ଭଞ୍ଜନଗର/ବୁଗୁଡ଼ା,୧୦।୬: ଗଞ୍ଜାମ ଜିଲା ଦକ୍ଷିଣ ଘୁମୁସର ବନଖଣ୍ଡ ବୁଗୁଡ଼ା ରେଞ୍ଜ ଅଞ୍ଚଳରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ହାତୀ ଆକ୍ରମଣରେ ପ୍ରାତଃ ଭ୍ରମଣରେ ଯାଉଥିବା ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବେଲଗୁଣ୍ଠା ଥାନା ଅନ୍ତର୍ଗତ ଜିଲିବା ଗ୍ରାମର ବାଞ୍ଛାନିଧି ସେଠୀ (୭୦)। ସେହିପରି କେଳାପଙ୍କାଳ ଗ୍ରାମର ସବିତା ପରିଡ଼ା ଗାଧୋଇ ଯାଉଥିବା ବେଳେ ହାତୀପଲ ହାବୁଡ଼ରେ ପଡ଼ି ଗୁରୁତର ଆହତ ହୋଇଛନ୍ତି। ଭଞ୍ଜନଗର ଡାକ୍ତରଖାନାରେ ତାଙ୍କର ଚିକିତ୍ସା ଚାଲିଛି।
ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳରେ ହାତୀପଲ ଘୂରି ବୁଲୁଥିବା ବେଳେ ରବିବାର ରାତିରେ ୧୧ କେ.ଭି. ବିଦ୍ୟୁତ୍ ତାରରେ ଲାଗି ଏକ ଦନ୍ତାର ମୃତ୍ୟୁ ଘଟିଥିଲା। ପରେ ଉକ୍ତ ପଲରେ ଥିବା ଆଉ ୭ଟି ହାତୀ ଏବେ ଘୁମୁସର ଉତ୍ତର ଓ ଦକ୍ଷିଣ ବନଖଣ୍ଡ ଅଞ୍ଚଳରେ ଆତଙ୍କ ସୃଷ୍ଟି କରୁଛନ୍ତି। ଗୁରୁବାର ଜିଲିବା ଗ୍ରାମର ବାଞ୍ଛାନିଧିଙ୍କ ସମେତ ବହୁ ଲୋକ ପ୍ରାତଃ ଭ୍ରମଣରେ ଯାଉଥିବା ବେଳେ କୁରେଇଶୁଣି ପାହାଡ଼ ପଟୁ ହାତୀପଲ ରାସ୍ତାକୁ ଚାଲି ଆସିଥିଲେ। ହାତୀ ଦେଖି ଲୋକେ ଦୌଡାଦୌଡ଼ି କରିଥିଲେ। ବାଞ୍ଛାନିଧି ଯାଇ ନ ପାରିବାରୁ ହାତୀ ଆକ୍ରମଣରେ ଗୁରୁତର ଆହତ ହୋଇଥିଲେ। ହାତୀପଲ ଯିବାପରେ ଗ୍ରାମବାସୀ ତାଙ୍କୁ ଉଦ୍ଧାର କରି ବେଲଗୁଣ୍ଠା ଡାକ୍ତରଖାନାକୁ ଆଣିଥିଲେ ମଧ୍ୟ ଡାକ୍ତର ମୃତ ଘୋଷଣା କରିଥିଲେ। ଖବରପାଇ ଦକ୍ଷିଣ ଘୁମୁସର ବନଖଣ୍ଡ ଅଧିକାରୀ ସତ୍ୟ ନାରାୟଣ ବେଉରା, ରେଞ୍ଜର ଫକୀର ଚରଣ ବେହେରା ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛନ୍ତି। ବେଲଗୁଣ୍ଠା ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ଏହି ଘଟଣାର କିଛି ସମୟ ପରେ କେଳାପଙ୍କାଳର ସବିତା ନଦୀକୁ ଗାଧୋଇବାକୁ ଯିବାବେଳେ ହାତୀପଲ ହାବୁଡ଼ରେ ପଡ଼ି ଆହତ ହୋଇଥିଲେ।
Posted inଆମ ଜିଲା ଖବର, ଗଞ୍ଜାମ, ରାଜ୍ୟ View All
ବେଆଇନ ଭାବେ ଖୋଳିନେଲେ ମାଟି
ପୁରୀ ଅଫିସ,୭ା୬: ଶ୍ରୀଜଗନ୍ନାଥ ମେଡିକାଲ ଓ କଲେଜ ପର୍ଯ୍ୟନ୍ତ ଲମ୍ବିଥିବା ମୁଖ୍ୟରାସ୍ତା ବିପଦସଙ୍କୁଳ ହୋଇ ପଡ଼ିଛି। ରାସ୍ତା ନିର୍ମାଣ ପାଇଁ ସଂଲଗ୍ନ ଜମିରୁ ବେଆଇନ ଭାବେ...
ଡଙ୍ଗରିଆ କନ୍ଧ ଜନଜାତିଙ୍କ ‘ଶ୍ରମ ସମବାୟ’ ସମ୍ପର୍କରେ ଜାଣିବେ ଦର୍ଶକ
ଭୁବନେଶ୍ୱର, ୧୩।୬ (ବ୍ୟୁରୋ): ଡଙ୍ଗରିଆ କନ୍ଧମାନେ ସାଧାରଣତଃ ରାୟଗଡ଼ା ଜିଲାର ବିଷମକଟକ, କଲ୍ୟାଣସିଂପୁର ଓ ମୁନିଗୁଡ଼ା ବ୍ଲକ୍ରେ ବସବାସ କରିଥାନ୍ତି । ସେମାନଙ୍କର ମୁଖ୍ୟ ପେସା...
ଟିକା ନେବାର ୨୪ ଘଣ୍ଟାରେ ଗଲା ନବବଧୂଙ୍କ ଜୀବନ
ଆର.ଉଦୟଗିରି,୨୬ା୬: ଗଜପତି ଜିଲା ମୋହନା ଥାନା ଚାନ୍ଦିପୁଟର ଜଣେ ନବ ବିବାହିତା ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ହରିଶଙ୍କର ପୃଷ୍ଟିଙ୍କ ସ୍ତ୍ରୀ ଜେ.ଲକ୍ଷ୍ମୀ ଆଚାରୀ।...
ଯୁକ୍ତ ୨ମୂଲ୍ୟାୟନ: ଦଶମ ମାର୍କ ପାଖାପାଖି ନ ହେଲେ ତା’ଠୁ ଅଧିକ ମିଳିବ
ଭୁବନେଶ୍ୱର,୨୦।୬(ବ୍ୟୁରୋ): ଯୁକ୍ତ ୨ ପରୀକ୍ଷା ବାତିଲ ପରେ ମୂଲ୍ୟାୟନକୁ ନେଇ ଛାତ୍ରୀଛାତ୍ର ଓ ଅଭିଭାବକଙ୍କ ଚିନ୍ତା ବଢ଼ିଥିଲା। ଏକ ପ୍ରକାର ସମସ୍ତେ ସସ୍ପେନ୍ସରେ ଥିଲେ, କିପରି...
ଏମ୍ଜିଏନ୍ଆର୍ଇଜିଏସ୍ ଅର୍ଥ ଆତ୍ମସାତ୍ ମସୁଧା
ବ୍ରହ୍ମଗିରି,୧୫।୬(ଡି.ଏନ୍.ଏ.): ପୁରୀ ଜିଲା ବ୍ରହ୍ମଗିରି ବ୍ଲକରେ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍ଜିଏନ୍ଆର୍ଇଜିଏସ୍)ର ଅର୍ଥ ଆତ୍ମସାତ୍ ପାଇଁ ମସୁଧା ଚାଲିଥିବା ଅଭିଯୋଗ ହୋଇଛି।...
ତାରାପ୍ରସାଦ ବାହିନୀପତି ଅସୁସ୍ଥ
ଭୁବନେଶ୍ୱର,୬ା୬(ବ୍ୟୁରୋ): ଜୟପୁର ବିଧାୟକ ତଥା କଂଗ୍ରେସର ବରିଷ୍ଠ ନେତା ତାରା ପ୍ରସାଦ ବାହିନୀପତି କରୋନାରେ ଆକ୍ରାନ୍ତ ହୋଇଥିବା ଜଣାଯାଇଛି। ତାଙ୍କୁ ଭୁବନେଶ୍ୱରସ୍ଥ ଏକ ଘରୋଇ ହସ୍ପିଟାଲରେ...
ସିଏମ୍ସି ପାଇଁ କୋହଳ ନିୟମ
କଟକ ଅଫିସ,୨୩ା୬:ମୋଟର ଯାନ ଆଇନ ନିୟମକୁ ଖୋଲାଖୋଲି ଉଲ୍ଲଂଘନ କରୁଛି କଟକ ମହାନଗର ନିଗମ( ସିଏମ୍ସି)। ସିଏମ୍ସି ପକ୍ଷରୁ ଚାଲୁଥିବା ଆମ୍ବୁଲାନ୍ସ ଦୀର୍ଘ ୯ବର୍ଷ ହେବ...
ଦିଆସିଲି କାଠିରେ ସାଇକେଲ ପ୍ରତିକୃତି
ପୁରୀ ଅଫିସ,୩।୬: ଜୁନ ୩ ତାରିଖକୁ ସାରା ବିଶ୍ୱରେ ୱାର୍ଲଡ ସାଇକେଲ ଦିବସ ଭାବେ ପାଳନ କରାଯାଏ। ସାଇକେଲ ଚଳାଇବା ଦ୍ୱାରା ସ୍ବାସ୍ଥ୍ୟ ଠିକ ରହିବା...


