ଭୁବନେଶ୍ୱର,୧୬।୬(ବ୍ୟୁରୋ): କରୋନା ମହାମାରୀ ଭଳି ଘଡ଼ିସନ୍ଧି ସମୟରେ ରାଜ୍ୟରେ ନକଲି ଔଷଧ କାରବାର ଚାଲିଛି। ଏହାକୁ ଗୁରୁତ୍ୱର ସହ ଗ୍ରହଣ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର କ୍ରାଇମ୍ବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। କ୍ରାଇମ୍ବ୍ରାଞ୍ଚର ଏସ୍ଟିଏଫ୍କୁ ଏହି ଘଟଣାର ତଦନ୍ତ ଦାୟିତ୍ୱ ଦିଆଯାଇଛି ବୋଲି ପୋଲିସ ଡିଜି ଅଭୟ ମଙ୍ଗଳବାର ସୂଚନା ଦେଇଛନ୍ତି। ଏସ୍ଟିଏଫ୍ର ଏକ ସ୍ବତନ୍ତ୍ର ଟିମ୍ ଗଠନ କରାଯାଇ ନକଲି ଔଷଧ କାରବାରର ଖୋଳତାଡ଼ କରାଯିବ। ଏହି କାରବାରରେ କାହାର ହାତ ରହିଛି, ଏହା କେଉଁଠି ପ୍ରସ୍ତୁତ କରାଯାଉଛି, ଓଡ଼ିଶାରେ ପ୍ରସ୍ତୁତ କରାଯାଉଛି ନା ରାଜ୍ୟ ବାହାରୁ ଏହାକୁ ଅଣାଯାଉଛି, ସେସବୁ ଦିଗକୁ ଏସ୍ଟିଏଫ୍ ଟିମ୍ ତଦନ୍ତ କରିବ। ତେବେ ଡ୍ରଗ୍ସ କଣ୍ଟ୍ରୋଲରଙ୍କ ସହ ବିଚାର ବିମର୍ଶ କରାଯାଇ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଡିଜି କହିଛନ୍ତି। ଅପରପକ୍ଷରେ ଏନେଇ ଏସ୍ଟିଏଫ୍ ଡିଆଇଜି ଜୟନାରାୟଣ ପଙ୍କଜ ଏବଂ ଡ୍ରଗ୍ସ କଣ୍ଟ୍ରୋଲର ଅନ୍ନଦା ଶଙ୍କର ଦାଶ ଆଲୋଚନା କରିଥିବା ଜଣାପଡ଼ିିଛି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ କ୍ରାଇମବ୍ରାଞ୍ଚ ସହ ଯୋଗାଯୋଗରେ ଅଛୁ, ତଦନ୍ତରେ ଯାହା ଆବଶ୍ୟକ ହେବ ଆମେ ସହଯୋଗ କରିବୁ ବୋଲି ଡ୍ରଗ୍ସ କଣ୍ଟ୍ରୋଲର ଦାଶ କହିଛନ୍ତି। ସୂଚନା ଅନୁଯାୟୀ, କରୋନା ସଂକ୍ରମଣରେ ଜନସାଧାରଣ ଅଣନିଃଶ୍ୱାସୀ ହୋଇପଡ଼ିଥିବାବେଳେ ରାଜ୍ୟରେ ନକଲି ଔଷଧ କାରବାର ଏବେ ଚିନ୍ତା ବଢ଼ାଇଛି। କରୋନା ସଂକ୍ରମିତଙ୍କ ପାଇଁ ବ୍ୟବହାର କରାଯାଉଥିବା ଫାଭିପିରାଭିର ଟାବଲେଟ୍(ଫାବିମାକ୍ସ-୪୦୦), ଆଜିଥ୍ରୋମାଇସିନ୍, ଭିଟାମିନ୍-ସି ଆଦି ୯ ପ୍ରକାର ନକଲି ଔଷଧ ଏବେ ଓଡ଼ିଶା ବଜାରରେ କାରବାର ହେଉଛି। ଗତ ୧୧ତାରିଖରେ କଟକରୁ ବିପୁଳ ପରିମାଣର ନକଲି ଔଷଧ ଜବତ କରାଯିବା ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରହିଛି। ଇତିମଧ୍ୟରେ ଭୁବନେଶ୍ୱର, ବଲାଙ୍ଗୀର, ଝାରସୁଗୁଡ଼ା, ବାରିପଦା, ସମ୍ବଲପୁର, ରାଉରକେଲା, ବୌଦ୍ଧରୁ ବହୁ ନକଲି ଔଷଧ ଠାବ କରାଯାଇଛି।
ପାହାଡ଼ିଆ ଅଞ୍ଚଳରେ ସୁଧୁରିବ ଜଳ ସମସ୍ୟା
ଖଇରା, ୪।୬-ବାଲେଶ୍ୱର ଜିଲା ଖଇରା ବ୍ଲକର ଉପାନ୍ତ ପାହାଡିଆ ଅଞ୍ଚଳରେ ବସବାସ କରୁଥିବା ଅଧିବାସୀଙ୍କ ପାଇଁ ଖୁସି ଖବର ା ଖୁବଶୀଘ୍ର ବର୍ଷ ବର୍ଷ ଧରି...
ସାଧାରଣ ବଚ୍ସାରୁ ହତ୍ୟା
ଝାରସୁଗୁଡା ଅଫିସ୍,୨୬।୬: ଝାରସୁଗୁଡ଼ା ଜିଲା ସଦର ଥାନା ଅଧୀନ ଲହଣ୍ଡାବୁଡ ଗ୍ରାମରେ ଶୁକ୍ରବାର ଏକ ହତ୍ୟାକାଣ୍ଡ ଘଟିଛି। ସ୍ଥାନୀୟ ଫୁଟବଲ ପଡିଆରେ ସାଧାରଣ କଥାକୁ ନେଇ...
ଦିନକୁ ୧ କୋଟିଙ୍କୁ ଟିକା ଦିଅ: କଂଗ୍ରେସ
ଭୁବନେଶ୍ୱର,୫।୬(ବ୍ୟୁରୋ): ନିଃଶୁଳ୍କ ସାର୍ବଜନୀନ ଟିକାକରଣ ସହ ଦୈନିକ ୧ କୋଟି ଭାରତୀୟଙ୍କୁ ଟିକା ଦେବାକୁ କଂଗ୍ରେସ ପକ୍ଷରୁ ଦାବି କରାଯାଇଛି। ପିସିସି କାର୍ଯ୍ୟକାରୀ ସଭାପତି ପ୍ରଦୀପ...
ଏମ୍କେସିଜି ମେଡିକାଲରେ ଅଦ୍ଭୁତ ଶିଶୁ ଜନ୍ମ
ବ୍ରହ୍ମପୁର ଅଫିସ,୧୭ା୬: ବ୍ରହ୍ମପୁର ବଡ଼ ମେଡିକାଲରେ ବୁଧବାର ଏକ ଅଦ୍ଭୁତ ଶିଶୁ ଜନ୍ମ ହୋଇଛି। ଶିଶୁର ନାକ ନ ଥିବା ବେଳେ ଗୋଟିଏ ଜାଗାରେ ଦୁଇଟି...
ସୁରକ୍ଷା କର୍ମୀଙ୍କୁ ହତ୍ୟା ଅଭିଯୋଗ
ଭୁବନେଶ୍ୱର,୨ା୬(ବ୍ୟୁରୋ):ବଡ଼ଗଡ଼ ଥାନା ଅନ୍ତର୍ଗତ କଳ୍ପନା ଛକସ୍ଥିତ ଭଞ୍ଜକଳା ମଣ୍ଡପ ନିକଟ ୟୋଗିକ୍ ଜିମ୍ ସେଣ୍ଟର ପରିସରରୁ ମଙ୍ଗଳବାର ଜଣେ ସୁରକ୍ଷାକର୍ମୀଙ୍କ ଝୁଲନ୍ତା ମୃତଦେହକୁ ପୋଲିସ ଜବତ...
ଉପକୂଳ ଅଞ୍ଚଳ ସୁରକ୍ଷାକୁ ଗୁରୁତ୍ୱ
ବାଲେଶ୍ୱର ଅଫିସ, ୧ା୬: କେନ୍ଦ୍ର ପେଟ୍ରୋଲିୟମ୍ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ବାଲେଶ୍ୱର ଜିଲାର ବାତ୍ୟା ପ୍ରଭାବିତ ଅଞ୍ଚଳକୁ ଗସ୍ତ କରି ସ୍ଥିତି ସମୀକ୍ଷା କରିଛନ୍ତି।...
୧୮ରୁ ୪୪ ଟିକାକରଣ: ୭ ମ୍ୟୁନିସିପାଲିଟି, ୨ ଏନ୍ଏସିରେ ସୋମବାରରୁ ଆରମ୍ଭ ହେବ
ଭୁବନେଶ୍ୱର, ୧୯।୬(ବ୍ୟୁରୋ): ରାଜ୍ୟର ୭ ଜିଲାର ୭ ମ୍ୟୁନିସିପାଲିଟି ଓ ୨ ଏନ୍ଏସିରେ ୧୮ରୁ ୪୪ବର୍ଷର ହିତାଧିକାରୀଙ୍କ ଟିକାକରଣ ସୋମବାରଠାରୁ ଆରମ୍ଭ ହେବ। ଏହି ସ୍ଥାନଗୁଡ଼ିକ...
୭୫୦ ସ୍ବାସ୍ଥ୍ୟ ଅଧିକାରୀଙ୍କୁ ନିଯୁକ୍ତି
ଭୁବନେଶ୍ୱର,୪।୬(ବ୍ୟୁରୋ): ରାଜ୍ୟରେ ୭୫୦ ସ୍ବାସ୍ଥ୍ୟ ଅଧିକାରୀଙ୍କୁ ଗୁରୁବାର ନିଯୁକ୍ତିପତ୍ର ଦିଆଯାଇଛି। ଆସନ୍ତା ୭ଦିନ ମଧ୍ୟରେ ନିଜ ନିଜ କାର୍ଯ୍ୟସ୍ଥଳୀରେ ଯୋଗଦେବା ପାଇଁ ଅନୁରୋଧ କରାଯାଇଛି। ଉକ୍ତ...


