ପୁରୀ ଅଫିସ, ୧୨ା୬: ଆସନ୍ତା ୨୪ ତାରିଖରେ ଦେବସ୍ନାନ ପୂର୍ଣ୍ଣିମା ତଥା ସ୍ନାନଯାତ୍ରା ପଡୁଛି। ଚଳିତବର୍ଷ କୋଭିଡ୍ କଟକଣା ମଧ୍ୟରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଆୟୋଜନ ନେଇ ପୁରୀ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଶୁକ୍ରବାର ଏସ୍ପି କନଓ୍ବର ବିଶାଲ ସିଂ ବରିଷ୍ଠ ପୋଲିସ ଅଧିକାରୀମାନଙ୍କ ସହ ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଓ ଦେବସ୍ନାନ ମଣ୍ଡପ ପରିସର ବୁଲି ସୁରକ୍ଷା ବ୍ୟବସ୍ଥା ସମ୍ପର୍କରେ ଅନୁଧ୍ୟାନ କରିଛନ୍ତି। ପରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ପୋଲିସ ବ୍ୟବସ୍ଥା ସମ୍ପର୍କରେ ମଧ୍ୟ ଆଲୋଚନା କରିଛନ୍ତି। କୋଭିଡ୍ କଟକଣା ଥିବାରୁ ଦେବସ୍ନାନ ପୂର୍ଣ୍ଣମାରେ ପୁରୀ ସହରରେ ୧୪୪ ଧାରା ସହ କର୍ଫ୍ୟୁ ଜାରି କରାଯିବାର ସମ୍ଭାବନା ରହିଛି। ଏଥିପାଇଁ ପୋଲିସ ପ୍ରଶାସନ ପକ୍ଷରୁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ ବୋଲି ଏସ୍ପି ସୂଚନା ଦେଇଛନ୍ତି। ଶ୍ରୀମନ୍ଦିର ନିକଟକୁ ଭକ୍ତମାନେ ଯେପରି ନ ଆସିପାରିବେ ସେଥିଲାଗି ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ଥିବା ସାହିଗୁଡ଼ିିକୁ ବ୍ୟାରିକେଡିଂ କରାଯିବ। ତେବେ ଜରୁରିକାଳୀନ ସେବା ସକାଶେ ଲୋକଙ୍କୁ ଛଡ଼ାଯିବ। ଯେପରି ଜନସାଧାରଣଙ୍କ ଅସୁବିଧା ନ ହେବ ସେଥିପ୍ରତି ଧ୍ୟାନ ଦିଆଯିବ। ସୁରକ୍ଷା ଦୃଷ୍ଟିରୁ ବଡ଼ଦାଣ୍ଡକୁ ୮ରୁ ୯ଟି ଜୋନ୍ରେ ବିଭକ୍ତ କରାଯିବ। ପୁରୀ ସହରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାଗୁଡ଼ିକୁ ସିଲ କରାଯିବ। ତେବେ ନୂତନ ଏସ୍ଓପି ଜାରି ହେବା ପରେ ଏ ସଂକ୍ରାନ୍ତରେ ପୋଲିସ ପ୍ରଶାସନ ପକ୍ଷରୁ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ ବୋଲି ଏସ୍ପି କହିଛନ୍ତି।
Posted inଆମ ଜିଲା ଖବର, କରୋନା ଭାଇରସ୍, ପୁରୀ View All
ମହାନଦୀକୁ ଡେଇଁପଡ଼ିଲେ ଦମ୍ପତି
କଟକ ଅଫିସ,୫।୬: କଟକ ଯୋବ୍ରା ଆନିକଟ୍ ବ୍ରିଜରୁ ମହାନଦୀକୁ ଡେଇଁ ଶୁକ୍ରବାର ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଥିଲେ। ତାଙ୍କୁ ବଞ୍ଚାଇବାକୁ ଯାଇ ସ୍ବାମୀ ମଧ୍ୟ...
ଘରକୁ ଘର ବୁଲି ସଂଗ୍ରହ ହେଉଛି ଆବର୍ଜନା: ବ୍ୟାଟ୍ରିଚାଳିତ ଗାଡ଼ି ଧରି ବୁଲୁଛନ୍ତି ମହିଳା
ଛତ୍ରପୁର,୨୬।୬(ଡି.ଏନ୍.ଏ.): ମହିଳା ସଶକ୍ତିକରଣ କ୍ଷେତ୍ରରେ ଆଉ ପାଦେ ଆଗେଇଛି ଗଞ୍ଜାମ ଜିଲା। ଗ୍ରାମାଞ୍ଚଳ ପରିମଳ ପରିଚାଳନାର ନେତୃତ୍ୱ ନେବା ଆରମ୍ଭ କରିଛନ୍ତି ମହିଳା। ଖଲ୍ଲିକୋଟ ବ୍ଲକରୁ...
ଏପ୍ରିଲ୍ରୁ ଆରମ୍ଭ ହେଲାଣି ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍…
ମୁମ୍ବାଇ,୨୩।୬: ଦେଶରେ କରୋନା ମହାମାରୀ ଭୂତାଣୁର ନୂଆ ଭାରିଆଣ୍ଟ୍ ଡେଲ୍ଟା ପ୍ଲସ୍ ମହାରାଷ୍ଟ୍ରରେ ଅଢ଼େଇ ମାସ ତଳୁ ଆରମ୍ଭ ହୋଇ ସାରିଛି। ଏପ୍ରିଲ୍ ୫ରେ ଜଣେ...
ଡେଲ୍ଟା ଭାରିଆଣ୍ଟ୍ ଅଧିକ ଭୟଙ୍କର: ଏହା ଯୋଗୁ କମୁଛି ଶ୍ରବଣ ଶକ୍ତି, ବଢୁଛି ଅବସାଦ…
ଚେନ୍ନାଇ,୮।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଭାରତରେ ଦେଖାଦେଇଥିବା ଡେଲ୍ଟା ଭାରିଆଣ୍ଟ୍ ଇତିମଧ୍ୟରେ ପୃଥିବୀର ୬୦ ଦେଶକୁ...
ସ୍କୁଲ ପାଠ୍ୟକ୍ରମରେ ‘ବନ୍ଦେ ଉତ୍କଳ ଜନନୀ’
ଭୁବନେଶ୍ୱର, ୨୪।୬(ବ୍ୟୁରୋ): ବିଦ୍ୟାଳୟ ପାଠ୍ୟକ୍ରମରେ ରାଜ୍ୟ ସଙ୍ଗୀତ ‘ବନ୍ଦେ ଉତ୍କଳ ଜନନୀ’ ସ୍ଥାନ ପାଇଛି। ପ୍ରଥମ ଭାଷା ଓଡ଼ିଆ ବିଷୟରେ ‘ବନ୍ଦେ ଉତ୍କଳ ଜନନୀ’କୁ ସ୍ଥାନ...
ରାତିରେ ଘରେ ଶୋଇଥିଲେ, ଏପଟେ ଲାଗିଗଲା ନିଆଁ
ଆରଡ଼ି,୧୩।୬(ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ଓଳଗ ପଞ୍ଚାୟତର ବୋଡକ ଗାଁରେ ୩ ଭାଇଙ୍କର ୪ ବଖରା ଘର ଶନିବାର ବିଳମ୍ବିତ ରାତିରେ ସଂପୂର୍ଣ୍ଣ...
ସାବରମତି ନଦୀରେ କୋଭିଡ-୧୯ ଭାଇରସ୍
ଅହମଦାବାଦ,୧୮।୭: କରୋନା ଭାଇରସ୍ର ଦ୍ୱିତୀୟ ଲହରର ସ୍ଥିତି ଏବେ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। କିନ୍ତୁ ଦେଶରେ କରୋନା ସଙ୍କଟ ଏବେ ବି ଜାରି ରହିଛି।...
ଦ୍ୱାଦଶ ପରୀକ୍ଷା ନେଇ ସନ୍ଧ୍ୟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
ନୂଆଦିଲ୍ଲୀ,୧।୬: ବୋର୍ଡ ପରୀକ୍ଷାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସନ୍ଧ୍ୟାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିବେ। ମୋଦିଙ୍କ ଅଧ୍ୟକ୍ଷତାରେ ଏହି ବୈଠକରେ ଦ୍ୱାଦଶ ଶ୍ରେଣୀର...


