମ୍ମାନ

ଭୁବନେଶ୍ୱର, ୫।୬ (ବ୍ୟୁରୋ): ସମ୍‌ ହସ୍ପିଟାଲର ଗ୍ୟାଷ୍ଟ୍ରୋଏଣ୍ଟ୍ରୋଲୋଜି ବିଭାଗ ମୁଖ୍ୟ ଡାକ୍ତର ମନୋଜ କୁମାର ସାହୁଙ୍କୁ ‘କାମରାଜ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଏଜୁକେଶନ ଆଣ୍ଡ୍‌ ରିସର୍ଚ୍ଚ’ ସମ୍ମାନ...

ନିରଞ୍ଜନ ସେଠୀ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ

ଭୁବନେଶ୍ୱର,୧।୬(ବ୍ୟୁରୋ): ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ମଙ୍ଗଳବାର ଅବସର ଗ୍ରହଣ କରିଛନ୍ତି। ଏହାପରେ ତାଙ୍କ ସ୍ଥାନରେ ଏବେ ନୀରଞ୍ଜନ ସେଠୀ...

୧୧ରେ କଂଗ୍ରେସର ରାଜ୍ୟବ୍ୟାପୀ ବିକ୍ଷୋଭ

ଭୁବନେଶ୍ୱର,୯ା୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହରରେ ସମଗ୍ର ଦେଶ ଛଟପଟ ହେଉଥିବା ବେଳେ କେନ୍ଦ୍ରର ମୋଦି ସରକାର ଲଗାତର ଭାବେ ପେଟ୍ରୋଲ ଓ ଡିଜେଲର ଦର ବୃଦ୍ଧି...

ଦ୍ୱାଦଶ ମୂଲ୍ୟାୟନ ସୂତ୍ରକୁ ମୋହର

ଭୁବନେଶ୍ୱର,୨୩।୬(ବ୍ୟୁରୋ)କରୋନା ଯୋଗୁ ବାତିଲ ହୋଇଯାଇଥିବା କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଏବଂ କାଉନ୍‌ସିଲ ଫର୍‌ ଦି ଇଣ୍ଡିଆନ୍‌ ସ୍କୁଲ ସାର୍ଟିଫିକେଟ୍‌ ଏକ୍‌ଜାମିନେଶନ (ସିଆଇଏସ୍‌ସିଇ) ଦ୍ୱାଦଶ...

କୃଷି ଯନ୍ତ୍ରପାତି ବିକ୍ରି ଆଳରେ ୩.୫କୋଟି ରିହାତି ହଡ଼ପ

ବରଗଡ଼ ଅଫିସ୍‌,୨୩।୬: କୃଷି ଯନ୍ତ୍ରପାତି ବିକ୍ରି ଆଳରେ ରିହାତି ତୋଷରପାତ ଭଳି ଏକ ବଡ଼ ଧରଣର ଅନିୟମିତତା କ୍ରାଇମବ୍ରାଞ୍ଚ ଆର୍ଥିକ ଅପରାଧ ଶାଖା ହାତରେ ଲାଗିଛି।...

ପାହାଡ଼ିଆ ଅଞ୍ଚଳରେ ସୁଧୁରିବ ଜଳ ସମସ୍ୟା

ଖଇରା, ୪।୬-ବାଲେଶ୍ୱର ଜିଲା ଖଇରା ବ୍ଲକର ଉପାନ୍ତ ପାହାଡିଆ ଅଞ୍ଚଳରେ ବସବାସ କରୁଥିବା ଅଧିବାସୀଙ୍କ ପାଇଁ ଖୁସି ଖବର ା ଖୁବଶୀଘ୍ର ବର୍ଷ ବର୍ଷ ଧରି...

ଚିନ୍ତା ବଢ଼ାଉଛି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୭ ଜୀବନ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ରାଜ୍ୟରେ ପୁଣି ଦୈନିକ ସଂକ୍ରମଣ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବି ଲାଗୁନି ବ୍ରେକ୍‌। ଶନିବାର ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନାଜନିତ ୪୭...

ବର୍ଷକରେ ୫ଗୁଣା ବଢ଼ିଲା ଲୁହାପଥର ମୂଲ୍ୟ

ଯାଜପୁର ଅଫିସ,୧୧।୬: ଲୁହାପଥର ଅଭାବ ଓ ଅହେତୁକ ମୂଲ୍ୟବୃଦ୍ଧି ଯୋଗୁ ରାଜ୍ୟରେ ଗଢ଼ିଉଠିଥିବା ଇସ୍ପାତ୍‌ କାରଖାନାଗୁଡିକ ବନ୍ଦ ହେବା ଆଶଙ୍କା ସୃଷ୍ଟି ହୋଇଛି। ଗତ ବର୍ଷକ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପାଣି ତଳେ ଧାରଣା ଦେଇ ପ୍ରଶାସକଙ୍କୁ ହଟାଇବା ପାଇଁ ଦାବି…
Next Post Next post:
ନୀଳଗିରି ବିଧାୟକଙ୍କ ବିରୋଧରେ ଏତଲା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts