ନୂଆଦିଲ୍ଲୀ,୧୧ା୬:ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗୁରୁବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍ ଶାହାଙ୍କୁ ଭେଟିଛନ୍ତି। ସେ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ସାକ୍ଷାତ କରିବା କାର୍ଯ୍ୟକ୍ରମ ରହିଛି। ରାଜ୍ୟରେ ବିଧାନସଭା ନିର୍ବାଚନକୁ କିଛି ମାସ ବାକି ଥିବାବେଳେ ଭାଜପା ଓ କେନ୍ଦ୍ର ସରକାରଙ୍କ ଶୀର୍ଷ ନେତୃତ୍ୱଙ୍କ ସହ ଯୋଗୀଙ୍କ ଭେଟକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି।
ଯୋଗୀଙ୍କ କୋଭିଡ୍ ମୁକାବିଲାରେ ଦୁର୍ବଳତା ଯୋଗୁ ଆସନ୍ତା ବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନରେ ଭାଜପାକୁ କ୍ଷତି ସହିବାକୁ ପଡ଼ିପାରେ ବୋଲି କିଛିଦିନ ହେଲା ଚର୍ଚ୍ଚା ଜୋର୍ ଧରିଛି। ଏଭଳି ସମୟରେ ପ୍ରଥମ ଥର ପାଇଁ ଯୋଗୀ ଦୁଇଦିନିଆ ଦିଲ୍ଲୀ ଗସ୍ତ କରିଛନ୍ତି। ସେ ଶୁକ୍ରବାର ମୋଦି, ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଓ ଅନ୍ୟ ନେତାମାନଙ୍କୁ ସାକ୍ଷାତ କରିବେ। ୟୁପିର ପ୍ରମୁଖ ବ୍ରାହ୍ମଣ ଚେହେରା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜିତିନ ପ୍ରସାଦ କଂଗ୍ରେସ ଛାଡ଼ି ଭାଜପାରେ ମିଶିବାର ଦିନକ ପରେ ଯୋଗୀଙ୍କ ଦିଲ୍ଲୀ ଗସ୍ତ ପାଣିପାଗରେ ଉଷ୍ମତା ଭରିଦେଇଛି। ଆଗକୁ ୟୁପିରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ କରାଯିବ ବୋଲି ହେଉଥିବା ଚର୍ଚ୍ଚା ଭିତରେ ଜିତିନଙ୍କୁ ଏଥିରେ ସାମିଲ କରାଯିବା ସମ୍ଭାବନା ଦେଖାଦେଇଛି। କ୍ୟାବିନେଟରେ ଜାତିଗତ ଓ ଆଞ୍ଚଳିକ ସମୀକରଣକୁ ମଧ୍ୟ ଦୃଷ୍ଟି ଦିଆଯିବ। ପ୍ରଧାନମନ୍ତ୍ରୀଙ୍କ ଘନିଷ୍ଠ ଏ.କେ. ଶର୍ମାଙ୍କୁ କ୍ୟାବିନେଟରେ ସାମିଲ କରିବା ନେଇ କେନ୍ଦ୍ରୀୟ ନେତାଙ୍କ ସହ ଯୋଗୀଙ୍କ ସାକ୍ଷାତ ବେଳେ ଆଲୋଚନା ହୋଇପାରେ।
୧୫୦ କୋଟି ବର୍ଷ ତଳେ ସମୁଦ୍ରରେ ବୁଡ଼ି ରହିଥିଲା ବଲିଉଡ୍…
ମୁମ୍ବାଇ,୧୯।୬: ମହାରାଷ୍ଟ୍ରର ରାଜଧାନୀ ତଥା ବଲିଉଡ୍ ମୁମ୍ବାଇର ଆଖପାଖ ଅଞ୍ଚଳ ଦିନେ ସମୁଦ୍ର ତଳେ ବୁଡ଼ି ରହିଥିଲା। ମିଳିଥିବା କେତେକ ଜୀବାଶ୍ମରୁ ଏହା ଜଣାପଡ଼ିଛି। ମୁମ୍ବାଇ...
ଭାଜପା ଏମ୍ପି, ବିଧାୟକଙ୍କ ଘର ଆଗରେ ବସିବେ ଚାଷୀ
ଗାଜିଆବାଦ,୪।୬: କୃଷି ଆଇନ ବିରୋଧରେ ଆନ୍ଦୋଳନ ଚଳାଇଥିବା ଚାଷୀ ସଂଗଠନ ପକ୍ଷରୁ ଶନିବାର ଦେଶବ୍ୟାପୀ ଭାଜପା ଏମ୍ପି ଏବଂ ବିଧାୟକଙ୍କ ଘର ଆଗରେ ବିକ୍ଷୋଭ ପ୍ରଦର୍ଶନ...
ଡ୍ରେନ ସଫା ନ ହେବାରୁ କଣ୍ଟ୍ରାକ୍ଟର ଉପରେ ଅଳିଆ ପକାଇଲେ ବିଧାୟକ
ମୁମ୍ବାଇ,୧୩।୬: ଜଣେ କଣ୍ଟ୍ରାକ୍ଟରକୁ ରାସ୍ତାରେ ଜମା ହୋଇଥିବା ବର୍ଷା ପାଣିରେ ବସାଇ ଅଳିଆ ପକାଇଛନ୍ତି ସିବ ସେନାର ଜଣେ ବିଧାୟକ। ଠିକ୍ ସମୟରେ ଡ୍ରେନ ସଫା...
ଦିଲ୍ଲୀପ କୁମାର ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି…
ମୁମ୍ବାଇ,୬।୬: ବଲିଉଡ୍ ଅଭିନେତା ଦିଲ୍ଲୀପ୍ କୁମାରଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ମୁମ୍ବାଇର ହିନ୍ଦୁଜା ହସ୍ପିଟାଲରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି। ସେ ନିଶ୍ୱାସ ନେବାରେ...
ସଂସଦରେ ଯୋଗ ଶିକ୍ଷା ଦେବେ ପ୍ରଜ୍ଞା
ଜୁନ୍ ୨୧ରେ ବିଶ୍ୱବ୍ୟାପୀ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯିବ। ଏହି ଅବସରରେ ଲୋକ ସଭା ସେକ୍ରେଟାରିଏଟ୍ ପକ୍ଷରୁ ସାଂଦସମାନଙ୍କୁ ଯୋଗ ଶିକ୍ଷାର ଆୟୋଜନ କରାଯାଇଛି।...
ଖୁସି ଖବର, ହ୍ରାସ ପାଇବ ତୃତୀୟ ଲହରର ତାଣ୍ଡବ , ଏମ୍ସ୍ ପକ୍ଷରୁ ସୂଚନା…
ନୂଆଦିଲ୍ଲୀ,୨୬।୬: ଦେଶରେ କରୋନା ମହାମାରୀ ଭୂତାଣୁ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତେବେ ଦିଲ୍ଲୀରୁ ଖୁସି ଖବର ମିଳିଛି। କରୋନାର ଦ୍ୱିତୀୟ ଲହର ଦ୍ୱାରା ଦେଶରେ...
ଭାକ୍ସିନ ନେବା ପରେ ୪୮୮ବ୍ୟକ୍ତିଙ୍କ ମୃତ୍ୟୁ, ୨୬ହଜାର ଲୋକଙ୍କ ମଧ୍ୟରେ ଦେଖାଦେଇଛି ଗମ୍ଭୀର ପାର୍ଶ୍ୱପ୍ରତିକ୍ରିୟା: ତଥ୍ୟ
ନୂଆଦିଲ୍ଲୀ,୧୪।୬: ସାରା ଦେଶରେ କରୋନା ଭାଇରସ୍ ଆତଙ୍କ ଜାରି ରହିଛି। କରୋନାକୁ ରୋକିବା ପାଇଁ ଦେଶରେ ଟିକାକରଣ ଉପରେ ଗୁରୁତ୍ୱ ଦିଆଯାଇଛି। ହେଲେ ମିଳିଥିବା ସରକାରୀ...
ସୋମବାରଠାରୁ ସାବାଳକଙ୍କୁ ମାଗଣା ଟିକା
ନୂଆଦିଲ୍ଲୀ, ୨୦।୬: କେନ୍ଦ୍ର ସରକାରଙ୍କ ନୂଆ ଟିକା ନୀତି ଅନୁଯାୟୀ ସୋମବାରଠାରୁ ୧୮ରୁ ୪୪ ବର୍ଷ ବୟସ ବର୍ଗର ହିତାଧିକାରୀଙ୍କୁ ମାଗଣାରେ କୋଭିଡ୍ ଟିକା ଦିଆଯିବ।...


