ଭୁବନେଶ୍ୱର,୧୨।୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହରରେ ଦେଶରେ ୭୧୯ ଡାକ୍ତରଙ୍କ ମୃତ୍ୟୁ ହୋଇଛି। ଏଥିରେ ଓଡ଼ିଶାର ୨୮ଜଣ ଡାକ୍ତରଙ୍କ ମୃତ୍ୟୁ ହୋଇଥିବା ଇଣ୍ଡିଆନ ମେଡିକାଲ ଆସୋସିଏଶନ(ଆଇଏମ୍ଏ) ପକ୍ଷରୁ ସୂଚନା ଦିଆଯାଇଛି। ଆଇଏମ୍ଏର ସୂଚନା ମୁତାବକ, ବିହାରରେ ସର୍ବାଧିକ ୧୧୧ଜଣ ଡାକ୍ତରଙ୍କ ମୃତ୍ୟୁ ଘଟିଥିବା ବେଳେ ଦିଲ୍ଲୀରେ ୧୦୯, ଉତ୍ତରପ୍ରଦେଶ ୭୯, ପଶ୍ଚିମବଙ୍ଗରେ ୬୩, ରାଜସ୍ଥାନରେ ୪୩, ଝାଡ଼ଖଣ୍ଡ ୩୯, ଗୁଜୁରାଟ ୩୭, ତେଲେଙ୍ଗାନା ୩୬, ଆନ୍ଧ୍ରପ୍ରଦେଶ ୩୫, ତାମିଲନାଡ଼ୁ ୩୨, ଓଡ଼ିଶାରୁ ୨୮ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ପ୍ରଥମ ଲହରରେ ଦେଶରେ ପ୍ରାୟ ୭୪୮ ଡାକ୍ତରଙ୍କ ମୃତ୍ୟୁ ଘଟିଥିବା ଆଇଏମ୍ଏ କହିଛି। ତେବେ ଏହିସବୁ ସଂଖ୍ୟା ଆହୁରି ଅଧିକ ହେବ। କାରଣ ଆଇଏମ୍ଏ କେବଳ ନିଜ ପଞ୍ଜିକୃତ ପ୍ରାୟ ସାଢ଼େ ୩ଲକ୍ଷ ସଦସ୍ୟକୁ ନେଇ ଅନୁଧ୍ୟାନ କରିଛି। ଦେଶରେ ୧୨ଲକ୍ଷରୁ ଅଧିକ ଡାକ୍ତର କାର୍ଯ୍ୟରତ ଅଛନ୍ତି।
୧୨ ଜେଲରୁ ମୁକ୍ତ ହେବେ ୧୬ କଏଦୀ
ଭୁବନେଶ୍ୱର,୨୨।୬(ବ୍ୟୁରୋ): ସଜା ଅବଧି ପୂର୍ବରୁ ରାଜ୍ୟର ୧୧ ଜେଲ ସମେତ ବିଶାଖାପାଟଣା ଜେଲରୁ ମୁକ୍ତ ହେବେ ୧୬ କଏଦୀ। ଜେଲରେ ଆଜୀବନ ସଜା କାଟୁଥିବାବେଳେ ବ୍ୟବହାରରେ...
ଆଜି ଆଉ ୪୨ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୨୯୯୪କୁ ବୃଦ୍ଧି
ଭୁବନେଶ୍ୱର,୩ା୫(ବ୍ୟୁରୋ): ରବିବାର ରାଜ୍ୟରୁ ୪୨ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୯୯୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ...
ଏହି ନେତାମାନଙ୍କୁ ୩୦ ଜିଲାର ବରିଷ୍ଠ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦେଲା ବିଜେଡି
ଭୁବନେଶ୍ୱର,୨୬ା୬(ବ୍ୟୁରୋ): ବରିଷ୍ଠ ନେତାମାନଙ୍କୁ ବିଜେଡି ସଂଗଠନରେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି। ୬ ଜଣ ନେତାଙ୍କୁ ବିଭିନ୍ନ ଜିଲା ପାଇଁ ପର୍ଯ୍ୟବେକ୍ଷକ ଭାବରେ ଦଳ ପକ୍ଷରୁ ନିଯୁକ୍ତି...
ରଥରେ ଲାଗିଲା ଅଖ
ପୁରୀ ଅଫିସ,୩ା୬: ଆଜି ଶ୍ରୀକ୍ଷେତ୍ରରେ ଆରମ୍ଭ ହୋଇଛି ଉଭଁରୀ ଯାତ୍ରା। ଏହି ଅବସରରେ ପରମ୍ପରା ଅନୁଯାୟୀ ରଥଯାତ୍ରାର ଆଉ ଏକ ପର୍ଯ୍ୟାୟ ଆରମ୍ଭ ହୋଇଯାଇଛି। ମହାପ୍ରଭୁଙ୍କ...
ରେକର୍ଡ ନିଶାରେ ଦିବ୍ୟଜ୍ୟୋତି
କଟକ ଅଫିସ, ୧୦ା୬: କଟକ ଜିଲା ବିରିବାଟୀସ୍ଥିତ ଡିହସାହି ଗ୍ରାମର ଦିବ୍ୟଜ୍ୟୋତି ଜେନା(୨୦)। ରେକର୍ଡ ସୃଷ୍ଟି କରିବା ତାଙ୍କର ନିଶା। ପୂର୍ବରୁ ୬୦ ଦେଶର ୪୫୦ଟି...
ଥମୁନି କରୋନା ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୪ ଜୀବନ
ଭୁବନେଶ୍ୱର,୧୦।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ...
ଧାର, କରଜ ବଢ଼ିଲାଣି ସେଲୁନ ଖୋଲିବାକୁ ଅନୁମତି ଦିଅ
ବଡଗାଁ,୧୭ା୬: ସୁନ୍ଦରଗଡ଼ ଜିଲା ବଡଗାଁ ବାରିକ ସମାଜ ପକ୍ଷରୁ ଗୁରୁବାର ବୈଠକ କରି ସେଲୁନ ଖୋଲିବାକୁ ଅନୁମତି ଦେବାକୁ ସରକାରଙ୍କ ନିକଟରେ ଅନୁରୋଧ କରିଛନ୍ତି ।...
ଆକାଶ ପାଠକଙ୍କୁ ସର୍ତ୍ତମୂଳକ ଜାମିନ
କଟକ ଅଫିସ, ୨୬।୬: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇ ଝାରପଡ଼ା ଜେଲରେ ଥିବା ଆକାଶ ପାଠକଙ୍କୁ ଶୁକ୍ରବାର ହାଇକୋର୍ଟରୁ...


