ଭୁବନେଶ୍ୱର,୧୨ା୬(ବ୍ୟୁରୋ): କରୋନା ମୁକାବିଲା ପାଇଁ ଓଡ଼ିଶା କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ସଂଘ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠି(ସିଏମ୍ଆର୍ଏଫ୍)କୁ ୩ଲକ୍ଷ ଟଙ୍କା ଦାନ କରିଛି। ରାଜ୍ୟ ଲୋକସେବା ଭବନଠାରେ ସଂଘ ଅଧ୍ୟକ୍ଷ ଗୌରୀଶଙ୍କର ଦାଶ ଓ ସାଧାରଣ ସମ୍ପାଦକ ସାତ୍ତ୍ୱିକ ସ୍ବାଇଁ ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ଏବାବଦ ଚେକ୍ ପ୍ରଦାନ କରିଛନ୍ତି। ଏହି ଅବସରରେ ମହାପାତ୍ର ସଂଘ ସଦସ୍ୟ ଓ କର୍ମଚାରୀଙ୍କୁ ସାଧୁବାଦ ଜଣାଇବା ସହ ନିଜ ଶିଳ୍ପାନୁଷ୍ଠାନ ତଥା ବ୍ୟକ୍ତିଗତ ସ୍ତରରେ କରୋନା ନିୟମ ଅନୁପାଳନ ଓ ସଚେତନତା କାର୍ଯ୍ୟ ଜାରି ରଖିବାକୁ ଅନୁରୋଧ କରିଛନ୍ତି। ସେହିପରି ସାଇ ଇଣ୍ଟରନ୍ୟାଶନାଲ ସ୍କୁଲର ୪ର୍ଥ ଶ୍ରେଣୀର ଛାତ୍ର ପୃଥ୍ବୀ ସାରଥୀ ରାଉତରାୟ ନିଜ ପକେଟ ଓ ଜନ୍ମଦିନ ଭୋଜି ଖର୍ଚ୍ଚରୁ ସଞ୍ଚୟ କରି ରାଜ୍ୟ କୋଭିଡ୍ ପରିଚାଳନା ପାଇଁ ୧୦,୩୫୧ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ କରିଛନ୍ତି। ମୁଖ୍ୟ ଶାସନ ସଚିବଙ୍କୁ ଚେକ୍ ପ୍ରଦାନ କରି ପୃଥ୍ବୀ କହିଛନ୍ତି, ମୁଖ୍ୟମନ୍ତ୍ରୀ ପିଲାଙ୍କ ଚିକତ୍ସା ପାଇଁ ସ୍ବତନ୍ତ୍ର କୋଭିଡ୍ ହସ୍ପିଟାଲ କରୁଛନ୍ତି। ମୁଁ ମୋ ଜନ୍ମଦିନ ଭୋଜି ନ କରି ରିଲିଫ୍ ପାଣ୍ଠିକୁ ଦାନ କଲି।
Posted inକରୋନା ଭାଇରସ୍, ମେଟ୍ରୋ, ରାଜ୍ୟ View All
ରେକର୍ଡ ନିଶାରେ ଦିବ୍ୟଜ୍ୟୋତି
କଟକ ଅଫିସ, ୧୦ା୬: କଟକ ଜିଲା ବିରିବାଟୀସ୍ଥିତ ଡିହସାହି ଗ୍ରାମର ଦିବ୍ୟଜ୍ୟୋତି ଜେନା(୨୦)। ରେକର୍ଡ ସୃଷ୍ଟି କରିବା ତାଙ୍କର ନିଶା। ପୂର୍ବରୁ ୬୦ ଦେଶର ୪୫୦ଟି...
ସାବରମତି ନଦୀରେ କୋଭିଡ-୧୯ ଭାଇରସ୍
ଅହମଦାବାଦ,୧୮।୭: କରୋନା ଭାଇରସ୍ର ଦ୍ୱିତୀୟ ଲହରର ସ୍ଥିତି ଏବେ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। କିନ୍ତୁ ଦେଶରେ କରୋନା ସଙ୍କଟ ଏବେ ବି ଜାରି ରହିଛି।...
ନୀଳଗିରି ବିଧାୟକଙ୍କ ବିରୋଧରେ ଏତଲା
ପୁରୀ ଅଫିସ, ୮।୬: ବାଲେଶ୍ୱର ଜିଲାର ନୀଳଗିରି ବିଧାୟକ ସୁକାନ୍ତ କୁମାର ନାୟକଙ୍କ ବିରୋଧରେ ସୋମବାର ଶ୍ରୀଜଗନ୍ନାଥ ସେନା ପକ୍ଷରୁ ପୁରୀ ସିଂହଦ୍ୱାର ଥାନାରେ ଏତଲା...
ସୁକିନ୍ଦା ତହସିଲଦାର ନିଲମ୍ବିତ: କରୋନା ନିୟମ ଉଲ୍ଲଂଘନ ଅଭିଯୋଗ
ଯାଜପୁର ଅଫିସ/କାଳିଆପାଣି, ୧୯।୬(ଡି.ଏନ.ଏ.): ଯାଜପୁର ଜିଲା ସୁକିନ୍ଦା ତହସିଲଦାର ବୁଲ୍ବୁଲ୍ ବେହେରାଙ୍କୁ ରାଜ୍ୟ ସରକାର ଶୁକ୍ରବାର ନିଲମ୍ବନ କରିଥିବା ଯାଜପୁର ଜିଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର...
କସିବଣୀ ଗାଁକୁ ଛୁଇଁନି କରୋନା
କୁଆମରା,୧୧।୬(ଡି.ଏନ.ଏ.)- ଦୁଇବର୍ଷ ହେଲା ମହାମାରୀ କରୋନା ସାରା ବିଶ୍ୱକୁ କବଳିତ କରିଥିବା ବେଳେ ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ କୁଆମରା ପଞ୍ଚାୟତ...
ଅନିର୍ଦ୍ଦିଷ୍ଟ କାଳ ଯାଏ ବସ୍ ଚଳାଚଳ ବନ୍ଦ
ଭୁବନେଶ୍ୱର,୩।୬(ବ୍ୟୁରୋ): କୋଭିଡ୍-୧୯ ମହାମାରୀ ଦ୍ୱିତୀୟ ଲହରରେ ଯାତ୍ରୀ ପରିବହନ ସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି। ବିଶେଷକରି ଯାତ୍ରୀବାହୀ ବସ୍ଗୁଡ଼ିକ ବହୁମାତ୍ରାରେ କ୍ଷତିଗ୍ରସ୍ତ ହୋଇଛନ୍ତି। ଲକ୍ଡାଉନ,...
ରାଜ୍ୟରେ ୬ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧୦।୬(ବ୍ୟୁରୋ): ଗତ ୧୦ ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଗତ କିଛି ଦିନ ହେଲା ୭ହଜାରରୁ କମ୍ ରହୁଛି ନୂଆ ଆକ୍ରାନ୍ତଙ୍କ...
ପୁରୀରେ ପହଞ୍ଚିଲା ରଥ ଦଉଡ଼ି
ପୁରୀ ଅଫିସ,୨ା୬: ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ରଥ ଖଳା ଚଳଚଞ୍ଚଳ ହୋଇଉଠିଛି। ଆସନ୍ତାକାଲି ଅର୍ଥାତ୍ ଗୁରୁବାର ଶ୍ରୀକ୍ଷେତ୍ର ଭଉଁରୀ। ଏଥିପାଇଁ ରଥଖଳା ଓ ନରେନ୍ଦ୍ର...


