ଭୁବନେଶ୍ୱର,୧୬।୬(ବ୍ୟୁରୋ)”ବହୁ ବିଳମ୍ବ ହୋଇଥିଲେ ମଧ୍ୟ ଏବେ କମିଶନରେଟ ପୋଲିସର ଚେତା ପଶୁଛି। ରାଜଧାନୀରେ ରହସ୍ୟ ହୋଇ ରହିଥିବା ବହୁ ସମ୍ବେଦନଶୀଳ ମାମଲାର ଖୋଳତାଡ଼ ଆରମ୍ଭ ହୋଇଛି। ଡିସିପିଙ୍କ ନିର୍ଦ୍ଦେଶ ପରେ ବନ୍ଦ ହୋଇପଡିଥିବା ୯ବର୍ଷ ତଳର ଏକ ହତ୍ୟା ମାମଲାର ଫାଇଲ୍ ଖୋଲି ତଦନ୍ତ ଆରମ୍ଭ କରିଛି ଚନ୍ଦକା ପୋଲିସ। ଗାଡ଼ି ଓ ବିଭିନ୍ନ ସ୍ଥାନରେ ମୃତ ମହିଳାଙ୍କ ଫଟୋ ସହ ପୋଷ୍ଟର ମାରିଛି। ବୁଧବାର ଏକ ସ୍ବତନ୍ତ୍ର ଟିମ୍ ତଦନ୍ତ ପାଇଁ ଢେଙ୍କାନାଳ ଗସ୍ତ କରିବ। ମୃତଦେହ ନିକଟରୁ ଏକ ଲୁଗା ଦୋକାନର ଜରି ବ୍ୟାଗ ମିଳିଥିଲା। ଯେଉଁଥିରେ ଢେଙ୍ଗାନାଳ କାମାକ୍ଷାନଗର ଲେଖା ରହିଥିଲା। ସେହି ତଥ୍ୟକୁ ଆଧାର କରି ପୋଲିସ ତଦନ୍ତକୁ ଆଗକୁ ବଢାଇବ ବୋଲି ଥାନା ଅଧିକାରୀ ଦେବେନ୍ଦ୍ର ବିଶ୍ୱାଳ କହିଛନ୍ତି।
ସୂଚନା ମୁତାବକ, ୨୦୧୨ ମେ ୧୨ରେ ଏହି ଥାନା ଅନ୍ତର୍ଗତ ଗୋଠପାଟଣାସ୍ଥିତ ଏକ ଆମ୍ବ ବଗିଚାର ଜଙ୍ଗଲିଆ ଅଞ୍ଚଳରେ ଜଣେ ମହିଳାଙ୍କ ମୃତଦେହ ପଡିଥିବା ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ଥିଲା। ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ ଆରମ୍ଭ କରିଥିଲା। ମହିଳାଙ୍କ ବୟସ ୨୫ରୁ ୩୦ ବର୍ଷ ହେବ ବୋଲି ପୋଲିସ ସୂଚନା ଦେଇଥିଲା। ଏଥିସହ ତାଙ୍କ ବେକରେ ନାଲି ଲୁଗା ବନ୍ଧା ହୋଇଥିବାବେଳେ ମୁଣ୍ଡରେ ଓ ମୁହଁରେ ଭିନ୍ନ ଭିନ୍ନ ସ୍ଥାନରେ ଗଭୀର କ୍ଷତ ଚିହ୍ନ ରହିଥିଲା। ପ୍ରାଥମିକ ତଦନ୍ତବେଳେ ମହିଳାଙ୍କ କୌଣସି ପରିଚୟ ମିଳିପାରି ନ ଥିଲା। ତେବେ ଏହି ମୃତ୍ୟୁକୁ ନେଇ କେହି ଥାନାରେ ଅଭିଯୋଗ ନ କରିବାରୁ ପୋଲିସ ଅପମୃତ୍ୟୁ ମାମଲା ରୁଜୁ କରିଥିଲା। କିନ୍ତୁ ବ୍ୟବଚ୍ଛେଦ ରିପୋର୍ଟରେ ହତ୍ୟା ସ୍ପଷ୍ଟ ହେବାରୁ ପୋଲିସ ଘଟଣାର ଅଢ଼େଇ ବର୍ଷ ପରେ ଅର୍ଥାତ୍ ୨୦୧୫ ଜାନୁୟାରୀ ୧୯ରେ ଏକ ହତ୍ୟା ମାମଲା (ନଂ. ୧୨/୧୫) ରୁଜୁ କରିଥିଲା। ହେଲେ ତଦନ୍ତରେ ଶିଥିଳତା ଯୋଗୁ ମହିଳାଙ୍କ ପରିଚୟ ଓ ରହସ୍ୟ ଉନ୍ମୋଚିତ ହୋଇପାରି ନ ଥିଲା। ଫଳରେ କ୍ରମଶଃ ହତ୍ୟା ମାମଲାଟି ଫାଇଲ୍ ଭିତରେ ବନ୍ଦ ହୋଇଯାଇଥିଲା। ନିକଟରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଡିସିପି ଉମାଶଙ୍କର ଦାସଙ୍କ ନଜରକୁ ଏହି ମାମଲା ଆସିବା ପରେ ଏହାର ପୁନଃ ତଦନ୍ତ ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ। ତାଙ୍କ ନିର୍ଦ୍ଦେଶ ଆଧାରରେ ଚନ୍ଦକା ଥାନା ଅଧିକାରୀଙ୍କ ନେତୃତ୍ୱରେ ଏକ ସ୍ବତନ୍ତ୍ର ଟିମ ଗଠନ କରାଯାଇ ପୋଷ୍ଟର ମରାଯାଇଛି। ମହିଳାଙ୍କ ସମ୍ପର୍କରେ କୌଣସି ଖବର ପାଇଲେ ଥାନା ଅଧିକାରୀଙ୍କ ମୋବାଇଲ ନଂ.୮୨୮୦୩୩୮୩୨୩, ୯୪୩୮୮୪୯୯୫୯ ଓ ଜୋନ୍ ଏସିପିଙ୍କୁ ୮୨୮୦୩୩୮୨୯୬ ନଂ.ରେ ସୂଚନା ଦେବାକୁ ପୋଲିସ ପକ୍ଷରୁ ଅନୁରୋଧ କରାଯାଇଛି।
୭ରୁ ପ୍ରାକ୍ ମୌସୁମୀ ବର୍ଷା
ଭୁବନେଶ୍ୱର, ୫।୬(ବ୍ୟୁରୋ): ରାଜ୍ୟରେ ଏବେ ତାପମାତ୍ରା ଅଧିକ ରହୁଥିବାବେଳେ ବିଭିନ୍ନ ସ୍ଥାନରେ ବର୍ଷା ମଧ୍ୟ ଜାରି ରହିଛି। ଶୁକ୍ରବାର ବଲାଙ୍ଗୀର ଓ ସୁନ୍ଦରଗଡ଼ରେ ସର୍ବାଧିକ ତାପମାତ୍ରା...
ଭୁବନେଶ୍ୱରରେ ୪୫୯ ସ୍ଥାନୀୟ ସଂକ୍ରମଣ
ଭୁବନେଶ୍ୱର,୧୦।୬: ରାଜଧାନୀ ଭୁବନେଶ୍ୱରରେ ଚିନ୍ତା ବଢାଉଛି ସ୍ଥାନୀୟ ସଂକ୍ରମଣ। ଗୁରୁବାର ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ୫୬୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୧୩୫...
ଲଘୁଚାପ: ଗୁରୁବାରଠାରୁୁ ବର୍ଷିବ
ଭୁବନେଶ୍ୱର, ୯।୬(ବ୍ୟୁରୋ): ଉତ୍ତର ବଙ୍ଗୋପସାଗର ଏବଂ ତାର ଆଖପାଖ ଅଞ୍ଚଳରେ ଆସନ୍ତା ୧୧ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିସହ...
ନବରଙ୍ଗପୁର, କୋରାପୁଟରେ ୩ ଅକ୍ସିଜେନ ପ୍ଲାଣ୍ଟ୍
ଭୁବନେଶ୍ୱର(ବ୍ୟୁରୋ)/ନବରଙ୍ଗପୁର/ ଜୟପୁର, ୧ା୬ (ବି.ପ୍ର./ନି.ପ୍ର.): ରାଜ୍ୟର କୋଭିଡ୍ ମୁକାବିଲା କ୍ଷେତ୍ରରେ ନବରଙ୍ଗପୁର ଓ କୋରାପୁଟ ଜିଲା ପ୍ରମୁଖ ଭୂମିକା ନେବ। ଏଥିପାଇଁ ରାଜ୍ୟ ସରକାର ଗୁରୁତ୍ୱ...
କୋଭିଡ୍ ଟିକା ପ୍ରସଙ୍ଗ: ନବୀନଙ୍କୁ ପିନାରାୟୀଙ୍କ ସମର୍ଥନ
ଭୁବନେଶ୍ୱର, ୫।୬(ବ୍ୟୁରୋ): କୋଭିଡ୍-୧୯ ଟିକା କ୍ରୟ କରି ରାଜ୍ୟକୁ ଯୋଗାଇବାକୁ କେନ୍ଦ୍ର ସରକାର ଉପରେ ଚାପ ସୃଷ୍ଟି କରିବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ...
ଏମ୍କେସିଜି କୋଭିଡ୍ ହସ୍ପିଟାଲ-୧ ବନ୍ଦ
ଛତ୍ରପୁର,୨୧।୬: ଗଞ୍ଜାମ ଜିଲାର ଯେଉଁ କୋଭିଡ୍ ଚିକିତ୍ସା କେନ୍ଦ୍ରରେ କୌଣସି ରୋଗୀ ନାହାନ୍ତି ସେଗୁଡିକ ପର୍ଯ୍ୟାୟକ୍ରମେ ବନ୍ଦ କରିବାକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ...
ରାଜ୍ୟରେ ୩ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧୭।୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଗତ କିଛି ଦିରୁ ନୂଆ ଦୈନିକ ସଂକମ୍ରଣ ସଂଖ୍ୟା ୪ହଜାରରୁ ତଳେ ରହିଛି। ବୁଧବାର...
ଦୁଗ୍ଧଚାଷୀଙ୍କୁ ୧୧ କୋଟିର ସହାୟତା
ଭୁବନେଶ୍ୱର,୨୫।୬(ବ୍ୟୁରୋ): ଓମ୍ଫେଡ ଦୁଗ୍ଧଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ୧୧ କୋଟି ଟଙ୍କାର କୋଭିଡ୍ ସହାୟତା ଘୋଷଣା କରିଛନ୍ତି। ପ୍ରତ୍ୟେକ ଦୁଗ୍ଧଚାଷୀଙ୍କୁ ଗୋଖାଦ୍ୟ ଖର୍ଚ୍ଚ...


