ଆଜିକାଲି ରକ୍ତଚାପ ବା ବ୍ଲଡ ପ୍ରେସର ସମସ୍ୟା ଏକ ସାଧାରଣ
ଘଟଣା ପାଲଟି ଗଲାଣି କହିଲେ ଆଦୌ ଭୁଲ ହେବ ନାହିଁ। ଅସନ୍ତୁଳିତ ଜୀବନଶୈଳୀ, ଖାଦ୍ୟପେୟ ଆଦି ଏଥିପାଇଁ କେତେକାଂଶରେ ଦାୟୀ।
ତେବେ ଜଣେ ଉଚ୍ଚ ରକ୍ତଚାପ ରୋଗୀ କେଉଁ ବିଷୟ ପ୍ରତି ଅଧିକ ଧ୍ୟାନ
ଦେବା ଦରକାର ଜାଣନ୍ତୁ ସେ ସମ୍ପର୍କରେ…
ବିଶେଷଭାବରେ ବୟସ ବଢ଼ିଲେ ଉଚ୍ଚ ରକ୍ତଚାପ ସମସ୍ୟା ଦେଖାଯିବାର ଆଶଙ୍କା ରହିଛି। ତେଣୁ ଏଥିପ୍ରତି ସତର୍କ ରହିବା ନିହାତି ଦରକାର।
ଯଦି ଆପଣ ଏପରି ସମସ୍ୟା ସହ ଜଡିତ, ତେବେ ନିଜର ରକ୍ତଚାପ କେତେ ରହୁଛି ତାହା ନିର୍ଦ୍ଦିଷ୍ଟ ସମୟ ଅନ୍ତରାଳରେ ମାପି ଜାଣି ନିଅନ୍ତୁ।
କେତେକ କାରଣରୁ ରକ୍ତଚାପ ଅସନ୍ତୁଳିତ ରହିଥାଏ। ଯଦି ଆପଣ ଏହାର ପ୍ରାକ୍ ଲକ୍ଷଣ ବିଷୟରେ ଜାଣିପାରିଲେ ତେବେ ବିଳମ୍ବ ନ କରି ଡାକ୍ତରଙ୍କ ସହ ପରାମର୍ଶ କରି ଔଷଧ ଖାଆନ୍ତୁ।
ଏ ନେଇ ଡାକ୍ତର ପରାମର୍ଶ ଦେବା ସମୟରେ ଔଷଧ ବ୍ୟତୀତ ଖାଦ୍ୟପେୟ, ଜୀବନଶୈଳୀ ପ୍ରତି ନଜର ଦେବାକୁ କହିଥାଆନ୍ତି। ତାହାର ପରାମର୍ଶଗୁଡିକୁ ଠିକ୍ ଭାବରେ ପାଳନ କରନ୍ତୁ।
ରକ୍ତଚାପ ବିଷୟରେ ଡାକ୍ତରଙ୍କ ସହ ଆଲୋଚନା କରିବା ସମୟରେ ଆପଣଙ୍କର ଅନ୍ୟାନ୍ୟ ସ୍ବାସ୍ଥ୍ୟ ସମସ୍ୟା ବିଷୟରେ ସୂଚନା ଦେବାକୁ ଭୁଲନ୍ତୁ ନାହିଁ।
ରକ୍ତଚାପକୁ ସନ୍ତୁଳିତ ରଖିବା ପାଇଁ ନିଜର ଦୈନନ୍ଦିନ ଜୀବନଶୈଳୀରେ ବ୍ୟାୟାମ ସାମିଲ କରନ୍ତୁ।
ନିଶାଦ୍ରବ୍ୟ ସେବନ ଯୋଗୁଁ ରକ୍ତଚାପଜନିତ ସମସ୍ୟା ଆଶଙ୍କା ଅଧିକ ଥାଏ। ତା’ସହ ଯଦି ଆପଣ ଏଭଳି ଅଭ୍ୟାସ ସହ ଜଡିତ ତେବେ ତାହାକୁ ତୁରନ୍ତ ବର୍ଜନ କରନ୍ତୁ।
-ରକ୍ତଚାପରେ ଆକ୍ରାନ୍ତ ହେଲେ ଡାକ୍ତରଙ୍କ ପରାମର୍ଶ ଅନୁସାରେ ଔଷଧ ଖାଆନ୍ତୁ। କାରଣ ସେ ରକ୍ତଚାପର ଅବସ୍ଥା ଦେଖି ଔଷଧର ଡୋଜ୍ ସ୍ଥିର କରିଥାଆନ୍ତି।
Posted inଜୀବନଚର୍ଯ୍ୟା View All
ଏହିସବୁ ରୋଗରେ ଆକ୍ରାନ୍ତ ଲୋକଙ୍କୁ କାଜୁ ଖାଇବା ମନା
ଭଲ ସ୍ବାସ୍ଥ୍ୟ ପାଇଁ ଲୋକେ କାଜୁଠୁ ଆରମ୍ଭକରି ଆଲମଣ୍ଡ, ଅଖରୋଟ ଆଦି କେତେ କ’ଣ ଡ୍ରାଏ ଫ୍ରୁର୍ସ ଖାଇଥାନ୍ତି। ତେବେ କାଜୁକୁ ଲୋକେ ତରକାରି ଓ...
ଯୋଗ କରୋନା ଲଢ଼େଇରେ ଗୁରୁତ୍ୱପୂର୍ଣ୍ଣ…
ସମ୍ପ୍ରତି କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀରେ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ପ୍ରାକୃତିକ ଉପାୟରେ ଶୀରର ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବା ନେଇ...
ସାଗୁ ଖେଚୁଡ଼ି
ଆବଶ୍ୟକ ସାମଗ୍ରୀସାଗୁ- ୧କପ୍, ଆଳୁ- ୧ଟି (ବଡ), ବାଦାମ- ୧ କପ୍, କଞ୍ଚା ଲଙ୍କା- ୨ଟି, ଘିଅ- ୨ ଚାମଚ, ଆବଶ୍ୟକ ଅନୁସାରେ ତେଲ ଏବଂ...
ଅଣ୍ଟାବିନ୍ଧାର ଘରୋଇ ଉପଚାର
ଅଣ୍ଟାବିନ୍ଧା ଆଜିକାଲି ଏକ ସାଧାରଣ କଥା ପାଲଟି ଗଲାଣି। ତେବେ, ଏପରି କେତେକ ଘରୋଇ ଉପଚାର ରହିଛି, ଯାହାକୁ ଆପଣେଇ ପାରିଲେ ଆପଣ ଏଥିରୁ କେତେକାଂଶରେ...
ପୁଦିନାର ଘରୋଇ ବ୍ୟବହାର
ଖରା ଏବଂ ବର୍ଷାଦିନେ ପୁଦିନା ସଞ୍ଜୀବନୀବୁଟି ଭଳି କାମ ଦେଇଥାଏ। ଗୃହିଣୀମାନେ ଏହାକୁ ଘରୋଇ ଉପାୟରେ ବହୁଳ ଭାବରେ ବ୍ୟବହାର କରିପାରିବେ.. – ପୁଦିନା ଓ...
ମେଦବହୁଳତା ଓ ଆଜ୍ମା
ଆଜ୍ମା ଏକ ଶ୍ୱାସଜନିତ ସମସ୍ୟା। ଏହାର ସ୍ଥାୟୀ ଉପଚାର ନାହିଁ। ତେଣୁ ନିୟମିତ ସମୟ ଅନ୍ତରାଳରେ ଡାକ୍ତରଙ୍କ ସହ ପରାମର୍ଶ କରି ଚିକିତ୍ସିତ ହେବାକୁ ପଡ଼ିଥାଏ।...
ସାବିତ୍ରୀ
ସତ୍ୟବାନ ଅର୍ଥ ଯିଏ ସତ୍ୟରେ ଅଧିଷ୍ଠିତ ଆଉ ସାବିତ୍ରୀ ଅର୍ଥ ଯିଏ ସମର୍ପିତା। ସତ୍ୟ ପ୍ରତି ସମର୍ପିତ ହେଲେ ମଣିଷ ମୃତ୍ୟୁକୁ ବି ଜୟ କରିପାରେ।...
ରାତିରେ ଭୋକ ଲାଗିଲେ କ’ଣ ଖାଇବେ..
ବେଳେବେଳେ ରାତ୍ରିଭୋଜନ ଖାଇକି ଶୋଇଲେ ବି ରାତି ଅଧରେ ଅନେକଙ୍କୁ ଭୋକ ଲାଗିଥାଏ; ଯଦ୍ଦ୍ବାରା ସେମାନଙ୍କ ନିଦ ଭାଙ୍ଗିଯାଏ ଆଉ ସେମାନେ ରାତିରେ ଉଠି କିଛି...


