ଭୁବନେଶ୍ୱର, ୯/୬(ବ୍ୟୁରୋ):ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆସନ୍ତା ୨ରୁ ୩ଦିନ ମଧ୍ୟରେ ଓଡ଼ିଶା ଛୁଇଁବ। ଏ ନେଇ ମଙ୍ଗଳବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମଙ୍ଗଳବାର ମହାରାଷ୍ଟ୍ରର ଆଲିବାଗ, ପୁଣେ ଆଦି ସ୍ଥାନରେ ପହଞ୍ଚତ୍ଛି। ସେହିପରି ଦକ୍ଷିଣପୂର୍ବ ଭାରତରେ ଏହା ଆନ୍ଧ୍ରପ୍ରଦେଶର ଆଉ କିଛି ଅଞ୍ଚଳ ଯେପରିକି ଶ୍ରୀହରିକୋଟା, ରେଣ୍ଟାଚିନ୍ତଲାକୁ ଛୁଇଁଛି। ଆଗାମୀ ୨ରୁ ୩ ଦିନ ମଧ୍ୟରେ ଓଡ଼ିଶାର କେତେକ ଅଞ୍ଚଳକୁ ଛୁଇଁବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଆସନ୍ତା ୧୧ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୦ରୁ ୧୪ ପର୍ଯ୍ୟନ୍ତ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ୧୧ ଓ ୧୨ରେ ରାଜ୍ୟର ଅନେକ ସ୍ଥାନରେ ପ୍ରଳବରୁ ଅତି ପ୍ରବଳ ବର୍ଷା ହେବ। ୧୧ରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, କଟକ, ଅନୁଗୋଳ, ଢେଙ୍କାନାଳ, ପୁରୀ ଓ ଖୋର୍ଦ୍ଧା ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ସେହିପରି ୧୨ରେ ବଲାଙ୍ଗୀର, ସୋନପୁର, ବୌଦ୍ଧ, ସମ୍ବଲପୁର, ବରଗଡ଼, କଳାହାଣ୍ଡି ଓ ନୂଆପଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ସେଥିପାଇଁ ଏହି ଦୁଇଦିନ ଏସବୁ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର। ମଙ୍ଗଳବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ନୟାଗଡ଼ରେ ସର୍ବାଧିକ ୨୯ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ଅନ୍ୟପକ୍ଷରେ ୬ଟି ସହରରେ ତାପମାତ୍ରା ୪୦ଡିଗ୍ରୀ ଉପରେ ରହିଥିଲା। ବୌଦ୍ଧରେ ସର୍ବାଧିକ ୪୧ଡିଗ୍ରୀ ରହିଥିବା ବେଳେ ସୋନପୁର ୪୦.୮, ବଲାଙ୍ଗୀର ୪୦.୪, ଟିଟିଲାଗଡ଼ ୪୦.୨, ଭବାନୀପାଟଣା ଓ ସୁନ୍ଦରଗଡ଼ରେ ୪୦ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।
ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୩୭ ଜଣଙ୍କ ମୃତ୍ୟୁ
ଭୁବନେଶ୍ୱର,୧।୬(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ କରୋନା ଆଉ ୩୭ ଜଣଙ୍କ ଜୀବନ ନେଇଛି।...
ମୁମ୍ବାଇ ଗଲା କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ ଟିମ୍
ଭୁବନେଶ୍ୱର,୧୯।୬(ବ୍ୟୁରୋ): କଟକରୁ ବିପୁଳ ପରିମାଣର ନକଲି କରୋନା ଔଷଧ ଜବତ ଘଟଣାରେ ଏବେ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍ଟିଏଫ୍) ଖୋଳତାଡ଼ କରୁଛି। ଗୁରୁବାର ଔଷଧ...
ସବ୍ୟସାଚୀଙ୍କ ପାଇଁ ବଞ୍ଚିଲା ୨ ଜୀବନ
ଭୁବନେଶ୍ୱର, ୮।୬(ବ୍ୟୁରୋ): କରୋନା ସମୟରେ ଅସହାୟଙ୍କୁ ସାହାଯ୍ୟ କରି ସମସ୍ତଙ୍କ ଆଦର୍ଶ ପାଲଟିଥିବା ଅଭିନେତା ସବ୍ୟସାଚୀ ମିଶ୍ର ଦେବଦୂତ ସାଜି ପୁଣି ଆଉ ୨ ଜୀବନ...
ଟିକା ନେଇନାହାନ୍ତି ୧,୯୭,୨୧୭ କୋଭିଡ୍ ଯୋଦ୍ଧା
ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ ଟିକା ନେଇନାହାନ୍ତି ପାଖାପାଖି ୨ ଲକ୍ଷ କୋଭିଡ୍ ଯୋଦ୍ଧା। ନାମ ପଞ୍ଜୀକରଣ କରି ମଧ୍ୟ ୧,୯୭,୨୧୭ ଜଣ କୋଭିଡ୍ ଯୋଦ୍ଧା ଟିକା ନେଇନାହାନ୍ତି।...
କରୋନାରେ ଚାଲିଗଲେ କଣ୍ଠଶିଳ୍ପୀ ତପୁ ମିଶ୍ର
ଭୁବନେଶ୍ୱର,୧୯।୬(ବ୍ୟୁରୋ): ଲୋକପ୍ରିୟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଶନିବାର ପରଲୋକ ଘଟିଛି। ତାଙ୍କୁ ୩୬ ବର୍ଷ ବୟସ ହୋଇଥିଲା। ନିକଟରେ ସେ...
ଚିଲିକାରୁ ଚୋରି ହେଉଛି ପାଣି
ଖୋର୍ଦ୍ଧା ଅଫିସ,୨୨।୬: ଏସିଆ ମହାଦେଶର ବୃହତ୍ତମ ଲୁଣା ହ୍ରଦ ‘ଚିଲିକା’ରୁ ପାଣି ଚୋରି ହେଉଛି। ଚିଲିକାକୁ ଲାଗି ରହିଥିବା ଶତାଧିକ ଏକର ଜମିକୁ କେତେକ ମାଫିଆ...
ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତ
ଭୁବନେଶ୍ବର,୧୯।୬: ରାଜ୍ୟର ବିଭିନ୍ନ ଜିଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶନିବାର...
‘ଆମ ପାଇଁ ୪ରୁ ୬ ସପ୍ତାହ ଗୁରୁତ୍ୱପୂର୍ଣ୍ଣ’
ଭୁବନେଶ୍ୱର,୨୩।୬(ବ୍ୟୁରୋ): କରୋନା ସଂକ୍ରମଣ ହ୍ରାସ ପାଉଥିବା ବେଳେ ଏବେ ‘ଡେଲ୍ଟା ପ୍ଲସ୍’ ଭାରିଆଣ୍ଟକୁ ନେଇ ଚିନ୍ତା ବଢ଼ିଲାଣି। ଓଡ଼ିଶାରେ ଏ ପର୍ଯ୍ୟନ୍ତ କୌଣସି ଡେଲ୍ଟା ପ୍ଳସ୍...


