ଭୁବନେଶ୍ୱର,୧୨।୬(ବ୍ୟୁରୋ): ଚଳିତ ବର୍ଷ ୟୁଜି/ପିଜି ପରୀକ୍ଷା ପ୍ରାୟତଃ ଅନୁଷ୍ଠିତ ହେବ। ଶନିବାର ବସିଥିବା କୁଳପତିମାନଙ୍କ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଥିବା ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ସୂଚନା ଦେଇଛନ୍ତି। ସେ କହିଛନ୍ତି, କୁଳପତିମାନଙ୍କ ବୈଠକରେ ଯେଉଁ ନିଷ୍ପତ୍ତି ହୋଇଛି, ସେଥିରେ ଗୋଟିଏ କଥା ପରୀକ୍ଷା ପ୍ରାୟତଃ ହେବ। ଏହା ହେବା ଠିକ୍। ତେଣୁ ଛାତ୍ରୀଛାତ୍ରମାନଙ୍କୁ ମୋର ଅନୁରୋଧ ସେମାନେ ପାଠପାଢ଼ା ଜାରି ରଖନ୍ତୁ।
ବର୍ତ୍ତମାନ ଅନ୍ଲାଇନ୍ କ୍ଲାସ ଚାଲିଛି। ଜୁନ ସୁଦ୍ଧା ଅନେକ ସ୍ଥାନରେ କୋର୍ସ ପ୍ରାୟତଃ ଶେଷ ହୋଇଯିବ। ତେବେ କୁଳପତିମାନେ କିଛି ଦିନ ସମୟ ମାଗିଛନ୍ତି। ଏହା ଭିତରେ ସେମାନେ ବିଭିନ୍ନ କଲେଜର ଅଧ୍ୟକ୍ଷମାନଙ୍କ ସହିତ ଆଲୋଚନା କରିବେ। ତା’ସହିତ ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳର ଛାତ୍ରୀଛାତ୍ରମାନଙ୍କ ସହିତ ଆଲୋଚନା କରିବେ। ପରେ ଜୁନ ୧୮ ତାରିଖରେ ପୁଣି ବୈଠକ ହେବ ଓ ଏଥିରେ ପରୀକ୍ଷା ନେଇ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ।
ପରୀକ୍ଷା ହେବାନେଇ କୁଳପତିମାନଙ୍କ ବୈଠକରେ ନିଷ୍ପତ୍ତି ହୋଇଥିବା ବେଳେ, କିପରି ହେବ ସେ ନେଇ କିଛି ସ୍ପଷ୍ଟ ହୋଇନାହିଁ।
୮ ଜିଲାରେ ଅକ୍ସିଜେନ୍ ପ୍ଲାଣ୍ଟ ଶିଳାନ୍ୟାସ
ଭୁବନେଶ୍ୱର, ୧୯।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍ଫରେନ୍ସ ଜରିଆରେ ରାଜ୍ୟର ୮ ଜିଲାରେ ବିଭିନ୍ନ ସ୍ବାସ୍ଥ୍ୟ ଭିତ୍ତିଭୂମିର ଉଦ୍ଘାଟନ କରିବା ସହ ତରଳ...
ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୪୫ ଜଣଙ୍କ ମୃତ୍ୟୁ
ଭୁବନେଶ୍ୱର,୧୩।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ରବିବାର ରାଜ୍ୟରେ କରୋନାରେ ଆଉ...
ଧାର, କରଜ ବଢ଼ିଲାଣି ସେଲୁନ ଖୋଲିବାକୁ ଅନୁମତି ଦିଅ
ବଡଗାଁ,୧୭ା୬: ସୁନ୍ଦରଗଡ଼ ଜିଲା ବଡଗାଁ ବାରିକ ସମାଜ ପକ୍ଷରୁ ଗୁରୁବାର ବୈଠକ କରି ସେଲୁନ ଖୋଲିବାକୁ ଅନୁମତି ଦେବାକୁ ସରକାରଙ୍କ ନିକଟରେ ଅନୁରୋଧ କରିଛନ୍ତି ।...
୨ ନାବାଳିକାଙ୍କୁ ବଳାତ୍କାର
ଉମରକୋଟ, ୫।୬: ନବରଙ୍ଗପୁର ଜିଲା ଉମରକୋଟ ଥାନା ଅଞ୍ଚଳରେ ୨ଜଣ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ ସମ୍ପୃକ୍ତ ୨ ଜଣ ନାବାଳକଙ୍କୁ...
ନିଜ ଦରମାରୁ ରନ୍ଧାଖାଦ୍ୟ ଦେଉଛନ୍ତି କୃଷ୍ଣଚନ୍ଦ୍ର
ଭୁବନେଶ୍ୱର,୭ା୬(ବ୍ୟୁରୋ): କରୋନା ସଙ୍କଟ ଭିତରେ ଓଡ଼ିଶା, ଭାରତ ସମେତ ସମଗ୍ର ବିଶ୍ୱ ଫସି ରହିଛି। ଲକ୍ଷ ଲକ୍ଷ ଲୋକ ରୋଜଗାର ହରାଇ ଭୋକରେ ରହୁଥିବାବେଳେ ଏଭଳି...
୮ ଦିନର ବିବାହରେ ଏମିତି କ’ଣ ହେଲା
ଚମ୍ପୁଆ,୧୯।୬: ମାତ୍ର ୮ଦିନ ତଳେ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ। ଉଭୟ ସ୍ବାମୀ ସ୍ତ୍ରୀ ଟ୍ରାକ୍ଟରରେ ଦିନ ମଜୁରିଆ ଭାବେ କାମ କରି ଚଳୁଥିଲେ। ଶୁକ୍ରବାର...
ନକଲି ଓଷଧ ବିକ୍ରି ମାମଲା: ପରିଚାଳନା ନିର୍ଦ୍ଦେଶକ ଶିବ ଜେନା ଗିରଫ
କଟକ ଅଫିସ,୨୫।୬: ନକଲି କରୋନା ଔଷଧ ବିକ୍ରି ମାମଲାରେ କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ ଗୁରୁବାର ଔଷଧ ବିତରଣ କମ୍ପାନୀ ମେଡିଲଏଡ ମେଡିକାମେଣ୍ଟ ପ୍ରାଇଭେଟ ଲିମିଟେଡର ପରିଚାଳନା ନିର୍ଦ୍ଦେଶକ...
ଦ୍ୱାଦଶ ମୂଲ୍ୟାୟନ ସୂତ୍ରକୁ ମୋହର
ଭୁବନେଶ୍ୱର,୨୩।୬(ବ୍ୟୁରୋ)କରୋନା ଯୋଗୁ ବାତିଲ ହୋଇଯାଇଥିବା କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ଏବଂ କାଉନ୍ସିଲ ଫର୍ ଦି ଇଣ୍ଡିଆନ୍ ସ୍କୁଲ ସାର୍ଟିଫିକେଟ୍ ଏକ୍ଜାମିନେଶନ (ସିଆଇଏସ୍ସିଇ) ଦ୍ୱାଦଶ...


