ବୁଗୁଡ଼ା,୧୦।୬(ଡି.ଏନ୍.ଏ): ଓଡ଼ିଶାରେ କରୋନାର ତୃତୀୟ ଲହର ମୁକାବିଲା ପାଇଁ ଜିଲାପାଳ ଆଗୁଆ ପଦକ୍ଷେପ ଗ୍ରହଣ କରିଛନ୍ତି। ଜିଲାପାଳ ବିଜୟ କୁଲାଙ୍ଗେଙ୍କ ନିର୍ଦ୍ଦେଶକ୍ରମେ ବୁଗୁଡ଼ା ବ୍ଲକର ବିଭିନ୍ନ ପଞ୍ଚାୟତରେ ଶିଶୁମାନଙ୍କ କୋଭିଡ ଲକ୍ଷଣ ସହ ସ୍ବାସ୍ଥ୍ୟ ଯାଞ୍ଚ ଆରମ୍ଭ ହୋଇଛି। ଏଥିସହ ଶିଶୁମାନଙ୍କ ସୁରକ୍ଷା ପାଇଁ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଗୁରୁବାର ବୁଗୁଡ଼ା ବ୍ଲକର ଅରଖପୁର, ବାଲିପଦର, ପାଙ୍ଗିଡି ପଞ୍ଚାୟତରେ ଘରକୁ ଘର ବୁଲି ଅଙ୍ଗନଓ୍ବାଡ଼ି କର୍ମୀ, ଆଶା କର୍ମୀ ଓ ସ୍ବାସ୍ଥ୍ୟକର୍ମୀମାନଙ୍କ ଦ୍ବାରା ଶିଶୁମାନଙ୍କ କୋଭିଡ ଲକ୍ଷଣ, ଅକ୍ସିଜେନ ସ୍ତର ଯାଞ୍ଚ କାର୍ଯ୍ୟ କୋଭିଡ ନିୟମ ପାଳନ ପୂର୍ବକ ସମ୍ପାଦିତ ହୋଇଛି। ଉକ୍ତ କାର୍ଯ୍ୟକ୍ରମରେ ସିଡିପିଓ, ଅଞ୍ଚଳ ପରିଦର୍ଶିକା ପ୍ରମୁଖ ଯୋଗଦେଇ କାର୍ଯ୍ୟକ୍ରମର ତଦାରଖ କରିଥିଲେ। ସେହିପରି ଅନ୍ୟ ସମସ୍ତ ପଞ୍ଚାୟତରେ ମଧ୍ୟ ଏହି ସ୍ବାସ୍ଥ୍ୟ ଯାଞ୍ଚ ଆରମ୍ଭ ହୋଇଥିବା ନେଇ ସିଡିପିଓ ସୂଚନା ଦେଇଛନ୍ତି।
ସାମ୍ଭାବ୍ୟ ତୃତୀୟ ଲହର ମୁକାବିଲା ପାଇଁ ଶିଶୁଙ୍କ ସ୍ବାସ୍ଥ୍ୟ ଯାଞ୍ଚ ଆରମ୍ଭ
Posted inଆମ ଜିଲା ଖବର, କରୋନା ଭାଇରସ୍, ଗଞ୍ଜାମ View All
ରଥଯାତ୍ରାକୁ ଦୃଷ୍ଟିରେ ରଖି ପୁରୀକୁ ୨୬ଟ୍ରେନ୍ ବାତିଲ
ଭୁବନେଶ୍ୱର,୨୦।୬(ବ୍ୟୁରୋ): ପୁରୀରେ ଆସନ୍ତା ମାସରେ ରଥଯାତ୍ରା ଅନୁଷ୍ଠିତ ହେବ। ଏହି ସମୟରେ ଯାତ୍ରୀଙ୍କ ସମ୍ଭାବ୍ୟ ଆଗମନକୁ ରୋକିବା ଏବଂ କୋଭିଡ୍-୧୯ ସଂକ୍ରମଣର ଶୃଙ୍ଖଳ ଭାଙ୍ଗିବା ଉଦ୍ଦେଶ୍ୟରେ...
ଅସୁରକ୍ଷିତ ବେଦାନ୍ତ ଖଣି ତଦନ୍ତ ଆଜିଠୁ
ଯାଜପୁର ଅଫିସ,୧୭ା୬: ଯାଜପୁର ଜିଲା ସୁକିନ୍ଦା ଅଞ୍ଚଳରେ ବେଦାନ୍ତ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଓସ୍ତପାଳ କ୍ରୋମାଇଟ ଖଣି ଅସୁରକ୍ଷିତ ରହିଛି। ଏନେଇ ହୋଇଥିବା ଅଭିଯୋଗ ଉପରେ...
ରାଜ୍ୟରେ କରୋନାର ଭୟଙ୍କର ସ୍ଥିତି: କେବଳ ଖୋର୍ଦ୍ଧାରୁ…
ଭୁବନେଶ୍ୱର,୧।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ଭୟଙ୍କର ହେବାରେ ଲାଗିଛି। ମଙ୍ଗଳବାର ରାଜ୍ୟରେ ୮,୭୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।...
ଗପୁଗପୁ ଅନ୍ୟମନସ୍କରେ ୫ ମିନିଟ୍ରେ ଯୁବକଙ୍କୁ ୨ ଡୋଜ୍ ଟିକା ଦେଲେ ନର୍ସିଂ ଷ୍ଟାଫ୍…
ଲଳିତପୁର,୧୦।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଡୋଜ୍...
ଗ୍ରାମାଞ୍ଚଳଠାରୁ ଜବରଦଖଲ ସହରରେ ଅଧିକ
କେନ୍ଦ୍ରାପଡ଼ା ଅଫିସ,୧୧।୬: ସହର ରାସ୍ତାରେ ସର୍ବଦା ଟ୍ରାଫିକ ଜାମ୍। ପାଣିନାଳ ଉପରେ ଘର। ବର୍ଷା ହେଲେ ଘରେ ପାଣି ପଶୁଛି। ମାତ୍ର ୫ ବର୍ଷ ପୂର୍ବରୁ...
ଦ୍ୱିତୀୟ ବିବାହ କରିବେ ବିଧାୟକ ବ୍ୟୋମକେଶ
ଭଦ୍ରକ ଅଫିସ, ୨୩ା୬: ଭଦ୍ରକ ଜିଲାର ଚାନ୍ଦବାଲି ବିଧାୟକ ତଥା ଯୁବ ବିଜେଡି ସଭାପତି ବ୍ୟୋମକେଶ ରାୟ ଦ୍ୱିତୀୟ ଥର ପାଇଁ ବିବାହ କରିବେ। ଜୁଲାଇ...
ସହାୟତାର ହାତ ବଢ଼ାଇଲା ଶତ୍ରୁ…
ଜେରୁଜେଲମ୍୍,୧୯।୬: କରୋନା ସଙ୍କଟରେ ଭେଦଭାବ ଭୁଲି ଜଣେ ଶତ୍ରୁ ଅନ୍ୟ ଜଣଙ୍କୁ ସହାୟତାର ହାତ ବଢ଼ାଇଛି। ପାଲେଷ୍ଟାଇନ୍ ଏବଂ ଇସ୍ରାଏଲ୍ ମଧ୍ୟରେ ଦୀର୍ଘଦିନ ଧରି ଲଢ଼େଇ...
ଦିନକୁ ୧ କୋଟିଙ୍କୁ ଟିକା ଦିଅ: କଂଗ୍ରେସ
ଭୁବନେଶ୍ୱର,୫।୬(ବ୍ୟୁରୋ): ନିଃଶୁଳ୍କ ସାର୍ବଜନୀନ ଟିକାକରଣ ସହ ଦୈନିକ ୧ କୋଟି ଭାରତୀୟଙ୍କୁ ଟିକା ଦେବାକୁ କଂଗ୍ରେସ ପକ୍ଷରୁ ଦାବି କରାଯାଇଛି। ପିସିସି କାର୍ଯ୍ୟକାରୀ ସଭାପତି ପ୍ରଦୀପ...


