କାବୁଲ,୧୫।୬: ଆଫଗାନିସ୍ତାନରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ସ୍ଥାନୀୟ ହେଲମଣ୍ଡ୍ ପ୍ରଦେଶର ନହର-ଇ-ସାରାଜ ଏବଂ ନାଦ ଆଲି ଜିଲାରେ ହୋଇଥିବା ଆତଙ୍କବାଦ ବିରୋଧୀ ଅପରେଶନ୍ରେ ୧୮ ଜଣ ଆତଙ୍କବାଦୀଙ୍କ ମୁଣ୍ଡ ଗଡିଛି। ଏହି ଘଟଣାରେ ୯ ଜଣ ଆତଙ୍କବାଦୀ ଆହତ ହୋଇଥିବା ପ୍ରତିରକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୪ଟି ଲାଣ୍ଡ୍ମାଇନ୍କୁ ନିଷ୍କ୍ରିୟ କରାଯାଇଛି। ସୁରକ୍ଷାକର୍ମୀଙ୍କ ମଧ୍ୟରେ କେହି ମୃତାହତ ହୋଇ ନ ଥିବା ପ୍ରତିରକ୍ଷା ବିଭାଗ କହିଛି। ସ୍ଥାନୀୟ ପୋଲିସ ବିଭାଗ ଏବଂ ଆଫଗାନିସ୍ତାନ ସୈନ୍ୟ ବାହିନୀ ପକ୍ଷରୁ ମିଳିତ ଭାବେ ଏହି ଅପରେଶନ୍ ହୋଇଥିଲା।
Posted inଅନ୍ତର୍ଜାତୀୟ View All
୮୯୯ ଜଣଙ୍କୁ ଏକ୍ସପାୟର ଭାକ୍ସିନ୍: ପୁଣି ଦିଆଯିବ ଡୋଜ୍…
ଓ୍ବାଶିଂଟନ,୧୬।୬: ଆମେରିକାରେ ଜାରି ରହିଥିବା ସାବର୍ଜନୀକ ଟିକାକରଣ ଅଭିଯାନରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍ଥାନୀୟ ଟାଇମ୍ସ୍ ସ୍କୋୟାରଠାରେ ଥିବା ଟିକାଦାନ କେନ୍ଦ୍ରରେ ୮୯୯ ଜଣଙ୍କ...
ଭାକ୍ସିନ୍ର ୨ ଡୋଜ୍ ନେଇ ବି ସହରରେ ୪୦୦୦ ଜଣଙ୍କୁ କରୋନା…
ଓ୍ବାଶିଂଟନ,୨୩।୬: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ଲାଗି ଭାକ୍ସିନ୍ ପ୍ରଦାନ କରାଯାଉଛି। ଆମେରିକାର ମାସାଚୁସେଟସ୍ ସହରରେ କରୋନା ଭାକ୍ସିନ୍ର ୨ ଡୋଜ୍ ନେବା ପରେ...
ଦୁର୍ଭିକ୍ଷ ଆଁରେ ଇଥିଓପିଆ
ଆଡିସ୍ ଆବାବା,୧୨ା୬: ପୂର୍ବ ଆଫ୍ରିକୀୟ ରାଷ୍ଟ୍ର ଇଥିଓପିଆରେ ସରକାରୀ ବଳ ଓ ବିଦ୍ରୋହୀଙ୍କ ମଧ୍ୟରେ ଲଢ଼େଇ ଟିଗ୍ରେ ଅଞ୍ଚଳ ପାଇଁ ବିପତ୍ତିକୁ ଡାକି ଆଣିଛି। ଫଳରେ...
୫ମ ମହାସାଗର ହେଲା ସଦର୍ନ ଓସେନ୍
ଦକ୍ଷିଣ ମହାସାଗର ବା ସଦର୍ନ ଓସେନ୍କୁ ପୃଥିବୀର ୫ମ ମହାସାଗର ମାନ୍ୟତା ପ୍ରଦାନ କରାଯାଇଛି। ୧୯୧୫ ମସିହାରୁ ଓସେନ୍ ମାନଚିତ୍ର ପ୍ରସ୍ତୁତ କରୁଥିବା ନ୍ୟାଶନାଲ ଜିଓଗ୍ରାଫି...
୧୦୦ କୋଟି ଡୋଜ୍ ଟିକା ଦେବ ଜି ୭
କାର୍ବିସ୍ ବେ, ୧୪।୬: ବ୍ରିଟେନରେ ଚାଲିଥିବା ଜି ୭ ରାଷ୍ଟ୍ରଗୋଷ୍ଠୀ ସମ୍ମିଳନୀ ରବିବାର ଶେଷ ହୋଇଛି। ଗରିବ ରାଷ୍ଟ୍ରଗୁଡ଼ିକୁ ୧୦୦ କୋଟିରୁ ଊର୍ଦ୍ଧ୍ୱ କୋଭିଡ୍ ଟିକା...
ଜେନେଭାରେ ବାଇଡେନ୍-ପୁଟିନ୍ ସମିଟ୍
ଜେନେଭା, ୧୭।୬: ଆମେରିକା ଓ ରୁଷିଆ ମଧ୍ୟରେ ଦୀର୍ଘ ବର୍ଷ ହେଲା ଉତ୍ତେଜନା ଲାଗି ରହିଥିବାବେଳେ ଜେନେଭା ସମ୍ମିଳନୀ ଅବସରରେ ଦୁଇ ରାଷ୍ଟ୍ରପତି ଜୋ ବାଇଡେନ୍...
ସ୍ପେସ୍ ଷ୍ଟେଶନରେ ସୋଲାର ପ୍ୟାନେଲ
ଇଣ୍ଟରନ୍ୟାଶନାଲ ସ୍ପେସ୍ ଷ୍ଟେଶନ(ଆଇଏସ୍ଏସ୍) ବାହାରେ ପ୍ରଥମ ସୋଲାର ପ୍ୟାନେଲ ଲଗାଇବାରେ ମହାକାଶଚାରୀ ସଫଳ ହୋଇଛନ୍ତି। ଏହା ସୌର ଶକ୍ତି ଅବଶୋଷଣ କରି ପ୍ରତିଦିନର ବୈଜ୍ଞାନିକ ଅନୁସନ୍ଧାନ...
୧୦୦ ତାଲିବାନ୍ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…
କାବୁଲ,୩।୬: ସୁରକ୍ଷାକର୍ମୀଙ୍କ ସହିତ ମୁହାଁମୁହିଁ ହେବା ପରେ ଆଫଗାନିସ୍ତାନରେ ୧୦୦ ତାଲିବାନ୍ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ଏହି ଘଟଣାରେ ୫୦ ଜଣ ଆତଙ୍କବାଦୀ ଆହତ ହୋଇଥିବା...


