ଭୁବନେଶ୍ୱର,୧୪।୬: ରାଜଧାନୀ ଭୁବନେଶ୍ୱରରେ ଟିକାକରଣକୁ ଗୁରୁତ୍ୱ ଦେବା ସହ ସମସ୍ତ ସହରବାସୀ କିପରି ସୁବିଧାରେ ଟିକା ନେଇ ପାରିବେ ସେ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ସହରର ବିଭିନ୍ନ ସ୍ବାସ୍ଥ୍ୟକେନ୍ଦ୍ର, ସ୍ବତନ୍ତ୍ର ଭାବେ କେତେକ ଟିକାକରଣ କେନ୍ଦ୍ର ସମେତ ୧୦ଟି ଡ୍ରାଇଭ ଇନ୍ ଭାକ୍ସିନେଶସନ କେନ୍ଦ୍ରରେ ମଧ୍ୟ ଟିକା କରଣ କରାଯାଉଛି। ଏହି ତାଲିକାରେ ଏବେ ଆଉ ୪ଟି ସ୍ଥାନ ଯୋଡି ହୋଇଛି। ସତ୍ୟନଗର ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର, ଜୟଦେବ ବିହାରସ୍ଥିତ ଇଏସ୍ଆଇ ହସ୍ପିଟାଲ, ୟୁନିଟ-୪ସ୍ଥିତ ସିଜିଏଚ୍ଏସ୍ ହସ୍ପିଟାଲ ଓ ଭରତପୁରସ୍ଥିତ ସେଣ୍ଟ୍ରାଲ୍ ଆୟୁର୍ବେଦିକ ଇନ୍ଷ୍ଟିଚ୍ୟୁଟ୍ ଠାରେ ନୂତନ କେନ୍ଦ୍ର ଖୋଲା ଯାଇଛି। ଏଠାରେ ୧୮ରୁ ୪୪ବର୍ଗଙ୍କୁ ପ୍ରଥମ ଡୋଜ୍ ଏବଂ ୪୫ରୁ ଊର୍ଦ୍ଧ୍ୱ ବର୍ଗଙ୍କ ପାଇଁ ଉଭୟ ପ୍ରଥମ ଓ ଦ୍ୱିତୀୟ ଡୋଜ୍ ପ୍ରଦାନ କରାଯିବ ବୋଲି ବିଏମ୍ସି ପକ୍ଷରୁ ସୂଚନା ଦିଆଯାଇଛି। ମଙ୍ଗଳବାରଠାରୁ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ଏଠାରେ ଟିକାକରଣ କରାଯିବ। ଏନେଇ ସୋମବାର ସନ୍ଧ୍ୟା ୭ଟାରୁ ବୁକିଂ ଆରମ୍ଭ ହୋଇଯାଇଛି। ସକଳା ୯ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଓ ଅପରାହ୍ନ ୩ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଉଭୟ ବର୍ଗଙ୍କୁ ଟିକା ଦିଆଯିବ ବୋଲି ବିଏମସି ପକ୍ଷରୁ ସୂଚନା ଦିଆଯାଇଛି।
ଔଷଧୀୟ ଉଦ୍ଭିଦ ଜ୍ଞାନ କେନ୍ଦ୍ରର ସୌନ୍ଦର୍ଯ୍ୟ ଫେରିଲା
ଭୁବନେଶ୍ୱର,୨୧।୬(ବ୍ୟୁରୋ): ଭୁବନେଶ୍ୱରର ପାତ୍ରପଡ଼ା ଅଞ୍ଚଳରେ ରହିଛି ମେଡିସିନାଲ ପ୍ଲାଣ୍ଟ୍ସ ନଲେଜ ସେଣ୍ଟର ବା ଔଷଧୀୟ ଉଦ୍ଭିଦ ଜ୍ଞାନ କେନ୍ଦ୍ର। ନଗର ବନଖଣ୍ଡ ଭୁବନେଶ୍ୱର ରେଞ୍ଜ ଅଧୀନରେ...
୭ବର୍ଷର ଭଉଣୀ କାନ୍ଧରେ ଦେଢ଼ମାସର ଭାଇ
ଭୋଗରାଇ,୧୫।୬(ଡି.ଏନ.ଏ.): ମହାମାରୀ କରୋନା ଛଡ଼ାଇ ନେଇଛି ବହୁ ଜୀବନ। ଉଜାଡ଼ି ଦେଇଛି ସୁଖର ସଂସାର। କିଏ ମା’ଙ୍କୁ ହରାଇ ମା’ଛେଉଣ୍ଡ ପାଲଟିଥିବା ବେଳେ କିଏ ବାପାଙ୍କୁ...
୩ ପରୀକ୍ଷାଫଳ ଆଧାରରେ ମୂଲ୍ୟାୟନ
ଭୁବନେଶ୍ୱର,୧୭ା୬ (ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ଦ୍ୱାଦଶ ପରୀକ୍ଷା ବାତିଲ ହେବା ପରେ ମୂଲ୍ୟାୟନ ପଦ୍ଧତି କ’ଣ ରହିବ ତାହାକୁ ନେଇ ଏବେ...
‘ପିନାକ୍’ର ସଫଳ ପରୀକ୍ଷଣ
ବାଲେଶ୍ୱର ଅଫିସ,୨୫।୬: ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ କେନ୍ଦ୍ର (ଆଇଟିଆର୍)ରେ ଶୁକ୍ରବାର ମଲ୍ଟି ବ୍ୟାରେଲ ରକେଟ୍ ଲଞ୍ଚର (ଏମ୍ବିଆର୍ଏଲ୍)ରୁ ପରିବର୍ଦ୍ଧିତ ରେଞ୍ଜ ୧୨୨ଏମ୍ଏମ୍ କାଲିବର...
ନେଟ୍ଓ୍ବର୍କ ପାଇବାକୁ ନୟାନ୍ତ
ବଇଣ୍ଡା,୨୧ା୬: ପୂର୍ବରୁ କେବଳ ଯୋଗାଯୋଗର ମାଧ୍ୟମ ଥିବା ମୋବାଇଲ ଏବେ ଏକ ଜରୁରୀ ଆବଶ୍ୟକତା ହୋଇଯାଇଛି। ସ୍ମାର୍ଟ ତଥା ବ୍ୟସ୍ତ ଜୀବନର ତ ଏହା ଗୁରୁତ୍ୱପୂର୍ଣ୍ଣ ଅଙ୍ଗ...
ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତ ଅଛୁ: ସ୍ବାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର,୧୪ା୬(ବ୍ୟୁରୋ): ରାଜ୍ୟରେ ନକଲି ଔଷଧ କାରବାରକୁ କୌଣସି ପ୍ରକାର ବରଦାସ୍ତ କରାଯିବ ନାହିଁ। ଯେଉଁମାନେ ଏଥିରେ ସମ୍ପୃକ୍ତ ଥିବେ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ...
ରାଇସମିଲ୍ ବର୍ଜ୍ୟବସ୍ତୁରେ ଲୋକେ ଅତିଷ୍ଠ
ବାଲେଶ୍ୱର ଅଫିସ, ୧୮।୬-ବାଲେଶ୍ୱର ଜିଲା ରେମୁଣା ବ୍ଲକ କୁରୁଡ଼ାସ୍ଥିତ ରାଇସମିଲରୁ ବାହାରୁଥିବା ବର୍ଜ୍ୟବସ୍ତୁରେ ଅଞ୍ଚଳବାସୀ ଅତିଷ୍ଠ ହୋଇପଡିଛନ୍ତି। ଲୋକେ ଗୁରୁବାର ମିଲ୍ ଗେଟ୍ରେ ତାଲା ପକାଇ...
ଟିକା ନେଇନାହାନ୍ତି ୧,୯୭,୨୧୭ କୋଭିଡ୍ ଯୋଦ୍ଧା
ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ ଟିକା ନେଇନାହାନ୍ତି ପାଖାପାଖି ୨ ଲକ୍ଷ କୋଭିଡ୍ ଯୋଦ୍ଧା। ନାମ ପଞ୍ଜୀକରଣ କରି ମଧ୍ୟ ୧,୯୭,୨୧୭ ଜଣ କୋଭିଡ୍ ଯୋଦ୍ଧା ଟିକା ନେଇନାହାନ୍ତି।...


