ପ୍ୟାରିସ, ୧୪।୬-ଚେକ୍ ରିପବ୍ଲିକ୍ର ବାର୍ବୋରା କ୍ରେଜିକୋଭା ରବିବାର ଶେଷ ହୋଇଥିବା ଫ୍ରେଞ୍ଚ୍ ଓପନ ଗ୍ରାଣ୍ଡସ୍ଲାମ ଟେନିସରେ ଡବଲ ଟାଇଟଲ ବିଜୟୀ ହୋଇଛନ୍ତି। ପୂର୍ବରୁ ମହିଳା ସିଙ୍ଗଲ୍ସ ଚାମ୍ପିୟନ ହୋଇଥିବା ଏହି ଚେକ୍ ଖେଳାଳି ମହିଳା ଡବଲ୍ସରେ ମଧ୍ୟ ଟାଇଟଲ ହାସଲ କରିଛନ୍ତି। ଅନ୍ୟତମ ଚେକ୍ ଖେଳାଳି କାଟରିନା ସିନିକୋଭାଙ୍କୁ ସାଥିକରି ସେ ମହିଳା ଡବଲ୍ସ ଫାଇନାଲରେ ପୋଲାଣ୍ଡର ଇଗା ସ୍ବିଟେକ ଓ ଆମେରିକାର ବେଥାନି ମାଟେକ-ସାଣ୍ଡ୍ସ ଯୋଡ଼ିଙ୍କୁ ୬-୪, ୬-୨ ସେଟ୍ରେ ପରାସ୍ତ କରିଛନ୍ତି। ପୂର୍ବରୁ ଅନୁଷ୍ଠିତ ମହିଳା ସିଙ୍ଗଲ୍ସ ଫାଇନାଲରେ କ୍ରାଜିସେକ୍ ରୁଷିଆର ଆନାସ୍ତାସିଆ ପାଭ୍ଲ୍ୟୁଚେଙ୍କୋଭାଙ୍କୁ ୬-୧, ୨-୬, ୬-୪ ସେଟ୍ରେ ହରାଇ ଚାମ୍ପିୟନ ହୋଇଥିଲେ। ପୂର୍ବରୁ କ୍ରେଜିକୋଭା ମହିଳା ଡବଲ୍ସରେ ୨୦୧୮ରେ ଫ୍ରେଞ୍ଚ୍ ଓପନ ଏବଂ ଓ୍ବିମ୍ବେଲଡନ ଓପନ ଗ୍ରାଣ୍ଡସ୍ଲାମ ଟାଇଟଲ ହାସଲ କରିଥିଲେ। ମିକ୍ସଡ ଡବଲ୍ସରେ ମଧ୍ୟ ସେ ୨୦୧୯, ୨୦୨୦ ଏବଂ ୨୦୨୧ରେ ଅଷ୍ଟ୍ରେଲିଆନ ଓପନ ଗ୍ରାଣ୍ଡସ୍ଲାମ ଟାଇଟଲ ଜିତିଥିଲେ। ତେବେ ଏଥର ସେ ପ୍ରଥମଥର ପାଇଁ ସିଙ୍ଗଲ୍ସ ଟାଇଟଲ ହାସଲ କରିବାର ସ୍ବାଦ ପାଇଛନ୍ତି।
ୟୁରୋ କପ୍ ଫୁଟ୍ବଲ: ସ୍ଲୋଭାକିଆର ବିଜୟ ଅଭିଯାନ
ସେଣ୍ଟ ପିଟର୍ସବର୍ଗ,୧୬।୬(ଏପି): ୟୁରୋ କପ୍ ଫୁଟ୍ବଲରେ ସ୍ଲୋଭାକିଆ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ସ୍ଥାନୀୟ କ୍ରେସୋଭସ୍କି ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ମ୍ୟାଚ୍ରେ ସ୍ଲୋଭାକିଆ ୨-୧...
ଟୋକିଓ ଅଲିମ୍ପିକ୍ସ : ସର୍ବାଧିକ ୧୦ହଜାର ସ୍ଥାନୀୟ ଦର୍ଶକଙ୍କୁ ଅନୁମତି
ଟୋକିଓ, ୨୨ା୬ (ଏପି)-ଟୋକିଓ ଅଲିମ୍ପିକ୍ସକୁ ଦେଖିବାଲାଗି କିଛି ସ୍ଥାନୀୟ ଦର୍ଶକଙ୍କୁ ଅନୁମତି ଦିଆଯିବ। ଆୟୋଜକ କମିଟିର ଅଫିସିଆଲ ଓ ଅନ୍ତର୍ଜାତୀୟ ଅଲିମ୍ପିକ କମିଟି (ଆଇଓସି) ସୋମବାର...
ଆଇପିଏଲ୍ ଫାଇନାଲ ଅକ୍ଟୋବର ୧୫କୁ ଘୁଞ୍ଚିପାରେ
ନୂଆଦିଲ୍ଲୀ, ୭।୬: ଅଧାରୁ ବନ୍ଦ ରହିଥିବା ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ର ଫାଇନାଲ ଅକ୍ଟୋବର ୧୫କୁ ଘୁଞ୍ଚିପାରେ। ପ୍ରତିଯୋଗିତା ସ୍ଥଳ ୟୁନାଇଟେଡ୍ ଆରବ ଏମିରେଟ୍ସ (ୟୁଏଇ)ରେ...
ଫାଇନାଲରେ ବୋଲିଂ କରିବେ କି କୋହଲି
ନୂଆଦିଲ୍ଲୀ,୧୩।୬: ଅଧିନାୟକ ବିରାଟ କୋହଲିଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ଜୁନ ୧୮ ରୁ ୨୨ ପର୍ଯ୍ୟନ୍ତ ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିଅନସିପର ଟାଇଟଲ ମ୍ୟାଚ...
ଟୋକିଓ ଅଲିମ୍ପିକ୍ସ: ୨ ଓଡ଼ିଆଙ୍କୁ ଟିକେଟ
ନୂଆଦିଲ୍ଲୀ,୧୮।୬: ଟୋକିଓ ଅଲମ୍ପିକ୍ସ ପାଇଁ ଶୁକ୍ରବାର ଭାରତୀୟ ପୁରୁଷ ହକି ଟିମ୍ର ୧୬ଜଣିଆ ସ୍କ୍ବାଡ୍ ଘୋଷଣା କରାଯାଇଛି। ଏଥିରେ ସ୍ଥାନ ପାଇଛନ୍ତି ୨ ଓଡ଼ିଆ। ସେମାନେ...
କ୍ରିକେଟର ବ୍ଲକବଷ୍ଟର ମାସ ଆରମ୍ଭ: ୨୪ ଦିନରେ ନିଅନ୍ତୁ ୧୮ ଅନ୍ତର୍ଜାତୀୟ ମ୍ୟାଚ୍ର ମଜା
କ୍ରିକେଟର ବ୍ଲକବଷ୍ଟର ମାସ ଜୁନ ୨ରୁ ଆରମ୍ଭ ହେଉଛି। କ୍ରିକେଟ୍ ଦର୍ଶକମାନେ ଜୁନ ମାସରେ ୨୪ ଦିନ ଅନ୍ତର୍ଜାତୀୟ କ୍ରିକେଟ ଉପଭୋଗ କରିପାରିବେ। ଏଥିରେ ଇଂଲଣ୍ଡ-ନ୍ୟୁଜିଲାଣ୍ଡ...
ନକ୍ଆଉଟ ପର୍ଯ୍ୟାୟରେ ଚିଲି
କୁଇବା, ୨୩।୬: କୋପା ଆମେରିକା ଫୁଟ୍ବଲ ଟୁର୍ନାମେଣ୍ଟରେ ଗ୍ରୁପ୍ ଏ’ରେ ଖେଳାଯାଇଥିବା ମ୍ୟାଚ୍ରେ ଚିଲି ଓ ଲୁଇସ ସୁଆରେଜଙ୍କ ଉରୁଗୁଏ ଦଳ ମୁହାଁମୁହିଁ ହୋଇଥିଲେ। ସ୍ଥାନୀୟ...
ସଚିନ ତେନ୍ଦୁଲକରଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି
କ୍ରିକେଟର୍ ଭଗବାନ କୁହାଯାଉଥିବା ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର କ୍ରିକେଟରୁ ଅବସର ନେବା ପରେ ବି ଚର୍ଚ୍ଚାରେ ରହୁଚନ୍ତି। ୨୪ ବର୍ଷର ଅନ୍ତର୍ଜାତୀୟ କ୍ରିକେଟ୍ କ୍ୟାରିୟର୍ରେ ସେ...


