ଭୁବନେଶ୍ୱର, ୧୩।୬(ବ୍ୟୁରୋ): ଆସନ୍ତା ୧୬ କିମ୍ବା ୧୭ ତାରିଖରୁ ଆରମ୍ଭ ହେବ ନ୍ୟାଶନାଲ ସେରୋ ସର୍ଭେ। ଦେଶର ଯେଉଁ ୭୦ ଜିଲାରେ ପୂର୍ବରୁ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ରାଉଣ୍ଡ ସେରୋ ସର୍ଭେ ହେଇଥିଲା, ଚତୁର୍ଥ ରାଉଣ୍ଡରେ ମଧ୍ୟ ସେହିସବୁ ଜିଲାରେ ସର୍ଭେ ହେବ। ଏଥିରେ ଓଡ଼ିଶାର ୩ଟି ଜିଲା ସାମିଲ ହୋଇଛି। ସେଗୁଡ଼ିକ ହେଲା ଗଞ୍ଜାମ, ରାୟଗଡ଼ା ଓ କୋରାପୁଟ। ପୂର୍ବରୁ ହୋଇଥିବା ସେରୋ ସର୍ଭେରେ ଏହି ୩ଟି ଜିଲା ସାମିଲ ଥିଲା। ଚତୁର୍ଥ ସେରୋ ସର୍ଭେରେ ୬ବର୍ଷରୁ ଅଧିକ ବୟସ୍କ ପିଲା ସାମିଲ ହେବେ। ଏଥିପାଇଁ ଡିଜି ଆଇସିଏମ୍ଆର ସ୍ବୀକୃତି ଦେଇସାରିଛନ୍ତି। ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର(ଆର୍ଏମ୍ଆର୍ସି) ଭୁବନେଶ୍ୱର ପକ୍ଷରୁ ସର୍ଭେ ପାଇଁ ପ୍ରସ୍ତୁତି ସରିଥିବା ନିର୍ଦ୍ଦେଶିକା ଡା. ସଂଘମିତ୍ରା ପତି ସୂଚନା ଦେଇଛନ୍ତି। ସେ କହିଛନ୍ତି, ପ୍ରତି ଜିଲାକୁ ୧୦ଟି ଲେଖାଏ କ୍ଲଷ୍ଟର କରାଯାଇ ସେରୋ ସର୍ଭେ କରାଯିବ। ଆସନ୍ତା ୨୨ ତାରିଖରୁ ୨୪ ତାରିଖ ଭିତରେ ସର୍ଭେ ସାରିବାକୁ ଆର୍ଏମ୍ଆର୍ସି ଲକ୍ଷ୍ୟ ରଖିଛି। ରାଜ୍ୟ ସରକାରଙ୍କ ସହଯୋଗରେ ଏହି ନ୍ୟାଶନାଲ ସେରୋ ସର୍ଭେ କରାଯିବ ବୋଲି ସଂଘମିତ୍ରା କହିଛନ୍ତି।
ପ୍ରସ୍ତାବ ମାତ୍ରେ ଅଣଦେଖା
ଯାଜପୁର ଅଫିସ,୭ା୬: ଯାଜପୁର ଜିଲାରେ ପ୍ରାୟ ପ୍ରତିବର୍ଷ ବନ୍ୟା ବିଭୀଷିକା ଦେଖିବାକୁ ମିଳୁଛି। ବିପୁଳ ପରିମାଣର ଚାଷଜମି ପ୍ରଭାବିତ ହେବାଯୋଗୁ ଚାଷୀମାନେ ବିପୁଳ କ୍ଷତି ସହୁଛନ୍ତି।...
ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୩୦୦୦ ଟପିଲା
ଭୁବନେଶ୍ୱର,୭ା୬(ବ୍ୟୁରୋ): ସୋମବାର ରାଜ୍ୟରୁ ୪୧ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୦୩୫କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ...
କଲେଜ ଛାତ୍ରୀଙ୍କ ଅଶ୍ଳୀଳ ଫଟୋ ଭାଇରାଲ
ବୁଗୁଡ଼ା,୧୭ା୬: ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅଞ୍ଚଳର ଜନୈକା କଲେଜ ଛାତ୍ରୀଙ୍କ ଅଶ୍ଳୀଳ ଫଟୋ ଭାଇରାଲ ହୋଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ଗୁରୁବାର...
୩୦ ଗାଁର ପିଲାଙ୍କ ପାଠପଢାରେ ବାଧକ ସାଜିଛି ନେଟଓ୍ବର୍କ
ଲାଠୋର,୨୪।୬: ବଲାଙ୍ଗୀର ଜିଲା କରୋନା ମହାମାରୀ ଯୋଗୁଁ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। ସରକାର ଜୁନ ୨୧ତାରିଖରୁ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ଅନଲାଇନରେ...
ବିଷ୍ଣୁପଦଙ୍କ କବିତା ସଙ୍କଳନ ଉନ୍ମୋଚିତ
ଭୁବନେଶ୍ୱର,୧୨ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ବରିଷ୍ଠ ଅମଲାତନ୍ତ୍ରୀ ବିଷ୍ଣୁପଦ ସେଠୀଙ୍କ ଇଂଲିଶ କବିତା ସଙ୍କଳନ ‘ବିୟଣ୍ଡ ହିୟର୍ ଆଣ୍ଡ୍ ଅଦର ପୋଏମ୍ସ’କୁ ଉନ୍ମୋଚନ କରିଛନ୍ତି।...
ସୁଦୃଢ଼ ହେଉଛି ସ୍ବାସ୍ଥ୍ୟ ଭିତ୍ତିଭୂମି
ଅନୁଗୋଳ ଅଫିସ, ୫ା୬ ମହାମାରୀର ଦ୍ୱିତୀୟ ଲହର ଅତି ମାରାତ୍ମକ ସାବ୍ୟସ୍ତ ହେଉଥିବାରୁ ଏହାର ଉଚିତ ମୁକାବିଲା ନିମନ୍ତେ ସ୍ବାସ୍ଥ୍ୟ ଭିତ୍ତିଭୂମି ସୁଦୃଢ଼ ଉପରେ ସର୍ବାଧିକ...
ଆଜି ଆଉ ୪୪ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୩୩୪୬କୁ ବୃଦ୍ଧି
ଭୁବନେଶ୍ୱର,୧୪ା୬(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୪୪ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...
ଯୁକ୍ତ ଦୁଇ ମୂଲ୍ୟାୟନ, ରେଜଲ୍ଟ ନେଇ ମନ୍ତ୍ରୀ ଦେଲେ ଏହି ସୂଚନା
ଭୁବନେଶ୍ୱର,୫ା୬(ବ୍ୟୁରୋ): କରୋନା ମହାମାରୀକୁ ଦୃଷ୍ଟିରେ ରଖି ଚଳିତବର୍ଷ ସରକାର ଯୁକ୍ତ ଦୁଇ ପରୀକ୍ଷାକୁ ବାତିଲ କରିଛନ୍ତି। ତେବେ ବର୍ତ୍ତମାନ କେମିତି ମୂଲ୍ୟାୟନ ହେବ ଏବଂ କେବେ...


