ନୂଆଦିଲ୍ଲୀ,୧୩।୬: କଂଗ୍ରେସ ଦଳର ବରିଷ୍ଠ ନେତା କପିଲ ସିବଲ ପୁଣି ଥରେ ତାଙ୍କ ଦଳର ବିବାଦ ଏବଂ ଦେଶର ରାଜନୈତିକ ପରିସ୍ଥିତି ସମ୍ପର୍କରେ ଏକ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ, ଏହି ସମୟରେ ଦେଶକୁ ଏକ ମଜଭୁତ ବିପକ୍ଷ ତଥା କଂଗ୍ରେସ ଦଳ ମଧ୍ୟରେ ଆଭ୍ୟନ୍ତରୀଣ ସନ୍ତୁଳନ ରକ୍ଷା କରିବା ଆବଶ୍ୟକ। ଭାରତକୁ ପୁନର୍ବାର କଂଗ୍ରେସ ସରକାର ଦରକାର କିନ୍ତୁ ଦଳକୁ ଦର୍ଶାଇବାକୁ ପଡିବ ଯେ ଏହା ସକ୍ରିୟ ଏବଂ ସାର୍ଥକ ଭାବରେ କାର୍ଯ୍ୟ କରିବାକୁ ଇଚ୍ଛୁକ। କଂଗ୍ରେସ ଶୀଘ୍ର ସାଂଗଠନିକ ନିର୍ବାଚନ କରିବା ଆବଶ୍ୟକ, କେନ୍ଦ୍ରୀୟ ଏବଂ ରାଜ୍ୟ ସ୍ତରରେ ବ୍ୟାପକ ସଂସ୍କାର ଆଣିବା ଦରକାର ବୋଲି ସିବଲ କହିଛନ୍ତି। ସିବଲ ଏହା ମଧ୍ୟ କହିଛନ୍ତି ଯେ ଦେଶରେ ରାଜନୈତିକ ବିକଳ୍ପ ଅଭାବ ରହିଛି। ଦେଶକୁ ଏକ ଶକ୍ତିଶାଳୀ, ବିଶ୍ୱସନୀୟ ବିରୋଧୀର ଆବଶ୍ୟକତା ରହିଛି । କଂଗ୍ରେସର ଅଭିଜ୍ଞ ଏବଂ ଯୁବକମାନଙ୍କ ମଧ୍ୟରେ ସନ୍ତୁଳନ ରକ୍ଷା କରିବାର ଏକ ଜରୁରୀ ଆବଶ୍ୟକତା ରହିଛି ବୋଲି ସେ କହିଛନ୍ତି।
ବିଦ୍ୟୁତ୍ ବିଲ୍ ଦେଖି ପ୍ରସିଦ୍ଧ କବିଙ୍କୁ ଲାଗିଲା ଝଟ୍କା
ପ୍ରସିଦ୍ଧ କବି ମଞ୍ଜର ଭୋପାଳୀଙ୍କୁ ବିଜୁଳି ବିଭାଗ ପକ୍ଷରୁ ଏକ ବଡ଼ ଝଟକା ଲାଗିଛି। ଜୁନ ମାସରେ ମଞ୍ଜର୍ଙ୍କ ବିଦ୍ୟୁତ୍ ବିଲ୍ ୩୬ ଲକ୍ଷ ଟଙ୍କାରୁ...
‘କୋର୍ଟରେ ସମୟ ନଷ୍ଟ ନ କରି ମହାମାରୀର ଉପଶମ ଖୋଜ’
ନୂଆଦିଲ୍ଲୀ, ୩।୬ : ଏଲୋପାଥି ଔଷଧ ଉପରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିବା ରାମଦେବଙ୍କ ବିରୋଧରେ ହାଇକୋର୍ଟରେ ଏକ ଜନ ସ୍ବାର୍ଥ ମାମଲା (ପିଆଇଏଲ୍) ଦାଖଲ କରିଥିଲା...
ଅନ୍ତର୍ଜାତୀୟ ଯୋଗ ଦିବସ: ସକାଳ ୬.୩୦ରେ କାର୍ଯ୍ୟକ୍ରମକୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୨୦।୬: ଜୁନ ୨୧ ଅର୍ଥାତ୍ ସୋମବାର ସାରା ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯିବ। ଏହି ଅବସରରେ ଭାରତ ସମେତ ଅନେକ ଦେଶରେ ବିଭିନ୍ନ...
ଅବସର ପରେ କମ୍ପାନୀରେ ବାବୁଙ୍କ ନିଯୁକ୍ତି
ନୂଆଦିଲ୍ଲୀ, ୪।୬(ପି.ଟି.):ସରକାରୀ ବାବୁମାନେ ଅବସର ଗ୍ରହଣ କରିବା ପରେ ବାଧ୍ୟତାମୂଳକ କୁଲିଂ ପିରିୟଡ୍ (ଯେଉଁ ସମୟ ମଧ୍ୟରେ ସମ୍ପୃକ୍ତ କର୍ମଚାରୀ ନିଷ୍ପତ୍ତି ବଦଳାଇପାରିବେ) ପର୍ଯ୍ୟନ୍ତ ଅପେକ୍ଷା...
ସ୍ତ୍ରୀ-ସ୍ବାମୀ ଏକାଠି ମିଶି ପିଉଥିଲେ ମଦ, ଆସିଲା ଫୋନ୍ କଲ୍; ଆଉ ତା’ପରେ ସବୁ ବଦଳି ଗଲା
ମିରୁଟ୍,୧୧।୬: ଉତ୍ତରପ୍ରଦେଶର ମିରୁଟ୍ରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମଦ୍ୟପ ସ୍ବାମୀ ତୀକ୍ଷ୍ଣ ଅସ୍ତ୍ରରେ ନିଜ ସ୍ତ୍ରୀଙ୍କ ବେକକୁ କାଟି ଦେଇଛନ୍ତି। ଆକ୍ରମଣ ସମୟରେ...
କରୋନା ଯୋଗୁ ଚାକିରୀ ହରାଇ ନାଳ ସଫା କରୁଛନ୍ତି ଆଇଟି ଇଞ୍ଜିନିୟର: ସୋସିଆଲ୍ ମିଡ଼ିଆରେ ଭାଇରାଲ…
ମମ୍ବ୍ରା,୧୩।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଘୋଷଣା ହୋଇଥିବା ଲକ୍ଡାଉନ୍ ଯୋଗୁ ଚାକିରୀ ହରାଇ ବହୁ ଆଇଟି ଇଞ୍ଜିନିୟର ଏବଂ ସାଧାରଣ ଗ୍ରାଜୁଏଟ୍ଙ୍କ ଆର୍ଥିକ ଅବସ୍ଥା...
୧୦ ହଜାରରୁ ଅଧିକ ଘର ଉପରେ ଚାଲିବ ବୁଲ୍ଡୋଜର: ସୁପ୍ରିମ୍କୋର୍ଟଙ୍କ ନିର୍ଦ୍ଦେଶ…
ଚଣ୍ଡିଗଡ଼,୧୭।୬: ହରିୟାଣାର ଫରିଦାବାଦ୍ ଏବଂ ଆରାବଳୀ ଜଙ୍ଗଲ ଅଞ୍ଚଳରେ ଥିବା ୧୦ ହଜାରରୁ ଅଧିକ ଘର ଉପରେ ବୁଲ୍ଡୋଜର ଚଳାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାର ରୋକ...
ବିଦେଶୀ ମିଡ଼ିଆକୁ ଜବାବ୍: ୭ ଗୁଣା ନୁହେଁ କରୋନା ମୃତ୍ୟୁ ସଂଖ୍ୟା, କହିଲେ କେନ୍ଦ୍ର ସରକାର…
ନୂଆଦିଲ୍ଲୀ,୧୩।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଭାରତରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଉଛି। ଏହା ସରକାରୀ ରିପୋର୍ଟଠାରୁ ୭ ଗୁଣା ଅଧିକ ବୋଲି ବିଦେଶୀ ମିଡ଼ିଆ...


