ନୂଆଦିଲ୍ଲୀ,୮।୬: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ମଙ୍ଗଳବାର ଦିଲ୍ଲୀରେ ପହଞ୍ଚି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ସହ ସମ୍ପର୍କ ଏବଂ ସାକ୍ଷାତ ସମ୍ପର୍କରେ ପଚରାଯାଇଥିବା ପ୍ରଶ୍ନର ଉତ୍ତରରେ ଠାକରେ ଏକ ଅଜବ ଉତ୍ତର ଦେଇଛନ୍ତି। ଉଦ୍ଧବ ଠାକରେ କହିଛନ୍ତି ଯେ, ଯଦିଓ ଆମେ ରାଜନୈତିକ ସ୍ତରରେ ଏକାଠି ନାହୁଁ, ଏହାର ଅର୍ଥ ନୁହେଁ ଯେ ଆମର ସମ୍ପର୍କ ସମାପ୍ତ ହୋଇଛି। ମୁଁ କୌଣସି ନୱାଜ ସରିଫ(ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ)ଙ୍କୁ ଭେଟିବାକୁ ଯାଇ ନଥିଲି। ତେଣୁ ଯଦି ମୁଁ ତାଙ୍କୁ ବ୍ୟକ୍ତିଗତ ଭାବରେ ସାକ୍ଷାତ କରେ ତେବେ ସେଥିରେ କ’ଣ ଭୁଲ ଅଛି। ପ୍ରଧାନମନ୍ତ୍ରୀ ଆମର ସମସ୍ତ ଆଲୋଚନାକୁ ଗମ୍ଭୀରତାର ସହ ଶୁଣୁଛନ୍ତି ବୋଲି ଉଦ୍ଧବ କହିଛନ୍ତି। ଏହି ବୈଠକରେ ମରାଠା ସଂରକ୍ଷଣ, ଜିଏସ୍ସି ସମେତ ୧୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା କରାଯାଇଛି।
ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ଏବଂ ଶିବସେନା ମୁଖ୍ୟ ଉଦ୍ଧବ ଠାକରେଙ୍କ ଏହି ସାକ୍ଷାତ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ମୁଖ୍ୟମନ୍ତ୍ରୀ ହେବା ପରେ ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ଉଦ୍ଧବ ଠାକରେଙ୍କ ମଧ୍ୟରେ ଏହା ହେଉଛି ଦ୍ୱିତୀୟ ବୈଠକ। ଏହି ବୈଠକରେ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର, ମନ୍ତ୍ରୀ ଅଶୋକ ଚହ୍ବାନଙ୍କ ମଧ୍ୟ ଉଦ୍ଧବଙ୍କ ସହ ଉପସ୍ଥିତ ଥିଲେ।
ସ୍ତନ୍ୟପାନ କରାଉଥିବା ମା’ଙ୍କୁ ମିଳୁ ଓ୍ବାର୍କ ଫ୍ରମ୍ ହୋମ୍ ସୁବିଧା: ରାଜ୍ୟ ସରକାରଙ୍କୁ କେନ୍ଦ୍ରର ପରାମର୍ଶ …
ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସ୍ଥିତି ହୋଇଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ ସମସ୍ତ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳକୁ ନୂଆ...
୧୫ ଜୁନ୍ରୁ ଲଭ୍ ଜିହାଦ୍ ଆଇନ: ଦୋଷୀଙ୍କୁ ୧୦ ବର୍ଷ ପର୍ଯ୍ୟନ୍ତ ଜେଲ୍…
ଅହମଦାବାଦ,୫।୬: ଲଭ୍ ଜିହାଦ୍ ଆଇନ୍ ଗୁଜରାଟରେ ୧୫ ଜୁନ୍ରୁ ପ୍ରଣୟନ ହେବାକୁ ଯାଉଛି। ଏହି ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ୧୦ ବର୍ଷ ପର୍ଯ୍ୟନ୍ତ ଜେଲ୍...
ସଂଶୋଧନ ହୋଇପାରିବ ଟିକା ପ୍ରମାଣପତ୍ର ତ୍ରୁଟି
ନୂଆଦିଲ୍ଲୀ, ୧୦ା୬: ଟିକା ନେଇଥିବା ବ୍ୟକ୍ତିଙ୍କ ପ୍ରମାଣପତ୍ରରେ କୌଣସି ତ୍ରୁଟି ଥିଲେ ଏଣିକି ସେମାନେ କୋଓ୍ବିନ୍ ଆପ୍ ଯୋଗେ ତାହାକୁ ସଂଶୋଧନ କରିପାରିବେ। କେନ୍ଦ୍ର ସରକାରଙ୍କ...
ତୃତୀୟ ଲହର ମୁକାବିଲା ପ୍ରସ୍ତୁତି: ୫ହଜାର ସ୍ବାସ୍ଥ୍ୟସହାୟକଙ୍କୁ ଦିଆଯିବ ତାଲିମ୍
ନୂଆଦିଲ୍ଲୀ,୧୬।୫: କରୋନାର ସମ୍ଭାବ୍ୟ ତୃତୀୟ ଲହର ସହ ମୁକାବିଲା ନେଇ ଦିଲ୍ଲୀ ସରକାର ଆଗୁଆ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଡାକ୍ତରୀ କର୍ମଚାରୀଙ୍କ ଅଭାବକୁ ଧ୍ୟାନରେ ରଖି...
କେକ୍-ପେଷ୍ଟ୍ରିରେ ଡ୍ରଗ୍ସ୍ ମିଶାଇ ବିକ୍ରି: ଏନ୍ସିବିର ତନାଘନା…
ମୁମ୍ବାଇ,୧୩।୬: ଡ୍ରଗ୍ସ୍ ଚୋରା କାରବାରର ପର୍ଦ୍ଦାଫାଶ୍ ମୁମ୍ବାଇରେ ହୋଇଛି। ଏନ୍ସିବି ପକ୍ଷରୁ ଏନେଇ ତନାଘନା ଆରମ୍ଭ ହୋଇଛି। ଅଭିଯୁକ୍ତମାନେ କେକ୍ ଏବଂ ପେଷ୍ଟ୍ରିରେ ଡ୍ରଗ୍ସ୍ ମିଶାଇ...
ସ୍କୁଲରେ ୫ମ ଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର
ଚଣ୍ଡିଗଡ଼,୧୧।୬ : ଜଣେ ୧୦ ବର୍ଷୀୟା ନାବାଳିକାଙ୍କୁ ହରିୟାଣାର ଏକ ସ୍କୁଲରେ ଜଣେ ବ୍ୟକ୍ତି ଓ ୮ ନାବାଳକ ଗଣବଳାତ୍କାର କରିଛନ୍ତି। ଘଟଣାର ଭିଡିଓ ଭାଇରାଲ...
ଟିକା ପାଇଁ କମ୍ପାନୀ ରିହାତି
ବେଙ୍ଗାଲୁରୁ, ୨୪।୬: କୋଭିଡ୍ ଟିକାକୁ ନେଇ କେତେକଙ୍କ ମଧ୍ୟରେ ରହିଥିବା କୁଣ୍ଠାବୋଧ ଦୂର କରିବା ଓ ଟିକାକରଣ ଅଭିଯାନରେ ବହୁସଂଖ୍ୟାରେ ସାମିଲ ହେବାକୁ ପ୍ରୋତ୍ସାହିତ କରିବା...
ବିପଦ ଉପରେ ପୁଣି ନୂଆ ବିପଦ: ୬ରୁ ୮ସପ୍ତାହ ମଧ୍ୟରେ ତୃତୀୟ ଲହର…
ନୂଆଦିଲ୍ଲୀ,୧୯।୬: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଶେଷ ନ ହେଉଣୁ ପୁଣି ନୂଆ ବିପଦ ମାଡ଼ି ଆସୁଥିବା ନେଇ ଏମ୍ସ୍ ପକ୍ଷରୁ ସୂଚନା ଦିଆଯାଇଛି।...


