ପ୍ରତାପଗଡ଼,୧୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। କରୋନାରୁ ଦୂରେଇ ରହିବା ପାଇଁ ଉତ୍ତରପ୍ରଦେଶ ପ୍ରତାପଗଡ଼ରେ ଲୋକେ କରୋନା ମାତାଙ୍କ ମନ୍ଦିର ନିର୍ମାଣ କରିପୂଜା କରିବା ନେଇ ଖବର ସୋସିଆଲ୍ ମିଡ଼ିଆରେ ଭାଇରାଲ ହୋଇଥିଲା। ଖବର ପାଇ ସ୍ଥାନୀୟ ପୋଲିସ ପକ୍ଷରୁ ସାଙ୍ଗିପୁର ଥାନା ଅଞ୍ଚଳର ଶୁକ୍ଳପୁର ଗାଁରେ ଥିବା କରୋନା ମାତାଙ୍କ ମନ୍ଦିର ଉପରେ ବୁଲ୍ଡୋଜର ଚଳାଯାଇଛି। ରାତାରାତି ମନ୍ଦିରର ଭଙ୍ଗାବଶେଷକୁ ହଟାଇ ଦିଆଯାଇଛି। ଏଠାରେ ସକାଳେ ଏବଂ ସନ୍ଧ୍ୟାରେ ପୂଜା ଲାଗି ଲୋକଙ୍କ ଭିଡ଼ ଜମା ହେଉଥିଲା। ଲୋକେ ମାସ୍କ ପିନ୍ଧି ସାମାଜିକ ଦୂରତା ବଜାୟ ରଖି ପୂଜା କରୁଥିଲେ। ଶୁକ୍ରବାର ବିଳମ୍ବିତ ରାତ୍ରରେ ପୋଲିସ ପକ୍ଷରୁ ମନ୍ଦିର ଭଙ୍ଗା କାର୍ଯ୍ୟ ଶେଷ କରାଯାଇଛି। ଏନେଇ ଜଣେ ଗ୍ରାମବାସୀଙ୍କୁ ଗିରଫ କରାଯାଇ ପଚରା ଉଚରା ଜାରି ରହିଛି। ପୋଲିସ ଭୟରେ ଲୋକେ ଏବେ ଘରୁ ବାହାରକୁ ବାହାରୁ ନାହାନ୍ତି।
Posted inକରୋନା ଭାଇରସ୍, ଜାତୀୟ, ଫୁରସତ View All
ଥମୁନି କରୋନା ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୪ ଜୀବନ
ଭୁବନେଶ୍ୱର,୧୦।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ...
ମାଲ୍ୟା-ନୀରବ-ଚୋକ୍ସି ମାମଲାରେ ୧୮,୧୭୦ କୋଟି ସମ୍ପତ୍ତି ଜବତ…
ନୂଆଦିଲ୍ଲୀ,୨୩।୬: ବିଜୟ ମାଲ୍ୟା, ନୀରବ ମୋଦି ଏବଂ ମେହୁଲ ଚୋକ୍ସି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡ଼ି) ପକ୍ଷରୁ ୮୦.୪୫ ପ୍ରତିଶତ ସମ୍ପତ୍ତି ଜବତ କରାଯାଇଛି। ଏହାର...
କମୁନିିି କରୋନା ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୨ ଜୀବନ
ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗୁରୁବାର ରାଜ୍ୟରେ ଜତ ୨୪ଘଣ୍ଟାରେ...
ଚାପରେ ଯାଚିଲେ ଟିକା
ନୂଆଦିଲ୍ଲୀ, ୮ା୬: କୋଭିଡ୍-୧୯କୁ ପ୍ରତିହତ କରିବା ଲାଗି ପ୍ରତିଷେଧକ ଭାବେ ଟିକାକୁ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି। ହେଲେ ଜନସଂଖ୍ୟା ବହୁଳ ରାଷ୍ଟ୍ର ଭାରତରେ ଅଦ୍ୟାବଧି ମାତ୍ର...
୮୮ ଦିନ ପରେ ସର୍ବନିମ୍ନ ନୂଆ ଆକ୍ରାନ୍ତ ଚିହ୍ନଟ…
ନୂଆଦିଲ୍ଲୀ,୨୧।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ୮୮ ଦିନ ପରେ ସୋମବାର ଦେଶରେ...
‘କୋର୍ଟରେ ସମୟ ନଷ୍ଟ ନ କରି ମହାମାରୀର ଉପଶମ ଖୋଜ’
ନୂଆଦିଲ୍ଲୀ, ୩।୬ : ଏଲୋପାଥି ଔଷଧ ଉପରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିବା ରାମଦେବଙ୍କ ବିରୋଧରେ ହାଇକୋର୍ଟରେ ଏକ ଜନ ସ୍ବାର୍ଥ ମାମଲା (ପିଆଇଏଲ୍) ଦାଖଲ କରିଥିଲା...
ରାଷ୍ଟ୍ରୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ବାଧା ଦେଉଛନ୍ତି କେଜରିଓ୍ବାଲ: କେନ୍ଦ୍ର ସରକାର…
ନୂଆଦିଲ୍ଲୀ,୬।୬: ଘରେ ରାଶନ ପହଞ୍ଚାଇବା ପାଇଁ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ପକ୍ଷରୁ କରାଯାଇଥିବା ଯୋଜନା ନେଇ କେନ୍ଦ୍ରର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମୁହଁ...
କଳା କାର୍ବନ ହିମାଳୟ ପାଇଁ ବଡ଼ ବିପଦ, ଜାଣନ୍ତୁ କାହିଁକି
ଉତ୍ତରାଖଣ୍ଡ,୧୧ା୬: ହିମାଳୟ ପ୍ରତି କଳା କାର୍ବନ ବଡ଼ ବିପଦ ସୃଷ୍ଟି କରିବ। କାରଣ କଳା କାର୍ବନ ଯୋଗୁ ଗ୍ଲେସିୟର ଦ୍ରୁତ ଗତିରେ ତରଳିବାର ଭୟ ରହିଛି।...


