ଭୁବନେଶ୍ୱର,୧୫।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ମୃତ୍ୟୁସଂଖ୍ୟା ଚିନ୍ତା ବଢ଼ାଉଥିବା ବେଳେ ମଙ୍ଗଳବାର ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଆଜି ରାଜ୍ୟରେ ୩,୪୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୯୪୨ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୪୬୩ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୮ ଲକ୍ଷ ୫୯ ହଜାର ୫୨୬ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୦୦ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୧୮୩, ବାଲେଶ୍ୱରରୁ ୨୯୬, ବରଗଡ଼ରୁ ୬୬, ଭଦ୍ରକରୁ ୧୭୯, ବଲାଙ୍ଗୀରରୁ ୧୮, ବୌଦ୍ଧରୁ ୫୯, କଟକରୁ ୨୩୦, ଦେବଗଡ଼ରୁ ୨୩, ଢେଙ୍କାନାଳରୁ ୫୪, ଗଜପତିରୁ ୫୮, ଗଞ୍ଜାମରୁ ୩୬, ଜଗତ୍ସିଂହପୁରରୁ ୧୨୯, ଯାଜପୁରରୁ ୩୯୧, ଝାରସୁଗୁଡ଼ାରୁ ୯, କଳାହାଣ୍ଡିରୁ ୫୪, କନ୍ଧମାଳରୁ ୫୫, କେନ୍ଦ୍ରାପଡ଼ାରୁ ୭୩, କେନ୍ଦୁଝରରୁ ୮୯ ଆକ୍ରାନ୍ତ ଅଛନ୍ତି। ସେହିପରି କୋରାପୁଟରୁ ୬୩, ମାଲକାନଗିରିରୁ ୭୨, ମୟୂରଭଞ୍ଜରୁ ୧୮୭, ନବରଙ୍ଗପୁରରୁ ୮୩ , ନୟାଗଡ଼ରୁ ୯୭, ନୂଆପଡ଼ାରୁ ୨୮, ପୁରୀରୁ ୧୪୧, ରାୟଗଡ଼ାରୁ ୪୫, ସମ୍ବଲପୁରରୁ ୩୮ ସୁବର୍ଣ୍ଣପୁରରୁ ୨୫ ଓ ସୁନ୍ଦରଗଡ଼ରୁ ୪୮ ଥିବା ବେଳେ ଷ୍ଟେଟ୍ ପୁଲ୍ରୁ ୭୬ ଅଛନ୍ତି।
Posted inକରୋନା ଭାଇରସ୍, ମେଟ୍ରୋ, ରାଜ୍ୟ View All
ବୋମାମାଡ଼ କରି ବିଜେଡି ନେତା ଗିରଫ
ଗୋପାଳପୁର,୧୩ା୬: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ପିତାତଳି ଗ୍ରାମରେ ଗତ ୧୦ ତାରିଖରେ ୨ ଗୋଷ୍ଠୀ ମଧ୍ୟରେ ବୋମାମାଡ଼ ହୋଇଥିଲା। ଘଟଣାରେ ସମ୍ପୃକ୍ତ ଥିବା ଅଭିଯୋଗରେ...
‘ଆହାର’ ରିହାତି ଚଳୁ
କଟକ ଅଫିସ, ୨୩ା୬:ଗରିବ ଓ ନିରାଶ୍ରୟଙ୍କୁ ସ୍ବଳ୍ପ ମୂଲ୍ୟରେ ଖାଦ୍ୟ ଯୋଗାଇବାକୁ ରାଜ୍ୟ ସରକାର ବିଭିନ୍ନ ସହରାଞ୍ଚଳରେ ୨୦୧୫ ଏପ୍ରିଲ ୧ରୁ ଆହାର ଯୋଜନା ଆରମ୍ଭ...
ବଳଦେବଜୀଉ ମନ୍ଦିର ଚତୁଃପାର୍ଶ୍ୱରେ ୧୪୪ ଧାରା ଲାଗୁ
କେନ୍ଦ୍ରାପଡ଼ା ଅଫିସ,୨୪ା୬: କେନ୍ଦ୍ରାପଡ଼ା ବଳଦେବଜୀଉ ମନ୍ଦିର ନିକଟରେ ଜିଲା ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି। ସ୍ନାନ ପୂର୍ଣ୍ଣିମାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ...
ଅଧିକାଂଶ ଜିଲାରେ ଆଜିଠୁ ବର୍ଷା
ଭୁବନେଶ୍ୱର,୮।୬(ବ୍ୟୁରୋ): ଉତ୍ତର ବଙ୍ଗୋପସାଗରରେ ଆସନ୍ତା ୧୧ ତାରିଖକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି। ଏହାର ପ୍ରଭାବରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାର...
ପୋଲିସ ଚାକିରି କରିବେ କିନ୍ନର
ଭୁବନେଶ୍ୱର,୧୩ା୬(ବ୍ୟୁରୋ): କରୋନା ମହାମାରୀ ସମୟରେ ଚାକିରି ଅଭାବ ଦେଖାଦେଇଥିବାବେଳେ ରାଜ୍ୟ ପୋଲିସ ବିଭାଗରେ ୪୭୭ ସବ୍ ଇନ୍ସପେକ୍ଟର(ଏସ୍ଆଇ) ଓ ୨୪୪ କନଷ୍ଟେବଳ ପଦବୀ ପୂରଣ ପାଇଁ...
୧୪ ଯାଏ ପ୍ରବଳ ବର୍ଷା
ଭୁବନେଶ୍ୱର, ୯/୬(ବ୍ୟୁରୋ):ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆସନ୍ତା ୨ରୁ ୩ଦିନ ମଧ୍ୟରେ ଓଡ଼ିଶା ଛୁଇଁବ। ଏ ନେଇ ମଙ୍ଗଳବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା...
ମରୁଡ଼ି ହଟାଇପାରିନି ମାନଜୋର
ଆଠମଲ୍ଲିକ,୧୫ା୬ (ଡି.ଏନ.ଏ.) ମରୁଡ଼ି ହଟିଲେ ହସିବ ଆଠମଲ୍ଲିକ। ସବୁଜିମାରେ ଭରିଯିବ କୃଷକଙ୍କ ମନ। ତେଣୁ ଜଳସେଚନ ପ୍ରକଳ୍ପଟିଏ ପାଇଁ ଚାଷୀ ଓହ୍ଲାଇଥିଲେ ରାସ୍ତାକୁ। ଜେଲଭରୋ ଆନ୍ଦୋଳନ...
ମାଗଣା ଟିକା ଘୋଷଣା: ପ୍ରଧାନମନ୍ତ୍ରୀଙ୍କ ନିଷ୍ପତ୍ତିକୁ ଧର୍ମେନ୍ଦ୍ରଙ୍କ ସ୍ବାଗତ
ଭୁବନେଶ୍ୱର,୮।୬(ବ୍ୟୁରୋ): ଦେଶବାସୀଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତଙ୍କୁ ମାଗଣା ଟିକା ପ୍ରଦାନ ଏବଂ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାର ସମ୍ପ୍ରସାରଣ ଘୋଷଣା...


