ଭୁବନେଶ୍ୱର,୧୨ା୬(ବ୍ୟୁରୋ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ମ୍ୟୁନିସିପାଲିଟି ଅଞ୍ଚଳର ଦଳିତ ମହିଳା ରେବତୀ ବେହେରା ସ୍ବାମୀଙ୍କ ଶୁଦ୍ଧିକ୍ରିୟା ପାଇଁ ଦଲାଲ ନିକଟରେ ରାଶନ କାର୍ଡ ବନ୍ଧା ପକାଇ ଟଙ୍କା ଆଣିଥିଲେ। କାର୍ଡ ନ ଥିବାରୁ ସାଧାରଣ ବଣ୍ଟନ ସାମଗ୍ରୀ ପାଇପାରୁ ନ ଥିଲେ। ଏହି ଘଟଣାକୁ ନେଇ ଜାତୀୟ ମାନବାଧିକାର ଆୟୋଗ (ଏନ୍ଏଚ୍ଆର୍ସି)ରେ ଅଭିଯୋଗ ହୋଇଛି। ମାନବାଧିକାର କର୍ମୀ ପ୍ରଦୀପ୍ତ ନାୟକ ତାଙ୍କ ପିଟିଶନରେ ଉଲ୍ଲେଖ କରିଛନ୍ତି ଯେ, ରାଶନ କାର୍ଡ ବନ୍ଧା ପଡ଼ିବା ଯୋଗୁ ରେବତୀଙ୍କ ମାନବିକ ଅଧିକାର କ୍ଷୁଣ୍ଣ ହୋଇଛି। ତେଣୁ ଏହି ସମ୍ବେଦନଶୀଳ ଘଟଣାର ତଦନ୍ତ କରାଯାଇ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବା ସହ ଆର୍ଥିକ ସହାୟତା ପ୍ରଦାନ କରିବାକୁ ମୁଖ୍ୟ ଶାସନ ସଚିବ ଓ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେବାକୁ ସେ ନିବେଦନ କରିଛନ୍ତି।
ଶୁଦ୍ଧିକ୍ରିୟା ପାଇଁ ରାଶନ କାର୍ଡ ବନ୍ଧା ପଡ଼ିବା ଘଟଣା: ତଦନ୍ତ ପାଇଁ ଏନ୍ଏଚ୍ଆର୍ସିରେ ପିଟିଶନ
‘ଗୁହାରି ଶୁଣ, ନାତୁଣୀନାତିଙ୍କୁ ଦୟା କର’
ଭଦ୍ରକ ଅଫିସ, ୧୫।୬-କରୋନା ଉଜାଡ଼ି ଦେଇଛି ସଂସାର। ଅନାଥ ହୋଇଗଲେ ୩ ସନ୍ତାନ। ଠିକ୍ ବର୍ଷକ ତଳେ ଏକ ଅଜଣା ରୋଗରେ ମା’ଙ୍କୁ ହରାଇଥିଲେ। ଆଉ...
ପ୍ରକଳ୍ପ ପାଇଁ ଉଜୁଡୁଛି ସବୁଜ ବଳୟ
ଭୁବନେଶ୍ୱର,୬।୬(ବ୍ୟୁରୋ): ବିକାଶ ନାଁରେ ରାଜ୍ୟରେ ଛାରଖାର ହୋଇଯାଉଛି ଜଙ୍ଗଲ ସମ୍ପଦ। ପ୍ରତ୍ୟେକ ବର୍ଷ ବିଭିନ୍ନ ପ୍ରକଳ୍ପ ସକାଶେ ଜଙ୍ଗଲ ଜମିକୁ ଅଣଜଙ୍ଗଲ କିସମରେ ପରିଣତ କରିବା...
ଦୀର୍ଘ ୫ଘଣ୍ଟା ପରେ ଅପହରଣକାରୀ ଗିରଫ
ବଲାଙ୍ଗୀର ଅଫିସ,୧୫।୬: ଶେଷରେ ବଲାଙ୍ଗୀର ଶାନ୍ତିପଡ଼ାର ହାଇପ୍ରୋଫାଇଲ୍ ଡ୍ରାମାର ଅନ୍ତ ଘଟିଛି। ଘର ଭିତରେ ପଶି ସୁରକ୍ଷିତ ଭାବେ ଅପହରଣକାରୀଙ୍କୁ ଗିରଫ କରିଛି ବଲାଙ୍ଗୀର ପୋଲିସ।...
୧୬ରୁ ଖୋଲିବ ଐତିହ୍ୟସ୍ଥଳୀ
ଭୁବନେଶ୍ୱର,୧୪ା୬(ବ୍ୟୁରୋ): ଆସନ୍ତା ୧୬ ତାରିଖରୁ ରାଜ୍ୟର ଐତିହ୍ୟସ୍ଥଳୀ ଖୋଲିବ। ପ୍ରତ୍ନତତ୍ତ୍ୱ ବିଭାଗ ଦ୍ୱାରା ସଂରକ୍ଷିତ ଐତିହ୍ୟସ୍ଥଳୀ ଖୋଲିବ। ଏନେଇ ଏଏସ୍ଆଇ ପକ୍ଷରୁ ବିଜ୍ଞାପ୍ତି ପ୍ରକାଶ ପାଇଛି।...
ସୋମବାରଠୁ ଲାଗି ରହିବ ବର୍ଷା
ଭୁବନେଶ୍ବର,୬।୬: କାଳବୈଶାଖି ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ହେବ। ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ସୂଚନା ଦିଆଯାଇଛି।...
ଟିକା ଗ୍ଲୋବାଲ ଟେଣ୍ଡରକୁ ଧକ୍କା
ଭୁବନେଶ୍ୱର,୨ା୬(ବ୍ୟୁରୋ):ରାଜ୍ୟ ସରକାର ୧୮ରୁ ୪୪ ବର୍ଷର ଲୋକଙ୍କୁ ମାଗଣାରେ କୋଭିଡ୍ ଟିକା ଯୋଗାଇବାକୁ ଘୋଷଣା କରିଛନ୍ତି। ହେଲେ ଟିକା ସଂଗ୍ରହ କରିବା ଏବେ ସରକାରଙ୍କ ପାଇଁ...
ଏନ୍କାଉଣ୍ଟରରେ ମହିଳା ମାଓବାଦୀ ନିହତ
ମାଲକାନଗିରି/ଏମ୍ଭି୭୯,୧୮ା୬: ପୋଲିସ ଏନ୍କାଉଣ୍ଟରରେ ଶୁକ୍ରବାର ଜଣେ ମହିଳା ମାଓବାଦୀଙ୍କ ମୃତ୍ୟୁ ଘଟିଛି। ଘଟଣାସ୍ଥଳରୁ ବନ୍ଧୁକ ସମେତ ବହୁ ମାଓବାଦୀ ସାମଗ୍ରୀ ପୋଲିସ ଜବତ କରିଛି। ମିଳିଥିବା...
ୟୁଟ୍ୟୁବ୍ରେ ପ୍ରଥମରୁ ଦଶମ ପାଠପଢ଼ା ଆରମ୍ଭ
ଭୁବନେଶ୍ୱର,୨୨।୬(ବ୍ୟୁରୋ): ରାଜ୍ୟରେ ସୋମବାରଠାରୁ ପ୍ରଥମରୁ ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ପାଠପଢ଼ା ଆରମ୍ଭ ହୋଇଛି। ୟୁଟ୍ୟୁବ୍ ମାଧ୍ୟମରେ ଶିକ୍ଷାଦାନ କରାଯାଉଛି। ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ସକାଳ...


