କେନ୍ଦୁଝର,୧୩ା୬: ଗ୍ରାହକଙ୍କୁ ଭିନ୍ନ ଭିନ୍ନ ଦରରେ ଯୋଗାଇ ଦେଉଥିଲା ମନ ପସନ୍ଦର ଝିଅ। ଏଭଳି ଦୀର୍ଘ ବର୍ଷ ଧରି ଗମ୍ଭାରିଆଠାରେ ଭଡ଼ାଘରେ ଦେହ ବ୍ୟବସାୟ ଚଲାଇଥିଲା ଅଶ୍ୱିନୀ ନାୟକ ନାମକ ଜଣେ ଯୁବକ। ଜଣେ ୧୩ ବର୍ଷର ନାବାଳିକାର ଅଭିଯୋଗ ପରେ ପଦାକୁ ଆସିଛି ଏହି ସେକ୍ସ ର଼୍ୟାକେଟ୍ କାରବାର। ଉକ୍ତ ନାବାଳିକାଙ୍କ ଅଭିଯୋଗକୁ ଭିତ୍ତି କରି ଟାଉନ ପୋଲିସ ମାମଲା ରୁଜୁ କରିବା ସହ ଅଶ୍ୱିନଙ୍କୁ ଗିରଫ କରିଛି। ଏଥିରେ ଦଲାଲଙ୍କ ପରିବାର ଲୋକ ମଧ୍ୟ ସମ୍ପୃକ୍ତ ଥିବା ଜଣାପଡ଼ିଛି। ଏ ସଂକ୍ରାନ୍ତରେ ଅଧିକ ତଦନ୍ତ ଚଳାଇଛି ପୋଲିସ। ଅଭିଯୁକ୍ତର ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।
ଖୋଲା ରହିବ କୃଷି ଉପକରଣ ଦୋକାନ
ଭୁବନେଶ୍ୱର,୧୧।୬(ବ୍ୟୁରୋ): କୃଷି ଏବଂ କୃଷି ଆନୁଷଙ୍ଗିକ ବ୍ୟବସାୟିକ ପ୍ରତିଷ୍ଠାନଗୁଡ଼ିକ ସାଧାରଣ ସମୟ ଭଳି ଖୋଲା ରହିବ। ଉଭୟ ଲକ୍ଡାଉନ ଏବଂ ଶଟ୍ଡାଉନ ସମୟରେ ବିହନ, ସାର,...
ଚିରନିଦ୍ରାରେ ‘ଶଲାବୁଢ଼ା’ ଫେମ୍ ଅଭିନେତା
ଭୁବନେଶ୍ୱର/ସୋନପୁର(ବ୍ୟୁରୋ, ନି.ପ୍ର.)୫।୬: ଲୋକପ୍ରିୟ ସମ୍ବଲପୁରୀ ଫିଲ୍ମ ‘ଶଲାବୁଢ଼ା’ ଫେମ୍ ତଥା ଜାତୀୟ ପୁରସ୍କାର ପ୍ରାପ୍ତ ଅଭିନେତା ଅଟଳ ବିହାରୀ ପଣ୍ଡାଙ୍କ ପରଲୋକ ଘଟିଛି। ଶୁକ୍ରବାର ବିଳମ୍ବିତ...
ରଘୁନାଥଙ୍କ ସ୍ଥାନରେ ମହେଶ ଜେଠମାଲାନି ରାଜ୍ୟସଭାକୁ ମନୋନୀତ
ମୁମ୍ବାଇ, ୧।୬: ବିଶିଷ୍ଟ ଆଇନଜୀବୀ ମହେଶ ଜେଠମାଲାନିଙ୍କୁ ରାଜ୍ୟ ସଭାକୁ ମନୋନୀତ କରାଯାଇଛି। କେନ୍ଦ୍ର ସରକାରଙ୍କ ସୁପାରିଶ ପରେ ସ୍ବର୍ଗତ ଆଇନଜୀବୀ ତଥା ପୂର୍ବତନ ଆଇନ...
ବଳଦେବଜୀଉ ମନ୍ଦିର ଚତୁଃପାର୍ଶ୍ୱରେ ୧୪୪ ଧାରା ଲାଗୁ
କେନ୍ଦ୍ରାପଡ଼ା ଅଫିସ,୨୪ା୬: କେନ୍ଦ୍ରାପଡ଼ା ବଳଦେବଜୀଉ ମନ୍ଦିର ନିକଟରେ ଜିଲା ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି। ସ୍ନାନ ପୂର୍ଣ୍ଣିମାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ...
୨୩ ଯାଏ ଝୁଲିଲା ଗ୍ଲୋବାଲ ଟେଣ୍ଡର
ଭୁବନେଶ୍ୱର,୧୨ା୬(ବ୍ୟୁରୋ): କରୋନା ମହାମାରୀ ସଂକ୍ରମଣ ରୋକିବାକୁ ଟିକା ହିଁ ଏକମାତ୍ର ବିକଳ୍ପ। ତେବେ ରାଜ୍ୟରେ ଟିକାକରଣ କାର୍ଯ୍ୟକ୍ରମ ଧିମେଇ ଯାଇଛି। ଦୈନିକ ମାତ୍ର ୫୦ରୁ ୬୦...
ଥମୁନି ମୃତ୍ୟୁସଂଖ୍ୟା: ରାଜ୍ୟରେ ପୁଣି କରୋନା ନେଲା ୪୦ ଜୀବନ
ଭୁବନେଶ୍ୱର,୫।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ...
ଶ୍ୱାସ ନେବାକୁ ସଂଘର୍ଷ
ତାଳଚେର,୨୨ା୬(ନି.ପ୍ର.) ଘରୁ ବାହାରିଲେ ମାସ୍କ ବାଧ୍ୟତାମୂଳକ। କୋଭିଡ୍ ସଂକ୍ରମିତ କିମ୍ବା ସନ୍ଦିଗ୍ଧ ହୋଇଥିଲେ, ଘରେ ମାସ୍କ ପିନ୍ଧିବାକୁ ବାଧ୍ୟ। କରୋନାକୁ କାବୁ କରିବାକୁ ମହାମାରୀ ପରିଚାଳନା...
ଗଛ ବିନା ଶ୍ରୀହୀନ ରାଜପଥ
ଢେଙ୍କାନାଳ ଅଫିସ, ୧୯।୬ ଜାତୀୟ ରାଜପଥ (ଏନ୍ଏଚ୍) ଉପରେ ନିର୍ଭର କରେ ଦେଶର ଆର୍ଥିକ ପ୍ରଗତି। ଆନ୍ତଃଜିଲା ଏବଂ ଆନ୍ତଃରାଜ୍ୟ ଗମନାଗମନ ବ୍ୟବସ୍ଥାକୁ ଉନ୍ନତ କରିବା,...


