E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, କେନ୍ଦ୍ରାପଡ଼ା

ଜମିରେ ଧାନ ଗଜା, ସହାୟତା ଦାବି
10:20 amJune 11, 2021

ମହାକାଳପଡ଼ା,୧୧।୬(ଡି.ଏନ୍‌.ଏ.): ବାତ୍ୟା ୟାସ୍‌ ଚାଷୀଙ୍କ ମେରୁଦଣ୍ଡ ଭାଙ୍ଗିଦେଇଛି। ବିଶେଷକରି ଚାଷୀଙ୍କ ପନିପରିବା ଓ ଖରାଦିନିଆ ଡାଳୁଅ ଧାନ ଉଜୁଡ଼ିଯାଇଛି। ଭାଗଚାଷୀମାନେ ଜମି ମାଲିକଙ୍କୁ ଫସଲ ଦେବାକୁ ଅସମର୍ଥ। ଅନ୍ୟପକ୍ଷରେ ଭାଗ ଚାଷୀମାନେ ସ୍ବୟଂ ସହାୟିକା ମହିଳା ଗୋଷ୍ଠୀରୁ ଋଣ ନେଇ ଚାଷରେ ଖର୍ଚ୍ଚ କରିଥିଲେ। ଏହି ଅର୍ଥ କେଉଁଠୁ ପୂରଣ କରିବେ ସେ ନେଇ ଭାଳେଣି ପଡିଛି। ଏଭଳି ଘଟିଛି, ମହାକାଳପଡ଼ା ବ୍ଲକ ବଳିପାଳ ପଞ୍ଚାୟତର ଅନ୍ଦୁଳି ଗ୍ରାମର ଭାଗଚାଷୀଙ୍କ କ୍ଷେତ୍ରରେ। ଭାଗଚାଷୀମାନଙ୍କ କହିବା କଥା, ଗଁା ମଠ ସମ୍ପତ୍ତିର ୧୨ ଏକର ଜମିରେ କେତେଜଣ ଭାଗଚାଷୀ ଚାଷ କରିଥିଲୁ। ରାସାୟନିକ ସାର, ଔଷଧ, ବିହନ, ହଳ ସମେତ ଅନ୍ୟ ବାବଦରେ ଖର୍ଚ୍ଚ କରିଥିଲୁ। ତେବେ ୟାସ୍‌ ପ୍ରଭାବରେ ପ୍ରବଳ ବର୍ଷା ସାଙ୍ଗକୁ ପବନ ବହିବା ଯୋଗୁ ଧାନଜମିିରେ ପାଣି ଜମି ଗଜା ହେବା ସହ ନଷ୍ଟ ହେଲା। ଯାହା କିଛି ଧାନ ଅଛି କାଟି ବାନ୍ଧିଲା ବେଳକୁ ଝଡି ପଡୁଛି। ଏହି ଗଜାଧାନକୁ ନିକଟ ରାସ୍ତାରେ ଖରାରେ ଶୁଖାଇ ଅମଳ କରିବୁ। କିନ୍ତୁ ଧାନ ରଙ୍ଗ ବେରଙ୍ଗ ହେବା ଦେଖାଯାଇଛି। ଘରୋଇ ଋଣ ନେଇ ଚାଷ କରିଥିଲେ ମଧ୍ୟ ଏଥିରେ ବହୁ କ୍ଷତି ହୋଇଛି। ସ୍ଥାନୀୟ ଗଁାର ତ୍ରିଲୋଚନ ମଳିକ, ସୁନାକର ମଳିକ, କେଶବ ମହାରଣା, ଅର୍ଜୁନ ରାଉତ, ଶଙ୍କର ଦାସ, ମଙ୍ଗୁଳି ରାଉତ, ସନାତନ ରାଉତ, ନାରାୟଣ ରାଉତ ଭାଗଚାଷୀମାନେ ସରକାରୀ ଭାବେ ତଦନ୍ତ କରି ସହାୟତା ଦେବା ପାଇଁ କହିଛନ୍ତି। ଏହି ଭାଗଚାଷୀଙ୍କୁ ବ୍ଲକ କୃଷି ବିଭାଗ ପକ୍ଷରୁ କୌଣସି କୃଷି ସଚେତନତା କି ସହାୟତା ମିଳିଲା ନାହିଁ। ଦୌଡି ଦୌଡି ବିଭାଗ ବିହନ ଦେଲା ନାହିଁ। ବାଧ୍ୟ ହୋଇ ଖୋଲା ବଜାରରୁ ଚଢା ଦରରେ ସଙ୍କରଜାତୀୟ ମମତା ପ୍ଲସ, ସିଲିକ୍‌ ଧାନ ବିହନ କିଣି ଚାଷ କରିଛୁ। ଘରୋଇ ଋଣ ଓ ଜମି ମାଲିକଙ୍କ ଭାଗ ଧାନ କେଉଁଠୁ ଆଣିବୁ ବୋଲି ଦୁଃଖର ସହ ସେମାନେ କହିଛନ୍ତି। ୩ ମାସ ଜମିରେ ପରିଶ୍ରମ କରି ଫଳାଇଥିବା ଫସଲକୁ ୟାସ୍‌ ନେଇଗଲା ବୋଲି ସେମାନେ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, କେନ୍ଦ୍ରାପଡ଼ା View All

ରଥଯାତ୍ରା ପାଇଁ ନୀତି ନିର୍ଘଣ୍ଟ

ପୁରୀ ଅଫିସ,୨୦ା୬: ଆସନ୍ତା ଜୁଲାଇ ୧୨ରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଏଥିପାଇଁ ନୀତି ନିର୍ଘଣ୍ଟ ସ୍ଥିର ହୋଇଛି। ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ରବିବାର ଆୟୋଜିତ ହୋଇଥିବା...

ଟିକାକରଣରୁ ବଞ୍ଚିତ ହେଉଛନ୍ତି ଲୋକେ

କଟକ ଅଫିସ, ୧୨ା୬: ରାଜ୍ୟରେ କୋଭିଡ୍‌ ସଂକ୍ରମିତଙ୍କ ଚିକିତ୍ସା ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା ନାହିଁ। ସମସ୍ତଙ୍କୁ ମାଗଣାରେ ଟିକା ଦିଆଯିବା ପାଇଁ ଘୋଷଣା କରାଯାଇଛି। ମାତ୍ର...

ଗାଁରେ ପଶିଲା ହାତୀ, ଗ୍ରାମବାସୀ ଭୟଭୀତ

ରୂପ୍‌ସା,୨୫ା୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ରୂପସା ଥାନା ଗଡ଼ପଦା ପଞ୍ଚାୟତ ଅନ୍ତର୍ଗତ ଜହତା ଗ୍ରାମରେ ଶୁକ୍ରବାର ସକାଳେ ଏକ ଦନ୍ତାହାତୀ ପଶି ଆସିଥିବା ଦେଖିବାକୁ ମିଳିଛି। ଜଣେ...

ବିବାହ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ବଳାତ୍କାର

ଗୋଲାମୁଣ୍ଡା,୨୧ା୦୬: କଳାହାଣ୍ଡି ଜିଲା ଗୋଲାମୁଣ୍ଡା ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ...

ଆଜିଠୁ ଅଲାରନାଥଙ୍କ ଅନବସର ଦର୍ଶନ

ବ୍ରହ୍ମଗିରି,୨୫।୬(ଡି.ଏନ୍‌.ଏ.): ସ୍ନାନପୂର୍ଣ୍ଣିମାରେ ଚତୁର୍ଦ୍ଧାମୂର୍ତ୍ତି ସ୍ନାନ କରି ଅଣସର ପିଣ୍ଡିରେ ବିଜେ କରିଛନ୍ତି। ଏହି ଅବସରରେ ଶୁକ୍ରବାରଠାରୁ ବ୍ରହ୍ମଗିରିସ୍ଥିତ ଅଲାରନାଥଙ୍କ ପୀଠରେ ଅନବସର ଦର୍ଶନ ଆରମ୍ଭ ହେବ।...

 ସାମାନ୍ୟ ବଚସାରୁ ହତ୍ୟାକାଣ୍ଡ

ହିନ୍ଦୋଳ,୨୧।୬: ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ରାଶୋଳ ଥାନା ଅନ୍ତର୍ଗତ ଦଣ୍ଡିରୀ ତଳବହାଙ୍ଗିଆ ସାହିରେ ସୋମବାର ଏକ ହତ୍ୟାକାଣ୍ଡ ଘଟିଛି । ଖବରପାଇ ପୋଲିସ ଘଟଣାସ୍ଥଳରେ...

ଅନ୍ୟ ରାଜ୍ୟରେ ଅଙ୍ଗୁର ଦାମ୍‌ରେ ବିକ୍ରି ହେଉଛି କେନ୍ଦୁଝର ଜାମୁକୋଳି

କେନ୍ଦୁଝର,୧୯ା୬(ସ୍ବ.ପ୍ର.): କେନ୍ଦୁଝର ଜିଲାର ଜାମୁକୋଳି ପଡ଼ୋଶୀ ରାଜ୍ୟରେ ଚାହିଦା ଅଧିକ। ପଶ୍ଚିମବଙ୍ଗ, ବିହାର, ଝାଡ଼ଖଣ୍ଡ ଆଦି ରାଜ୍ୟରେ କେନ୍ଦୁଝର ଜାମୁକୋଳି ବହୁଳ ମାତ୍ରାରେ ବିକ୍ରି ହେଉଛି।...

ଦୋକାନରୁ ଚୋରି କରୁଥିବା ବେଳେ ୨ଜଣଙ୍କୁ ଗିରଫ କଲା ପୋଲିସ

ପାଟଣା,୧୯।୬(ସ୍ବ.ପ୍ର.): କରୋନା ଲକ୍‌ଡାଉନ ସମୟରେ ବଢ଼ୁଛି କ୍ରାଇମ୍‌। କାମଧନ୍ଦା ଅଭାବରୁ ଲୋକମାନେ ଭୁଲ୍‌ ବାଟକୁ ଆପଣାଉଛନ୍ତି। କିଛି ଏଭଳି ଘଟଣା ଘଟିଛି କେନ୍ଦୁଝର ଜିଲା ସାହାରପଡା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଚାଷ ଜମିରେ ମାଡୁଛି ଲୁଣାପାଣି
Next Post Next post:
ଶତାଧିକ ଲୋକଙ୍କ ଇନ୍ଦିରାଆବାସ ଅର୍ଥ ହଡ଼ପ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts