ନୂଆଦିଲ୍ଲୀ, ୧୦।୬: ଜଣେ ଓଡ଼ିଆଙ୍କ ସମେତ ୩ ଭାରତୀୟ ବୈଜ୍ଞାନିକ ଏକ ନୂଆ ପ୍ରଯୁକ୍ତି ବିକଶିତ କରିଛନ୍ତି, ଯାହା ଭାରତ ମହାସାଗରରେ ସୃଷ୍ଟ ସାମୁଦ୍ରିକ ଝଡ଼କୁ ସାଟେଲାଇଟ ଅପେକ୍ଷା ଆଗୁଆ ଠାବ କରିପାରିବ। ଫଳରେ ବାତ୍ୟାଜନିତ କ୍ଷୟକ୍ଷତି ରୋକିବାରେ ବିଭିନ୍ନ ପ୍ରତିକାର ବ୍ୟବସ୍ଥା ଯଥେଷ୍ଟ ପୂର୍ବରୁ ଗ୍ରହଣ କରାଯାଇପାରିବ ବୋଲି କୁହାଯାଉଛି। ବର୍ତ୍ତମାନ ପର୍ଯ୍ୟନ୍ତ ରିମୋଟ ସେନ୍ସିଂ ପ୍ରଯୁକ୍ତି ସାମୁଦ୍ରିକ ଝଡ଼କୁ ଯଥେଷ୍ଟ ପୂର୍ବରୁ ଚିହ୍ନଟ କରୁଥିଲେ ହେଁ ଏହା ସମ୍ଭବ ହୋଇଥାଏ, ଯେତେବେଳେ ଉଷ୍ମ ମହାସାଗର ପୃଷ୍ଠରେ ସ୍ପଷ୍ଟ ଲଘୁଚାପ ସିଷ୍ଟମ ବିକଶିତ ହୁଏ। ତେବେ ଉଷ୍ମ ସାଗର ପରିବେଶରେ ସାଇକ୍ଲୋନିକ୍ ସିଷ୍ଟମ ସୃଷ୍ଟି ହେବା ପୂର୍ବରୁ ବାୟୁମଣ୍ଡଳୀୟ ଅସ୍ଥିରତା ପ୍ରକ୍ରିୟା ସହିତ ଜଳାବର୍ତ୍ତ ହୋଇଥାଏ, ଯାହା ଉଚ୍ଚତର ବାୟୁମଣ୍ଡଳୀୟ ସ୍ତରରେ ବଢ଼ିଥାଏ। ସମୁଦ୍ର ଉପରେ ଡିପ୍ରେସନ୍ ସୃଷ୍ଟି ସମ୍ପର୍କରେ ଜାଣିବାରେ ଏହା ଏକ ମୁଖ୍ୟ ବୈଶିଷ୍ଟ୍ୟ। ଏହାକୁ ବ୍ୟବହାର କରି ଅନେକ ପୂର୍ବରୁ ବାତ୍ୟା ସମ୍ପର୍କରେ ପୂର୍ବାନୁମାନ କରାଯାଇପାରିବ ବୋଲି ବୈଜ୍ଞାନିକମାନେ କହିଛନ୍ତି। ଉକ୍ତ ଟେକ୍ନୋଲୋଜିର ବିକାଶ କରିଥିବା ଟିମ୍ରେ ଓଡ଼ିଆ ବୈଜ୍ଞାନିକ ବିଷ୍ଣୁପ୍ରିୟା ସାହୁଙ୍କ ସମେତ ଆଇଆଇଟି ଖଡ଼ଗପୁରର ଜିୟା ଆଲବର୍ଟ ଏବଂ ପ୍ରସାଦ କେ. ଭାସ୍କରନ୍ ରହିଛନ୍ତି। ଜଳବାୟୁ ପରିବର୍ତ୍ତନ କାର୍ଯ୍ୟକ୍ରମ (ସିସିପି) ଅଧୀନରେ ଭାରତ ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତି ବିଭାଗ ସହଯୋଗରେ ସେମାନେ ନୂଆ ପଦ୍ଧତି ବିକଶିତ କରିଛନ୍ତି। ଉକ୍ତ ଗବେଷଣା ନିକଟରେ ଆଟ୍ମୋସ୍ପିୟରିକ୍ ରିସର୍ଚ୍ଚ ପତ୍ରିକାରେ ପ୍ରକାଶ ପାଇଛି। ସେମାନେ ୨୦୧୩ର ଫାଇଲିନ୍ ଏବଂ ବାର୍ଡା, ୨୦୧୮ର ଗାଜା ଏବଂ ମାଡ଼ି, ୨୦୧୭ର ମୋରା ଏବଂ ୨୦୦୯ର ଆଇଲା ବାତ୍ୟାକୁ ନେଇ ଅଧ୍ୟୟନ କରିଥିଲେ। ସେମାନଙ୍କ ପଦ୍ଧତିରେ ଉକ୍ତ ସାଇକ୍ଲୋନଗୁଡ଼ିକୁ ଅନୂ୍ୟନ ଆଉ ୪ ଦିନ ଆଗରୁ ଠାବ କରାଯାଇପାରିବ ବୋଲି ବୈଜ୍ଞାନିକମାନେ ଅନୁଭବ କରିପାରିଥିଲେ।
ଭୌତିକ ସମୁଦ୍ରବିଜ୍ଞାନ ଗବେଷିକା ବିଷ୍ଣୁପ୍ରିୟା ଏବେ ଚାଇନାର ୟାଣ୍ଟାଇ ଇନ୍ଷ୍ଟିଚ୍ୟୁଟ୍ ଅଫ୍ କୋଷ୍ଟାଲ ଜୋନ୍ ରିସର୍ଚ୍ଚରେ ଜଣେ ରିସର୍ଚ୍ଚ ସାଇଣ୍ଟିଷ୍ଟ ଭାବେ କାର୍ଯ୍ୟରତ। ମୟୂରଭଞ୍ଜ ଜିଲା ଖୁଣ୍ଟା ବ୍ଲକର ଗୌଡ଼ଗାଁସ୍ଥିତ ବାସିପିଠା ସରକାରୀ ହାଇସ୍କୁଲରେ ଶିକ୍ଷାଗ୍ରହଣ କରିଥିବା ବିଷ୍ଣୁପ୍ରିୟା ଭୁବନେଶ୍ୱର ରମାଦେବୀ ଅଟୋନମସ୍ କଲେଜରୁ ଯୁକ୍ତଦୁଇ ବିଜ୍ଞାନ ଓ ବିଏସ୍ସି ଡିଗ୍ରୀ ହାସଲ କରି ରାଉରକେଲାର ଏନ୍ଆଇଟିରେ ଗଣିତରେ ଏମ୍ଏସ୍ସି କରିଥିଲେ। ୨୦୧୪ରୁ ୨୦୧୮ ମଧ୍ୟରେ ସେ ଆଇଆଇଟି ଖଡଗପୁରରୁ ଫିଜିକାଲ ଓସନୋଗ୍ରାଫିରେ ପିଏଚ୍.ଡି କରିଥିଲେ। ତାଙ୍କ ଘର କଟକ ଜିଲା ବାଙ୍କୀ ସବ୍ଡିଭିଜନ ଅନ୍ତର୍ଗତ ପଶାଣିଆ ଗ୍ରାମରେ। ତାଙ୍କ ବାପା ଭଗବାନ ସାହୁ ବାସିପିଠା ଆଶ୍ରମ ସ୍କୁଲର ପ୍ରଧାନଶିକ୍ଷକ ଥିଲେ। ଅବସର ପରେ ଏବେ ସେ ଭୁବନେଶ୍ୱର ଖଣ୍ଡଗିରି ଅଞ୍ଚଳରେ ରହୁଛନ୍ତି।
ରାମମନ୍ଦିର ଟ୍ରଷ୍ଟରେ ଜମି ଦୁର୍ନୀତି ଅଭିଯୋଗ
ଲକ୍ଷ୍ନୌ, ୧୪।୬: ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ କାର୍ଯ୍ୟର ଦେଖାଶୁଣା କରିବା ଲାଗି କେନ୍ଦ୍ର ସରକାରଙ୍କ ଦ୍ୱାରା ଗଠିତ ଟ୍ରଷ୍ଟ ବେଆଇନ ଜମି କାରବାରରେ ସମ୍ପୃକ୍ତ ଥିବାନେେଇ...
କରୋନା କବଳରେ ଏବେ ପ୍ରାଣୀ: ୪ସିଂହ ଭିତରେ ଡେଲ୍ଟା ଭାରିଆଣ୍ଟ
ଚେନ୍ନାଇ,୧୯।୬: ମହାମାରୀ କରୋନା କବଳରୁ କେହି ବର୍ତ୍ତିପାରି ନାହାନ୍ତି। ମନୁଷ୍ୟ ପରେ ଏବେ ଜୀବଜନ୍ତୁ ମଧ୍ୟ କରୋନାରେ ଆକ୍ରାନ୍ତ ହେଉଛନ୍ତି। ଇତିମଧ୍ୟରେ ତାମିଲନାଡ଼ୁର ଭଣ୍ଡାଲୁର ସ୍ଥିତ...
ବାହା ହେବାକୁ ଆସି ବର ଖାଉଥିଲେ ଗୁଟ୍ଖା, ଦେଖିନେଲେ କନ୍ୟା; ଆଉ ତା’ପରେ…
ଲକ୍ଷ୍ନୌ,୯ା୬: ବିଭିନ୍ନ କାରଣରୁ ବରଙ୍କୁ କନ୍ୟା ବାହା ହେବାକୁ ମନା କରିଦେଇଥିବା ଘଟଣା ପୂର୍ବରୁ ଅନେକ ଥର ଶୁଣିଥିବେ। ମାତ୍ର ଏଥରକ କନ୍ୟା ବରକୁ ବାହା...
ବରଣମାଳା ପିନ୍ଧାଇବା ପୂର୍ବରୁ କନ୍ୟା କଲେ ଏମିତି କାଣ୍ଡ; ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ
ପ୍ରତାପଗଡ,୧।୬: ଉତ୍ତର ପ୍ରଦେଶର ପ୍ରତାପଗଡ ଜିଲାରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଏଠାରେ ଏକ ବିବାହ ସମାରୋହରେ ବରକୁ ବରଣମାଳା ପିନ୍ଧାଇବା ପାଇଁ ଷ୍ଟେଜ୍...
ବିହାର ବଢ଼ାଇଦେଲା ମୃତ୍ୟୁସଂଖ୍ୟା
ନୂଆଦିଲ୍ଲୀ,୧୧ା୬:ଦେଶରେ ବୁଧବାର କାରୋନା ଭାଇରସ୍ ସଂକ୍ରମଣଜନିତ ୬,୧୪୮ ମୃତ୍ୟୁ ଘଟିଛି। ମହାମାରୀ ଆସିବା ପରଠାରୁ ଦିନକ ଭିତରେ ସଂକ୍ରମିତଙ୍କ ଜୀବନ ଯିବାରେ ଏହା ସର୍ବାଧିକ। ତେବେ...
ଡୋମିନିକାରେ ୮ ଜଣିଆ ଟିମ୍
ନୂଆଦିଲ୍ଲୀ,୨ା୬: ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକ୍ସିଙ୍କୁ ସ୍ବଦେଶକୁ ଆଣିବା ପାଇଁ ବିଭିନ୍ନ ଭାରତୀୟ ସଂସ୍ଥାର ଏକ ୮ ଜଣିଆ ଟିମ୍ ଦ୍ୱୀପ ରାଷ୍ଟ୍ର ଡୋମିନିକାରେ...
ସନ୍ତାନ ପ୍ରସବ ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ମହିଳା, ଡାକ୍ତର କରିଦେଲେ ଜନ୍ମ ନିୟନ୍ତ୍ରଣ ଅସ୍ତ୍ରୋପଚାର; ଆଉ ତା’ ପରେ…
ରାଞ୍ଚି,୨୦ା୬: ଜଣେ ମହିଳା ସଦର ହସ୍ପିଟାଲରେ ସନ୍ତାନ ପ୍ରସବ କରିବା ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ମାତ୍ର ଡାକ୍ତରମାନେ କାହାକୁ କିଛି ନ ପଚାରି ମହିଳାଙ୍କର...
ଶେଷ ହେଲା ହର୍ଷବର୍ଦ୍ଧନଙ୍କ କାର୍ଯ୍ୟକାଳ
ନୂଆଦିଲ୍ଲୀ,୨।୬: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ)ର କାର୍ଯ୍ୟନିର୍ବାହୀ ବୋର୍ଡର ଅଧ୍ୟକ୍ଷ ଭାବେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡା. ହର୍ଷବର୍ଦ୍ଧନଙ୍କ କାର୍ଯ୍ୟକାଳ ବୁଧବାର ଶେଷ ହୋଇଛି। ତାଙ୍କ ସ୍ଥାନରେ କେନିୟା...


