ଭୁବନେଶ୍ୱର,୧୪ା୬(ବ୍ୟୁରୋ): ରାଜ୍ୟରେ ନକଲି ଔଷଧ କାରବାରକୁ କୌଣସି ପ୍ରକାର ବରଦାସ୍ତ କରାଯିବ ନାହିଁ। ଯେଉଁମାନେ ଏଥିରେ ସମ୍ପୃକ୍ତ ଥିବେ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ରବିବାର ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ କହିଛନ୍ତି। ସେ କହିଛନ୍ତି, ଅଭିଯୋଗ ପାଇବା ପରେ କଟକର ଉକ୍ତ ନିର୍ଦ୍ଦିଷ୍ଟ ଦୋକାନ ଉପରେ ଚଢ଼ାଉ କରାଯାଇ ୧୭୦ ପେଟି ଫାଭିପିରାଭିର ଓ ୨୭ ପେଟି ଅନ୍ୟ ଔଷଧ ଜବତ କରାଯାଇଛି। ଏହାସହ ବିଭିନ୍ନ ଜିଲାରେ ଔଷଧ ଦୋକାନ ଉପରେ ନଜର ରଖିବାକୁ କୁହାଯାଇଛି। ସବୁଠି ଯାଞ୍ଚ ଚାଲିଛି। ରିପୋର୍ଟ ଆସିବା ପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ ଚେତବାନୀ ଦେଇଛନ୍ତି। ସୂଚନାଯୋଗ୍ୟ, କିଛି ଦିନ ତଳେ କଟକରୁ ନକଲି ଔଷଧ ଜବତ କରାଯାଇଥିଲା। ଏହାପରେ ଏହି ଲିଙ୍କ୍ରେ ରାଜ୍ୟର ବିଭିନ୍ନ ଜିଲାରେ ଥିବା ଔଷଧ ଦୋକାନରେ ଚଢ଼ାଉ କରାଯାଉଛି।
ଅନ୍ୟପକ୍ଷରେ ରାଜ୍ୟ ସରକାର ସମ୍ଭାବ୍ୟ ତୃତୀୟ ଲହର ପାଇଁ ପ୍ରସ୍ତୁତ ଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ତୃତୀୟ ଲହରରେ ଶିଶୁମାନେ ଅଧିକ ସଂକ୍ରମିତ ହେବା ସମ୍ଭାବନା ଥିବାରୁ ଏଥିପାଇଁ ସବୁ ପ୍ରକାର ପ୍ରସ୍ତୁତ କରାଯାଇଛି। ଶିଶୁଙ୍କ ଚିକିତ୍ସା ଲାଗି ସ୍ବତନ୍ତ୍ର ଭାବେ ୧,୬୧୦ ସାଧାରଣ ବେଡ୍ ଓ ୬୧୦ ଆଇସିୟୁ ବେଡ୍ର ବ୍ୟବସ୍ଥା କରାଯାଇଛି। ଏଥିସହ ଶିଶୁଭବନରେ କୋଭିଡ୍ ୱାର୍ଡ ପାଇଁ ମଧ୍ୟ ପ୍ରସ୍ତାବ ରହିଛି। ସେହିପରି କୋଭିଡ୍ ସଂକ୍ରମିତ ନବଜାତ ଶିଶୁଙ୍କ ପାଇଁ ସ୍ବତନ୍ତ୍ର କର୍ନର ସହ ଅଧିକ ସଂକ୍ରମିତଙ୍କ ପାଇଁ କୋଭିଡ୍ କେୟାର ସେଣ୍ଟର କରାଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।
ଅସୁରକ୍ଷିତ ବେଦାନ୍ତ ଖଣି ତଦନ୍ତ ଆଜିଠୁ
ଯାଜପୁର ଅଫିସ,୧୭ା୬: ଯାଜପୁର ଜିଲା ସୁକିନ୍ଦା ଅଞ୍ଚଳରେ ବେଦାନ୍ତ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଓସ୍ତପାଳ କ୍ରୋମାଇଟ ଖଣି ଅସୁରକ୍ଷିତ ରହିଛି। ଏନେଇ ହୋଇଥିବା ଅଭିଯୋଗ ଉପରେ...
ଆଜି କ୍ରୋମାଇଟ୍ ନିଲାମ
ଯାଜପୁର ଅଫିସ,୨୫ା୬: ଗତ ଫେବୃୟାରୀରୁ ଓଡ଼ିଶା ଖଣି ନିଗମ (ଓଏମ୍ସି)ଦ୍ୱାରା ଆହୂତ କ୍ରୋମାଇଟର ମାସିକ ନିଲାମ ପ୍ରକ୍ରିୟା କ୍ରମାଗତ ଭାବେ ବିଫଳ ହୋଇଆସୁଛି। ଏଥିଯୋଗୁ ନିଲାମ...
ଏଥର ସ୍ବାଭାବିକ ମୌସୁମୀ
ଭୁବନେଶ୍ୱର,୨ା୬(ବ୍ୟୁରୋ):ଚଳିତ ବର୍ଷ ଦକ୍ଷିଣ ପଶ୍ଚିମ ମୌସୁମୀ ସ୍ବାଭାବିକ ରହିବ। ଓଡ଼ିଶାରେ ସ୍ବାଭାବିକ ବର୍ଷା ହେବ। ରାଜ୍ୟରେ ହାରାହାରି ବୃଷ୍ଟିପାତ ୧୧୫ରୁ ୧୨୦ ସେଣ୍ଟିମିଟର ହେବ ବୋଲି...
ବିଆର୍ପିଏଲ୍ରେ ଏସ୍ପିସିବିର ତଦନ୍ତ ଆଜି
ଯାଜପୁର ଅଫିସ,୨୪।୬: କଳିଙ୍ଗନଗର ବ୍ରାହ୍ମଣୀ ରିଭର୍ସ ପେଲେଟ ଲିଃ (ବିଆର୍ପିଏଲ୍) କାରଖାନାର ବିଷାକ୍ତ ବର୍ଜ୍ୟଜଳ ବାହାରକୁ ଛାଡିବା ଅଭିଯୋଗ ଉପରେ ଗୁରୁବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ...
ମାଷ୍ଟରକ୍ୟାଣ୍ଟିନ୍ ଛକରୁ ସ୍ଥାନାନ୍ତର ହେବ ଘୋଡ଼ା ମୂର୍ତ୍ତି
ଭୁବନେଶ୍ୱର,୧୭ା୬(ବ୍ୟୁରୋ): ରାଜଧାନୀର ବ୍ୟସ୍ତବହୁଳ ମାଷ୍ଟରକ୍ୟାଣ୍ଟିନ ଛକରେ ଥିବା ଘୋଡ଼ା ମୂର୍ତ୍ତି ସ୍ଥାନାନ୍ତର ହେବ। ଏହା ରାଜଭବନ ଛକକୁ ସ୍ଥାନାନ୍ତର ହେବ ବୋଲି ଜଣାପଡ଼ିଛି। ମାଷ୍ଟରକ୍ୟାଣ୍ଟିନ ରାସ୍ତାକୁ...
୨୩ ଦିନରେ ୧୫୬.୬ମି.ମି ବର୍ଷା
ଭୁବନେଶ୍ୱର, ୨୩।୬(ବ୍ୟୁରୋ): ରାଜ୍ୟରେ ଏବେ ମୌସୁମୀ ସକ୍ରିୟ ଥିବାରୁ ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ଗତ ୨୩ ଦିନରେ ଅର୍ଥାତ୍ ଗତ ୧ରୁ ୨୩ତାରିଖ...
୧୧ରେ କଂଗ୍ରେସର ରାଜ୍ୟବ୍ୟାପୀ ବିକ୍ଷୋଭ
ଭୁବନେଶ୍ୱର,୯ା୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହରରେ ସମଗ୍ର ଦେଶ ଛଟପଟ ହେଉଥିବା ବେଳେ କେନ୍ଦ୍ରର ମୋଦି ସରକାର ଲଗାତର ଭାବେ ପେଟ୍ରୋଲ ଓ ଡିଜେଲର ଦର ବୃଦ୍ଧି...
ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀ ଗୁରୁତର
କଟକ ଅଫିସ,୮।୬: କରୋନାରେ ଆକ୍ରାନ୍ତ ହୋଇ କଟକ ଅଶ୍ୱିନୀ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର ରହିଛି। ଉନ୍ନତ ଚିକିତ୍ସା...


