ନୂଆଦିଲ୍ଲୀ,୧୫।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ତେବେ ଦିଲ୍ଲୀରୁ ପୁଣି ଖୁସି ଖବର ଆସିଛି। କରୋନା ଗ୍ରାଫ୍ ତଳମୁହାଁ ହେବାରେ ଲାଗିଛି। ଗତ ୭୫ ଦିନ ପରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ମଙ୍ଗଳବାର ସର୍ବନିମ୍ନରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୬୦ ହଜାର ୪୭୧ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୨,୭୨୬ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୧ ଲକ୍ଷ ୧୭ ହଜାର ୫୨୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅପରପକ୍ଷରେ ୯ ଲକ୍ଷ ୧୩ ହଜାର ୩୭୮ ଜଣ ଚିକିତ୍ସିତ ହେଉଛନ୍ତି। ବର୍ତ୍ତମାନ ସୁଦ୍ଧା ୨୫ କୋଟି ୯୦ ଲକ୍ଷ ୪୪ ହଜାର ୭୨ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ୩୮ କୋଟି ୧୩ ଲକ୍ଷ ୭୫ ହଜାର ୯୮୪ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍ଆର ପକ୍ଷରୁ କୁହାଯାଇଛି। ଦେଶରେ କରୋନା ସଂକ୍ରମଣ ହାର କମୁଥିବାବେଳେ ବ୍ୟାପୁଥିବା ଡେଲ୍ଟା ଭାରିଆଣ୍ଟ୍ ପ୍ରତି ଚିନ୍ତା କରିବା ଅନାବଶ୍ୟକ ବୋଲି ବିଶେଷଜ୍ଞ କହିଛନ୍ତି। ଭାକ୍ସିନ୍ର ଦୁଇଟି ଡୋଜ୍ ନେଲେ ଏହା ଡେଲ୍ଟା ଭାରିଆଣ୍ଟ୍କୁ ପ୍ରଭାବହୀନ କରିବ ବୋଲି ବିଶେଷଜ୍ଞ ସୂଚନା ଦେଇଛନ୍ତି। ତେଣୁ ସଭିଏଁ ଭାକ୍ସିନ୍ର ଦୁଇ ଡୋଜ୍ ନେବା ଜରୁରୀ ବୋଲି ବିଶେଷଜ୍ଞ ପରାମର୍ଶ ଦେଇଛନ୍ତି।
ଦିଲ୍ଲୀରୁ ଖୁସି ଖବର: କରୋନା ଗ୍ରାଫ୍ ତଳ ମୁହାଁ,ଡେଲ୍ଟା ଭାରିଆଣ୍ଟ୍କୁ ପ୍ରଭାବହୀନ କରିବ ଭାକ୍ସିନ୍…
Posted inକରୋନା ଭାଇରସ୍, ଜାତୀୟ View All
ଶେଷରେ ଭୁଲ୍ ବୁଝିପାରିଲେ କାନ୍ତା ପ୍ରସାଦ; ଗୌରବଙ୍କୁ ମାଗିଲେ କ୍ଷମା
ନୂଆଦିଲ୍ଲୀ,୧୩।୬: ବାବା କା ଢାବାର ମାଲିକ କାନ୍ତ ପ୍ରସାଦଙ୍କ ଭିଡିଓ ସୋସିଆଲ ମିଡିଆରେ ପୁଣି ଥରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ କାନ୍ତ ପ୍ରସାଦ...
ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୪୦ ଜଣଙ୍କ ମୃତ୍ୟୁ
ଭୁବନେଶ୍ୱର,୨୦।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ରବିବାର ରାଜ୍ୟରେ କରୋନାରେ ଆଉ...
୧୫ ଜୁନ୍ରୁ ଲଭ୍ ଜିହାଦ୍ ଆଇନ: ଦୋଷୀଙ୍କୁ ୧୦ ବର୍ଷ ପର୍ଯ୍ୟନ୍ତ ଜେଲ୍…
ଅହମଦାବାଦ,୫।୬: ଲଭ୍ ଜିହାଦ୍ ଆଇନ୍ ଗୁଜରାଟରେ ୧୫ ଜୁନ୍ରୁ ପ୍ରଣୟନ ହେବାକୁ ଯାଉଛି। ଏହି ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ୧୦ ବର୍ଷ ପର୍ଯ୍ୟନ୍ତ ଜେଲ୍...
ରେଳଧାରଣାରେ ଯାଇଛି ୮,୭୦୦ ଜୀବନ
ନୂଆଦିଲ୍ଲୀ, ୩।୬(ପି.ଟି.): ୨୦୨୦ରେ ଦେଶବ୍ୟାପୀ ଲକ୍ଡାଉନ ଯୋଗୁ ଯାତ୍ରୀବାହୀ ଟ୍ରେନ୍ ଚଳାଚଳ ଯଥେଷ୍ଟ ହ୍ରାସ ସତ୍ତ୍ୱେ ରେଳଧାରଣାରେ ୮,୭୦୦ରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ଯାଇଛି। ସେମାନଙ୍କ...
କୁଶଳୀ ହେବେ ଲକ୍ଷେ କୋଭିଡ୍ ଯୋଦ୍ଧା
ନୂଆଦିଲ୍ଲୀ, ୧୯।୬(ପି.ଟି.): ଦେଶର ଲକ୍ଷେରୁ ଊର୍ଦ୍ଧ୍ୱ କୋଭିଡ୍ ଯୋଦ୍ଧାଙ୍କୁ କୁଶଳୀ ତଥା ଅତିକୁଶଳୀ କରିବା ଲକ୍ଷ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଏକ ସଂକ୍ଷିପ୍ତ ଶିକ୍ଷା...
୫୦୦ ଡୋଜ୍ କୋଭିଶିଲ୍ଡ୍ ନଷ୍ଟ ହେଲା…
ଜୟପୁର,୯।୬: କରୋନା ମହାମାରୀ ଭୂତାଣୁ ବିରୋଧରେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଭାକ୍ସିନ୍ ଅଭାବ ଯୋଗୁ ଟିକାଦାନରେ ବାଧା ସୃଷ୍ଟି ହୋଇଛି।...
ବାଘ, ସିଂହର କରୋନା ମୃତ୍ୟୁ
ରାଞ୍ଚି/ଚେନ୍ନାଇ: ତାମିଲନାଡୁର ଭଣ୍ଡାଲୁରସ୍ଥିତ ଆରିଗ୍ନାର ଆନ୍ନା ଜାତୀୟ ଉଦ୍ୟାନରେ ୯ ସିଂହ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୯ ବର୍ଷର ଏକ ମାଈ...
୧୨ ରାଜ୍ୟରେ ୫୧ ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଆକ୍ରାନ୍ତ …
ନୂଆଦିଲ୍ଲୀ,୨୬।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଡେଲ୍ଟା ଭାରିଆଣ୍ଟ୍ ପରେ ଏବେ ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଯୋଗୁ ପୁଣି ବିପଦ...


