ନୂଆଦିଲ୍ଲୀ: ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ନର ଡି. ସୁବାରାଓ ଦେଶ ମଧ୍ୟରେ ଅସନ୍ତୁଳିତ ଆର୍ଥିକ ପୁନରୁଦ୍ଧାରକୁ ନେଇ ଚିନ୍ତାପ୍ରକଟ କରିଛନ୍ତି। କରୋନା ମହାମାରୀ ଯୋଗୁ ଦେଶରେ ଧନୀ ଏବଂ ଗରିବଙ୍କ ମଧ୍ୟରେ ଏକ ବୃହତ୍ ତାରତମ୍ୟ ସୃଷ୍ଟି ହୋଇଛି। କରୋନା ସଂକ୍ରମଣକୁ ନିୟନ୍ତ୍ରଣ କରିବା ଲାଗି ଜାରି କରାଯାଇଥିବା ଲକ୍ଡାଉନ ଯୋଗୁ ଗରିବ ଲୋକଙ୍କ ଜୀବିକା ସଙ୍କଟରେ ରହିଛି। ଲୋକଙ୍କ ରୋଜଗାର ବର୍ତ୍ତମାନ ଗଭୀର ଭାବେ ପ୍ରଭାବିତ ହୋଇଛି। ଏଭଳି ସ୍ଥିତିରେ ଧନୀଲୋକଙ୍କ କାର୍ଯ୍ୟକଳାପ ଏବଂ ଜୀବନଯାପନ ଉପରେ ଅପେକ୍ଷାକୃତ କମ୍ ପ୍ରଭାବ ପଡିଥିବା ଦେଖାଯାଇଛି।
ସୁବାରାଓ କହିଛନ୍ତି, ମହାମାରୀ ଯେଉଁ ତାରତମ୍ୟ ସୃଷ୍ଟି କରିଛି ତାହା ଅସନ୍ତୁଳିତ ପୁନରୁଦ୍ଧାର ଆଡ଼କୁ ଇସାରା କରୁଛି। ଆଗାମୀ ଦିନରେ ଏହା ଅଭିବୃଦ୍ଧି ସମ୍ଭାବନାକୁ କ୍ଷତି ପହଞ୍ଚାଇପାରେ ବୋଲି ସେ ସତର୍କ କରାଇ ଦେଇଛନ୍ତି। ଅସନ୍ତୁଳିତ ପୁନରୁଦ୍ଧାର ସିଦ୍ଧାନ୍ତ ଦୃଷ୍ଟିକୋଣରୁ ଭୁଲ୍ ଏବଂ ରାଜନୈତିକ ଦୃଷ୍ଟିକୋଣରୁ ଏହା କ୍ଷତିପହଞ୍ଚାଇ ପାରେ। ଘରୋଇ ବଜାରରେ ନଗଦ ସ୍ଥିତି ବିଦେଶୀ ପୋର୍ଟଫୋଲିଓ ନିବେଶକଙ୍କ ନିବେଶ ବୃଦ୍ଧି ଯୋଗୁ ମହାମାରୀ ସମୟରେ ମଧ୍ୟ ଶେୟାର ବଜାର ଏବଂ ଅନ୍ୟ ସମ୍ପତ୍ତି ଏବେ ବଢିଚାଲିଛି।
ସୁବାରାଓ ପୁଣି କହିଛନ୍ତି, ଚଳିତ ବର୍ଷ ଦେଶର ଆର୍ଥତ୍କ ସୁଧାର ଉନ୍ନତ ହେବ ବୋଲି ଆଶା କରାଯାଉଥିଲା। ମାତ୍ର ମହାମାରୀର ନୂଆ ଲହର ଏହା ଉପରେ ଶକ୍ତ କ୍ଷତି ପହଞ୍ଚାଇଛି। ଗତବର୍ଷ ଅର୍ଥ ବ୍ୟବସ୍ଥାର ସ୍ଥିତି ଗତ ୪ ଦଶନ୍ଧିର ସବୁଠାରୁ ଖରାପ ରହିଛି। ଆର୍ଥତ୍କ ବର୍ଷ ୨୦୨୦-୨୧ରେ ଜିଡିପି -୭.୩% ରହିଛି। କ୍ଷତି ପରିମାଣ ଆକଳନଠାରୁ କମ୍ ରହିଥିଲେ ମଧ୍ୟ ଅଣସଙ୍ଗଠିତ କ୍ଷେତ୍ରରେ କାମ କରୁଥିବା ଲୋକଙ୍କ ଜୀବନ ଜୀବିକା ଏହା ଦ୍ୱାରା ଗଭୀର ଭାବେ ପ୍ରଭାବିତ ହୋଇଛି। ଚଳିତ ବର୍ଷ ବଜାର ଉନ୍ନତ ପ୍ରଦର୍ଶନ କରିବ ବୋଲି ଆଶା କରାଯାଉଥିଲା। ହେଲେ ଦ୍ୱିତୀୟ ଲହର ଏଥିରେ ପ୍ରତିବନ୍ଧକ ସାଜିଛି। ଭାରତୀୟ ରିଜର୍ଭ ବ୍ୟାଙ୍କ ଚଳିତ ଆର୍ଥତ୍କ ବର୍ଷ ଲାଗି ଅଭିବୃଦ୍ଧି ଆକଳନକୁ ୧୦.୫%ରୁ ୯.୫%କୁ ଖସାଇଛି। ୯.୫% ହାରରେ ଅଭିବୃଦ୍ଧି ପ୍ରଭାବଶାଳୀ ମାତ୍ର ଗତବର୍ଷ ଜିଡିପିରେ ଯେଉଁ ହ୍ରାସ ହୋଇଛି ସେହି ଆଧାରରେ ଏହା ହାସଲ ହେବ। ଯଦି ଆମେ ଅଭିବୃଦ୍ଧି ହାର ହାସଲ ମଧ୍ୟ କରି ନେଉଛେ ତେବେ ଉତ୍ପାଦନ ମହାମାରୀ ପୂର୍ବ ସ୍ଥିତିଠାରୁ କମ୍ ରହିବ। ମହାମାରୀରେ ଅନେକ ଲୋକଙ୍କ ଜୀବିକା ଚାଲି ଯାଇଥିବା ବେଳେ ଅତିଧନୀଙ୍କ ସମ୍ପତ୍ତି ବୃହତ୍ ପରିମାଣରେ ବଢିଛି ବୋଲି ସେ ମତ ରଖିଛନ୍ତି।
କାର୍ଯ୍ୟକାରୀ ଅପେକ୍ଷାରେ ଶ୍ରମ କୋଡ୍
ନୂଆଦିଲ୍ଲୀ: ଆଗାମୀ କିଛି ମାସରେ ୪ ଶ୍ରମ କୋଡ୍ ବିଲ୍ ଦେଶ ମଧ୍ୟରେ କାର୍ଯ୍ୟକାରୀ ହେବାକୁ ଯାଉଛି। ଏହି ଆଇନକୁ ଲାଗୁ କରାଇବା ଲାଗି କେନ୍ଦ୍ର ସରକାର...
ଜୁଲାଇରେ ୧୫ ଦିନ ବନ୍ଦ ରହିବ ବ୍ୟାଙ୍କ, ଜାଣନ୍ତୁ କାହିଁକି
ନୂଆଦିଲ୍ଲୀ: ଆର୍ବିଆଇ ପକ୍ଷରୁ ବ୍ୟାଙ୍କ ଛୁଟି ତାଲିକା ଜାରି କରାଯାଇଛି। ଜୁଲାଇରେ ୯ ଦିନ ବ୍ୟାଙ୍କ ଛୁଟି ରହିବ। ତେବେ ଏହି ଛୁଟିଦିନ ବିଭିନ୍ନ ସ୍ଥାନରେ...
ଡାକ ବିଭାଗର ବିଶେଷ ରଦ୍ଦକରଣ କାର୍ଯ୍ୟକ୍ରମ
ଭୁବନେଶ୍ୱର: ଚଳିତ ମାସ ୨୧ରେ ବିଶ୍ୱ ଯୋଗ ଦିବସର ମହତ୍ତ୍ୱ ପ୍ରତିପାଦନ ନିମିତ୍ତ ଭାରତୀୟ ଡାକ ବିଭାଗ ପକ୍ଷରୁ ଏକ ବିଶେଷ ରଦ୍ଦକରଣ (ସ୍ପେଶାଲ କ୍ୟାନସେଲେଶନ)...
ଇନ୍ଧନ ଦର ବୃଦ୍ଧିରୁ ସମସ୍ୟା
ଭୁବନେଶ୍ୱର: ଦେଶରେ କ୍ରମାଗତ ଭାବେ ଇନ୍ଧନ ମୂଲ୍ୟ ବୃଦ୍ଧି ପାଇ ଚାଲିଛି। ଫଳରେ ଏହାର ପ୍ରଭାବ ବିଶେଷ ଭାବେ ପରିବହନ ବ୍ୟବସ୍ଥା ଉପରେ ପଡୁଛି। ପରିବହନ ଯୋଗୁ...
ପାନ୍-ଆଧାର ଲିଙ୍କ୍ ଅବଧି ସେପ୍ଟେମ୍ବର ଯାଏ ବୃଦ୍ଧି
ନୂଆଦିଲ୍ଲୀ,୨୬।୬: କେନ୍ଦ୍ର ସରକାର ପାନ୍ ସହ ଆଧାର ଲିଙ୍କ୍ କରାଇବା ସମୟକୁ ୩ ମାସ ବଢ଼ାଇଛନ୍ତି। ଫଳରେ ଲୋକମାନେ ଚଳିତ ବର୍ଷ ସେପ୍ଟେମ୍ବର ଶେଷ ଯାଏ...
ଏଫ୍ପିଆଇଙ୍କ ନିବେଶ ୮ ହଜାର କୋଟି
ନୂଆଦିଲ୍ଲୀ: ଦେଶର ପୁଞ୍ଜି ବଜାରରେ ବିଦେଶୀ ପୋର୍ଟଫୋଲିଓ ନିବେଶକ(ଏଫ୍ପିଆଇ) ୮ ହଜାର କୋଟି ଟଙ୍କାର ନିବେଶ କରିଛନ୍ତି। ଗତ ୪ କାରବାର ସେସନରେ ଏଭଳି ନିବେଶ...
ଡାବର ଟୁଥ୍ପେଷ୍ଟ ପ୍ୟାକିଂରେ ବ୍ୟବହୃତ ହେବନି କାଗଜ
ନୂଆଦିଲ୍ଲୀ,୨୩।୬: ଦେଶର ଅଗ୍ରଣୀ କମ୍ପାନୀ ଏଫ୍ଏମ୍ସିଜି କମ୍ପାନୀ ଡାବର ପରିବେଶ ସୁରକ୍ଷା ପାଇଁ ଏକ ବଡ଼ ପରିବର୍ତ୍ତନ କରିବାକୁ ନିଷ୍ପତ୍ତି ନେଇଛି। ଏଣିକି କାଗଜ କାର୍ଟୁନରେ...
ଜୁନ୍ରେ ବଢ଼ିଲାଣି ୧୩ଥର ପେଟ୍ରୋଲ ୨୬, ଡିଜେଲ ୮ ପଇସା ବୃଦ୍ଧି
ନୂଆଦିଲ୍ଲୀ/ଭୁବନେଶ୍ୱର,୨୫।୬ଦିନକର ବିରତି ପରେ ପୁଣି ଥରେ ତୈଳ ଦରରେ ପରିବର୍ତ୍ତନ ହୋଇଛି। ଦେଶର ପ୍ରମୁଖ ତୈଳ ବିପଣନ କମ୍ପାନୀ ଇଣ୍ଡିଆନ ଅଏଲ କର୍ପୋରେଶନ ଲିମିଟେଡ୍ (ଆଇଓସିଏଲ୍)...


