ଭୁବନେଶ୍ୱର,୮।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଥିବା ବେଳେ ମଙ୍ଗଳବାର ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଆଜି ରାଜ୍ୟରେ ୫,୮୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୩,୩୩୨ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୨,୫୬୪ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୮ ଲକ୍ଷ ୨୫ ହଜାର ୧୧୦ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୮୫୩ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୩୮୫, ବାଲେଶ୍ୱରରୁ ୩୭୩, ବରଗଡ଼ରୁ ୯୯, ଭଦ୍ରକରୁ ୩୭୦, ବଲାଙ୍ଗୀରରୁ ୭୭, ବୌଦ୍ଧରୁ ୭୩, କଟକରୁ ୩୪୯, ଦେବଗଡ଼ରୁ ୨୨, ଢେଙ୍କାନାଳରୁ ୩୦୬, ଗଜପତିରୁ ୪୪, ଗଞ୍ଜାମରୁ ୩୫, ଜଗତ୍ସିଂହପୁରରୁ ୨୩୨, ଯାଜପୁରରୁ ୪୧୩, ଝାରସୁଗୁଡ଼ାରୁ ୫୪, କଳାହାଣ୍ଡିରୁ ୫୩, କନ୍ଧମାଳରୁ ୬୫, କେନ୍ଦ୍ରାପଡ଼ାରୁ ୨୩୫, କେନ୍ଦୁଝରରୁ ୧୦୩ ଆକ୍ରାନ୍ତ ଅଛନ୍ତି। ସେହିପରି କୋରାପୁଟରୁ ୧୯୨, ମାଲକାନଗିରିରୁ ୧୧୬, ମୟୂରଭଞ୍ଜରୁ ୨୬୧, ନବରଙ୍ଗପୁରରୁ ୧୭୪ , ନୟାଗଡ଼ରୁ ୧୭୭, ନୂଆପଡ଼ାରୁ ୩୭, ପୁରୀରୁ ୨୪୧, ରାୟଗଡ଼ାରୁ ୧୬୬, ସମ୍ବଲପୁରରୁ ୯୨ ସୁବର୍ଣ୍ଣପୁରରୁ ୭୭ ଓ ସୁନ୍ଦରଗଡ଼ରୁ ୧୧୩ ଥିବା ବେଳେ ଷ୍ଟେଟ୍ ପୁଲ୍ରୁ ୧୪୫ ଅଛନ୍ତି।
Posted inକରୋନା ଭାଇରସ୍, ମେଟ୍ରୋ, ରାଜ୍ୟ View All
ବର୍ଷକରେ ୫ଗୁଣା ବଢ଼ିଲା ଲୁହାପଥର ମୂଲ୍ୟ
ଯାଜପୁର ଅଫିସ,୧୧।୬: ଲୁହାପଥର ଅଭାବ ଓ ଅହେତୁକ ମୂଲ୍ୟବୃଦ୍ଧି ଯୋଗୁ ରାଜ୍ୟରେ ଗଢ଼ିଉଠିଥିବା ଇସ୍ପାତ୍ କାରଖାନାଗୁଡିକ ବନ୍ଦ ହେବା ଆଶଙ୍କା ସୃଷ୍ଟି ହୋଇଛି। ଗତ ବର୍ଷକ...
ଅମ୍ବାଳିଅଠା ନିକଟରେ ସିରିଜ୍ ଦୁର୍ଘଟଣା: ୨ ମୃତ; ଡମ୍ପର ଡ୍ରାଇଭରଙ୍କ ହାତ ଗୋଡ଼ ବାନ୍ଧିଦେଲେ ଲୋକେ
ବାଲେଶ୍ୱର ଅଫିସ, ଜଳେଶ୍ୱର(ଡି.ଏନ୍.ଏ.),୪।୬: ବାଲେଶ୍ୱର ଜିଲା ଜଳେଶ୍ୱର ୫୭ନଂ ରାଜ୍ୟ ରାଜପଥ ନିକଟରେ ଶୁକ୍ରବାର ଏକ ସିରିଜ୍ ଦୁର୍ଘଟଣା ଘଟିଛି। ଏଥିରେ ଦୁଇଜଣଙ୍କ ମୃତ୍ୟୁ ହୋଇଛି।...
ରାଜ୍ୟରେ ଆଜି ୩,୫୩୫ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧୬।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୩,୫୩୫ କରୋନା ଆକ୍ରାନ୍ତ...
ସାବରମତି ନଦୀରେ କୋଭିଡ-୧୯ ଭାଇରସ୍
ଅହମଦାବାଦ,୧୮।୭: କରୋନା ଭାଇରସ୍ର ଦ୍ୱିତୀୟ ଲହରର ସ୍ଥିତି ଏବେ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। କିନ୍ତୁ ଦେଶରେ କରୋନା ସଙ୍କଟ ଏବେ ବି ଜାରି ରହିଛି।...
ରାଜ୍ୟବାସୀଙ୍କୁ ‘ରଜ’ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୪ା୬(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଚଳିତବର୍ଷ ରଜ ପର୍ବ ପାଳନ ଉପରେ କଟକଣା ଜାରି କରାଯାଇଛି। ଫଳରେ ଘରେ ରହି ଲୋକେ ପହିଲି ରଜ...
ଯୁକ୍ତ ୨ମୂଲ୍ୟାୟନ: ଦଶମ ମାର୍କ ପାଖାପାଖି ନ ହେଲେ ତା’ଠୁ ଅଧିକ ମିଳିବ
ଭୁବନେଶ୍ୱର,୨୦।୬(ବ୍ୟୁରୋ): ଯୁକ୍ତ ୨ ପରୀକ୍ଷା ବାତିଲ ପରେ ମୂଲ୍ୟାୟନକୁ ନେଇ ଛାତ୍ରୀଛାତ୍ର ଓ ଅଭିଭାବକଙ୍କ ଚିନ୍ତା ବଢ଼ିଥିଲା। ଏକ ପ୍ରକାର ସମସ୍ତେ ସସ୍ପେନ୍ସରେ ଥିଲେ, କିପରି...
ବାଘ, ସିଂହର କରୋନା ମୃତ୍ୟୁ
ରାଞ୍ଚି/ଚେନ୍ନାଇ: ତାମିଲନାଡୁର ଭଣ୍ଡାଲୁରସ୍ଥିତ ଆରିଗ୍ନାର ଆନ୍ନା ଜାତୀୟ ଉଦ୍ୟାନରେ ୯ ସିଂହ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୯ ବର୍ଷର ଏକ ମାଈ...
ଟିକା ଗ୍ଲୋବାଲ ଟେଣ୍ଡରକୁ ଧକ୍କା
ଭୁବନେଶ୍ୱର,୨ା୬(ବ୍ୟୁରୋ):ରାଜ୍ୟ ସରକାର ୧୮ରୁ ୪୪ ବର୍ଷର ଲୋକଙ୍କୁ ମାଗଣାରେ କୋଭିଡ୍ ଟିକା ଯୋଗାଇବାକୁ ଘୋଷଣା କରିଛନ୍ତି। ହେଲେ ଟିକା ସଂଗ୍ରହ କରିବା ଏବେ ସରକାରଙ୍କ ପାଇଁ...


