ଭୁବନେଶ୍ୱର,୧୧।୬(ବ୍ୟୁରୋ): ଦୋକାନ ବାହାରେ ପଡ଼ିଥିଲା ତାଲା, ହେଲେ ଭିତରେ ଚାଲିଥିଲା ବେପାର। ଖବର ପାଇ ପହଞ୍ଚିଲା ପୋଲିସ। ପରେ ଦୋକାନ ହେଲା ସିଲ୍। ଏଭଳି ଏକ ଅଭାନୀୟ ଘଟଣା ଘଟିଛି ଭୁବନେଶ୍ୱରର ଝାରପଡ଼ା ଅଞ୍ଚଳରେ। ରଜ ପାଖେଇ ଆସୁଥିବାରୁ ଗ୍ରାହକଙ୍କୁ ଲୁଚାଛପାରେ ଦୋକାନ ଭିତରକୁ ନିଆଯାଉଥିଲା। ପରେ ସଟର ପକାଇ ଭିତରେ ଲୁଗା ବିକ୍ରି ଚାଲିଥିଲା। ଲକ୍ଡାଉନ୍ ନିୟମକୁ ନ ମାନିଲେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବା ସହ ଦୋକନ ସିଲ୍ ଏବଂ ଗିରଫ କରାଯିବ ବୋଲି ଗୁରୁବାର ପୋଲିସ କମିଶନର ଚେତାବନୀ ଦେଇଥିଲେ। ତାହା ସତ୍ତ୍ୱେ ଏଭଳି ଲୁଚାଛପା ବେପାର ଚାଲିଛି, ଯାହା ଚିନ୍ତା ବଢ଼ାଉଛି।
କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ସଂଘ ଦେଲା ୩ ଲକ୍ଷ
ଭୁବନେଶ୍ୱର,୧୨ା୬(ବ୍ୟୁରୋ): କରୋନା ମୁକାବିଲା ପାଇଁ ଓଡ଼ିଶା କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ସଂଘ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠି(ସିଏମ୍ଆର୍ଏଫ୍)କୁ ୩ଲକ୍ଷ ଟଙ୍କା ଦାନ କରିଛି। ରାଜ୍ୟ ଲୋକସେବା...
ଏୟାରଲିଫ୍ଟ ହୋଇ କୋଲକାତା ଗଲେ ଭିଜିଲାନ୍ସ ନିର୍ଦ୍ଦେଶକ; କରୋନା ଆକ୍ରାନ୍ତ ପରେ ଅଛନ୍ତି ଗୁରୁତର
ଭୁବନେଶ୍ୱର,୮।୬(ବ୍ୟୁରୋ): କରୋନାରେ ଆକ୍ରାନ୍ତ ହୋଇ ଗୁରୁତର ହୋଇପଡ଼ିଛନ୍ତି ଭିଜିଲାନ୍ସ ନିର୍ଦ୍ଦେଶକ ତଥା ଆଇପିଏସ୍ ଦେବାଶିଷ ପାଣିଗ୍ରାହୀ। ମଙ୍ଗଳବାର ତାଙ୍କୁ ଏୟାରଲିଫ୍ଟ ହୋଇ ଚିକିତ୍ସା ପାଇଁ କୋଲକାତା...
ଅମାନବୀୟ: ପଥରରେ ଛେଚି ପ୍ରେମିକାଙ୍କ ଗର୍ଭପାତ, ବିବାହିତ ଥିବା କଥା ଲୁଚାଇଥିଲେ
ପରଜଙ୍ଗ, ୧୩।୬(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ ଫାଣ୍ଡି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମିକଙ୍କ ମରଣାନ୍ତକ ଆକ୍ରମଣରେ ୯ମାସର ଗର୍ଭବତୀ ଥିବା...
ସୁଦୃଢ଼ ହେଉଛି ସ୍ବାସ୍ଥ୍ୟ ଭିତ୍ତିଭୂମି
ଅନୁଗୋଳ ଅଫିସ, ୫ା୬ ମହାମାରୀର ଦ୍ୱିତୀୟ ଲହର ଅତି ମାରାତ୍ମକ ସାବ୍ୟସ୍ତ ହେଉଥିବାରୁ ଏହାର ଉଚିତ ମୁକାବିଲା ନିମନ୍ତେ ସ୍ବାସ୍ଥ୍ୟ ଭିତ୍ତିଭୂମି ସୁଦୃଢ଼ ଉପରେ ସର୍ବାଧିକ...
ଗଛ ବିନା ଶ୍ରୀହୀନ ରାଜପଥ
ଢେଙ୍କାନାଳ ଅଫିସ, ୧୯।୬ ଜାତୀୟ ରାଜପଥ (ଏନ୍ଏଚ୍) ଉପରେ ନିର୍ଭର କରେ ଦେଶର ଆର୍ଥିକ ପ୍ରଗତି। ଆନ୍ତଃଜିଲା ଏବଂ ଆନ୍ତଃରାଜ୍ୟ ଗମନାଗମନ ବ୍ୟବସ୍ଥାକୁ ଉନ୍ନତ କରିବା,...
ଓଡ଼ିଶାର ଐତିହ୍ୟକୁ ସ୍ଥାନାନ୍ତର କରିବାକୁ ଦିଆଯିବ ନାହିଁ: ସୁର
ଭୁବନେଶ୍ୱର,୧୮ା୬(ବ୍ୟୁରୋ): ରାଜଧାନୀର ବ୍ୟସ୍ତବହୁଳ ମାଷ୍ଟରକ୍ୟାଣ୍ଟିନ୍ ଛକରେ ଥିବା ‘ଐତିହ୍ୟ ଘୋଡ଼ା’ ମୂର୍ତ୍ତିକୁ ରାଜଭବନ ଛକକୁ ସ୍ଥାନାନ୍ତର ନେଇ ଶୁକ୍ରବାର ରାଜ୍ୟ କଂଗ୍ରେସ ପକ୍ଷରୁ ପ୍ରତିବାଦ କରାଯାଇଛି।...
ନକଲି ଔଷଧ ବ୍ୟବସାୟୀଙ୍କୁ ସରକାରଙ୍କ ଚେତାବନୀ
ଭୁବନେଶ୍ୱର,୧୩।୬: ରାଜ୍ୟରେ ହେଉଥିବା ନକଲି ଔଷଧ କାରବାରରେ ଯେଉଁମାନେ ସମ୍ପୃକ୍ତ ଅଛନ୍ତି, ସେମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସ୍ବାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ...
ଅପହୃତା ନାବାଳିକାଙ୍କୁ ଖୋଜୁନି ପୋଲିସ
ଭୁବନେଶ୍ୱର,୨୬।୬(ବ୍ୟୁରୋ): ନାବାଳିକା ଝିଅକୁ ଅପହରଣ କରାଯାଇଥିବା ନେଇ କ୍ୟାପିଟାଲ ଥାନାରେ ଅଭିଯୋଗ କରିଛନ୍ତି ବିଧବା ମା’। ଅଭିଯୋଗ ଆଧାରରେ ପୋଲିସ ମାମଲା ରୁଜୁ କରିଥିଲେ ମଧ୍ୟ...


