ଭୁବନେଶ୍ୱର,୯ା୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହରରେ ସମଗ୍ର ଦେଶ ଛଟପଟ ହେଉଥିବା ବେଳେ କେନ୍ଦ୍ରର ମୋଦି ସରକାର ଲଗାତର ଭାବେ ପେଟ୍ରୋଲ ଓ ଡିଜେଲର ଦର ବୃଦ୍ଧି କରିଚାଲିଛନ୍ତି। ଏହାର ପ୍ରତିବାଦରେ ପ୍ରଦେଶ କଂଗ୍ରେସ କମିଟି(ପିସିସି) ପକ୍ଷରୁ ରାଜ୍ୟବ୍ୟାପୀ ବିକ୍ଷୋଭ ଓ ଧାରଣା ଦେବାକୁ ଡାକରା ଦିଆଯାଇଛି। ଜୁନ୍ ୧୧ ଶୁକ୍ରବାର ପୂର୍ବାହ୍ନ ୭ ଟାରୁ ୧୧ଟା ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ସହରାଞ୍ଚଳ ଓ ଗ୍ରାମାଞ୍ଚଳ ପେଟ୍ରୋଲ ପମ୍ପ ଆଗରେ କଂଗ୍ରେସ ବିକ୍ଷୋଭ କରାଯିବ। ମଙ୍ଗଳବାର ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଏକ ପ୍ରେସ୍ ବିଜ୍ଞପ୍ତି ଜରିଆରେ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ତୈଳ ଦର ବୃଦ୍ଧି ଯୋଗୁ ଜନସାଧାରଣ ତ୍ରାହି ତ୍ରାହି ଡାକୁଛନ୍ତି। ଦେଶର କେତେକ ଅଞ୍ଚଳରେ ପେଟ୍ରୋଲ ଓ ଡିଜେଲ ଦର ଲିଟର ପ୍ରତି ୧୦୦ ଟଙ୍କା ଅତିକ୍ରମ କରି ସାରିଲାଣି। ତୈଳ ଦର ବୃଦ୍ଧି ଯୋଗୁ ନିତ୍ୟ ବ୍ୟବହୃତ ଖାଦ୍ୟ ସାମଗ୍ରୀ ଦର ଆକାଶଛୁଅଁା ହୋଇଛି। ଗତ ୧୩ ମାସ ମଧ୍ୟରେ ପେଟ୍ରୋଲ ଲିଟର ପିଛା ଦର ୫.୭୨ ଟଙ୍କା ବୃଦ୍ଧି ପାଇଥ୍ତ୍ବା ବେଳେ ଡିଜେଲ ଦର ଲିଟର ପିଛା ୨୩.୯୩ ଟଙ୍କା ବଢ଼ିଛି। ଚଳିତବର୍ଷ ଗତ ୫ମାସ ମଧ୍ୟରେ ୪୩ ଥର ତୈଳ ଦର ବୃଦ୍ଧି ହୋଇଛି। ସରକାର ଟିକସ ବୃଦ୍ଧି ବାହାନାରେ ମହାମାରୀ ସମୟରେ ଲୋକଙ୍କୁ ଲୁଟି ଚାଲିଛନ୍ତି। ତୁରନ୍ତ ପେଟ୍ରୋଲ ଓ ଡିଜେଲ ଦର ହ୍ରାସ କରିବାକୁ କଂଗ୍ରେସ ଦାବି କରିଛି। ବିକ୍ଷୋଭ ସମୟରେ କୋଭିଡ୍-୧୯ର ସମସ୍ତ ନୀତିନିୟମକୁ ଅନୁପାଳନ କରି ଯଥା ମାସ୍କ ପିନ୍ଧିବା, ସାମାଜିକ ଦୂରତାକୁ ବଜାୟ ରଖି ବ୍ୟାନର, ପ୍ଲାକାର୍ଡ ଧରି ଜନସାଧାରଣଙ୍କୁ କେନ୍ଦ୍ର ସରକାରଙ୍କ ବିଫଳତା ବିଷୟରେ ସୂଚାଇବାକୁ ପିସିିସି ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏହି କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ଜିଲା, ବ୍ଲକ, ନଗର ସ୍ତରରେ ଜିଲା କଂଗ୍ରେସ ସଭାପତିମାନେ ପ୍ରସ୍ତୁତି ବୈଠକ ଡାକି ସମସ୍ତ କଂଗ୍ରେସ ନେତୃମଣ୍ଡଳୀ, ବିଧାୟକଗଣ ଓ ଏମ୍ପି, ପ୍ରାକ୍ତନ ବିଧାୟକ ଓ ଏମ୍ପି, ବିଧାୟକ ଓ ଏମ୍ପି ପ୍ରାର୍ଥୀ, ଏଆଇସିସି ଓ ପିସିସି ସଦସ୍ୟ, ଛାମୁଆ ସଂଗଠନ, ବିଭାଗ ଓ ପ୍ରକୋଷ୍ଠର ମୁଖ୍ୟ କର୍ମକର୍ତ୍ତାଙ୍କୁ ସାମିଲ କରିବାକୁ ନିରଞ୍ଜନ ଆହ୍ବାନ ଦେଇଛନ୍ତି।
କରୋନାର ତୃତୀୟ ଲହର ପାଇଁ ରାଜ୍ୟ ସରକାର ପ୍ରସ୍ତୁତ
ଭୁବନେଶ୍ୱର,୧୮ା୬(ବ୍ୟୁରୋ): କରୋନାର ତୃତୀୟ ଲହର ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି। ଏସ୍ଓପି ଜାରି ସହ ଭିତ୍ତିଭୂମି ପ୍ରସ୍ତୁତି ରହିଛି ବୋଲି ଡିଏମ୍ଇଟି ସିବିକେ ମହାନ୍ତି...
ତାରାପ୍ରସାଦ ବାହିନୀପତି ଅସୁସ୍ଥ
ଭୁବନେଶ୍ୱର,୬ା୬(ବ୍ୟୁରୋ): ଜୟପୁର ବିଧାୟକ ତଥା କଂଗ୍ରେସର ବରିଷ୍ଠ ନେତା ତାରା ପ୍ରସାଦ ବାହିନୀପତି କରୋନାରେ ଆକ୍ରାନ୍ତ ହୋଇଥିବା ଜଣାଯାଇଛି। ତାଙ୍କୁ ଭୁବନେଶ୍ୱରସ୍ଥ ଏକ ଘରୋଇ ହସ୍ପିଟାଲରେ...
ଆଜି ରାଜ୍ୟରୁ ୪୩୩୯ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧୪ା୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କିଛିଦିନ ହେବ କମିବାରେ ଲାଗିଛି। ତେବେ ସୋମବାର ରାଜ୍ୟରୁ ୪୩୩୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ...
‘ପିନାକ୍’ର ସଫଳ ପରୀକ୍ଷଣ
ବାଲେଶ୍ୱର ଅଫିସ,୨୫।୬: ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ କେନ୍ଦ୍ର (ଆଇଟିଆର୍)ରେ ଶୁକ୍ରବାର ମଲ୍ଟି ବ୍ୟାରେଲ ରକେଟ୍ ଲଞ୍ଚର (ଏମ୍ବିଆର୍ଏଲ୍)ରୁ ପରିବର୍ଦ୍ଧିତ ରେଞ୍ଜ ୧୨୨ଏମ୍ଏମ୍ କାଲିବର...
ରାଜ୍ୟରେ ୪ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ
ଭୁବନେଶ୍ୱର,୧୫।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ମୃତ୍ୟୁସଂଖ୍ୟା ଚିନ୍ତା ବଢ଼ାଉଥିବା ବେଳେ ମଙ୍ଗଳବାର ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଆଜି ରାଜ୍ୟରେ ୩,୪୦୫ ଜଣ...
ଯୁକ୍ତିତର୍କରୁ ଭୁଜାଲି ଚୋଟ
କେନ୍ଦୁଝର, ୨୬ା୬: ସାମାନ୍ୟ ବଚସାରୁ ସ୍ବାମୀଙ୍କ ଭୁଜାଲି ଚୋଟରେ ଚାଲିଯାଇଛି ସ୍ତ୍ରୀଙ୍କ ଜୀବନ। କେନ୍ଦୁଝର ସଦର ଥାନା ଅଧୀନ ହାଣ୍ଡିଭଙ୍ଗା ଗ୍ରାମରେ ଶନିବାର ସନ୍ଧ୍ୟାରେ ଘଟିଛି...
ସବୁଜ ବଳୟ ଉଜାଡ଼ି ବିପର୍ଯ୍ୟୟକୁ ସାମ୍ନା
ଭୁବନେଶ୍ୱର,୧ା୬(ବ୍ୟୁରୋ): ବିକାଶ ନଁାରେ ରାଜ୍ୟରେ ବୃକ୍ଷସମ୍ପଦକୁ କାଟି ପଦା କରି ଦିଆଯାଉଛି। ଫଳରେ ପରିବେଶ ସନ୍ତୁଳନ ବିଗିଡ଼ିବା ସହ ଜଳବାୟୁର ପ୍ରତିକୂଳ ପରିସ୍ଥିତି ଭୋଗିବାକୁ ପଡୁଛି।...
ବେଦାନ୍ତର ଅସୁରକ୍ଷିତ ଖଣି
ଯାଜପୁର ଅଫିସ,୧୫।୬: ବେଦାନ୍ତ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଯାଜପୁର ଜିଲା ସୁକିନ୍ଦା ବ୍ଲକର ଓସ୍ତପାଳ କ୍ରୋମାଇଟ ଖଣି ଅସୁରକ୍ଷିତ ହୋଇପଡ଼ିଛି। କାରଣ ଖଣି ଗର୍ତ୍ତଠାରୁ ମାତ୍ର...


