ନୂଆଦିଲ୍ଲୀ,୧୪।୬: ସାରା ଦେଶରେ କରୋନା ଭାଇରସ୍ ଆତଙ୍କ ଜାରି ରହିଛି। କରୋନାକୁ ରୋକିବା ପାଇଁ ଦେଶରେ ଟିକାକରଣ ଉପରେ ଗୁରୁତ୍ୱ ଦିଆଯାଇଛି। ହେଲେ ମିଳିଥିବା ସରକାରୀ ତଥ୍ୟ ଅନୁସାରେ ଭାକ୍ସିନ ନେବା ପରେ ଦେଶରେ ଏପର୍ଯ୍ୟନ୍ତ ୪୮୮ଜଣ ଲୋକଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୩୦୧ ପୁରୁଷ ଓ ୧୭୮ ମହିଳା ସାମିଲ ଅଛନ୍ତି। ଏଥିସହ ୨୬ହଜାର ଲୋକଙ୍କ ଭିତରେ ଗମ୍ଭୀର ପାର୍ଶ୍ୱପ୍ରତିକ୍ରିୟା ଦେଖିବାକୁ ମିଳିଛି। ବୈଜ୍ଞାନିକ ଭାଷାରେ ଏହାକୁ ଏଡଭର୍ସ ଇଭେଣ୍ଟ ଫଲୋଇଙ୍ଗ୍ ଇମ୍ୟୁନାଇଜେସନ୍ (ଏଇଏଫ୍ଆଇ) ବୋଲି କୁହାଯାଏ। ପ୍ରତ୍ୟେକ ଦେଶରେ ଏଭଳି ତଥ୍ୟ ସଂଗ୍ରହ କରାଯାଇଥାଏ। କାରଣ ଭବିଷ୍ୟତରେ ଟିକାର ପାର୍ଶ୍ୱ ପ୍ରତିକ୍ରିୟାକୁ ନେଇ କାମ କରାଯାଇପାରିବ। ତେବେ ଜାନୁଆରୀ ୧୬ରୁ ଜୁନ ୭ପର୍ଯ୍ୟନ୍ତ କରାଯାଇଥିବା ଅଧ୍ୟୟନରୁ ଏହି ସକରକାରୀ ତଥ୍ୟ ପ୍ରକାଶ ପାଇଛି। ସୂଚନାଯୋଗ୍ୟ, ଜୁନ ୭ପର୍ଯ୍ୟନ୍ତ ୨୩.୫କୋଟି ଲୋକଙ୍କୁ ଭାକ୍ସିନ ଦିଆଯାଇଛି। ସେଥିମଧ୍ୟରୁ ୨୬,୨୦୦ଲୋକଙ୍କ ମଧ୍ୟରେ ଏଇଏଫ୍ଆଇ ମାମଲା ଦେଖିବାକୁ ମିଳିଛି।
ଭାକ୍ସିନ ନେବା ପରେ ୪୮୮ବ୍ୟକ୍ତିଙ୍କ ମୃତ୍ୟୁ, ୨୬ହଜାର ଲୋକଙ୍କ ମଧ୍ୟରେ ଦେଖାଦେଇଛି ଗମ୍ଭୀର ପାର୍ଶ୍ୱପ୍ରତିକ୍ରିୟା: ତଥ୍ୟ
Posted inକରୋନା ଭାଇରସ୍, ଜାତୀୟ View All
ବ୍ଲାକ୍ ଫଙ୍ଗସ୍ ଔଷଧ ଟିକସ ମୁକ୍ତ
ନୂଆଦିଲ୍ଲୀ, ୧୨।୬: ବ୍ଲାକ୍ ଫଙ୍ଗସ୍ ଔଷଧକୁ ସରକାର ଟିକସ ମୁକ୍ତ କରିଛନ୍ତି। ଶନିବାର ଜିଏସ୍ଟି କାଉନସିଲ ବୈଠକ ପରେ ରେମ୍ଡେସିଭିର ଭଳି କୋଭିଡ୍-୧୯ ଔଷଧ ଏବଂ...
ରାଜ୍ୟରେ ୩ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ
ଭୁବନେଶ୍ୱର,୨୨।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇଛି। ଆଜି ରାଜ୍ୟରେ ୨,୯୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୬୯୮...
ଯୁବତୀଙ୍କ ସହ ବନ୍ଧୁତା ରଖିବାରୁ ଦଳିତ ଯୁବକଙ୍କୁ ଲଣ୍ଡା କରି ନିର୍ଯାତନା
ଜବଲପୁର, ୧।୬: ଯୁବତୀଙ୍କ ସହ ବନ୍ଧୁତା ରଖିବା କାରଣରୁ ୨୦ ବର୍ଷୀୟ ଦଳିତ ଯୁବକ ଓ ତାଙ୍କ ସାଙ୍ଗକୁ ଅର୍ଦ୍ଧ ଲଣ୍ଡା କରି ନିର୍ଯାତନା ଦିଆଯାଇଛି।...
ବରଣମାଳା ପିନ୍ଧାଇବା ପୂର୍ବରୁ କନ୍ୟା କଲେ ଏମିତି କାଣ୍ଡ; ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ
ପ୍ରତାପଗଡ,୧।୬: ଉତ୍ତର ପ୍ରଦେଶର ପ୍ରତାପଗଡ ଜିଲାରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଏଠାରେ ଏକ ବିବାହ ସମାରୋହରେ ବରକୁ ବରଣମାଳା ପିନ୍ଧାଇବା ପାଇଁ ଷ୍ଟେଜ୍...
ଡାକ୍ତରଙ୍କୁ ଆକ୍ରମଣ ହେଲେ ମାମଲା କର
ନୂଆଦିଲ୍ଲୀ, ୨୦।୬(ପି.ଟି.): ଡାକ୍ତର ଏବଂ ସ୍ବାସ୍ଥ୍ୟସେବା ପେସାଦାରଙ୍କୁ ଆକ୍ରମଣରେ ସମ୍ପୃକ୍ତ ଅଭିଯୁକ୍ତମାନଙ୍କ ବିରୋଧରେ ମହାମାରୀ ରୋଗ (ସଂଶୋଧନ) ଆଇନ, ୨୦୨୦ ବଳରେ ମାମଲା ରୁଜୁ କରିବାକୁ...
କ୍ୟାପିଟାଲ ହସ୍ପିଟାଲରେ ପ୍ରତିଷ୍ଠା ହେବ ଏକ୍ମୋ ମେଶିନ
ଭୁବନେଶ୍ୱର, ୧୦ା୬(ବ୍ୟୁରୋ): କରୋନାରେ ଗୁରୁତର ରୋଗୀଙ୍କ ପାଇଁ ଏବେ ଏକ୍ମୋ ଚିକିତ୍ସା ଜରୁରୀ ହୋଇପଡୁଛି। ରାଜ୍ୟରେ କୌଣସି ସରକାରୀ ହସ୍ପିଟାଲରେ ଏହି ମେଶିନ ନ ଥିବାରୁ...
କୋର୍ଟରେ ଦୋଷୀ ସାବ୍ୟସ୍ତ ହେବା ପରେ ଏମିତି ଟୁଇଟ୍ କଲେ ଗମ୍ଭୀର
ନୂଆଦିଲ୍ଲୀ, ୩।୬: ଭାଜପା ଏମ୍ପି ଗୌତମ ଗମ୍ଭୀରଙ୍କ ଫାଉଣ୍ଡେଶନ ବେଆଇନ ଭାବେ କୋଭିଡ୍-୧୯ ଔଷଧ କିଣିଥିଲା। ଆଉ ତାହାକୁ ବିନା ଅନୁମତିରେ ବାଣ୍ଟି ଥିଲେ ବୋଲି...
ଗଣବଳାତ୍କାର ଅଭିଯୁକ୍ତଙ୍କୁ ଗୁଳି କଲା ପୋଲିସ
ବେଙ୍ଗାଲୁରୁ,୨।୬ : କର୍ନାଟକର ରାଜଧାନୀ ବେଙ୍ଗାଲୁରୁରେ ବାଂଲାଦେଶୀ ମହିଳାଙ୍କୁ ଗଣବଳାତ୍କାର ଓ ନିର୍ଯାତନା ମାମଲାର ଆଉ ଜଣେ ଅଭିଯୁକ୍ତ ପୋଲିସ ଗୁଳିରେ ଆହତ ହୋଇଛନ୍ତି। ଗିରଫ...


