ନୂଆଦିଲ୍ଲୀ,୧୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ତେବେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ କମୁଛି। ବୁଧବାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୯୨ ହଜାର ୫୯୬ ଥିବାବେଳେ ମୃତକଙ୍କ ସଂଖ୍ୟା ୨,୨୧୯ ଥିଲା। ତେବେ ଗୁରୁବାର ନୂଆ ଆକ୍ରାନ୍ତଙ୍କ ସହିତ ମୃତକଙ୍କ ସଂଖ୍ୟା ପୁଣି ବଢ଼ିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୯୪ ହଜାର ୫୨ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୬,୧୪୮ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୧ ଲକ୍ଷ ୫୧ ହଜାର ୩୬୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅପରପକ୍ଷରେ ୧୧ ଲକ୍ଷ ୬୭ ହଜାର ୯୫୨ ଜଣ ଚିକିତ୍ସିତ ହେଉଛନ୍ତି। ବର୍ତ୍ତମାନ ସୁଦ୍ଧା ୨୪ କୋଟି ୨୭ ଲକ୍ଷ ୨୬ ହଜାର ୩୬୦ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ୩୭ କୋଟି ୨୧ ଲକ୍ଷ ୯୮ ହଜାର ୨୫୩ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍ଆର ପକ୍ଷରୁ କୁହାଯାଇଛି।
ପୁଣି ବଢ଼ିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା: ୨୪ ଘଣ୍ଟାରେ ୬ ହଜାର ଟପିଲା ମୃତ୍ୟୁ ସଂଖ୍ୟା…
Posted inକରୋନା ଭାଇରସ୍, ଜାତୀୟ View All
ରାଜ୍ୟରେ ୬ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧୦।୬(ବ୍ୟୁରୋ): ଗତ ୧୦ ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଗତ କିଛି ଦିନ ହେଲା ୭ହଜାରରୁ କମ୍ ରହୁଛି ନୂଆ ଆକ୍ରାନ୍ତଙ୍କ...
ଜିତିନ୍ ଦଳ ଛାଡିବା ପରେ କଂଗ୍ରେସରେ କନ୍ଦଳ: କପିଲ ସିବଲ କହିଲେ, ମୁଁ ମଲା ପରେ..
ନୂଆଦିଲ୍ଲୀ,୧୦।୬: କଂଗ୍ରେସର ପୂର୍ବତନ ନେତା ଜିତିନ ପ୍ରସାଦ ଦଳ ଛାଡି ଭାଜପାରେ ଯୋଗଦେବା ପରେ ପୁଣି ଥରେ କଂଗ୍ରେସ ମଧ୍ୟରେ ବିବାଦ ଆରମ୍ଭ ହୋଇଛି। ଜିତିନ...
ସୋନିଆଙ୍କୁ ଭେଟିଲେ ଷ୍ଟାଲିନ
ନୂଆଦିଲ୍ଲୀ,୧୮ା୬: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍.କେ. ଷ୍ଟାଲିନ ଶୁକ୍ରବାର ନୂଆଦିଲ୍ଲୀରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ସାକ୍ଷାତ କରିଛନ୍ତି। ତାମିଲନାଡୁରେ ନିକଟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ଡିଏମ୍କେ-କଂଗ୍ରେସ...
ଗଛ ଲଗାଇଲେ ପରୀକ୍ଷାରେ ମିଳିବ ଅତିରିକ୍ତ ନମ୍ବର: ଘୋଷଣା କଲେ ମୁଖ୍ୟମନ୍ତ୍ରୀ…
ଚଣ୍ଡିଗଡ଼,୨୧।୬: ଏଣିକି ଅଷ୍ଟମରୁ ଦ୍ୱାଦଶ ଶ୍ରେଣୀ ଛାତ୍ରୀଛାତ୍ର ଗଛ ଲଗାଇଲେ ପରୀକ୍ଷାରେ ଅତିରିକ୍ତ ନମ୍ବର ମିଳିବ। ଏନେଇ ହରିୟାଣାର ମୁଖ୍ୟମନ୍ତ୍ରୀ ମନୋହର ଲାଲ୍ ଖଟ୍ଟରଙ୍କ ସରକାର...
କରୋନା ମାତା ମନ୍ଦିର ଉପରେ ପୋଲିସ ଚଳାଇଲା ବୁଲ୍ଡୋଜର…
ପ୍ରତାପଗଡ଼,୧୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। କରୋନାରୁ ଦୂରେଇ ରହିବା ପାଇଁ ଉତ୍ତରପ୍ରଦେଶ ପ୍ରତାପଗଡ଼ରେ ଲୋକେ କରୋନା...
ଉହାନ୍ ଲ୍ୟାବ୍ରୁ ଜାଣିଶୁଣି ଲିକ୍ କରାଯାଇଛି କରୋନା ଭୂତାଣୁ: ଭାରତୀୟ ବୈଜ୍ଞାନିକ ଦମ୍ପତି…
ପୁଣେ,୬।୬: କରୋନା ମହାମାରୀ ଯୋଗୁ ପୃଥିବୀରେ ଆତଙ୍କ ଦେଖାଦେଇଛି। କରୋନା ଭୁତାଣୁର ଉତ୍ପତ୍ତି ଚାଇନାର ଉହାନ୍ ଲ୍ୟାବ୍ ଅବା ସମୁଦ୍ରଜାତ ଖାଦ୍ୟପଦାର୍ଥ ବଜାର ସେ ନେଇ...
ଡାକ୍ତରଙ୍କ ଘରୁ ମିଳିଲା ହଜାର ହଜାର ସଂଖ୍ୟାରେ ନକଲି ଇଞ୍ଜେକଶନ
ନୂଆଦିଲ୍ଲୀ,୨୦।୬: ବ୍ଲାକ ଫଙ୍ଗ୍ସରେ ପୀଡ଼ିତ ରୋଗୀଙ୍କୁ ଦିଆଯାଉଥିବା ଲିପୋସୋମାଲ ଆମ୍ଫୋଟେରିକିନ-ବି’ର ନକଲି ଇଞ୍ଜେକଶନ ଉତ୍ପାଦନ ଓ ବିକ୍ରି ମାମଲାରେ ୧୦ ଜଣଙ୍କୁ ଗିରଫ କରିଛି ଦିଲ୍ଲୀ...
ଦିଲ୍ଲୀରେ ଡ୍ୟାମେଜ୍ କଣ୍ଟ୍ରୋଲ୍
ନୂଆଦିଲ୍ଲୀ,୧୧ା୬:ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗୁରୁବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍ ଶାହାଙ୍କୁ ଭେଟିଛନ୍ତି। ସେ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ସାକ୍ଷାତ କରିବା କାର୍ଯ୍ୟକ୍ରମ...


