ଭୁବନେଶ୍ୱର, ୧୨।୬(ବ୍ୟୁରୋ): ଚତୁର୍ଥ ସେରୋ ସର୍ଭେରେ ୬ ବର୍ଷରୁ ଅଧିକ ବୟସ୍କ ପିଲା ସାମିଲ ହେବେ। ଏ ନେଇ ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର(ଆର୍ଏମ୍ଆର୍ସି) ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ୧୬ କିମ୍ବା ୧୭ ତାରିଖରୁ ଆରମ୍ଭ ହେବ ନ୍ୟାସନାଲ ସେରୋ ସର୍ଭେ। ଦେଶର ଯେଉଁ ୭୦ଟି ଜିଲାରେ ପୂର୍ବରୁ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ରାଉଣ୍ଡ ସେରୋ ସର୍ଭେ ହେଇଥିଲା, ଚତୁର୍ଥ ରାଉଣ୍ଡରେ ମଧ୍ୟ ସେହି ୭୦ଟି ଜିଲାରେ ସେରୋ ସର୍ଭେ ହେବ। ଏଥିରେ ଓଡ଼ିଶାର ୩ଟି ଜିଲା ସାମିଲ ହୋଇଛି। ସେଗୁଡ଼ିକ ହେଲା ଗଞ୍ଜାମ, ରାୟଗଡ଼ା ଓ କୋରାପୁଟ। ଏନେଇ ଆର୍ଏମ୍ଆର୍ସି ପକ୍ଷରୁ ପ୍ରସ୍ତୁତି ଶେଷ ହୋଇଥିବା ନିର୍ଦ୍ଦେଶିକା ଡା. ସଂଘମିତ୍ରା ପତି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ପ୍ରତି ଜିଲାକୁ ୧୦ଟି ଲେଖାଏ କ୍ଲଷ୍ଟର କରାଯାଇ ସେରୋ ସର୍ଭେ କରାଯିବ। ଆସନ୍ତା ୨୨ ତାରିଖରୁ ୨୪ ତାରିଖ ଭିତରେ ସର୍ଭେ ସାରିବାକୁ ଆର୍ଏମ୍ଆର୍ସି ଟାର୍ଗେଟ ରଖିଛି। ରାଜ୍ୟ ସରକାରଙ୍କ ସହଯୋଗରେ ଏହି ନ୍ୟାସନାଲ ସେରୋ ସର୍ଭେ କରାଯିବ।
କବିସୂର୍ଯ୍ୟନଗର, କୋଦଳାରେ ଇଣ୍ଡୋର ଷ୍ଟାଡିୟମ ପ୍ରସ୍ତାବ: ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ବିଧାୟିକା
ଛତ୍ରପୁର,୨୩।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟରେ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଲୋଚନା କରିଛନ୍ତି।...
କୃଷକଙ୍କ ପାଇଁ ନୂଆ ପ୍ରକଳ୍ପ ‘ରିୱାର୍ଡ’
ଭୁବନେଶ୍ୱର,୭।୬(ବ୍ୟୁରୋ): ଜଳଛାୟା ଅଞ୍ଚଳରେ ନିରନ୍ତର ଜୀବିକା ସୃଷ୍ଟି ଓ ସମନ୍ବିତ ବିକାଶ ପାଇଁ ରାଜ୍ୟ ସରକାର ନୂଆ ପରିକଳ୍ପନା ଆରମ୍ଭ କରିଛନ୍ତି। ଏହି ପ୍ରକଳ୍ପର ନାଁ...
କୋଭିଡ୍ ଯୁଦ୍ଧରେ ଡାକ୍ତର ଗୋଷ୍ଠୀ ଆଗରେ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୭ା୬(ବ୍ୟୁରୋ): ରାଜ୍ୟ ସରକାର ସ୍ବାସ୍ଥ୍ୟ କ୍ଷେତ୍ରକୁ ପ୍ରାଥମିକତା ଦେଉଛନ୍ତି। ସେଥିପାଇଁ ସ୍ବାସ୍ଥ୍ୟ ଭିତ୍ତିଭୂମି କ୍ଷେତ୍ରରେ ୮,୫୦୦କୋଟି ଟଙ୍କା ବିନିଯୋଗ କରାଯାଉଛି। ଓଡ଼ିଶା ପ୍ରଶାସନିକ ସେବା ଆୟୋଗ(ଓପିଏସ୍ସି)...
ଶିକ୍ଷାବିତ୍ ବେଣୁମାଧବଙ୍କ ପରଲୋକ
ବାଲେଶ୍ବର,୧୭।୬: ବାଲେଶ୍ୱର ଜିଲାର ବରିଷ୍ଠ ଶିକ୍ଷାବିତ୍ ତଥା ସତ୍ୟସାଇ ଇଞ୍ଜିନିୟରିଂ କଲେଜ ପରିଚାଳନା ନିର୍ଦ୍ଦେଶକ ବେଣୁମାଧବ ପଣ୍ଡାଙ୍କ ପରଲୋକ ହୋଇଯାଇଛି। ବୁଧବାର ରାତି ପ୍ରାୟ ୧୨ଟାରେ...
ଶୁଦ୍ଧିକ୍ରିୟା ପାଇଁ ରାଶନ କାର୍ଡ ବନ୍ଧା ପଡ଼ିବା ଘଟଣା: ତଦନ୍ତ ପାଇଁ ଏନ୍ଏଚ୍ଆର୍ସିରେ ପିଟିଶନ
ଭୁବନେଶ୍ୱର,୧୨ା୬(ବ୍ୟୁରୋ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ମ୍ୟୁନିସିପାଲିଟି ଅଞ୍ଚଳର ଦଳିତ ମହିଳା ରେବତୀ ବେହେରା ସ୍ବାମୀଙ୍କ ଶୁଦ୍ଧିକ୍ରିୟା ପାଇଁ ଦଲାଲ ନିକଟରେ ରାଶନ କାର୍ଡ ବନ୍ଧା ପକାଇ...
ଶ୍ୱାସ ନେବାକୁ ସଂଘର୍ଷ
ତାଳଚେର,୨୨ା୬(ନି.ପ୍ର.) ଘରୁ ବାହାରିଲେ ମାସ୍କ ବାଧ୍ୟତାମୂଳକ। କୋଭିଡ୍ ସଂକ୍ରମିତ କିମ୍ବା ସନ୍ଦିଗ୍ଧ ହୋଇଥିଲେ, ଘରେ ମାସ୍କ ପିନ୍ଧିବାକୁ ବାଧ୍ୟ। କରୋନାକୁ କାବୁ କରିବାକୁ ମହାମାରୀ ପରିଚାଳନା...
କ୍ୟାଡର ମାଓବାଦୀ ନିହତ: ଖବରଦାତା ସମ୍ମିଳନୀରେ ସୂଚନା ଦେଲେ ଡିଜିପି
ବରଗଡ଼ ଅଫିସ,୧୧ା୬: ବରଗଡ଼ ଜିଲା ପଦ୍ମପୁରରେ ଜଣେ ସିନିୟର କ୍ୟାଡର ମାଓବାଦୀ ଶୁକ୍ରବାର ନିହତ ହୋଇଥିବା ଜଣାପଡ଼ିଛି। ପୋଲିସ ମାଓବାଦୀ ଗୁଳି ବିନିମୟରେ ଏହି କ୍ୟାଡର...
ଏମ୍କେସିଜି କୋଭିଡ୍ ହସ୍ପିଟାଲ-୧ ବନ୍ଦ
ଛତ୍ରପୁର,୨୧।୬: ଗଞ୍ଜାମ ଜିଲାର ଯେଉଁ କୋଭିଡ୍ ଚିକିତ୍ସା କେନ୍ଦ୍ରରେ କୌଣସି ରୋଗୀ ନାହାନ୍ତି ସେଗୁଡିକ ପର୍ଯ୍ୟାୟକ୍ରମେ ବନ୍ଦ କରିବାକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ...


