ବାଲିଗୁଡ଼ା,୯ା୬(ଡି.ଏନ୍.ଏ.): ମହାମାରୀ କରୋନା ସଂକ୍ରମଣ ରୋକିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ଲକ୍ଡାଉନ୍ ଶଟ୍ଡାଉନ୍ ପ୍ରକ୍ରିୟାକୁ କଡ଼ାକଡ଼ି କରାଯାଇଛି। ଫଳରେ ରାଜ୍ୟରେ ବର୍ତ୍ତମାନ ସଂକ୍ରମିତଙ୍କ ସଂଖ୍ୟା କମିଛି ହେଲେ ବିପଦ ଟଳିନି। ଏଭଳି ପରିସ୍ଥିତିରେ କୋଭିଡ୍ ନିୟମ ଉଲ୍ଲଂଘନ କରି ସାବିତ୍ରୀ ଅମାବାସ୍ୟାକୁ ନେଇ କନ୍ଧମାଳ ଜିଲା ବାଲିଗୁଡ଼ା ବଜାରରେ ନାହିଁ ନ ଥିବା ଭିଡ଼ ପରିଲକ୍ଷିତ ହୋଇଛି । ଅତ୍ୟାବଶ୍ୟକ ଦୋକାନ ସମେତ ଅନ୍ୟ ସମସ୍ତ ଦୋକାନ ଖୋଲାଯାଇଥିଲା। ଏହାକୁ ନେଇ ବାଲିଗୁଡ଼ା ତହସିଲଦାର ଶଶାଙ୍କ ଶେଖର ପାତ୍ର ନିଜ ଟିମ୍ ସହ ଚଢ଼ାଉ କରି ୧୮ଟି ଦୋକାନ ସିଲ୍ କରିଛନ୍ତି। ଏହାକୁ ନେଇ କିଛି ବ୍ୟବସାୟୀ ପ୍ରଶାସନ ସହ ମୁହାଁମୁହିଁ ହୋଇଥିବା ଜଣାପଡ଼ିଛି। ଉତ୍ତେଜିତ ପରିସ୍ଥିତି ସୃଷ୍ଟି ହେବା ପରେ ଘଟଣାସ୍ଥଳରେ ବାଲିଗୁଡ଼ା ଏସ୍ଡିପିଓ ମନୋଜ ପୂଜାରୀ ଓ ଥାନାଧିକାରୀ ବାବାଶଙ୍କର ସରାଫ ପହଞ୍ଚି ପରିସ୍ଥିତିକୁ ଆୟତ୍ତ କରିଛନ୍ତି। ଏଥିସହିତ ଅମାନିଆଙ୍କ ନିକଟରୁ ଫାଇନ ମଧ୍ୟ ଆଦାୟ କରୁଛି ପ୍ରଶାସନ।
Posted inଆମ ଜିଲା ଖବର, କନ୍ଧମାଳ View All
ଉପକୂଳ ଅଞ୍ଚଳ ସୁରକ୍ଷାକୁ ଗୁରୁତ୍ୱ
ବାଲେଶ୍ୱର ଅଫିସ, ୧ା୬: କେନ୍ଦ୍ର ପେଟ୍ରୋଲିୟମ୍ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ବାଲେଶ୍ୱର ଜିଲାର ବାତ୍ୟା ପ୍ରଭାବିତ ଅଞ୍ଚଳକୁ ଗସ୍ତ କରି ସ୍ଥିତି ସମୀକ୍ଷା କରିଛନ୍ତି।...
କୃଷି ଯନ୍ତ୍ରପାତି ବିକ୍ରି ଆଳରେ ୩.୫କୋଟି ରିହାତି ହଡ଼ପ
ବରଗଡ଼ ଅଫିସ୍,୨୩।୬: କୃଷି ଯନ୍ତ୍ରପାତି ବିକ୍ରି ଆଳରେ ରିହାତି ତୋଷରପାତ ଭଳି ଏକ ବଡ଼ ଧରଣର ଅନିୟମିତତା କ୍ରାଇମବ୍ରାଞ୍ଚ ଆର୍ଥିକ ଅପରାଧ ଶାଖା ହାତରେ ଲାଗିଛି।...
ଭିମ୍ସାରରେ ୧୦ ବ୍ଲାକ୍ ଫଙ୍ଗସ୍ ରୋଗୀ
ସମ୍ବଲପୁର,୭ା୬ (ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ଭିମ୍ସାରରେ ବ୍ଲାକ୍ ଫଙ୍ଗସ୍ ରୋଗୀ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଛି । ସୋମବାର ମିଳିଥିବା ରିପୋର୍ଟ ମୁତାବକ,...
କରୋନାରେ ମାହାଙ୍ଗାର ପୂର୍ବତନ ବିଧାୟକଙ୍କ ପରଲୋକ
ନିଶ୍ଚିନ୍ତକୋଇଲି,୫ା୬(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ବିଧାନସଭା କ୍ଷେତ୍ରର ପ୍ରାକ୍ତନ ବିଧାୟକ ବିକ୍ରମକେଶରୀ ବର୍ମାଙ୍କ କରୋନାରେ ଶନିବାର ପରଲୋକ ହୋଇଯାଇଛି। ସେ ଦୀର୍ଘଦିନ ହେବ ଭୁବନେଶ୍ୱରର ଏକ...
କିସ୍ତି ଶୁଝିବା ଚିନ୍ତାରେ ଋଣଗ୍ରହୀତା
ପୁରୀ ଅଫିସ,୧ା୬: କିସ୍ତି ଟଙ୍କା ଦେବା ପାଇଁ ଋଣ ଗ୍ରହୀତାମାନେ ଚାପରେ ପଡ଼ି ନୟାନ୍ତ ହେଲେଣି। ଋଣ ଆଦାୟ ପାଇଁ କ୍ଷୁଦ୍ର ଅର୍ଥଲଗାଣକାରୀ ସଂସ୍ଥା ଓ...
ବିପଦରେ ଚିଲିକା, ସୌନ୍ଦର୍ଯ୍ୟ କମୁଛି
ଛତ୍ରପୁର,୮।୬(ଡି.ଏନ୍.ଏ.): ଚିଲିକାରେ ବେଆଇନ ଚିଙ୍ଗୁଡ଼ି ଘେରି ଓ ଚିଙ୍ଗୁଡ଼ି ଚାଷ ଲାଗି ହ୍ରଦର ସୌନ୍ଦର୍ଯ୍ୟ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି। ଏଥିନେଇ ଏହାକୁ ଉଚ୍ଛେଦ...
ନିଜକୁ ଇଞ୍ଜିନିୟର କହୁଥିଲେ: ମିଛ ଧରାପଡିବା ପରେ ଦେଲେ ଏସିଡ୍ ମାଡ଼ ଧମକ
ଭଦ୍ରକ ଅଫିସ,୬।୬: ଭଦ୍ରକ ଗ୍ରାମାଞ୍ଚଳ ଥାନା ବରପଦା ପଖିଆଗୁଡ଼ି ଅଞ୍ଚଳର ଜଣେ ଯୁବତୀଙ୍କୁ ଚାରିଡିହା ଗ୍ରାମର ଜଣେ ଯୁବକ ବିବାହ କରିବାକୁ ବାଧ୍ୟ କରୁଛନ୍ତି। ତାଙ୍କୁ...
ଘରେ ଶୋଇଥିବାବେଳେ କଳାକନା ବୁଲାଇଲେ ଦୁର୍ବୃତ୍ତ
ଛତ୍ରପୁର,୨୮।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ ରାତିରେ କଳକନା ବୁଲାଇଛନ୍ତି ଦୁର୍ବୃତ୍ତ ।...


