ପାଟନା,୧୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ବିହାରରେ ସରକାର ମୃତକଙ୍କ ସଂଖ୍ୟା ଲୁଚାଉଥିବା ଅଭିଯୋଗ ହୋଇଛି। ରାଜ୍ୟରେ କରୋନା ମହାମାରୀ ଯୋଗୁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟୁଥିବାବେଳେ ଶାସକ ଏବଂ ବିରୋଧୀ ଗଦାଗଦା ମୃତଦେହକୁ ନେଇ ରାଜନୀତି ଆରମ୍ଭ କରିଛନ୍ତି। ସରକାରୀ ତାଲିକାରେ ଜୁନ୍ ୭ ସୁଦ୍ଧା ମୃତକଙ୍କ ସଂଖ୍ୟା ୫,୪୨୪ ରହିଛି। ତେବେ ଏହା ଭୁଲ୍ ବୋଲି ଅଭିଯୋଗ ହୋଇଛି। ପ୍ରକୃତ ମୃତକଙ୍କ ସଂଖ୍ୟା ୯,୩୭୫ ଥିବା କୁହାଯାଉଛି। ତାଲିକାରୁ ୩,୯୫୧ ମୃତକଙ୍କ ପତ୍ତା ମିଳୁନି। ମେ’ ୧୭ରେ ହାଇକୋର୍ଟଙ୍କ ତାଗିଦ୍ ପରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସରକାର ମୃତକଙ୍କ ଗଣତି ନୂଆ ପ୍ରକାରେ ଆରମ୍ଭ କରଥିଲେ। ମେ’ ୧୮ଠାରୁ ଏହା ଆରମ୍ଭ ହୋଇଥିଲା। ତେବେ ବି ହିସାବ ଭୁଲ୍ ହୋଇଥିବା ବିରୋଧୀ ଦଳଙ୍କ ପକ୍ଷରୁ ଅଭିଯୋଗ ହୋଇଛି। ସରକାର ଜାଣିଶୁଣି ମୃତ୍ୟୁ ସଂଖ୍ୟା ଲଚାଉଥିବା କଂଗ୍ରେସ ପକ୍ଷରୁ ପ୍ରେମଚାନ୍ଦ୍ ମିଶ୍ରା କହିଛନ୍ତି। ନୀତୀଶ ସରକାର ୭୦ ପ୍ରତିଶତ ମୃତକଙ୍କ ସଂଖ୍ୟା ଲୁଚାଇଥିବା ସେ ଅଭିଯୋଗ କରିଛନ୍ତି।
Posted inକରୋନା ଭାଇରସ୍, ଜାତୀୟ View All
ଦିନକୁ ୧ କୋଟିଙ୍କୁ ଟିକା ଦିଅ: କଂଗ୍ରେସ
ଭୁବନେଶ୍ୱର,୫।୬(ବ୍ୟୁରୋ): ନିଃଶୁଳ୍କ ସାର୍ବଜନୀନ ଟିକାକରଣ ସହ ଦୈନିକ ୧ କୋଟି ଭାରତୀୟଙ୍କୁ ଟିକା ଦେବାକୁ କଂଗ୍ରେସ ପକ୍ଷରୁ ଦାବି କରାଯାଇଛି। ପିସିସି କାର୍ଯ୍ୟକାରୀ ସଭାପତି ପ୍ରଦୀପ...
ଖଣ୍ଡେ ମାଛ ପାଇଁ ବରଯାତ୍ରୀଙ୍କ ମଧ୍ୟରେ ମାରପିଟ୍…
ଗୋପାଳଗଞ୍ଜ,୧୨।୬: ଖାଇବାକୁ ନେଇ ବରଯାତ୍ରୀଙ୍କ ମଧ୍ୟରେ ମାରପିଟ୍ ଯୋଗୁ ୧୧ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହି ଘଟଣା...
ଗୋଇନ୍ଦା, ସୁରକ୍ଷା ଅଧିକାରୀଙ୍କ ଉପରେ ଅଙ୍କୁଶ
ନୂଆଦିଲ୍ଲୀ, ୩।୬(ଆଇଏଏନ୍ଏସ୍): ଦେଶର ଗୋଇନ୍ଦା କିମ୍ବା ସୁରକ୍ଷା ବିଭାଗରେ କାର୍ଯ୍ୟରତ ଅଧିକାରୀ ଉପଯୁକ୍ତ କର୍ତ୍ତୃପକ୍ଷଙ୍କର ପ୍ରାକ୍ ମଞ୍ଜୁରୀ ବିନା କୌଣସି ବିଷୟ ପ୍ରକାଶ କରିପାରିବେ ନାହିଁ।...
ତୃତୀୟ ଲହର ବିପଦ: ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ତାଣ୍ଡବ ରଚିବା ଆଶଙ୍କା …
ନୂଆଦିଲ୍ଲୀ,୧୭।୬: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ଭାରତରେ ସୃଷ୍ଟି ହୋଇଥିବା ଡେଲ୍ଟା ଭାରିଆଣ୍ଟ୍ର ନୂଆ ରୂପ ଡେଲ୍ଟା...
ରାଜ୍ୟରେ ୬ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧୦।୬(ବ୍ୟୁରୋ): ଗତ ୧୦ ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଗତ କିଛି ଦିନ ହେଲା ୭ହଜାରରୁ କମ୍ ରହୁଛି ନୂଆ ଆକ୍ରାନ୍ତଙ୍କ...
ମହିଳା ଆୟୋଗ ସଦସ୍ୟଙ୍କ ବିବାଦୀୟ ମନ୍ତବ୍ୟ: ଝିଅମାନଙ୍କୁ ମୋବାଇଲ୍ ଦେବା ଉଚିତ୍ ନୁହେଁ
ଆଲିଗଡ,୧୦।୬: ଉତ୍ତରପ୍ରଦେଶର ରାଜ୍ୟ ମହିଳା ଆୟୋଗର ସଦସ୍ୟ ମୀନା କୁମାରୀ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ପବ୍ଲିକ ୱାର୍କର୍ସ ଗେଷ୍ଟ ହାଉସରେ ମହିଳାଙ୍କ ଉପରେ...
ବ୍ରିଟେନରେ ଡେଲ୍ଟା ଭାରିଆଣ୍ଟ ଭୟ
ଲଣ୍ଡନ, ୧୬ା୬: ଭାରତରେ ପ୍ରଥମେ ଚିହ୍ନଟ ହୋଇଥିବା କରୋନା ଭୂତାଣୁ ଡେଲ୍ଟା ଭାରିଆଣ୍ଟ ଏବେ ଡେଲ୍ଟା ପ୍ଲସ୍ର ରୂପ ନେଇଛି। ଏହି ଷ୍ଟ୍ରେନ୍ ବ୍ରିଟେନରେ ଆତଙ୍କ...
ପାଣି ପାଇଁ କରୋନା ସଂକ୍ରମଣ ଅବା ମୃତ୍ୟୁକୁ ନାହିଁ ଭୟ…
ନୂଆଦିଲ୍ଲୀ,୧୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ରାଜଧାନୀ ଦିଲ୍ଲୀରେ କରୋନା ଯୋଗୁ ଭୟଙ୍କର ସ୍ଥିତି ଦେଖାଦେଇଛି। ତେବେ...


